Posted inଖେଳ

୭ମ ବିଶ୍ୱ ଟାଇଟଲଠାରୁ ଦୁଇ ପାଦ ଦୂରରେ ମେରୀକମ୍‌

ଉଲାନ-ଉଡେ(ରୁଷିଆ), ୧୦।୧୦: ଛ’ ଥର ବିଶ୍ୱ ଚାମ୍ପିୟନ ଏମ୍‌.ସି. ମେରୀକମ୍‌ ଏଠାରେ ଚାଲିଥିବା ବିଶ୍ୱ ମହିଳା ବକ୍ସିଂ ଚାମ୍ପିୟନଶିପର ସେମିଫାଇନାଲରେ ପ୍ରବେଶ କରି ପଦକ ନିଶ୍ଚିତ କରିଛନ୍ତି। ଟୁର୍ନାମେଣ୍ଟ ଇତିହାସରେ ଏହା ତାଙ୍କର ୮ମ ପଦକ। ମହିଳା ବିଶ୍ୱ ଚାମ୍ପିୟନଶିପ ଟୁର୍ନାମେଣ୍ଟ ଇତିହାସରେ ସବୁଠୁ ସଫଳତମ ବକ୍ସର ମେରୀକମ୍‌ ନିଜ ରେକର୍ଡକୁ ଆହୁରି ଉନ୍ନତର କରିଛନ୍ତି। ସେ ଏବେ କ୍ୟାରିୟରର ୭ମ ବିଶ୍ୱ ଚାମ୍ପିୟନଶିପ ସ୍ବର୍ଣ୍ଣ ପଦକଠାରୁ ଆଉ ମାତ୍ର ଦୁଇ ପାଦ ଦୂରରେ ଅଛନ୍ତି।
ଗୁରୁବାର ୫୧ କେଜି ବର୍ଗରେ କ୍ୱାର୍ଟର ଫାଇନାଲରେ କଲମ୍ବିଆର ଭାଲେନ୍ସିଆ ଭିକ୍ଟୋରିଆଙ୍କୁ ୫-୦ ବ୍ୟବଧାନରେ ହରାଇ ଦେଇଛନ୍ତି। ମ୍ୟାଚ୍‌ରେ କିମ୍ବଦନ୍ତୀ ମଣିପୁର ବକ୍ସର ଚତୁରତାର ସହିତ ପ୍ରଦର୍ଶନ କରିଥିଲେ। ଡିଫେନ୍ସିଭ ଖେଳୁଥିବା ମେରୀକମ୍‌ ନିଜ ସୁଯୋଗକୁ ଅପେକ୍ଷା କରି ପଞ୍ଚ ମାରିଥିଲେ। ନିୟମିତ ବ୍ୟବଧାନରେ ସେ ସିଧା ପଞ୍ଚ ମାରୁଥିଲେ, ଯାହାକି ବେଶ ପ୍ରଭାବକାରୀ ସାବ୍ୟସ୍ତ ହୋଇଥିଲା। ଶୁକ୍ରବାର ବିଶ୍ରାମ ଦିବସ ଥିବାବେଳେ ଶନିବାର ସେମିଫାଇନାଲ ରାଉଣ୍ଡ ଖେଳାଯିବ। ଏଥିରେ ମେରୀକମ୍‌ ୟୁରୋପ ଚାମ୍ପିୟନ ବୁସେନାଜ ସାକିରୋଗ୍‌ଲୁଙ୍କୁ ଭେଟିବେ।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ଆରମ୍ଭ ହେଲା ଏସିଆନ ଗେମ୍ସ, ମନୁ ଭାକର, ପବନ ଶେରାଓ୍ବତ ନେଲେ ଭାରତର ନେତୃତ୍ୱ

ନାଗୋୟା,୧୯ା୯: ଦିନକର ସାଙ୍ଗଠନିକ ସ୍ଥାନୀୟ ମିଜୁହୋ ପାର୍କ ଆଥଲେଟିକ୍‌ ଷ୍ଟାଡିୟମରେ ରଙ୍ଗାରଙ୍ଗ ହାଇଟେକ୍‌ ଉଦ୍‌ଘାଟନୀ କାର୍ଯ୍ୟକ୍ରମ ସହ ୨୦ତମ ଏସିଆନ ଗେମ୍ସ ଆନୁଷ୍ଠାନିକ ଭାବେ ଆରମ୍ଭ ହୋଇଛି।…

ଡେଭିିସ କପ୍‌ରେ ଭାରତକୁ ହରାଇଲା କୋରିଆ

ସିଓଲ, ୧୯ା୯: ଏସିଆର ପ୍ରଥମ ଦେଶ ଭାବେ ଡେଭିସ କପ୍‌ ଫାଇନାଲ-୮ରେ ପ୍ରବେଶ ପାଇଁ ମିଳିଥିବା ଏକ ଐତିହାସିକ ସୁଯୋଗକୁ ହରାଇଛି ଭାରତ। ଅନୁଷ୍ଠିତ କ୍ୱାଲିଫାୟର-୨ରେ କୋରିଆ…

ଭାରତୀୟ କ୍ରିକେଟ ଦଳକୁ ନେଇ ହଟଚମଟ; Asian Gamesକୁ ନେଇ ଉଠିଲା ନୂଆ ବିବାଦ

ନୂଆଦିଲ୍ଲୀ,୧୯।୯: ୨୦୨୬ ଏସୀୟ କ୍ରୀଡ଼ା ପାଇଁ ଭାରତୀୟ ପୁରୁଷ କ୍ରିକେଟ ଦଳ ରବିବାର ଜାପାନ ଗସ୍ତ କରିବାକୁ ପ୍ରସ୍ତୁତ ହେଉଥିବା ବେଳେ ଏହି ଯାତ୍ରା ପୂର୍ବରୁ ଏକ…

ବିରାଟ କୋହଲିଙ୍କ କ୍ରେଜ ଦେଖିଛନ୍ତି? ମାତ୍ର ୨୪ ଘଣ୍ଟା ମଧ୍ୟରେ ବିକ୍ରି ହୋଇଯାଇଥିଲା ପ୍ରଥମ ଦିନିକିଆ ମ୍ୟାଚ ପାଇଁ ୫୦,୦୦୦ ଟିକେଟ

ନୂଆଦିଲ୍ଲୀ,୧୯।୯: ୱେଷ୍ଟଇଣ୍ଡିଜ କ୍ରିକେଟ ଦଳ ତିନୋଟି ODI (ଏକଦିବସୀୟ) ଏବଂ ପାଞ୍ଚୋଟି T20I ମ୍ୟାଚ ବିଶିଷ୍ଟ ସିରିଜ ପାଇଁ ଭାରତ ଗସ୍ତ କରୁଛି। ଏହି ଗସ୍ତ ସେପ୍ଟେମ୍ବର…

ଭାରତ ପାଇଁ ଡେବ୍ୟୁ କଲେ ବୀରେନ୍ଦ୍ର ସେହ୍ବାଗଙ୍କ ପୁଅ: ପ୍ରଥମ ମ୍ୟାଚ୍‌ରେ କଲେ ଏମିତି କାରନାମା

ରାଜକୋଟ,୧୯।୯: ବାପାଙ୍କ ଭଳି କ୍ରିକେଟ ମଇଦାନରେ ପାଦ ଥାପିବାର ଆର୍ଯ୍ୟବୀର ସେହ୍ବାଗଙ୍କ ଅପେକ୍ଷା ଶେଷ ହୋଇଛି। ଅଷ୍ଟ୍ରେଲିଆ ଅଣ୍ଡର-୧୯ ବିପକ୍ଷରେ ରାଜକୋଟରେ ଖେଳାଯାଇଥିବା ମ୍ୟାଚ୍‌ରେ ସେ ପ୍ରଥମଥର…

ଅଷ୍ଟ୍ରେଲିଆ ବୋଲରଙ୍କୁ ଧୂଳି ଚଟାଇଲେ ରାହୁଲ ଦ୍ରାବିଡ଼ଙ୍କ ପୁଅ, ବର୍ଷା କଲେ ଚୌକା-ଛକା,ସମସ୍ତେ ଆଶ୍ଚର୍ଯ୍ୟ

ରାଜକୋଟ,୧୯।୯: କ୍ରିକେଟରେ ‘ଦ୍ରାବିଡ଼’ ନାଁ ଶୁଣିଲେ ରାହୁଲ ଦ୍ରାବିଡ଼ଙ୍କ ଧୈର୍ଯ୍ୟଶୀଳ ଓ ଶାନ୍ତ ବ୍ୟାଟିଂ ମନେ ପଡ଼େ। କିନ୍ତୁ ତାଙ୍କ ପୁଅ ଅନୱୟ ଦ୍ରାବିଡ଼ ବ୍ୟାଟରେ ଦେଖାଇଛନ୍ତି…

IPL 2027 ନିଲାମ ପୂର୍ବରୁ ୧୧ ବଡ଼ ବ୍ୟାଟରଙ୍କୁ ରିଲିଜ କରାଯିବ! ଲିଷ୍ଟ ଦେଖିଲେ ମୁଣ୍ଡରେ ହାତ ଦେବେ

ନୂଆଦିଲ୍ଲୀ,୧୮।୯: ସମସ୍ତ ଦଳ ଇଣ୍ଡିଆନ ପ୍ରିମିୟର ଲିଗ (IPL)ର ୨୦ତମ ସିଜିନଅର୍ଥାତ IPL 2027 ପାଇଁ ପ୍ରସ୍ତୁତି ଆରମ୍ଭ କରିସାରିଛନ୍ତି। ଯଦିଓ ଏହି ଟୁର୍ଣ୍ଣାମେଣ୍ଟ ଆସନ୍ତା ବର୍ଷ…

ବିପଦରେ ଅଜିତ ଅଗରକରଙ୍କ ପଦବୀ! BCCIର ନୂଆ ମୁଖ୍ୟ ଚୟନକର୍ତ୍ତା ହେବେ କି ପାର୍ଥିବ ପଟେଲ? ଏକ ପୋଷ୍ଟକୁ ନେଇ…

ନୂଆଦିଲ୍ଲୀ,୧୮।୯: ପୂର୍ବତନ ଭାରତୀୟ କ୍ରିକେଟର ପାର୍ଥିବ ପଟେଲ ପୁରୁଷ ସିନିୟର ଚୟନ କମିଟିର ଅଧ୍ୟକ୍ଷ ଭାବରେ ଅଜିତ ଅଗରକରଙ୍କ ସ୍ଥାନ ନେଇପାରନ୍ତି। ସେ ‘X’ (ଟୁଇଟର) ରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?