୭ମ ଶ୍ରେଣୀ ଛାତ୍ରୀଙ୍କୁ ଶିକ୍ଷକଙ୍କ ଅସଦାଚରଣ ଘଟଣା: ଅଭିଯୁକ୍ତଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ଦାବି

ଜଟଣୀ,୧୪।୩(ଡି.ଏନ.ଏ): ସପ୍ତମ ଶ୍ରେଣୀ ଛାତ୍ରୀଙ୍କୁ ୫୮ ବର୍ଷୀୟ ଜଣେ ଶିକ୍ଷକ ଅସଦାଚରଣ କରିଥିବା ଅଭିଯୋଗ ହୋଇଛି। ଜଟଣୀ ବ୍ଲକ ଅନ୍ତର୍ଗତ ଏକ ଗ୍ରାମରେ ଥିବା ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଏହା ଘଟିଛି। ଏ ନେଇ ଛାତ୍ରୀଙ୍କ ପିତା ବିଭାଗୀୟ କର୍ତ୍ତୃପକ୍ଷଙ୍କ ସମେତ ଏୟାରଫିଲ୍ଡ ଓ ମହିଳା ଥାନାରେ ଲିଖିତ ଅଭିଯୋଗ କରିଛନ୍ତି। ଅସଦାଚରଣ କରିଥିବା ଶିକ୍ଷକ ତ୍ରିନାଥ ମଲ୍ଲିକ ଫେରାର ହୋଇଯାଇଛନ୍ତି। ଏହାକୁ ନେଇ ଗ୍ରାମରେ ଚାପା ଉତ୍ତେଜନା ପ୍ରକାଶ ପାଇଛି। ଗୁରୁବାର ମଧ୍ୟାହ୍ନ ପ୍ରାୟ ୧୨ଟାରେ ଏହା ଘଟିଥିଲା। ଶ୍ରେଣୀ ଗୃହ ମଧ୍ୟରେ ଛାତ୍ରୀଙ୍କୁ ଅଭିଯୁକ୍ତ ଶିକ୍ଷକ ତ୍ରିନାଥ ଅସଦାଚରଣ କରିଥିଲେ। ଏ ନେଇ ଛାତ୍ରୀ ଜଣକ ସ୍କୁଲର ଜଣେ ଶିକ୍ଷୟିତ୍ରୀଙ୍କୁ ଜଣାଇଥିଲେ। ହେଲେ ଏହି ଘଟଣା ନେଇ ତାଙ୍କୁ କିମ୍ବା ଗ୍ରାମର କାହାକୁ ସୂଚନା ଦିଆ ନ ଯାଇ ଏହାକୁ ଚାପି ଦେବାକୁ ଉଦ୍ୟମ ହୋଇଥିବା ଛାତ୍ରୀଙ୍କ ପିତା ଅଭିଯୋଗରେ ଉଲ୍ଲେଖ କରିଛନ୍ତି। ଅପରାହ୍ନ ସାଢ଼େ ୪ଟାରେ ଝିଅ ଘରକୁ ଫେରିବା ପରେ ଏହି ଘଟଣା କହିବାରୁ ଜଣାପଡ଼ିଥିଲା। ଏପରି କି ଅଭିଯୁକ୍ତ ଶିକ୍ଷକଙ୍କୁ ସ୍କୁଲରୁ ଖସିଯିବାରେ ସହାୟତା କରାଯାଇଥିବା ସେ ଅଭିଯୋଗରେ ଉଲ୍ଲେଖ କରିଛନ୍ତି। ଏହି ଘଟଣା ପ୍ରଘଟ ହେବା ପରେ ଗ୍ରାମବାସୀ ଗୁରୁବାର ସ୍କୁଲ ମୁଖ୍ୟଦ୍ୱାର ବନ୍ଦ କରି ଅନ୍ୟ ଶିକ୍ଷୟିତ୍ରୀଶିକ୍ଷକ ଓ ପ୍ରଧାନଶିକ୍ଷକଙ୍କୁ ରାତି ୧୨ଟା ପର୍ଯ୍ୟନ୍ତ ବାହାରକୁ ଛାଡ଼ି ନ ଥିଲେ। ଖବରପାଇ ଏୟାରଫିଲ୍ଡ ଥାନା ପୋଲିସ, ବ୍ଲକ ଶିକ୍ଷା ଅଧିକାରୀ ରମେଶ ଚନ୍ଦ୍ର ଖଟେଇ ଓ ଅନ୍ୟ କର୍ମଚାରୀ ଘଟଣାସ୍ଥଳରେ ପହଞ୍ଚତ୍ ବୁଝାଶୁଝା କଲାପରେ ଗ୍ରାମବାସୀ ଗେଟ୍‌ ଖୋଲିଥିଲେ। ଶୁକ୍ରବାର ଜଟଣୀ ବିଡିଓ ବାସୁଦେବ ମାହାରୀ ସ୍କୁଲରେ ପହଞ୍ଚି ତଦନ୍ତ କରି ଫେରି ଆସିଛନ୍ତି। ଏ ନେଇ ସ୍କୁଲର ଭାରପ୍ରାପ୍ତ ପ୍ରଧାନଶିକ୍ଷକ ପ୍ରକାଶ ଚନ୍ଦ୍ର ପାତାଳସିଂହ ଏୟାରଫିଲ୍ଡ ଥାନା ସମେତ ବ୍ଲକ ଶିକ୍ଷାଧିକାରୀଙ୍କୁ ଏହି ଘଟଣା ନେଇ ଲିଖିତ ଭାବେ ଜଣାଇଛନ୍ତି। ସ୍କୁଲ ପରିଚାଳନା କମିଟି ସଭାପତି ସଞ୍ଜୀବ କୁମାର ବଳିଆରସିଂହ କୁହନ୍ତି, ଅଭିଯୁକ୍ତ ଶିକ୍ଷକଙ୍କ ବିରୋଧରେ ଆଇନ ଅନୁଯାୟୀ ଦୃଢ କାର୍ଯ୍ୟାନୁଷ୍ଠାନ ହେବା ଆବଶ୍ୟକ। ଏ ନେଇ ଜିଲା ଶିକ୍ଷାଧିକାରୀ ବନ୍ଦନା ମହାପାତ୍ର କୁହନ୍ତି, ଏହାର ତଦନ୍ତ କରି ରିପୋର୍ଟ ପ୍ରଦାନ କରିବାକୁ ବ୍ଲକ ଶିକ୍ଷା ଅଧିକାରୀଙ୍କୁ ନିର୍ଦ୍ଦେଶ ଦିଆଯାଇଛି। ରିପୋର୍ଟ ଆସିବା ପରେ ବିଭାଗୀୟ କାର୍ଯ୍ୟାନୁଷ୍ଠାନ ଆରମ୍ଭ କରାଯିବ ବୋଲି ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଯୋଗାଣ ମନ୍ତ୍ରୀଙ୍କ ବଡ଼ ଘୋଷଣା, ପେଟ୍ରୋଲ ପମ୍ପରେ ମିଳିବ ୫ କେଜିଆ LPG ଗ୍ୟାସ, କେତେ ଟଙ୍କା?

ଭୁବନେଶ୍ବର,୮।୪: ୫ କେଜିଆ ଗ୍ୟାସ ସିଲିଣ୍ଡର ନେଇ ଯୋଗାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର ବଡ଼ ଘୋଷଣା କରିଛନ୍ତି । ପେଟ୍ରୋଲ ପମ୍ପରେ ମିଳିବ ୫ କେଜିଆ ଏଲ୍‌ପିଜି…

ବନ୍ତରେ କାଳବୈଶାଖୀର ତାଣ୍ଡବ; ଉଜୁଡ଼ିଲା ଫସଲ, ମୁଣ୍ଡରେ ହାତଦେଲେ ଚାଷୀ

ବନ୍ତ,୮।୪(କିଶୋର କୁମାର ସେଠୀ ): ଗତ ମଙ୍ଗଳବାର ଦିନ କାଳବୈଶାଖୀ ପ୍ରଭାବରେରେ ଭଦ୍ରକ ଜିଲା ବନ୍ତ ବ୍ଲକର ବିଭିନ୍ନ ପଞ୍ଚାୟତରେ ବ୍ୟାପକ ପନି ପରିବା ଏବଂ ଡାଲି…

ବଡ଼ ଖବର: ବିଜେଡି ସଂସଦୀୟ ଦଳ ନେତା ପଦରୁ ସସ୍ମିତ ପାତ୍ରଙ୍କ ଇସ୍ତଫା, ବଢ଼ିଲା ଚର୍ଚ୍ଚା

ଭୁବନେଶ୍ୱର,୮।୪: ଓଡ଼ିଶା ରାଜନୀତିରୁ ଏକ ବଡ଼ ଖବର ସାମ୍ନାକୁ ଆସିଛି। ରାଜ୍ୟ ସଭାରେ ବିଜେଡି ସଂସଦୀୟ ଦଳ ନେତା ପଦରୁ ଇସ୍ତଫା ଦେଇଛନ୍ତି ଡକ୍ଟର ସସ୍ମିତ ପାତ୍ର।…

ଇରାନକୁ ଅସ୍ତ୍ରଶସ୍ତ୍ର ଯୋଗାଉଥିବା ଦେଶ ଉପରେ ଲାଗିବ ୫୦% ଟାରିଫ, ଯୁଦ୍ଧବିରତି ପରେ ଟ୍ରମ୍ପଙ୍କ ଘୋଷଣା

ଓ୍ବାଶିଂଟନ୍‌,୮।୪:  ଯୁଦ୍ଧବିରତି ପରେ, ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏକ ଗୁରୁତ୍ୱପୂର୍ଣ୍ଣ ବିବୃତ୍ତି ଜାରି କରିଛନ୍ତି । ସେ ଦୃଢ଼ତାର ସହିତ କହିଛନ୍ତି ଯେ ଇରାନରେ ନେତୃତ୍ୱର ଏକ…

ଯୁଦ୍ଧବିରତିର ସତ କହିଦେଲା ରୁଷିଆ, ଟ୍ରମ୍ପ କରିଥିଲେ…

ନୂଆଦିଲ୍ଲୀ,୮।୪: ମଧ୍ୟପ୍ରାଚ୍ୟରେ ଦୁଇ ସପ୍ତାହ ପାଇଁ ଯୁଦ୍ଧବିରତି ପାଇଁ ଆମେରିକା ଏବଂ ଇରାନ ରାଜି ହୋଇଛନ୍ତି, ଯାହା ଉଭୟ ପକ୍ଷ ଦ୍ୱାରା ଘୋଷଣା କରାଯାଇଛି। ଡୋନାଲ୍ଡ ଟ୍ରମ୍ପଙ୍କ…

ଯୁବକଙ୍କୁ ମରଣାନ୍ତକ ଆକ୍ରମଣ କରି ବନ୍ଧା ହେଲେ ଯୁବକ

ଆନନ୍ଦପୁର,୮ା୪(ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲା ରାମଚନ୍ଦ୍ରପୁରୁ ଥାନା ଅଧୀନ କଡ଼ରାପlଳ ଗ୍ରାମର ପ୍ରଦୋଷ ବରାଳ (୨୮) ଗତ ମଙ୍ଗଳବାର କୌଣସି କାରଣରୁ ରାମଚନ୍ଦ୍ରପୁରୁ ଥାନା ଅଧୀନ…

MI ବିପକ୍ଷରେ ଆଉଟ୍ ହୋଇ କାନ୍ଦିଲେ ବୈଭବ ସୂର୍ଯ୍ୟବଂଶୀ! ଭାଇରାଲ୍ ହେଉଛି ଭିଡିଓ

ମୁମ୍ବାଇ,୮।୪: ଆଇପିଏଲ ୨୦୨୬ର ୧୩ତମ ଲିଗ୍ ମ୍ୟାଚ୍, ମୁମ୍ବାଇ ଇଣ୍ଡିଆନ୍ସ ବିପକ୍ଷରେ ବୈଭବ ସୂର୍ଯ୍ୟବଂଶୀ ଏକ ଚମତ୍କାର ଇନିଂସ ଖେଳିଥିଲେ । ମାତ୍ର ୧୪ ବଲ୍‌ରେ ୩୯ ରନ୍…

ପୋଲତଳୁ ମିଳିଲା ମୃତଦେହ, ପାରିପାର୍ଶ୍ୱିକ ସ୍ଥିତିରୁ…

ବଲାଙ୍ଗୀର/ଲାଠୋର,୮ା୪(ସୁନିଲ କୁମାର ମହାନ୍ତି/ଭୁବନେଶ୍ୱର ବାରିକ): ବଲାଙ୍ଗୀର ଜିଲା ଲାଠୋର ଥାନା ଅଧୀନ କରୁଆଁଝର କୋଉ ପୋଲତଳୁ ପୋଲିସ ବୁଧବାର ଏକ ମୃତଦେହ ଜବତ କରିଛି। ମୃତକ ଜଣକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri