୭ ଦିନରେ ୫ ଜଣଙ୍କ ଘରୁ ଚୋରି

ଭୁବନେଶ୍ୱର,୧୮ା୪(ବ୍ୟୁରୋ): ଲକ୍‌ଡାଉନ୍‌ ଅବଧି ଏବେ ଚୋରଙ୍କୁ ସୁହାଉଛି। କରୋନା ଭୟରେ ରାଜଧାନୀ ଛାଡ଼ି ଗ୍ରାମକୁ ଯାଇଥିବା ଲୋକଙ୍କ ଘର ଏବେ ଅସୁରକ୍ଷିତ। ଚୋରମାନେ ଘର ତାଲା ଭାଙ୍ଗି ସର୍ବସ୍ବ ଲୁଟି ନେଉଛନ୍ତି। ଗତ ୭ ଦିନ ଭିତରେ ରାଜଧାନୀରେ ୫ ଜଣଙ୍କ ଘରୁ ଲକ୍ଷାଧିକ ଟଙ୍କାର ସୁନା ଗହଣା ଏବଂ ଟଙ୍କା ଲୁଟ ହୋଇଛି। ପୋଲିସ ଲକ୍‌ଡାଉନ ଡିଉଟିରେ ବ୍ୟସ୍ତ ରହୁଥିବାରୁ ଚୋରମାନେ ନିର୍ଭୟରେ ଚୋରି କରୁଛନ୍ତି।
ଗତ ୧୧ ତାରିଖ ରାତିରେ ଲକ୍ଷ୍ମୀସାଗର ଥାନା ଝାରପଡ଼ା ବୈରାଗୀ ନଗରରେ ଥିବା ଦୁଇ ଜଣଙ୍କ ଘରୁ ଲୁଟ ହୋଇଥିଲା। ସବୁଠୁ ବଡ଼ କଥା ହେଲା ଜଣେ ମହିଳାଙ୍କୁ ନିଶା ଔଷଧ ସ୍ପ୍ରେ କରି ଚୋରମାନେ କଳାକନା ବୁଲାଇଥିଲେ। ଏହି ମାମଲାରେ ପୋଲିସ କୌଣସି ଅପରାଧୀଙ୍କୁ ଗିରଫ କରି ନ ଥିବା ବେଳେ, ବୁଧବାର ରାତିରେ ଶହୀଦନଗର ଥାନା ଟଙ୍କପାଣିରୋଡ଼ ସାଇବିହାର ପ୍ଲଟ ନଂ-୧୩/୫୧୦ରେ ରହୁଥିବା ଅତିଶ୍‌ ପଟ୍ଟନାୟକଙ୍କ ଘରୁ ୫୦ ହଜାର ଟଙ୍କା ଓ ଦେଢ ଲକ୍ଷ ଟଙ୍କାର ସୁନାଗହଣା ଲୁଟ୍‌ କରିଛନ୍ତି। ଚୋରମାନେ ଘର ମାଲିକ ସ୍ବର୍ଣ୍ଣଲତା ମହାନ୍ତିଙ୍କ ଘରୁ ମଧ୍ୟ ଲୁଟ୍‌ କରିଛନ୍ତି। ପୋଲିସ ମାମଲା ରୁଜୁ କରି ଘଟଣାର ତଦନ୍ତ କରୁଛି। ପୋଲିସ କମିଶନର ସୁଧାଂଶୁ ଷଡ଼ଙ୍ଗୀ କହିଛନ୍ତି ଯେ, ଚୋରି ବଢୁଥିବାରୁ ଆମେ ପାଟ୍ରୋଲିଂକୁ କଡ଼ାକଡ଼ି କରିବା ସହ ବାଇକ୍‌ ପାଟ୍ରୋଲିଂ ଉପରେ ଅଧିକ ଗୁରୁତ୍ୱ ଦେବୁ।


Enter your email to get our daily news in your inbox.

All Right Reserved By Dharitri.Com

ଇଲେକ୍ଟ୍ରିସିଆନକୁ ଭଲ ପାଉଥିଲେ ନାବାଳିକା, ରାଗିଯାଇ ଝିଅର ଗଳା କାଟିଦେଲେ ବାପା

ବେଙ୍ଗାଲୁରୁ,୧୮।୫: ବେଙ୍ଗାଲୁରୁରୁ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି । ଝିଅର ପ୍ରେମକୁ ସହିନପାରି ହତ୍ୟା କଲେ ବାପା । ଘଟଣାଟି ଆଶ୍ଚର୍ଯ୍ୟ ଲାଗିଲେ ମଧ୍ୟ ସତ…

ପ୍ରଦୂଷଣ ଓ ଜଳବାୟୁ ପରିବର୍ତ୍ତନ

ବର୍ତ୍ତମାନ ପ୍ରଦୂଷଣ ସମଗ୍ର ବିଶ୍ୱରେ ଚିନ୍ତାର କାରଣ ପାଲଟିଛି। ଏହା ଏବେ ଏଭଳି ଆକାର ଧାରଣ କରିଛି ଯେ ତାହାଦ୍ୱାରା ଜଳବାୟୁ ପ୍ରଭାବିତ ହେଉଛି। କେବଳ ସେତିକି…

ଭାଜପା ପାର୍ଟି ଅଫିସର କୋର୍‌ କମିଟି ବୈଠକ: ଏମିତି କ’ଣ ଆଲୋଚନା ହେଲା କହିଦେଲେ ବସନ୍ତ ପଣ୍ଡା

ଭୁବନେଶ୍ୱର,୧୮।୫: ଭାଜପା ରାଷ୍ଟ୍ରୀୟ ଅଧ୍ୟକ୍ଷ ନୀତିନ ନବୀନ ଓଡ଼ିଶା ଆସିବା ପରେ ସୋମବାର ସକାଳେ ଭାଜପା ପାର୍ଟି ଅଫିସର କୋର୍‌ କମିଟି ବୈଠକ ବସିଥିଲା। ଯେଉଁଥିରେ ଦଳକୁ…

କଟକ ପରେ ମାଲକାନଗିରିରେ ପେଟ୍ରୋଲ ନେଲା ଜୀବନ

ମାଲକାନଗିରି,୧୮ା୫(ଦୁର୍ଯ୍ୟୋଧନ ପାତ୍ର): ଡାକ୍ତରଖାନା ଆସୁଥିବା ବେଳେ ବାଟରେ ସରିଗଲା ବାଇକରୁ ପେଟ୍ରୋଲ। ଆଖପାଖରେ ଆଉ ମିଳିଲା ନାହିଁ ପେଟ୍ରୋଲ। ଫଳରେ ହସ୍ପିଟାଲ ପହଞ୍ଚିବା ପୂର୍ୱରୁ ଚାଲିଯାଇଛି ଆଉ…

୬ ମାସରେ ଭାଙ୍ଗିଯିବ TVK ସରକାର, ଷ୍ଟାଲିନ ପୁଣି ହେବେ ମୁଖ୍ୟମନ୍ତ୍ରୀ! ଜାଣନ୍ତୁ କିଏ କରିଛନ୍ତି ଏମିତି ଭବିଷ୍ୟବାଣୀ

ଚେନ୍ନାଇ,୧୮।୫: ତାମିଲନାଡୁରେ ବିଜୟଙ୍କ ସରକାର ସମ୍ପର୍କରେ ଏକ ବଡ଼ ଭବିଷ୍ୟବାଣୀ କରାଯାଇଛି। ଡିଏମକେ ଦାବି କରିଛି ଯେ ଥାଲାପତି ବିଜୟଙ୍କ ଟିଭିକେ ସରକାର ଛଅ ମାସ ମଧ୍ୟ…

ପ୍ରୋତ୍ସାହନ ନାହିଁ, ସଙ୍କଟରେ ଜୀବିକା

ବରଗଡ଼,୧୮।୫(ପ୍ରେମାନନ୍ଦ ଖମାରୀ):ଗ୍ରୀଷ୍ମବେଳେ ମନେପଡ଼େ ବେଣାଚେର। ଦିନ ଥିଲା, ଖରାବେଳେ ଏହା ଲୋକଙ୍କ ସାଥୀ ହୋଇ ରହିଥିଲା। ତାତି ହେଉ ଅବା ଗୁଳୁଗୁଳି, ଲୋକେ ବେଣାଚେର ନିର୍ମିତ ବିଞ୍ଚଣା…

ତେଲକୁ ନେଇ ମୋଦିଙ୍କ ଅପିଲ, ହାଇକୋର୍ଟକୁ ସାଇକେଲରେ ଆସିଲେ ବିଚାରପତି

କଟକ,୧୮।୫(ପ୍ରଭୁକଲ୍ୟାଣ ପାଲ୍): ହାଇକୋର୍ଟକୁ ସାଇକେଲରେ ଆସିଲେ ବିଚାରପତି। ହାଇକୋର୍ଟର ବିଚାରପତି ଜଷ୍ଟିସ ସାବିତ୍ରୀ ରଥ, ଜଷ୍ଟିସ ଭି ନରସିଂହ ଏବଂ ଜଷ୍ଟିସ ଶିବ ଶଙ୍କର ମିଶ୍ର ଆଜି…

ସହଜରେ ଦୂର ହେବ ଅବସାଦ

ଶରୀରକୁ ସୁସ୍ଥ ଓ ମଜଭୁତ ରଖିବାରେ ସୁଷମ ତଥା ଭିଟାମିନ୍‌ଯୁକ୍ତ ଖାଦ୍ୟର ଭୂମିକା ଗୁରୁତ୍ୱପୂର୍ଣ୍ଣ। ଆମେ ନିଜକୁ କେତେ ସୁସ୍ଥ ରଖିପାରିବା ତାହା ମୁଖ୍ୟତଃ ଆମେ ପ୍ରତିଦିନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri