୭ ଦିନ ବନ୍ଦ ରହିବ ସୂର୍ଯ୍ୟମନ୍ଦିର: ଭୟରେ ପର୍ଯ୍ୟଟକ ଶୂନ୍ୟ

କୋଣାର୍କ,୧୬।୩(ଡି.ଏନ.ଏ): କରୋନା ଭାଇରସ ପ୍ରଭାବରେ ସମଗ୍ର ବିଶ୍ୱ ଆତଙ୍କିତ ଅବସ୍ଥାରେ ଥିବାବେଳେ ସରକାର ପ୍ରତି ଜନସମାଗମକୁ ବନ୍ଦ କରିବା ପାଇଁ ନିର୍ଦ୍ଦେଶ ଦେଇଛନ୍ତି। ଏହି ଅବସରରେ ବିଶ୍ୱ ଐତିହ୍ୟ କୋଣାର୍କ ସୂର୍ଯ୍ୟମନ୍ଦିର ସୋମବାରଠାରୁ ୭ଦିନ ପର୍ଯ୍ୟନ୍ତ ବନ୍ଦ ରହିବ ବୋଲି ପୁରୀ ଜିଲା ପ୍ରଶାସନ ପକ୍ଷରୁ ଆଡଭାଇଜରି ଜାରି ହୋଇଛି। ତେବେ ରବିବାର ଛୁଟିଦିନ ଅବସରରେ କୋଣାର୍କ ସୂର୍ଯ୍ୟମନ୍ଦିର ପରିସର ଲୋକାରଣ୍ୟ ହେବା ପରିବର୍ତ୍ତେ କରୋନା ଭୟରେ ମନ୍ଦିର ସମ୍ପୂର୍ଣ୍ଣ ପର୍ଯ୍ୟଟକ ଶୂନ୍ୟ ହୋଇପଡ଼ିଛି। ସାଧାରଣ ଦିନଠାରୁ ମଧ୍ୟ ପର୍ଯ୍ୟଟକ ସଂଖ୍ୟା କମିଯାଇଥିବାର ଦେଖିବାକୁ ମିଳିଛି। ଅନ୍ୟପକ୍ଷେ ଦାୟିତ୍ୱରେ ଥିବା ଏଏସ୍‌ଆଇ କର୍ତ୍ତୃପକ୍ଷ ଏଥିପାଇଁ କୌଣସି ସଚେତନତା ସୃଷ୍ଟି ନ କରିବା କୋଣାର୍କ ଅଞ୍ଚଳରେ ବିସ୍ମୟ ସୃଷ୍ଟି କରିଛି। କେନ୍ଦ୍ର ସରକାରଙ୍କ ପକ୍ଷରୁ ଏଏସ୍‌ଆଇ ଦ୍ୱାରା ପରିଚାଳିତ ସୂର୍ଯ୍ୟମନ୍ଦିର ପରିଦର୍ଶନରେ ଆସୁଥିବା ପର୍ଯ୍ୟଟକଙ୍କ ନିମନ୍ତେ କରୋନା ପ୍ରଭାବରୁ ସଚେତନତା ପାଇଁ ମାସ୍କ ବଣ୍ଟନ, ହାତ ଧୁଆ ବ୍ୟବସ୍ଥା କରାଯାଇ ନାହିଁ। କେବଳ ଦାୟିତ୍ୱରେ ଥିବା ସୁରକ୍ଷା କର୍ମୀ ଓ କାର୍ଯ୍ୟରତ ଏଏସଆଇ କର୍ମଚାରୀଙ୍କୁ ମାସ୍କ ବ୍ୟବହାର ପାଇଁ ଦିଆଯାଇଥିବାରୁ ପର୍ଯ୍ୟଟନପ୍ରେମୀ ଅସନ୍ତୋଷ ପ୍ରକାଶ କରିଛନ୍ତି। କରୋନାର ପ୍ରତିଷେଧକ ବ୍ୟବସ୍ଥା ପାଇଁ ରାଜ୍ୟ ସରକାରଙ୍କ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ଆଡଭାଇଜରି ଜାରି କରି ସୂର୍ଯ୍ୟମନ୍ଦିରରେ ସଚେତନତା ଚାଲିଥିବାବେଳେ ଏଏସ୍‌ଆଇ କର୍ତ୍ତୃପକ୍ଷ ଏଥିପ୍ରତି କିଭଳି ଗୁରୁତ୍ୱ ଆରୋପ ନ କରିବା ଚିନ୍ତାର ବିଷୟ ପାଲଟିଛି। ପର୍ଯ୍ୟଟକ କମିବା ଯୋଗୁ କୋଣାର୍କରେ ଥିବା ହୋଟେଲ, ହସ୍ତଶିଳ୍ପ ବ୍ୟବସାୟୀ, ବ୍ୟାଙ୍କ ପ୍ରତିଷ୍ଠାନଗୁଡିକରେ କାରବାର ବାଧାପ୍ରାପ୍ତ ହେବା ସହ ଘରୋଇ ବସ ଚଳାଚଳ ବିଶେଷ ଭାବରେ ପ୍ରବାହିତ ହୋଇଛି। ଏହି ଅବସରରେ ରାଜ୍ୟ ତଥା ରାଜ୍ୟ ବାହାରୁ କୋଣାର୍କ ମନ୍ଦିର ପରିଦର୍ଶନରେ ଆସୁଥିବା ପର୍ଯ୍ୟଟକଙ୍କ ନିମନ୍ତେ ପୁରୀ ଜିଲା ପ୍ରଶାସନ ପକ୍ଷରୁ ସୂର୍ଯ୍ୟମନ୍ଦିର ଭ୍ରମଣ ଉପରେ ୭ଦିନ ପାଇଁ କଟକଣା ଜାରି କରାଯାଇଛି। ପୁରୀ ଜିଲାପାଳ ବଲୱନ୍ତ ସିଂ ରବିବାର ଏ ନେଇ ଏକ ଆଡଭାଇଜରି କରି ୭ଦିନ ପାଇଁ କୋଣାର୍କ ସୂର୍ଯ୍ୟମନ୍ଦିରକୁ ପର୍ଯ୍ୟଟକ ନିମନ୍ତେ ବନ୍ଦ ରଖିବା ପାଇଁ ନିର୍ଦ୍ଦେଶ ଦେବା ସହ ମୁଖ୍ୟ ଫାଟକରେ ତାଲା ପକାଇବା ପାଇଁ ଏଏସ୍‌ଆଇ କର୍ତ୍ତୃପକ୍ଷଙ୍କୁ ଅବଗତ କରାଇଛନ୍ତି। କରୋନା ପ୍ରଭାବରୁ ପର୍ଯ୍ୟଟନ ସ୍ଥଳୀ କୋଣାର୍କକୁ ରକ୍ଷା କରିବା ପାଇଁ ପୁରୀ ଜିଲାପାଳଙ୍କ ଏଭଳି ନିର୍ଦ୍ଦେଶନାମାକୁ କୋଣାର୍କ ଅଞ୍ଚଳବାସୀ ଭୂୟସୀ ପ୍ରଶଂସା କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଗଣେଶପୂଜା କମିଟିକୁ ପୋଲିସର କଡ଼ା ନିର୍ଦ୍ଦେଶ, ଡିଜେ ସାଉଣ୍ଡ, ଅଶ୍ଳୀଳ ନୃତ୍ୟ ସମ୍ପୂର୍ଣ୍ଣ ମନା

ପୁରୁଷୋତ୍ତମପୁର,୮।୯(ସବିତା ମିଶ୍ର): ଆସନ୍ତା ୧୪ ତାରିଖରେ ହେବାକୁ ଥିବା ଗଣେଷପୂଜାକୁ ଶାନ୍ତିଶୃଙ୍ଖଳାର ସହ ପାଳନ କରିବାକୁ ପୁରୁଷୋତ୍ତମପୁର ପୋଲିସ ଏବଂ ପ୍ରଶାସନ ପକ୍ଷରୁ କଡ଼ା ପଦକ୍ଷେପ ନିଆଯାଇଛି।…

ଋଷିକୁଲ୍ୟା ପାଇଁ ବିପଦ ସାଜିଛି କାଶତଣ୍ଡୀ

ଧରାକୋଟ,୮ା୯ (ବିଷ୍ଣୁ କେଶରୀ ଆଚାର୍ଯ୍ୟ): କନ୍ଧମାଳ ଜିଲାର ଋଷୀମାଳ ପର୍ବତରୁ ଋଷିକୁଲ୍ୟା ନଦୀ ଜନ୍ମନେଇ ଗଞ୍ଜାମ ଜିଲାର ସୋରଡା, ଧାକୋଟ, ଆସିକା, ହିଞ୍ଜିଳି, ପୁରୁଷୋତ୍ତମପୁର ବ୍ଲକ୍‌ ପରେ…

ବାଲୁଙ୍କେଶ୍ୱର ହାଇସ୍କୁଲ ସହକାରୀ ଶିକ୍ଷକଙ୍କୁ ମରଣାନ୍ତକ ଆକ୍ରମଣ

ଖଲ୍ଲିକୋଟ, ୮/୯/୨୦୨୬ (ପ୍ରଶାନ୍ତ କୁମାର ମିଶ୍ର): ଖଲ୍ଲିକୋଟ ଏନ୍‌ଏସି ଅନ୍ତର୍ଗତ ବାଲୁଙ୍କେଶ୍ୱର ହାଇସ୍କୁଲର ଜଣେ ସହକାରୀ ଶିକ୍ଷକଙ୍କୁ ସ୍କୁଲ ଗେଟ୍‌ ନିକଟରେ ମଙ୍ଗଳବାର ମରଣାନ୍ତକ ଆକ୍ରମଣ କରାଯାଇଛି।…

ଦୁର୍ଗମ ଜଙ୍ଗଲରେ ଚଢାଉ: ମଦ କାରଖାନା ଭାଙ୍ଗିଲା ଅବକାରୀ ବିଭାଗ, ୧୯ ହଜାର ଲିଟର ମଦ ପୋଚ * ୧୧ ଶହ ଲିଟର ଦେଶୀ ମଦ ଜବତ

ଦିଗପହଣ୍ଡି,୮।୯(ଅଶେଷ ନାଥ ମିଶ୍ର) : ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଟି.ଗୋବିନ୍ଦପୁର ପଞ୍ଚାୟତ ଜନଜାତି ବହୁଳ ଦାମପୁର ଗାଁ ନିକଟ ଦୁର୍ଗମ ଜଙ୍ଗଲରେ ମଙ୍ଗଳବାର ସକାଳେ ସାନଖେମୁଣ୍ଡି…

ଭ୍ରମରପୁର ସ୍କୁଲରେ ଶିକ୍ଷକ ବଦଳି ବାତିଲ ଦାବିରେ ଜେନ୍ ଆଲଫାଙ୍କ ଆନ୍ଦୋଳନ, ସ୍କୁଲ ସମ୍ମୁଖରେ ଉତ୍ତେଜନା            

ଦିଗପହଣ୍ଡି,୮|୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଭ୍ରମରପୁର ଗ୍ରାମ ପ୍ରକଳ୍ପ ପ୍ରାଥମିକ ବିଦ୍ୟାଳୟ ଶିକ୍ଷକ ଭାଗବତ ପ୍ରସାଦ ନାୟକଙ୍କୁ ଚୌଧୁରୀ ଟିକରପଡ଼ା ଗ୍ରାମ ବିଦ୍ୟାଳୟକୁ…

ଘରେ କରୁଥିଲେ କାମ: ବିଦ୍ୟୁତ୍‌ ଆଘାତରେ ଚାଲିଗଲା ଦିନ ମଜୁରିଆଙ୍କ ଜୀବନ

କୁଆଁରମୁଣ୍ଡା,୮।୯(ମହେନ୍ଦ୍ର କୁମାର ସାହୁ): ସୁନ୍ଦରଗଡ଼ ଜଲା ବୀରମିତ୍ରପୁର ଥାନା କୁଆଁରମୁଣ୍ଡା ଫାଣ୍ଡି ଅନ୍ତର୍ଗତ ଚୁଟିଆଟୋଲି ଗ୍ରାମ ରୀତା ତିର୍କୀଙ୍କ ଘର ସେଣ୍ଟ୍ରିଂ କାମ କରୁଥିବା ବେଳେ ମଙ୍ଗଳବାର…

ମୋଦିଙ୍କ କାର୍ଯ୍ୟକ୍ରମ ସ୍ଥଳରୁ ବନ୍ଧୁକ ସହ ଧରାପଡିଲେ ୨ ସନ୍ଦିଗ୍ଧ

ମୁମ୍ବାଇ,୮।୯: ମୁମ୍ବାଇର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଯେଉଁଠାରେ ଏକ କାର୍ଯ୍ୟକ୍ରମରେ ଯୋଗଦେବାକୁ ଯାଉଛନ୍ତି ସେହି ସ୍ଥାନ ନିକଟରୁ ଦୁଇଜଣଙ୍କୁ ଅଟକ ରଖାଯାଇଛି। ସେମାନଙ୍କ ମଧ୍ୟରୁ ଜଣଙ୍କଠାରୁ ଏକ…

ବାଘ ଛାଲ ଡିଲ୍‌ ବେଳେ ମାଡ଼ି ବସିଲା ଗୁଜରାଟ ଟିମ୍‌

ଜୟପୁର,୮।୯: ଗୁଜରାଟର ସ୍ବତନ୍ତ୍ର ଡିଆର୍‌ଆଇ ଟିମ୍‌କୁ ଓଡ଼ିଶାରେ ଏକ ବଡ଼ ସଫଳତା ମିଳିଛି। ଡିଆର୍‌ଆଇ ଟିମ୍‌ ଜୟପୁରରେ ଚଢ଼ାଉ କରି ଏକ କଲରା ପତରିଆ ବାଘ ଛାଲ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri