୭ ଦିନ ଲାଗି ୨ ଓ୍ବାର୍ଡ କଣ୍ଟେନମେଣ୍ଟ ଜୋନ୍‌ ଘୋଷିତ

ବାଲିଅନ୍ତା, ୫ା୬(ଡି.ଏନ୍‌.ଏ.): କରୋନା ସଂକ୍ରମଣକୁ ରୋକିବା ପାଇଁ ବାଲିଅନ୍ତା ବ୍ଳକର ଜୟଦେବ ପଞ୍ଚାୟତ ଅଧୀନ ୨ଟି ଓ୍ବାର୍ଡକୁ ପ୍ରଶାସନ ପକ୍ଷରୁ ୭ଦିନ ପାଇଁ କଣ୍ଟେନମେଣ୍ଟ ଜୋନ ରୂପେ ଘୋଷଣା କରାଯାଇଛି। ସରପଞ୍ଚ ପ୍ରଜ୍ଞା ପାରମିତା ଜେନାମଣି ଓ ବ୍ଲକ ପ୍ରଶାସନ ପକ୍ଷରୁ ଶୁକ୍ରବାର ଏଭଳି ନିଷ୍ପତ୍ତି ନିଆଯାଇଛି। ଏହି ପଞ୍ଚାୟତରେ ଗୁରୁବାର ଜଣେ ପ୍ରବାସୀ କରୋନା ପଜିଟିଭ ଚିହ୍ନଟ ହେବା ପରେ ଗୋଟିଏ ଓ୍ବାର୍ଡକୁ ସମ୍ପୂର୍ଣ୍ଣ ଓ ଅନ୍ୟ ଓ୍ବାର୍ଡକୁ ଆଂଶିକ ଭାବେ କଣ୍ଟେନମେଣ୍ଟ ଜୋନ ଘୋଷଣା କରାଯାଇଛି। ଏହି ୭ଦିନ ୨ଟି ଓ୍ବାର୍ଡର ପ୍ରବେଶ ପଥକୁ ବ୍ୟାରିକେଡ ଦ୍ୱାରା ବନ୍ଦ କରାଯିବ। ଲୋକଙ୍କ ପାଖରେ ୭ଦିନ ପାଇଁ ଗ୍ରସେରି ସାମଗ୍ରୀ ଓ ପନିପରିବା ପହଞ୍ଚତ୍ ପାରିବ, ସେନେଇ ବିଡିଓ ଆଦିକନ୍ଦ ବେହେରା ପଞ୍ଚାୟତ କାର୍ଯ୍ୟାଳୟରେ ପହଞ୍ଚତ୍ ସରପଞ୍ଚଙ୍କ ସହ ଆଲୋଚନା କରିଛନ୍ତି। ସ୍ବାସ୍ଥ୍ୟକର୍ମୀ, ଆଶକର୍ମୀ, ଅଙ୍ଗନଓ୍ବାର୍ଡ କର୍ମୀ ୨ଟି ଓ୍ବାର୍ଡର ସମସ୍ତ ପରିବାରକୁ ଯାଇ ସ୍ବାସ୍ଥ୍ୟ ସମ୍ପର୍କରେ ତଥ୍ୟ ସଂଗ୍ରହ କରିବା ପାଇଁ ବିଡିଓ ମେଡିକାଲ ଅଫିସର ତନ୍ମୟ ତ୍ରିପାଠୀଙ୍କୁ ନିର୍ଦ୍ଦେଶ ଦେଇଥିଲେ। ଏହାସହ ସମସ୍ତ ଜନସାଧାରଣ ସାମାଜିକ ଦୂରତ୍ୱ ବଜାୟ ରଖିବା ସହ ମାସ୍କ ପିନ୍ଧିବା ଲାଗି ଗୁରୁତ୍ୱ ଦିଆଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଗୋଷ୍ଠୀ କନ୍ଦଳରୁ ଫାଇଦା ଉଠାଇବାକୁ ପ୍ରୟାସ

ଖୋର୍ଦ୍ଧା/ବାଲିପାଟଣା,୨୫ା୪(ପ୍ରଭାତ ପାଣିଗ୍ରାହୀ/ଅଭିମନ୍ୟୁ ନାୟକ)ଭୁବନେଶ୍ୱର ଲୋକ ସଭା ସଂସଦୀୟ କ୍ଷେତ୍ରରେ ଜୟଦେବ ନିର୍ବାଚନମଣ୍ଡଳୀ ଅନୁସୂଚିତ ଜାତି (ଏସ୍‌ସି) ପାଇଁ ସଂରକ୍ଷିତ ରହିଛି। ଗତ ୩ଟି ନିର୍ବାଚନରେ ଏହି...

ତାଣ୍ଡବ ରଚିଲା କାଳବୈଶାଖୀ: ଭାଙ୍ଗିଲା ଗଛ, ଦୋକାନରୁ ଉଡ଼ିଗଲା ଆଜବେଷ୍ଟ୍‌ସ

ନିରାକାରପୁର,୨୪ା୪(ମାନସ ଚନ୍ଦ୍ର ପଟ୍ଟନାୟକ): ଖୋର୍ଦ୍ଧା ଜିଲା ନିରାକାରପୁର ସମେତ ଏହାର ଆଖପାଖ ଅଞ୍ଚଳରେ ୪୦ ଡିଗ୍ରୀ ତାପମାତ୍ରା ଲାଗିରହିଥିବା ବେଳେ ବୁଧବାର ଅପରାହ୍ନରେ ହଠାତ୍‌ ପାଗର...

ପଦପଦବୀ ଅପେକ୍ଷା ସମ୍ମାନ, ବିଶ୍ୱାସ ବଡ଼

ଖୋର୍ଦ୍ଧା,୨୪ା୪(ପ୍ରଭାତ ପାଣିଗ୍ରାହୀ): ପାଖେଇ ଆସୁଛି ସାଧାରଣ ନିର୍ବାଚନ। ଭୁବନେଶ୍ୱର ଲୋକ ସଭା ଆସନ ପାଇଁ ବିଜେଡି ମନ୍ମଥ ରାଉତରାୟ, ଭାଜପା ଅପରାଜିତା ଷଡ଼ଙ୍ଗୀ ଏବଂ କଂଗ୍ରେସ...

ଜଟଣୀ ଦେଖିବ ପୁଣି ତ୍ରିମୁଖୀ ପ୍ରତିଦ୍ୱନ୍ଦ୍ୱିତା

ଜଟଣୀ,୨୧ା୪(ରବୀନ୍ଦ୍ରନାଥ ମହାକୁଡ଼)ଭୁବନେଶ୍ୱର ସଂସଦୀୟ ନିର୍ବାଚନମଣ୍ଡଳୀର ୭ଟି ବିଧାନସଭା ଆସନ ମଧ୍ୟରୁ ଜଟଣୀ ବିଧାନସଭା କ୍ଷେତ୍ର ଅନ୍ୟତମ। ନିକଟରେ କଂଗ୍ରେସ ସନ୍ତୋଷ ଜେନାଙ୍କୁ ଏଠାରୁ ଟିକେଟ ଦେବା...

ବିଜେଡି ଛାଡ଼ି ପାରନ୍ତି ପୂର୍ବତନ ଏମପି ପ୍ରସନ୍ନ ପାଟ୍ଟଶାଣୀ!

ଭୁବନେଶ୍ୱର,୧୯।୪: ଓଡ଼ିଶା ରାଜନୀତିରେ ଏବେ କେବଳ ଦଳ ବଦଳ ଚାଲିଛି। ଦଳରେ ଅନେକ ଦିନରୁ ଥିବା ବରିଷ୍ଠ ନେତାମାନେ ମଧ୍ୟ ଟିକେଟ ନ ମିଳିବାରୁ ଓ...

ଅପରାଜିତାଙ୍କ ବିପକ୍ଷରେ ୨ ଯୁବନେତା

ଖୋର୍ଦ୍ଧା,୧୮।୪(ପ୍ରଭାତ ପାଣିଗ୍ରାହୀ)ଭୁବନେଶ୍ବର ସଂସଦୀୟ କ୍ଷେତ୍ର ପାଇଁ ଭାଜପା ଅପରାଜିତା ଷଡ଼ଙ୍ଗୀ, ବିଜେଡି ମନ୍ମଥ ରାଉତରାୟ ଏବଂ କଂଗ୍ରେସ ୟାସିର ନୱାଜଙ୍କୁ ପ୍ରାର୍ଥୀ ଘୋଷଣା କରିଛି। ଦୁଇ...

ନୂଆ ରୂପରେ ସଜେଇ ହେଲା ଭାଗବତ ଟୁଙ୍ଗି

ବେଗୁନିଆ,୧୮ା୪(ହରପ୍ରସନ୍ନ ପଣ୍ଡା)ବେଗୁନିଆ ବ୍ଲକ ପୋଡ଼ାଡିହ ପଞ୍ଚାୟତ ଅନ୍ତର୍ଗତ ତଳଗଡ଼ ଗାଁରେ ବୁଧବାର ପବିତ୍ର ରାମନବମୀରେ ଆଧ୍ୟାତ୍ମିକ ଭାବଧାରା ଦେଖିବାକୁ ମିଳିଛି। ବିଶ୍ୱାଳସାହିସ୍ଥିତ ଭାଗବତ ଦେବଙ୍କ ନୂତନ...

ଅସ୍ତିତ୍ୱ ହରାଉଛି ଗଡ଼ଖୋର୍ଦ୍ଧା, ପାଣ୍ଡବଘରା

ଖୋର୍ଦ୍ଧା,୧୮ା୪ (ପ୍ରଭାତ ପାଣିଗ୍ରାହୀ)ଉପଯୁକ୍ତ ରକ୍ଷଣାବେକ୍ଷଣ ଅଭାବରୁ ଖୋର୍ଦ୍ଧାର ଅନେକ ଐତିହ୍ୟ କୀର୍ତ୍ତିରାଜି ଆଜି ଧ୍ୱଂସାଭିମୁଖୀ। ଐତିହ୍ୟ ଗଡ଼ଖୋର୍ଦ୍ଧା ଏବଂ ବରୁଣେଇ ପାହାଡ଼ ଶୀର୍ଷରେ ଥିବା ପାଣ୍ଡବ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri