Posted inଜାତୀୟ

୭ବର୍ଷରେ ୭ଥର ଗର୍ଭବତୀ: ଲିଙ୍ଗ ପରୀକ୍ଷଣରେ କନ୍ୟା ଭ୍ରୂଣ ଯୋଗୁ ବାରମ୍ବାର କରୁଥିଲେ ଗର୍ଭପାତ, ଏଥର ମିଳିଲା ଆଶ୍ୱସ୍ତି

ହାଇଦ୍ରାବାଦ, ୧୬।୭: କେନ୍ଦ୍ର ସରକାରଙ୍କ ‘ବେଟି ବଚାଓ, ବେଟି ପଢ଼ାଓ’ ସ୍ଲୋଗାନ ଦେଶରେ ସେମିତି କିଛି ପ୍ରଭାବ ପକାଉଥିବା ପରିଲକ୍ଷିତ ହେଉ ନାହିଁ। ଏହାର ଏକ ସଦ୍ୟତମ ଉଦାହରଣ ଦେଖିବାକୁ ମିଳିଛି ହାଇଦ୍ରାବାଦରେ। ୭ବର୍ଷରେ ୭ଥର ଜଣେ ମହିଳା ଗର୍ଭବତୀ ହୋଇଥିଲେ ମଧ୍ୟ ତାଙ୍କ ପରିବାର ଲୋକେ ତାଙ୍କର ଜବରଦସ୍ତ ଗର୍ଭପାତ କରାଇଦେଉଥିଲେ। ଲିଙ୍ଗ ପରୀକ୍ଷଣରେ କନ୍ୟା ଭ୍ରୂଣ ଥିବାରୁ ମହିଳାଙ୍କ ପରିବାର ଲୋକେ ଗର୍ଭପାତ କରିଦେବା ପାଇଁ ତାଙ୍କୁ ପ୍ରବର୍ତ୍ତାଉଥିଲେ। ଏଥର କିନ୍ତୁ ଗର୍ଭରେ ପୁଅ ଥିବା ଜାଣିବା ପରେ ମହିଳାଙ୍କୁ ଆଶ୍ୱସ୍ତି ମିଳିଛି। ସୂଚନାଯୋଗ୍ୟ, ହାଇଦ୍ରାବାଦର ୩୧ ବର୍ଷୀୟ ସୁମତି ନିଜ ପରିବାର ଲୋକଙ୍କ ଦ୍ୱାରା ଏତେ ଭୟଭୀତ ହୋଇଯାଇଛନ୍ତି କି ପ୍ରତିଦିନ ରାତିରେ ସ୍ବପ୍ନରେ ତାଙ୍କ ଗର୍ଭପାତ କରିଦିଆଯାଉଥିବା କଥା ଭାବୁଛନ୍ତି। ଏଥର ଗର୍ଭରେ ପୁଅ ଥିବା ଜାଣିବା ପରେ ତାଙ୍କୁ କିଛି ଆଶ୍ୱସ୍ତି ମିଳିଛି ବୋଲି କହନ୍ତି ସୁମତି। ଭଲ ହେଲା ମୋର ଝିଅ ହୋଇ ନାହିଁ ନଚେତ୍‌, ତାଙ୍କୁ ମଧ୍ୟ ମୋ ଭଳି ପରିସ୍ଥିତିର ସାମ୍ନା କରିବାକୁ ପଡିଥାନ୍ତା ବୋଲି ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପ୍ରତି ୪ ଜନଧନ ଆକାଉଣ୍ଟରୁ ଗୋଟିଏ ଅଚଳ

ବ୍ୟାଙ୍କ ସେବା ସହ ସମସ୍ତଙ୍କୁ ଯୋଡ଼ିବା ଉଦ୍ଦେଶ୍ୟରେ ୨୦୧୪ରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ପ୍ରଧାନମନ୍ତ୍ରୀ ଜନ ଧନ ଯୋଜନା ଆରମ୍ଭ କରିଥିଲେ। ଏପରି କି ଏହି ଯୋଜନାରେ…

ଏଇ ଭାରତରେ

ରବିବାର ଭୋର ୪ଟା ହୋଇଗଲେ ମୁମ୍ବାଇର ପୂଜା ଓ ଦୀପେଶ ଡେଢ଼ିହାଙ୍କ ଘରେ ରୋଷେଇ ଆରମ୍ଭ ହୋଇଯାଏ । ଯେ କେହି ଭାବିବେ, ଏହି ଦମ୍ପତି ଏତେ…

ବୁଢ଼ା ଡଙ୍ଗରର ଆତ୍ମକାହାଣୀ

ମୁଁ ବୁଢ଼ା ଡଙ୍ଗର। ମୋର ଜନ୍ମ ଇତିହାସ କେତେ ନିୟୁତ ବର୍ଷର ପୁରୁଣା। ମୋର ପରିଚୟ କାହାରିକୁ ଜଣାନାହିଁ। ତଥାପି ମୁଁ ଗୋଟିଏ ଭୂଖଣ୍ଡର ପରିଚୟ ହୋଇ…

ସବୁଠୁ ନିଜର

ଏକ ସମୟ ଥିଲା, ଯେତେବେଳେ ମଣିଷ ନିଜର ସୁଖ-ଦୁଃଖ ବାଣ୍ଟିବା ପାଇଁ ପରିବାର, ସାଙ୍ଗସାଥୀ ଓ ପଡ଼ୋଶୀଙ୍କୁ ଖୋଜୁଥିଲା। କିନ୍ତୁ ଆଜି ସକାଳୁ ଆଖି ଖୋଲିବାଠାରୁ ରାତିରେ…

ଦିଲ୍ଲୀ ସତ୍ୟ ନିକେତନ ଘଟଣା: ଭଗ୍ନାବଶେଷରୁ ୧୦ ଉଦ୍ଧାର, ୬ ମୃତ ଘରମାଲିକଙ୍କ ବିରୋଧରେ ଏଫଆଇଆର ରୁଜୁ

ନୂଆଦିଲ୍ଲୀ,୭।୯: ସୋମବାର ଦିଲ୍ଲୀର ସତ୍ୟ ନିକେତନ ଅଞ୍ଚଳରେ ଏକ ଦୁଃଖଦ ଘଟଣା ଘଟିଛି, ଯେଉଁଠାରେ ଏକ ପୁରୁଣା ତିନି ମହଲା କୋଠା ତାସ ଘର ପରି ଭୁଶୁଡ଼ି…

ଅନୁଦାନ ଅନୁକମ୍ପା ନୁହେଁ, ଅଧିକାର

ଶିକ୍ଷାର ବିକାଶ ନିମନ୍ତେ ଶିକ୍ଷାନୁଷ୍ଠାନ ଖୋଲିବା ସରକାରଙ୍କ ଦାୟିତ୍ୱ। ମାତ୍ର ଛାତ୍ରୀଛାତ୍ରଙ୍କ ଆବଶ୍ୟକତା ଦୃଷ୍ଟିରୁ ସ୍ବାଧୀନତାର କେଇ ଦଶନ୍ଧି ପର୍ଯ୍ୟନ୍ତ ପର୍ଯ୍ୟାପ୍ତ ନ ଥିଲା ଓଡ଼ିଶାର ଶିକ୍ଷାନୁଷ୍ଠାନ।…

ଲାଭା ଉଦ୍‌ଗିରଣ: ବିମାନ ବାତିଲ କଲା ଇଣ୍ଡୋନେସିଆ

ଜାକର୍ତ୍ତା,୭ା୯: ଇଣ୍ଡୋନେସିଆର ଅନକ କ୍ରକାତାଉ ଆଗ୍ନେୟଗିରିରୁ ରବିବାର ଭୋର ସମୟରେ ଲାଭା ଉଦ୍‌ଗିରଣ ହୋଇଛି। ଲାଭା ପାଉଁଶ ପଶ୍ଚିମ ଇଣ୍ଡୋସେନିଆ ଆକାଶକୁ ଛାଇଯାଇଥିବାରୁ ଜାକର୍ତ୍ତାର ସୁକର୍ଣ୍ଣୋ-ହାଟ୍ଟା ଅନ୍ତର୍ଜାତୀୟ…

Plane Crash: ମିଆମି ବିମାନବନ୍ଦରରେ ବଡ଼ ଦୁର୍ଘଟଣା; ୫ ମୃତ ୫ ଆହତ ଦେଖନ୍ତୁ Video

ଓ୍ବାଶିଂଟନ,୭।୯: ଆମେରିକାର ମିଆମି ବିମାନବନ୍ଦରରେ ଏକ ବିମାନ ଦୁର୍ଘଟଣାଗ୍ରସ୍ତ ହୋଇଛି, ଯାହା ଫଳରେ ଅତି କମରେ ୫ ଜଣଙ୍କର ମୃତ୍ୟୁ ହୋଇଛି ଏବଂ ଅନ୍ୟ ୫ ଜଣ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri