୭ ଦିନ ମଧ୍ୟରେ ଅନିୟମିତତାର ହେବ ତଦନ୍ତ: ଅନଶନରୁ ଓହରିଲା ସିପିଆଇ

ବନ୍ତ, ୧୧।୧୦ (ଡି.ଏନ.ଏ.)- ଭଦ୍ରକ ଜିଲା ବନ୍ତ ବ୍ଲକ ରାମଚନ୍ଦ୍ରପୁର ପଞ୍ଚାୟତରେ ପ୍ରଧାନମନ୍ତ୍ରୀ ଆବାସ, ବିଜୁ ପକ୍କାଘର, ସାମାଜିକ ସୁରକ୍ଷା ଆଦି ଯୋଜନାରେ ବିଭିନ୍ନ କାର୍ଯ୍ୟରେ ବ୍ୟାପକ ଅନିୟମିତତା ପ୍ରତିବାଦରେ ଗତ ବୁଧବାରଠାରୁ ରାମଚନ୍ଦ୍ରପୁର ପଞ୍ଚାୟତ ସିପିଆଇ କମିଟି ପକ୍ଷରୁ ବ୍ଲକ କାର୍ଯ୍ୟାଳୟ ସମ୍ମୁଖରେ ଅନଶନ ଜାରି ରହିଥିଲା। ଶୁକ୍ରବାର ପ୍ରଶାସନ ପକ୍ଷରୁ ତଦନ୍ତ ପ୍ରତିଶ୍ରୁତି ମିଳିବା ପରେ ସିପିଆଇ ଅନଶନରୁ ଓହରିଛି।
ପ୍ରକାଶ ଯେ, ଗୁରୁବାର ସୁଦ୍ଧା କୌଣସି ପ୍ରଶାସନିକ ଅଧିକାରୀ ଅନଶନକାରୀଙ୍କ ସହ ଆଲୋଚନା କରି ନ ଥିଲେ। ଫଳରେ ଶୁକ୍ରବାରଠାରୁ ଭଦ୍ରକ-ଆନନ୍ଦପୁର ୫୩ ନଂ. ରାଜ୍ୟ ରାଜପଥକୁ ଅବରୋଧ କରିବା ପାଇଁ ସିପିଆଇ ନିଷ୍ପତ୍ତି ନେଇଥିଲା। ଶୁକ୍ରବାର ଭଦ୍ରକ ଅତିରିକ୍ତ ଜିଲା ପ୍ରକଳ୍ପ ସଂଯୋଜକ ରାଜେନ୍ଦ୍ର ପ୍ରସାଦ ପଣ୍ଡା ଅନଶନ ସ୍ଥଳରେ ପହଞ୍ଚି ଅନଶନକାରୀଙ୍କ ସହ ଆଲୋଚନା କରିଥିଲେ। ନିଷ୍ପତ୍ତି କ୍ରମେ ବିଡିଓଙ୍କ କକ୍ଷରେ ସିପିଆଇର ନେତୃତ୍ୱ ଓ ପ୍ରଶାସନିକ ଅଧିକାରୀଙ୍କ ବୈଠକ ବସିଥିଲା। ଅତିରିକ୍ତ ପ୍ରକଳ୍ପ ନିର୍ଦ୍ଦେଶକ, ବିଡିଓ ରେବେକା ବିଲୁଙ୍ଗ, ଥାନାଧିକାରୀ ମୀନା ବିନ୍ଧାଣୀ, ସିପିଆଇ ଜିଲା ସମ୍ପାଦକ ଶୁଭେନ୍ଦ୍ର ପ୍ରତାପ ମହାନ୍ତି, ବରିଷ୍ଠ ସିପିଆଇ ନେତା ଗୋପବନ୍ଧୁ ସେଠୀ, ସିପିଆଇର ଜୋନ୍‌ ସମ୍ପାଦକ ରମେଶ ଜେନା, ସହସମ୍ପାଦକ ପରମେଶ୍ୱର ବାରିକ, ଫକୀର ବିଶ୍ୱାଳ, ସୁବାସ ଚନ୍ଦ୍ର ବେହେରା, ମାର୍କଣ୍ଡ ବାରିକ ଓ ରବୀନ୍ଦ୍ର ନାୟକ ପ୍ରମୁଖ ଉପସ୍ଥିତ ଥିଲେ। ଆଗାମୀ ୭ ଦିନ ମଧ୍ୟରେ ଅନିୟମିତତା ନେଇ ତଦନ୍ତ କରାଯାଇ ସମ୍ପୃକ୍ତ ଅଧିକାରୀଙ୍କ ବିରୋଧରେ ଦୃଢ଼ କାର୍ଯ୍ୟାନୁଷ୍ଠାନ ନିଆଯିବ ବୋଲି ଅତିରିକ୍ତ ପ୍ରକଳ୍ପ ନିର୍ଦ୍ଦେଶକ ପଣ୍ଡା ପ୍ରତିଶ୍ରୁତି ଦେବା ପରେ ଅନଶନ ପ୍ରତ୍ୟାହୃତ ହୋଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

୫କେଜି LPG ସିଲିଣ୍ଡରକୁ ନେଇ ସରକାରଙ୍କ ବଡ଼ ଘୋଷଣା, ଲକ୍ଷ ଲକ୍ଷ ଲୋକଙ୍କୁ…

ନୂଆଦିଲ୍ଲୀ,୭।୪: ଇରାନରେ ଜାରି ରହିଥିବା ଯୁଦ୍ଧ କାରଣରୁ ସାରା ବିଶ୍ୱରେ LPG ଯୋଗାଣ ପ୍ରଭାବିତ ହୋଇଛି। ଏହାର ପ୍ରଭାବ ଭାରତର ପ୍ରବାସୀ ଶ୍ରମିକ ଓ ଦୁର୍ବଳ ଶ୍ରେଣୀର…

ଯେଉଁଠି ଅଛନ୍ତି ସେଇଠି ଥାନ୍ତୁ, ୪୮ ଘଣ୍ଟା ଯାଏ ଘରୁ ବାହାରନ୍ତୁ ନାହିଁ; ଭାରତୀୟଙ୍କ ପାଇଁ Advisory ଜାରି କଲା…

ତେହେରାନ,୭।୪: ପଶ୍ଚିମ ଏସିଆରେ ଯୁଦ୍ଧ ପରିସ୍ଥିତି ଭୟଙ୍କର ରୂପ ନେବାରେ ଲାଗିଛି। ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ବିନାଶକାରୀ ଧମକ ଏବଂ ଇସ୍ରାଏଲର ଆକ୍ରମଣ ମଧ୍ୟରେ ଇରାନରେ…

ଭଡ଼ାଘରେ ଚଲାଇଥିଲେ ଦେହ ବ୍ୟବସାୟ, ଦମ୍ପତିଙ୍କୁ ବାନ୍ଧିଲା ଟାଉନ ଥାନା ପୋଲିସ, ମିଳିଲା ଆପତ୍ତିଜନକ…

ବରଗଡ଼,୭।୪(ପ୍ରେମାନନ୍ଦ ଖମାରୀ)-ବରଗଡ଼ ସହର ଉପକଣ୍ଠ ଶ୍ରୀଧାମ ସୋସାଇଟି ନିକଟ ଏକ ଭଡ଼ାଘରେ ଦେହ ବ୍ୟବସାୟ ଚଲାଉଥିବା ଅଭିଯୋଗରେ ସ୍ଥାନୀୟ ଟାଉନ ଥାନା ପୋଲିସ ଜଣେ ଦମ୍ପତିଙ୍କୁ ଗିରଫ…

ଫସିଗଲେ ଡେଭିଡ୍‌ ଓ୍ବାର୍ନର, ମଦ ପିଇ ଗାଡ଼ି ଚଳାଇବା ଅଭିଯୋଗରେ ସିଡନୀରେ ଗିରଫ

ସିଡନୀ,୭।୪: ଅଷ୍ଟ୍ରେଲିଆର ବିସ୍ଫୋରକ ବ୍ୟାଟ୍ସମ୍ୟାନ ଡେଭିଡ ୱାର୍ନରଙ୍କ ପାଇଁ ଅଡୁଆ ବଢ଼ିଛି। ମଦ୍ୟପାନ କରି ଗାଡ଼ି ଚଲାଉଥିବା ବେଳେ (Drink-driving) ସିଡନୀ ପୋଲିସ ତାଙ୍କୁ ଗିରଫ କରିଛି।…

ସାମିଆପଲ୍ଲୀରୁ ବିପୁଳ ପରିମାଣରେ ଶାଗୁଆନ କାଠ ଜବତ

ଛତ୍ରପୁର,୭।୪ (ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲା ଛତ୍ରପୁର ନିକଟ ସାମିଆପଲ୍ଲୀ ଗ୍ରାମ ନିକଟରୁ ଭିଜିଲାନ୍ସ, ବନବିଭାଗ ମୋବାଇଲ ଟିମ, ଛତ୍ରପୁର ବନ ବିଭାଗ ବିପୁଳ ପରିମାଣର ଶାଗୁଆନ…

ରାଜ୍ୟସଭା କ୍ରସ୍‌ ଭୋଟିଂ ପରେ ପ୍ରଥମ ଥର ମୋହନା ଆସିଲେ ବିଧାୟକ

ମୋହନା, ୭ା୪(ମନ୍ମଥ ମିଶ୍ର): ରାଜ୍ୟସଭା ନିର୍ବାଚନ ପରେ ଗଜପତି ଜିଲା କଂଗ୍ରେସରେ ହଟଚମଟ ଦେଖିବାକୁ ମିଳିଥିଲା। ମୋହନା ବିଧାୟକ ଦାଶରଥି ଗମାଙ୍ଗ ନିଜ ଦଳର କଥା ଅବମାନନା…

ଆମେରିକା ରେଡ୍‌ ଲାଇନ୍‌ ପାର କଲେ, ଆମର କ୍ଷେପଣାସ୍ତ୍ର ଟ୍ରମ୍ପଙ୍କୁ ଭୟଙ୍କର ଜବାବ ଦେବ; ଇରାନ ଦେଲା ପାଲଟା ଚେତାବନୀ

ତେହେରାନ,୭।୪: ମଧ୍ୟପ୍ରାଚ୍ୟରେ ଉତ୍ତେଜନା ଚରମ ସୀମାରେ ପହଞ୍ଚିଛି। ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ଦ୍ୱାରା ଦିଆଯାଇଥିବା ଡେଡ୍‌ଲାଇନ୍‌ ଶେଷ ହେବା ପୂର୍ବରୁ ଇରାନର ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ‘ଖାର୍ଗ…

ଏକା ବେଳେ ଜଳିଲା ଗୋଟିଏ ପରିବାରର ୪ ଜୁଇ: କାନ୍ଦ ବୋବାଳିରେ ଫାଟି ପଡ଼ୁଛି ଗାଁ  

କୋରାପୁଟ,୭।୪(ଅମିତାଭ ବେହେରା):ଏକା ବେଳକେ ଜଳିଲା ଗୋଟିଏ ପରିବାରର ୪ ଜୁଇ। ଦୁର୍ଘଟଣାରେ ଗୋଟିଏ ପରିବାରର ୪ ଜଣଙ୍କ  ଘଟିଲା ମୃତ୍ୟୁ। କୋରପୁଟ ଶ୍ମଶାନରେ ଜଳିଲା ଜୁଇ। ନବରଙ୍ଗପୁର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri