ଅନୁଗୋଳ ଅଫିସ, ୬।୫ – ଅନୁଗୋଳ ହୁଲୁରିସିଂହା ଅଞ୍ଚଳରେ ମଙ୍ଗଳବାର ଏକ ନବଜାତ ଶିଶୁ ପୁତ୍ରକୁ ବିକ୍ରି କରାଯାଇଥିବା ଚର୍ଚ୍ଚା ହେଉଛି। ତେବେ ସମ୍ପୃକ୍ତ ଶିଶୁପୁତ୍ରକୁ ଉଦ୍ଧାର ପରେ ଜିଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଥିବା ସୂଚନା ମିଳିଛି। ଅନ୍ୟପକ୍ଷରେ ଘଟଣାର ଖୋଳତାଡ଼ କରାଯିବ ବୋଲି ଜିଲା ଶିଶୁ ସୁରକ୍ଷା ଅଧିକାରୀ ଗୌରୀଶଙ୍କର ବେହେରା ସୂଚନା ଦେଇଛନ୍ତି।
ସୂଚନା ଅନୁଯାୟୀ, ହୁଲୁରିସିଂହା ଅଞ୍ଚଳର ମହିଳା ଜଣଙ୍କର ପୂର୍ବରୁ ଦୁଇଟି ସନ୍ତାନ ରହିଛନ୍ତି। ତେବେ ଆର୍ଥତ୍କ ଅନଟନ କାରଣରୁ ସେ ତୃତୀୟ ଗର୍ଭକୁ ରଖିବାକୁ ଚାହିଁ ନ ଥିଲେ। କିନ୍ତୁ ଅନୁଗୋଳର ଜଣେ ସହୃଦୟ ବ୍ୟକ୍ତି ସମ୍ପୃକ୍ତା ଗର୍ଭବତୀଙ୍କ ଯତ୍ନ ନେଉଥିଲେ। ତାଙ୍କୁ ନିୟମିତ ଚିକିତ୍ସା ସେବା ଯୋଗାଇ ଦେଉଥିଲେ। ମହିଳା ଜଣକ ଏକ ଶିଶୁ ସନ୍ତାନ ଜନ୍ମ ହେବା ପରେ ଜଣେ ବ୍ୟକ୍ତିଙ୍କୁ ବିକ୍ରି କରିଦେଇଥିବା ଚର୍ଚ୍ଚା ହୋଇଥିଲା। ଏ ନେଇ ସ୍ଥାନୀୟ ଆଶାକର୍ମୀ ସୂଚନା ପାଇ ଶିଶୁ ସୁରକ୍ଷା ଅଧିକାରୀଙ୍କୁ ଅବଗତ କରିଥିଲେ। ପରେ ଶିଶୁପୁତ୍ରକୁ ଉଦ୍ଧାର କରାଯାଇ ପ୍ରଥମେ ଶିଶୁ ସୁରକ୍ଷା ସମିତି ଓ ପରେ ମେଡିକାଲରେ ଭର୍ତ୍ତି କରାଯାଇଥିଲା ବୋଲି ଶିଶୁ ସୁରକ୍ଷା ଅଧିକାରୀ ବେହେରା ସୂଚନା ଦେଇଛନ୍ତି। ତେବେ ବିକ୍ରି କରାଯିବା ନେଇ ହେଉଥିବା ଅଭିଯୋଗର କଣସି ତଦନ୍ତ କରାଯାଇ ନାହିଁ। ଆଗାମୀ ଦିନରେ ଏ ନେଇ ତଦନ୍ତ କରାଯିବ ବୋଲି ବେହେରା ପ୍ରକାଶ କରିଛନ୍ତି।
Posted inଅନୁଗୋଳ, ଆମ ଜିଲା ଖବର View All
ଆଜି ବାରବାଟୀରେ ଭାରତ-ଦକ୍ଷିଣ ଆଫ୍ରିକା ମ୍ୟାଚ୍: ଜାଣନ୍ତୁ ଖେଳାଯିବ ମ୍ୟାଚ୍
କଟକ,୯ା୧୨(ଅନାଦି କର):ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ମଙ୍ଗଳବାର ଐତିହାସିକ ବାରବାଟୀ ଷ୍ଟାଡିୟମରେ ପ୍ରଥମf ଟି୨୦ ମ୍ୟାଚ୍ ଖେଳାଯିବ। ଏହି ମ୍ୟାଚ୍ ପାଇଁ ଖେଳାଳିଙ୍କଠାରୁ ଆରମ୍ଭ...
କୋଣାର୍କ ମନ୍ଦିର ଗର୍ଭଗୃହକୁ ବାଟ ଫିଟିଲା: ମନ୍ଦିର କାନ୍ଥରେ ଖୋଳା ହେଲା ଟନେଲ୍
ପୁରୀ,୮।୧୨: ବିଶ୍ୱପ୍ରସିଦ୍ଧ କୋଣାର୍କ ସୂର୍ଯ୍ୟମନ୍ଦିରର ଗର୍ଭଗୃହରେ ଥିବା ବାଲି କାଢ଼ିବା ପୂର୍ବରୁ ଆଜି ମନ୍ଦିର କାନ୍ଥର ସ୍ଥିତି ଅନୁଧ୍ୟାନ କରିବା ପାଇଁ ୯ ମିଟର (ପ୍ରାୟ...
ବଲାଙ୍ଗୀର ଫଳ ବଜାରରେ ଅଗ୍ନିକାଣ୍ଡ: ପୂର୍ବତନ ମନ୍ତ୍ରୀ ଅନଙ୍ଗ ଉଦୟ ସିଂହଦେଓ କହିଲେ କ୍ଷତିପୂରଣ ପାଇଁ…
ବଲାଙ୍ଗୀର,୮।୧୨ ( ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ପୁରୁଣା ବସଷ୍ଟାଣ୍ଡ ଫଳ ବଜାରରେ ବଡ଼ ଧରଣର ଅଗ୍ନିକାଣ୍ଡ ଘଟିଛି। ଦେଖୁ ଦେଖୁ ହୁ ହୁ ହୋଇ...
ଥମୁନି ଚାଷୀ ଅସନ୍ତୋଷ: ଧାନ କିଣାବିକାରେ ଅଚଳାବସ୍ଥା ନେଇ ଜିଲାପାଳଙ୍କୁ ଫେରାଦ ଦେଲେ…
ବରଗଡ଼, ୮।୧୨(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାକୁ ରାଜ୍ୟର ଭାତହାଣ୍ଡି କୁହାଯାଏ। ଜିଲାରେ ଅଧିକ ଧାନ ଉପତ୍ାଦନ ଯୋଗୁ ବରଗଡ଼ର ଏଭଳି ପରିଚୟ ରହିଛି। ତେବେ ଉକ୍ତ...
ଜମିଜମା ବିବାଦ ସମାଧାନ କରିବାକୁ ଲାଞ୍ଚ ନେଉଥିଲେ ଏଏସ୍ଆଇ, ମାଡିବସିଲା ଭିଜିଲାନ୍ସ
ଯାଜପୁର ଟାଉନ,୮ା୧୨(ପ୍ରଯକ୍ତା ପ୍ରିୟଦର୍ଶିନୀ ମହାନ୍ତି): ଯାଜପୁର ଟାଉନ ଥାନା ଏଏସ୍ଆଇ ନନ୍ଦକିଶୋର ଦାସ ଏକ ଜମିଜମା ବିବାଦ ସମାଧାନ କରିବାକୁ ୫ ହଜାର ଟଙ୍କା ଲାଞ୍ଚ...
ପୋଖରୀରେ ବୁଡିଯାଇ ଏକାସାଙ୍ଗରେ ଚାଲିଗଲେ ସ୍ତ୍ରୀ-ସ୍ବାମୀ, ଅଞ୍ଚଳରେ ଶୋକର ଛାୟା
ଥୁଆମୂଳ ରାମପୁର, ୮।୧୨(ଦୁର୍ଗା କୀର୍ତ୍ତି): ବୃଦ୍ଧବୃଦ୍ଧା ସ୍ବାମୀ ସ୍ତ୍ରୀ ପୋଖରୀକୁ ଶୌଚ ହେବା ପାଇଁ ଯିବା ହେଲା କାଳ। ପୋଖରୀ ପାଣିରେ ବୁଡି ମୃତ୍ୟୁବରଣ କରିଥିବା...
ମିଳୁନଥିଲା କୌଣସି କାମ, ଭାରସାମ୍ୟ ହରାଇ ଯୁବକ ନେଲେ ଚରମ ନିଷ୍ପତ୍ତି, ଘରେ ଏକାଥିବା ବେଳେ…
ଦିଗପହଣ୍ଡି,୮।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଏନଏସି ୱାର୍ଡ ନଂ.୧୦ ଆନନ୍ଦନଗରର ସୁନୀଲ ସେଠୀ (୨୬) ନାମକ ଜଣେ ଯୁବକ ମାନସିକ ଭାରସାମ୍ୟ ହରାଇ...
ଦିଆଯାଉନାହିଁ ରାଶନ, ଭତ୍ତା: ଶତାଧିକ ବ୍ୟକ୍ତିଙ୍କ ଅଭିଯୋଗ ଶୁଣି ବିଡିଓ କହିଲେ…
ଦିଗପହଣ୍ଡି,୮।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଳକ ଚଷାନିମଖଣ୍ଡି ପଞ୍ଚାୟତ କାର୍ଯ୍ୟାଳୟରେ ସୋମବାର ପଞ୍ଚାୟତସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣି ଅନୁଷ୍ଠିତ ହୋଇଯାଇଛି । ଦିଗପହଣ୍ଡି...
Archives


