୬ ବର୍ଷ ହେଲା ବୋରଓ୍ବେଲ ପାଇଁ ଟଙ୍କା ଦେଇ ୨୪ ଚାଷୀ ହତାଶ

ଚିତ୍ରକୋଣ୍ଡା,୨୩।୪(ଡି.ଏନ୍‌.ଏ.)- କୃଷି ଏବଂ ଚାଷୀର ବିକାଶ ପାଇଁ ସରକାର ବିଭିନ୍ନ ଯୋଜନା କାର୍ଯ୍ୟକାରୀ କରୁଛନ୍ତି। ଆଦିବାସୀ ଅଞ୍ଚଳରେ ଆଦିବାସୀ ଚାଷୀଙ୍କୁ ଅନେକ ପ୍ରୋତ୍ସାହନ ଦେଉଛନ୍ତି। ମାତ୍ର ସରକାରୀ କଳର କେତେକ ନ୍ୟସ୍ତସ୍ବାର୍ଥ କର୍ମଚାରୀଙ୍କ ପାଇଁ ସରକାରଙ୍କ ଯୋଜନାରୁ ସୁଫଳ ପାଉନାହାନ୍ତି ଚାଷୀ। ଏପରି ଏକ ଘଟଣା ଘଟିଛି ମାଲକାନଗିରି ଜିଲା ଚିତ୍ରକୋଣ୍ଡା ବ୍ଲ୍ଳକ ଅଞ୍ଚଳରେ। ଉକ୍ତ ଅଞ୍ଚଳରେ ଚାଷୀ ଜମିରେ ବୋରଓ୍ବେଲ ଖୋଳାଇବା ଲାଗି ପାଣି ପରୀକ୍ଷା କରିବାକୁ ସ୍ଥାନ ଚିହ୍ନଟ ଲାଗି ବିଭାଗ ନିକଟରେ ୧ହଜାର ଲେଖାଏ ଟଙ୍କା ବାନ୍ଧି ୬ବର୍ଷ ବିତିଯାଇଥିଲେ ମଧ୍ୟ ଏଯାଏ ପାଣି ପରୀକ୍ଷା ହୋଇପାରିନାହିଁ। ଏନେଇ ଚାଷୀମାନେ ବାରମ୍ବାର କାର୍ଯ୍ୟାଳୟକୁ ଦୌଡି ନିରାଶ ହୋଇଛନ୍ତି। ଜିଲା ପ୍ରଶାସନ ନିକଟରେ ଅଭିଯୋଗ କଲେ ମଧ୍ୟ କିଛି ପଦକ୍ଷେପ ନିଆଯାଉନାହିଁ।

ଖବରରୁ ଜଣାପଡିଛି  ଚିତ୍ରକୋଣ୍ଡା ପଞ୍ଚାୟତ ସମିତି ଅନ୍ତର୍ଗତ ୩ଟି ପଞ୍ଚାୟତ ଦୋରାଗୁଡା,ଗୁଣ୍ଠାୱାଡା ଓ ନୂଆଗୁଡାର ୨୪ ଜଣ ଚାଷୀ ଜଳସେଚନ ପାଇଁ ଚାଷଜମିରେ ବୋରୱେଲ ଖୋଳିବା ପାଇଁ ମାଲକାନଗିରି ଉଠା ଜଳସେଚନ ନିଗମକୁ ଦରଖାସ୍ତ କରି ପାଣି ପରୀକ୍ଷା ଲାଗି ସ୍ଥାନ ଚିହ୍ନଟ ପାଇଁ ଗତ ୬ା୬ା୨୦୧୩ରେ ଜଣ ପିଛା ୧ହଜାର ଲେଖାଏ ମୋଟ ୨୪ହଜାର ଟଙ୍କା ଦାଖଲ କରିଥିଲେ। ପାଣି ପରୀକ୍ଷା ପରେ ବୋରୱେଲ ଖୋଳିବା ସମୟରେ ଉଠାଜଳସେଚନ ନିଗମକୁ ଏନେଇ ଏସାର ଫାଉଣ୍ଡେସନ ସହାୟତା କରିଥାନ୍ତା। ମାତ୍ର ଚାଷୀମାନେ ଟଙ୍କା ବାନ୍ଧିବାର  ୬ ବର୍ଷ ବିତିଯାଇଥିଲେ ମଧ୍ୟ ମାଲକାନଗିରି ଉଠାଜଳସେଚନ ନିଗମ ପାଣି ବାହାରିବା ପାଇଁ ସ୍ଥାନ ପରୀକ୍ଷା କରି ଚିହ୍ନଟ କରୁନାହିଁ। ଏନେଇ ବାରମ୍ବାର ଜିଲାପାଳଙ୍କ ଅଭିଯୋଗ ପ୍ରକୋଷ୍ଠ,ଜିଲା ପ୍ରଶାସନ ଓ ବିଭାଗୀୟ ଅଧିକାରୀଙ୍କୁ ଜଣାଇଥିଲେ ମଧ୍ୟ କିଛି ସୁଫଳ ମିଳିନି। ପ୍ରଶାସନ ଚାଷୀଙ୍କ ଜମିରେ ବୋରଓ୍ବେଲ ଖୋଳିବା ପାଇଁ ସ୍ଥାନ ପରୀକ୍ଷା କରି ଚିହ୍ନଟ କରୁନି କିମ୍ବା ଚାଷୀ ଦେଇଥିବା ଅର୍ଥ ଫେରସ୍ତ କରୁନାହିଁ। ଉଠାଜଳସେଚନ ନିଗମର ଅଧିକାରୀଙ୍କୁ ଚାଷୀ ମାନେ ଭେଟିବାରୁ ସେ କହିଥିଲେ ଯେ, ଆଉ ପୂର୍ବଭଳି ଦରଖାସ୍ତ ରଖି ବୋରୱେଲ ଖୋଳାଯାଉନାହିଁ। ଏବେ ଅନଲାଇନ ମାଧ୍ୟମରେ ଦରଖାସ୍ତ ଗ୍ରହଣ କରାଯାଇ ଟଙ୍କା ଜମା କଲେ ସିଧାସଳଖ ବୋରୱେଲ ଖୋଳା ଯାଉଛି। ଆଉ ପାଣି ବାହାରିବା ପାଇଁ ସ୍ଥାନ ପରୀକ୍ଷା କରିବା ଦରକାର ନାହିଁ ବୋଲି କହି ଏଥିପାଇଁ ବିଜ୍ଞାପନ ବାହାରିବା ସମୟରେ ଦରଖାସ୍ତ କରିବା ପାଇଁ କହିଥିଲେ। ତେବେ ଏଠାରେ ପ୍ରଶ୍ନ ଉଠୁଛି ଚାଷୀ ବାନ୍ଧିଥିବା ଅର୍ଥ ସେମାନେ କିପରି ଫେରିପାଇବେ। ସେ ନେଇ ଅଧିକାରୀ ଜଣକ କିଛି କହି ନ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

କୋଇଲା ବୋଝେଇ ଟ୍ରକ୍‌ରେ ଲାଗିଲା ନିଆଁ, ତା ପରେ..

ରାୟଗଡ଼ା ଅଫିସ,୨୭।୧: ରାୟଗଡ଼ା ବ୍ଲକ୍‌ ଲାଡା ଗ୍ରାମ ନିକଟରେ ବୁଧବାର ସକାଳେ ଶର୍ଟ ସର୍କିଟ ଯୋଗୁ ଏକ କୋଇଲା ବୋଝେଇ ଟ୍ରକ୍‌ରେ ନିଅଁା ଲାଗିଯାଇଥିଲା। ତେବେ...

ମୁନିଗୁଡାରେ ଜେଏମ୍‌ଏଫ୍‌ସି କୋର୍ଟ ପାଇଁ ଜାଗା ଚି଼ହ୍ନଟ ପ୍ରକ୍ରିୟା ଆରମ୍ଭ

ମୁନିଗୁଡା,୧୬।୧୧: ରାୟଗଡା ଜିଲା ମୁନିଗୁଡାରେ ନୂତନ ଭାବେ ହେବାକୁ ଥିବା ଜେଏମ୍‌ଏଫ୍‌ସି କୋର୍ଟ ପାଇଁ ଶୁକ୍ରବାର ଜାଗା ଚି଼ହ୍ନଟ ପ୍ରକ୍ରିୟା ଆରମ୍ବ ହୋଇଛି। ମୁନିଗୁଡା ତହସିଲଦାର...

ପାନୀୟ ଜଳ ପାଇଁ ବ୍ଲକ ଘେରାଉ କଲେ ମହିଳା

ମାଲକାନଗିରି,୨୨ା୫(ଡି.ଏନ୍‌.ଏ.): ମାଲକାନଗିରି ଜିଲା ଖଇରପୁଟ ସଦର ପଞ୍ଚାୟତର ଉପରପୁଟ ଝରିଆଗୁଡ଼ା ଗ୍ରାମର ଶତାଧିକ ମହିଳା ବୁଧବାର ସକାଳୁ ଖଇରପୁଟ ବ୍ଲକ ଘେରାଉ କରିବା ସହିତ ତାଲା...

ପୋଲିସ ଇନ୍‌ଫର୍ମର ଦର୍ଶାଇ କଂଗ୍ରେସ କର୍ମୀଙ୍କୁ ହତ୍ୟା

ମାଲକାନଗିରି,୨୬ା୫(ସ୍ବ.ପ୍ର.): ମାଲକାନଗିରି ଜିଲା ସୀମାନ୍ତ ଛତିଶଗଡ଼ ରାଜ୍ୟ ବିଜାପୁର ଜିଲା ଭେରମଗଡ଼ ଥାନା ଅନ୍ତର୍ଗତ କେସତାପରା ଗ୍ରାମରେ ଶନିବାର ରାତିରେ ୨୦ରୁ ଊର୍ଦ୍ଧ୍ୱ ମାଓବାଦୀ ଆସି...

ଗାଡ଼ିରୁ ଖସି ଯୁବକ ମୃତ

ଗୁଣପୁର, ୭।୧୦(ଡି.ଏନ୍‌.ଏ.)-ରାୟଗଡ଼ା ଜିଲା ଗୁଣପୁର ବ୍ଲକ ବନ୍ଧୁଗୁଡା ନିକଟରେ ସୋମବାର ଚଳନ୍ତା ଗାଡ଼ିରୁ ଖସପଡି ଜଣେ ଯୁବକ ପ୍ରାଣ ହରାଇଛନ୍ତି। ସେ ହେଲେ ଗଜପତି ଜିଲା...

ରାୟଗଡ଼ାରେ ଉଡ଼ିଲା ତ୍ରିରଙ୍ଗା

ରାୟଗଡ଼ା ଅଫିସ,୧୫।୮ ରାୟଗଡ଼ାର ସ୍ଥାନୀୟ ଗୋବିନ୍ଦ ଚନ୍ଦ୍ର ଦେବ ପଡ଼ିଆଠାରେ ନିରାଡମ୍ବର ଭାବେ ଆଜି ଜିଲାସ୍ତରୀୟ ସ୍ବାଧୀନତା ଦିବସ ପାଳିତ ହୋଇଯାଇଛି। ଜିଲାପାଳ ସରୋଜ କୁମାର...

ଚାଷ ଉଜାଡୁଛି ପଥର କ୍ୱାରି, କ୍ରଶର

ନନ୍ଦପୁର,୧୯।୪(ଡି.ଏନ୍‌.ଏ.): ନନ୍ଦପୁର ବ୍ଲକ ଘାଗ ଗ୍ରାମ ନିକଟରେ ଏକ ପଥର କ୍ୱାରି ସହ କ୍ରସର ଚାଲୁଥିବା ଯୋଗୁଁ ବିଭିନ୍ନ ସମସ୍ୟା ଉପୁଜୁଥିବା ସ୍ଥାନୀୟ ଗ୍ରାମବାସୀ ଗତ...

ବିଷାକ୍ତ ଛତୁ ଖାଇ ଗୋଟିଏ ପରିବାରର ୮ ଅସୁସ୍ଥ

ଟିକିରି,୨୯।୬(ଡି.ଏନ୍‌.ଏ.): ରାୟଗଡ଼ା ଜିଲା କାଶୀପୁର ବ୍ଲକ ପାଇକ ସୁପେଲ ଗ୍ରାମର ଗୋଟିଏ ପରିବାରର ୮ ଜଣ ଅସୁସ୍ଥ ହୋଇପଡ଼ିଛନ୍ତି। ସେମାନେ ବିଷାକ୍ତ ଛତୁ ଖାଇ ଅସୁସ୍ଥ...

Advertisement
Archives

Model This Week