୬ ଶିଶୁ ଶ୍ରମିକ ଉଦ୍ଧାର

ବାଲିଆପାଳ, ୮।୮(ସ୍ବ.ପ୍ର.)-ବାଲିଆପାଳ ବ୍ଲକ ବାଲିଆପାଳ ବଜାର ଏବଂ କାଳିପଦା ଅଞ୍ଚଳରେ ଚାଇଲ୍ଡଲାଇନ ଏବଂ ଶ୍ରମ ବିଭାଗ ପକ୍ଷରୁ ଗୁରୁବାର ମିଳିତ ଭାବେ ବିଭିନ୍ନ ଦୋକାନ ଉପରେ ଚଢ଼ାଉ କରାଯାଇ ୬ଜଣ ଶିଶୁ ଶ୍ରମିକଙ୍କୁ ଉଦ୍ଧାର କରାଯାଇଛି।
ଜିଲା ଶ୍ରମ ଅଧିକାରୀ କୁବେର ବେହେରାଙ୍କ ନିର୍ଦ୍ଦେଶକ୍ରମେ ଚାଇଲ୍ଡଲାଇନ୍‌ ମୁଖ୍ୟ ପ୍ରଶାନ୍ତ ରାଉତଙ୍କ ନେତୃତ୍ୱରେ ବାଲିଆପାଳ ଚାଇଲ୍ଡଲାଇନ ସବ୍‌ସେଣ୍ଟର ଟିମ୍‌ ମେମ୍ବର କ୍ରିଷ୍ଣାରାଣୀ ଅନଡିଆ, କୁନିମଣି ଭୟାଁ, ଉତ୍ତମ କୁମାର ନାୟକ, ବାଲେଶ୍ୱର ଲେବର ଇନ୍ସପେକ୍ଟର ଦିଲୀପ ହଁାସଦା, ଏନସିଏଲପିର ମୁଖ୍ୟ ତନ୍ମୟ କୁମାର ବିଶ୍ୱାଳ, ଶୁଭେନ୍ଦୁ ଦାସମହାପାତ୍ର, ଏଏସ୍‌ଆଇ ଅଭିମନ୍ୟୁ ସାହୁ ପ୍ରମୁଖଙ୍କୁ ନେଇ ଗଠିତ ଟିମ୍‌ ବିଭିନ୍ନ ସ୍ଥାନରେ ଚଢ଼ାଉ କରିଥିଲେ। ସେମାନେ ବାଲିଆପାଳ ବ୍ଲକ ଛକରେ ଥିବା କାଳିକା ମିଠା ଦୋକାନ ଏବଂ କାଳିପଦା ବଜାରରେ ଥିବା ଗୋପାଳ ଦାସ ମିଷ୍ଟାନ୍ନ ଭଣ୍ଡାର ଉପରେ ଚଢ଼ାଉ କରି ପଶ୍ଚିମବଙ୍ଗ ଏବଂ ବାଲେଶ୍ୱର ଜିଲାର ବିଭିନ୍ନ ଅଞ୍ଚଳର ୬ଜଣ ଶିଶୁ ଶ୍ରମିକଙ୍କୁ କାମ କରୁଥିବା ବେଳେ ଉଦ୍ଧାର କରିଥିଲେ। ସେଥିମଧ୍ୟରୁ ପଶ୍ଚିମଓ୍ବାଡ଼ ଗ୍ରାମର ଜଣେ, ବାଲେଶ୍ୱର ଭୀମପୁରା ଅଞ୍ଚଳର ଦୁଇଜଣ ହୋଇଥିବା ବେଳେ ପଶ୍ଚିମବଙ୍ଗର ହାୱଡ଼ା ଅଞ୍ଚଳର ୩ଜଣ ବୋଲି ଜଣାପଡ଼ିଛି। ପରେ ସେମାନଙ୍କୁ ବାଲେଶ୍ୱର ଜିଲା ଶିଶୁମଙ୍ଗଳ କମିଟି ଅଧ୍ୟକ୍ଷ ଭାଗୀରଥି ବାରିକ, ସଦସ୍ୟ ପଦ୍ମଲୋଚନ ଦତ୍ତ ଓ ଗୌରୀମଣୀ ଉପାଧ୍ୟାୟଙ୍କ ଉପସ୍ଥିତିରେ କମିଟିକୁ ହସ୍ତାନ୍ତର କରାଗଲା। ଜିଲା ଶ୍ରମ ବିଭାଗ ପକ୍ଷରୁ ଦୋକାନ ମାଲିକଙ୍କୁ ନୋଟିସ କରାଯିବ ବୋଲି ଶ୍ରମ ଅଧିକାରୀ ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପଞ୍ଚଲିଙ୍ଗେଶ୍ୱରରେ ବାବାଙ୍କୁ ସ୍ପର୍ଶ ମନା: ଲାଗୁ ହେଲା କଟକଣା, ଜାଣନ୍ତୁ କାହିଁକି

ନୀଳଗିରି, ୨୭।୭ (ପ୍ରଶାନ୍ତ କୁମାର ବିଶ୍ୱାଳ): ଉତ୍ତର ଓଡ଼ିଶାର ପ୍ରସିଦ୍ଧ ଶୈବପୀଠ ବାବା ପଞ୍ଚଲିଙ୍ଗେଶ୍ୱରରେ ଶ୍ରାବଣ ମାସର ଦ୍ୱିତୀୟ ସୋମବାର ଅବସରରେ ଝରଣା ପାଣିର ପ୍ରଖର ସ୍ରୋତ…

ପଡ଼ୋଶୀଙ୍କ ପଥରମାଡ଼ରେ ଯୁବକ ମୃତ, ୫ ଜଣଙ୍କୁ ପୋଲିସ ଅଟକ ରଖି…

ବଲାଙ୍ଗୀର,୨୭ା୭(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ପାଟଣାଗଡ଼ ଉପଖଣ୍ଡରୁ ଆସିଛି ଏକ ଚାଞ୍ଚଲ୍ୟକର ଖବର। ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ପଥରମାଡ଼ରେ ଜଣେ ଯୁବକଙ୍କ ମୃତ୍ୟୁ ଘଟିଛି।…

ନଦୀରେ ବୁଡ଼ିଗଲେ ନାବାଳିକା କାଉଡ଼ିଆ: ଶିବ ମନ୍ଦିରରେ ଜଳଲାଗି ପାଇଁ….

ବାଲେଶ୍ୱର, ୨୭ (ବାଞ୍ଛାନିଧି ଦେ): ଶ୍ରାବଣ ମାସର ପ୍ରଥମ ସୋମବାରରେ ଘଟିଛି ଏକ ଅଭାବନୀୟ ଘଟଣା। ଶିବ ମନ୍ଦିରରେ ଜଳଲାଗି ପାଇଁ ନଦୀରୁ ପାଣି ଆଣିବାକୁ ଯାଇଥିବା…

ସ୍ତ୍ରୀଙ୍କ ସାମ୍ନାରେ ସ୍ବାମୀଙ୍କୁ ବୀଭତ୍ସ ହତ୍ୟା କରି ଜେଲ୍‌ ଗଲେ ବାପ-ପୁଅ

ଜୟପାଟଣା,୨୭ା୭(ଓମ୍‌ ପ୍ରକାଶ ବୈଠାରୁ): କଳାହାଣ୍ଡି ଜିଲା ଜୟପାଟଣା ଥାନା ଅନ୍ତର୍ଗତ କୁମଜୋର ଗ୍ରାମରେ ଜମିବାଡ଼ି ବିବାଦକୁ କେନ୍ଦ୍ର କରି ଘଟିଥିବା ହତ୍ୟାକାଣ୍ଡରେ ପୋଲିସ ବଡ଼ ସଫଳତା ପାଇଛି।…

ଓଡ଼ିଶା ଫେରିଲେ ଇଣ୍ଡିଆନ ଆଇଡଲ ବିଜେତା ଜ୍ୟୋତିର୍ମୟୀ, କହିଲେ ମହାପ୍ରଭୁ ଜଗନ୍ନାଥଙ୍କ ପାଇଁ…

ଭୁବନେଶ୍ୱର,୨୭ା୭: ଓଡ଼ିଶା ଫେରିଛନ୍ତି ଇଣ୍ଡିଆନ ଆଇଡଲ ବିଜେତା ଜ୍ୟୋତିର୍ମୟୀ ନାୟକ। ଇଣ୍ଡିଆନ ଆଇଡଲ ଟ୍ରଫି ସହ ଜ୍ୟୋତିର୍ମୟୀ ସୋମବାର ସକାଳେ ଆସି ଭୁବନେଶ୍ୱର ବିମାନ ବନ୍ଦରରେ ପହଞ୍ଚିଛନ୍ତି।…

ଗଣଶିକ୍ଷାମନ୍ତ୍ରୀଙ୍କ ଇସ୍ତଫା ଦାବି କଲେ ନବୀନ: କହିଲେ-ଧର୍ମେନ୍ଦ୍ର ପ୍ରଧାନଙ୍କ ଭଳି…

ଭୁବନେଶ୍ୱର, ୨୭।୭: ପ୍ରଥମରୁ ଅଷ୍ଟମ ପାଠ୍ୟ ପୁସ୍ତକ ତ୍ରୁଟି ପ୍ରସଙ୍ଗରେ ସରକାରଙ୍କୁ ଘେରିଲେ ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ। ନବୀନ ବିଦ୍ୟାଳୟ ଓ ଗଣଶିକ୍ଷାମନ୍ତ୍ରୀ ନିତ୍ୟାନନ୍ଦ…

୫ବର୍ଷରେ ବାଦ୍‌ ପଡ଼ିଲେଣି ୭୪.୮୯ଲକ୍ଷ ଭୋଟର

ଭୁବନେଶ୍ୱର,୨୭ା୭ (ରବିନାରାୟଣ ଜେନା): ଭାରତର ନିର୍ବାଚନ ଆୟୋଗ (ଇସିଆଇ)ଙ୍କ ପକ୍ଷରୁ ରାଜ୍ୟରେ ଭୋଟରତାଲିକାର ସ୍ବତନ୍ତ୍ର ସଘନ ସଂଶୋଧନ (ଏସ୍‌ଆଇଆର୍‌) ପ୍ରକ୍ରିୟା ଜାରି ରହିଛି। ଗତ ୫ତାରିଖରେ ଭୋଟର…

ଧର୍ମେନ୍ଦ୍ରଙ୍କ ପରେ ଜୋର୍‌ ଧରିଲା ଗଣଶିକ୍ଷା ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡଙ୍କ ଇସ୍ତଫା ଦାବି, ୭ ଦିନରେ ନ ଦେଲେ…

ଭୁବନେଶ୍ୱର, ୨୭।୭: କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ଇସ୍ତଫା ପ୍ରସଙ୍ଗକୁ ନେଇ ରାଜରାସ୍ତା ସରଗରମ ହୋଇଥିବାବେଳେ ବର୍ତ୍ତମାନ ରାଜ୍ୟରେ ଗଣଶିକ୍ଷା ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡଙ୍କ ଇସ୍ତଫା ଦାବି ଜୋର୍‌…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri