ବାଲିଆପାଳ, ୮।୮(ସ୍ବ.ପ୍ର.)-ବାଲିଆପାଳ ବ୍ଲକ ବାଲିଆପାଳ ବଜାର ଏବଂ କାଳିପଦା ଅଞ୍ଚଳରେ ଚାଇଲ୍ଡଲାଇନ ଏବଂ ଶ୍ରମ ବିଭାଗ ପକ୍ଷରୁ ଗୁରୁବାର ମିଳିତ ଭାବେ ବିଭିନ୍ନ ଦୋକାନ ଉପରେ ଚଢ଼ାଉ କରାଯାଇ ୬ଜଣ ଶିଶୁ ଶ୍ରମିକଙ୍କୁ ଉଦ୍ଧାର କରାଯାଇଛି।
ଜିଲା ଶ୍ରମ ଅଧିକାରୀ କୁବେର ବେହେରାଙ୍କ ନିର୍ଦ୍ଦେଶକ୍ରମେ ଚାଇଲ୍ଡଲାଇନ୍ ମୁଖ୍ୟ ପ୍ରଶାନ୍ତ ରାଉତଙ୍କ ନେତୃତ୍ୱରେ ବାଲିଆପାଳ ଚାଇଲ୍ଡଲାଇନ ସବ୍ସେଣ୍ଟର ଟିମ୍ ମେମ୍ବର କ୍ରିଷ୍ଣାରାଣୀ ଅନଡିଆ, କୁନିମଣି ଭୟାଁ, ଉତ୍ତମ କୁମାର ନାୟକ, ବାଲେଶ୍ୱର ଲେବର ଇନ୍ସପେକ୍ଟର ଦିଲୀପ ହଁାସଦା, ଏନସିଏଲପିର ମୁଖ୍ୟ ତନ୍ମୟ କୁମାର ବିଶ୍ୱାଳ, ଶୁଭେନ୍ଦୁ ଦାସମହାପାତ୍ର, ଏଏସ୍ଆଇ ଅଭିମନ୍ୟୁ ସାହୁ ପ୍ରମୁଖଙ୍କୁ ନେଇ ଗଠିତ ଟିମ୍ ବିଭିନ୍ନ ସ୍ଥାନରେ ଚଢ଼ାଉ କରିଥିଲେ। ସେମାନେ ବାଲିଆପାଳ ବ୍ଲକ ଛକରେ ଥିବା କାଳିକା ମିଠା ଦୋକାନ ଏବଂ କାଳିପଦା ବଜାରରେ ଥିବା ଗୋପାଳ ଦାସ ମିଷ୍ଟାନ୍ନ ଭଣ୍ଡାର ଉପରେ ଚଢ଼ାଉ କରି ପଶ୍ଚିମବଙ୍ଗ ଏବଂ ବାଲେଶ୍ୱର ଜିଲାର ବିଭିନ୍ନ ଅଞ୍ଚଳର ୬ଜଣ ଶିଶୁ ଶ୍ରମିକଙ୍କୁ କାମ କରୁଥିବା ବେଳେ ଉଦ୍ଧାର କରିଥିଲେ। ସେଥିମଧ୍ୟରୁ ପଶ୍ଚିମଓ୍ବାଡ଼ ଗ୍ରାମର ଜଣେ, ବାଲେଶ୍ୱର ଭୀମପୁରା ଅଞ୍ଚଳର ଦୁଇଜଣ ହୋଇଥିବା ବେଳେ ପଶ୍ଚିମବଙ୍ଗର ହାୱଡ଼ା ଅଞ୍ଚଳର ୩ଜଣ ବୋଲି ଜଣାପଡ଼ିଛି। ପରେ ସେମାନଙ୍କୁ ବାଲେଶ୍ୱର ଜିଲା ଶିଶୁମଙ୍ଗଳ କମିଟି ଅଧ୍ୟକ୍ଷ ଭାଗୀରଥି ବାରିକ, ସଦସ୍ୟ ପଦ୍ମଲୋଚନ ଦତ୍ତ ଓ ଗୌରୀମଣୀ ଉପାଧ୍ୟାୟଙ୍କ ଉପସ୍ଥିତିରେ କମିଟିକୁ ହସ୍ତାନ୍ତର କରାଗଲା। ଜିଲା ଶ୍ରମ ବିଭାଗ ପକ୍ଷରୁ ଦୋକାନ ମାଲିକଙ୍କୁ ନୋଟିସ କରାଯିବ ବୋଲି ଶ୍ରମ ଅଧିକାରୀ ସୂଚନା ଦେଇଛନ୍ତି।
ଛେଚୁଛି ବର୍ଷା: ପାଣିରେ ବୁଡ଼ିଲା ଚାଷଜମି, ଚିନ୍ତାରେ ଚାଷୀ
ଗଞ୍ଜାମ,୨୯ା୧୦(ବିଦ୍ୟାଧର ସାହୁ): ସାମୁଦ୍ରିକ ଝଡ଼ ଅର୍ଣ୍ଣବ ପ୍ରଭାବରେ ଗଞ୍ଜାମ ସହର ଏବଂ ଆଖପାଖ ଅଞ୍ଚଳରେ ତିନିଦିନ ଧରି ଲଗାଣ ବର୍ଷା ଜାରିରହିଛି l ଏହି ବର୍ଷା ଯୋଗୁୁ…
ହାଟଡିହୀ ତହସିଲରେ ପଲିଥିନ୍ ଚୋରି ନାଟକ, ୨ ଦିନ ପରେ ତହସିଲଦାରଙ୍କୁ କର୍ମଚାରୀ ଜଣାଇବା ପରେ…
ହାଟଡିହୀ/ଛେନାପଦୀ,୨୯ା୧୦(ଶୁଭକାନ୍ତ ନାୟକ/ନିରାକାର ପରିଡ଼ା): କେନ୍ଦୁଝର ଜିଲା ହାଟଡିହୀ ତହସିଲ କାର୍ଯ୍ୟାଳୟରୁ ୧୫୦ଟି ପଲଥିନ୍ ଚୋରି ଘଟଣାର ଦୁଇ ଦିନ ପରେ ଥାନାରେ ଅଭିଯୋଗ ହେବାକୁ ନେଇ ସନ୍ଦେହ…
ଧସିଲା ରାସ୍ତା: ଗାଡ଼ି ଚଳାଚଳ ବନ୍ଦ, ବଢ଼ିଲା ଲୋକଙ୍କ ଦୁଃଖ
ମୋହନା,୨୯ା୧୦(ମନ୍ମଥ ମିଶ୍ର): ଅର୍ଣ୍ଣବଶର ପ୍ରକୋପରେ ଗତ ଦୁଇଦିନ ତୁହାକୁ ତୁହା ଲଗାଣ ବର୍ଷାଦ୍ୱାରା ମୋହନା ଅଞ୍ଚଳରେ ଜଳମଗ୍ନ ଦେଖିବାକୁ ମିଳିଛି। ବୁଧବାର ମଧ୍ୟରାତ୍ରିଠାରୁ ବର୍ଷା କମିବା ଦ୍ବାରା…
ଅର୍ଣ୍ଣବ ପ୍ରଭାବ: ଗାଁରେ ପଶିଲା ପାଣି, ଯୋଗାଯୋଗ ବିଚ୍ଛିନ୍ନ
ପୁରୁଷୋତ୍ତମପୁର,୨୯ା୧୦(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ତହସିଲ ଅଞ୍ଚଳରେ ଲଗାଣ ବର୍ଷା ଜନଜୀବନକୁ ସମ୍ପୂର୍ଣ୍ଣ ଅସ୍ତବ୍ୟସ୍ତ କରିଦେଇଛି। ଗତ ୩ ଦିନ ହେବ କ୍ରମାଗତ ଭାବେ ଲାଗିରହିଥିବା…
ମହାବାତ୍ୟାର ୨୭ ବର୍ଷ: ଯୁବକଙ୍କ ଆଖିଆଗରେ ଭାସି ଯାଇଥିଲେ ପାଣିଖିଆ ଗାଁ ୧୨ ଜଣ, ଏବେ ବି…
ମହାକାଳପଡ଼ା, ୨୯ା୧୦(ପ୍ରତାପ ଚନ୍ଦ୍ର ସ୍ବାଇଁ): ୧୯୯୯ରେ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଭୟଙ୍କର ମହାବାତ୍ୟାର କରାଳ ଦୃଶ୍ୟ ଏବେବି ଲୋକଙ୍କର ମନେପଡ଼େ। ଆଜିକୁ ୨୭ ବର୍ଷ ପୂର୍ବେ ସମୁଦ୍ରକୂଳିଆ…
ମହାବାତ୍ୟାକୁ ପୂରିଲା ୨୭ ବର୍ଷ: ଏବେବି ଜୀବନ୍ତ ହୋଇ ରହିଯାଇଛି ସେଦିନର କରାଳ ଦୃଶ୍ୟ
ରାଜନଗର,୨୯ା୧୦(ଭାସ୍କର ରାଉତରାୟ): ୧୯୯୯ ଅକ୍ଟୋବର ୨୯ର ମହାବାତ୍ୟା ଉପକୂଳବାସୀଙ୍କ ପାଇଁ ଦୁଃଖର ଦିନାଙ୍କ। ଏହି ଦିନର କାଳରାତ୍ରିରେ ମହାକାଳ ରଚିଥିଲା ମହାପ୍ରଳୟ। ୩୦୦ କିଲୋମିଟର ବେଗରେ ପବନ…
ବାତ୍ୟା ‘ଅର୍ଣ୍ଣବ’ର ପ୍ରଭାବ: ଅତ୍ୟାବଶ୍ୟକ ସାମଗ୍ରୀ ସଙ୍କଟ ଆଶଙ୍କା
ଦାରିଙ୍ଗବାଡ଼ି, ୨୯।୧୦ (ଅରୁଣ ସାହୁ): ବାତ୍ୟା ‘ଅର୍ଣ୍ଣବ’ର ପ୍ରଭାବରେ କନ୍ଧମାଳ ଜିଲାର ଦାରିଙ୍ଗବାଡ଼ି ଅଞ୍ଚଳରେ ଜନଜୀବନ ପ୍ରଭାବିତ ହୋଇଛି। ଅନ୍ୟପଟେ, କନ୍ଧମାଳ ଓ ଗଞ୍ଜାମ ଜିଲାକୁ ସଂଯୋଗ…
ପୁଣି ସୃଷ୍ଟି ହେଲା ଲଘୁଚାପ: ୨୪ ଘଣ୍ଟାରେ…
ଭୁବନେଶ୍ୱର, ୨୯।୧୦: ଦକ୍ଷିଣ ଆଣ୍ଡାମାନ ସାଗରରେ ସୃଷ୍ଟି ହେଲା ଲଘୁଚାପ। ୨୪ ଘଣ୍ଟାରେ ଘନୀଭୂତ ହୋଇ ସ୍ପଷ୍ଟଚିହ୍ନିତ ଲଘୁଚାପରେ ପରିଣତ ହେବ। ପରବର୍ତ୍ତୀ ୨୪ ଘଣ୍ଟାରେ ଅବପାତ…

