୭ ବରିଷ୍ଠ ପୋଲିସ ଅଧିକାରୀଙ୍କ ପଦୋନ୍ନତି

ଭୁବନେଶ୍ୱର,୨୮।୫ (ବ୍ୟୁରୋ): ଓଡିଶା ପୋଲିସରେ ଭାରପ୍ରାପ୍ତ ଆରକ୍ଷୀ ଅଧୀକ୍ଷକ ଭାବେ କାର୍ଯ୍ୟରତ ୭ଜଣ ବରିଷ୍ଠ ପୋଲିସ ଅଧିକାରୀଙ୍କୁ ଆରକ୍ଷୀ ଅଧୀକ୍ଷକ (ଏସ୍‌ପି) ପାହ୍ୟାକୁ ପଦୋନ୍ନତି ଦିଆଯାଇଛି। ଏ ନେଇ ଗୃହ ବିଭାଗ ପକ୍ଷରୁ ବୁଧବାର ବିଜ୍ଞପ୍ତି ପ୍ରକାଶ ପାଇଛି। ବୌଦ୍ଧରେ ଭାରପ୍ରାପ୍ତ ଆରକ୍ଷୀ ଅଧୀକ୍ଷକ ଭାବେ କାର୍ଯ୍ୟ କରୁଥିବା ଭି. ରଘୁନାଥ ରାଓ ଏବଂ ଖୋର୍ଦ୍ଧାରେ କାର୍ଯ୍ୟରତ ଅଜୟ ପ୍ରତାପ ସ୍ବାଇଁଙ୍କୁ ପଦୋନ୍ନତି ପରେ ଉକ୍ତ ସ୍ଥାନରେ ଆରକ୍ଷୀ ଅଧୀକ୍ଷକ ଭାବେ ନିଯୁକ୍ତ କରାଯାଇଛି। ସେହିପରି ରାଉରକେଲା ଏସ୍‌ଆର୍‌ପି ଇନଚାର୍ଜ ଭାବେ କାର୍ଯ୍ୟ କରୁଥିବା ତ୍ରିନାଥ ପଟେଲଙ୍କୁ ପଦୋନ୍ନତି ଦିଆଯାଇ ଉକ୍ତ ସ୍ଥାନରେ ଅଧୀକ୍ଷକ ଭାବେ ଅବସ୍ଥାପିତ କରାଯାଇଛି। ଉତ୍ତର-କେନ୍ଦ୍ରାଞ୍ଚଳ ଡିଆଇଜିଙ୍କ ସମ୍ବଲପୁର କାର୍ଯ୍ୟାଳୟରେ ଅତିରିକ୍ତ ଆରକ୍ଷୀ ଅଧୀକ୍ଷକ ଥିବା ସୁରେଶ ଚନ୍ଦ୍ର ପରିଚ୍ଛାଙ୍କୁ ଉକ୍ତ ସ୍ଥାନରେ ଆରକ୍ଷୀ ଅଧୀକ୍ଷକ (କମ୍ପ୍ୟୁଟର) ଭାବେ ନିଯୁକ୍ତି ଦିଆଯାଇଛି। ବାଲେଶ୍ୱରର ଅତିରିକ୍ତ ଆରକ୍ଷୀ ଅଧୀକ୍ଷକ ଥିବା ତୁଷାରକାନ୍ତ ଜେନାଙ୍କୁ କଟକ ପିଏମ୍‌ଟି ଆରକ୍ଷୀ ଅଧୀକ୍ଷକ ଭାବେ ଅବସ୍ଥାପିତ କରାଯାଇଛି। କଟକ ପୋଲିସ ମୁଖ୍ୟାଳୟରେ କାର୍ଯ୍ୟରତ କିଶୋର କୁମାର ଡଙ୍ଗାୟତଙ୍କୁ କଟକ ଏଚ୍‌ଆର୍‌ପିସି ଆରକ୍ଷୀ ଅଧୀକ୍ଷକ ଭାବେ ନିଯୁକ୍ତି ଦିଆଯାଇଛି। ସେହିପରି ବାଲେଶ୍ୱରର ଅତିରିକ୍ତ ଆରକ୍ଷୀ ଅଧୀକ୍ଷକ ଭାବେ କାର୍ଯ୍ୟରତ ତପନ କୁମାର ପଟ୍ଟନାୟକଙ୍କୁ ପଦୋନ୍ନତି ପରେ କଟକ ସିଆଇଡି ସିବି କାର୍ଯ୍ୟାଳୟକୁ ବଦଳି କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଦୟାକରି ଘରକୁ ଫେରିଯାଅ…ଆନ୍ଦୋଳନରତ ଛାତ୍ରଛାତ୍ରୀମାନଙ୍କୁ ସଲମାନ କଲେ ଏଭଳି ଅପିଲ୍‌

ନୂଆଦିଲ୍ଲୀ: ଦିଲ୍ଲୀ ଜନ୍ତରମନ୍ତରରେ ଚାଲିଥିବା ଛାତ୍ର ଆନ୍ଦୋଳନ ଏବଂ ପେପର୍ ଲିକ୍ ପ୍ରସଙ୍ଗକୁ ନେଇ ବଲିଉଡ୍ ଅଭିନେତା ସଲମାନ ଖନ୍ ପୁଣିଥରେ ଏକ ଗୁରୁତ୍ୱପୂର୍ଣ୍ଣ ସୋସିଆଲ ମିଡିଆ…

ପୋଲିସ ଗାଡ଼ି ଅଟକାଇ ଚର୍ଚ୍ଚାରେ ଯୁବତୀ, ଭିଡିଓ ଭାଇରାଲ

ମୁମ୍ବାଇ, ୨୩।୭ : କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ଇସ୍ତଫା ଦାବିରେ ଛାତ୍ର ଆନ୍ଦୋଳନ ଚାଲିଥିବା ବେଳେ ମୁମ୍ବାଇର ଦାଦର ନିକଟସ୍ଥ ଶିବାଜୀ ପାର୍କ ନିକଟରୁ ଏକ…

ସଂସଦରେ ସ୍ପଷ୍ଟ କଲେ କେନ୍ଦ୍ର ସରକାର, ଆଉ ଫେରିବ ନାହିଁ ଇଥାନଲ୍‌ମୁକ୍ତ ପେଟ୍ରୋଲ

ନୂଆଦିଲ୍ଲୀ,୨୩ା୭: ଆଉ କୌଣସି ପରିସ୍ଥିତିରେ ବିନା ଇଥାନଲ୍‌ ପେଟ୍ରୋଲ ଫେରିବ ନାହିଁ । ପେଟ୍ରୋଲରେ ୨୦ ପ୍ରତିଶତ ଏଥାନଲ୍ ମିଶ୍ରଣ (E20) ଏକ ସୁରକ୍ଷିତ, ସ୍ୱଚ୍ଛ ଏବଂ…

ଦିଲ୍ଲୀ ପୋଲିସ କମିଶନରଙ୍କୁ ମିଳିଲା ବଡ଼ କ୍ଷମତା

ନୂଆଦିଲ୍ଲୀ,୨୩ା୭: ଦିଲ୍ଲୀରେ କକ୍‌ରୋଚ୍‌ ଜନତା ପାର୍ଟି (ସିଜେପି)ର ବିକ୍ଷୋଭ ହିଂସାତ୍ମକ ରୂପ ନେଉଥିବାରୁ କେନ୍ଦ୍ର ସରକାର ଦିଲ୍ଲୀ ପୋଲିସ କମିଶନରଙ୍କୁ ଜାତୀୟ ସୁରକ୍ଷା ଆଇନ (ଏନ୍‌ଏସ୍‌ଏ) ବଳରେ…

ରଥ ମେଲଣରେ ଯୋଗଦେଲେ ଉପ ମୁଖ୍ୟମନ୍ତ୍ରୀ

ଅତାବିରା,୨୩।୭(ଯୁଧିଷ୍ଠିର ମହାପାତ୍ର) ଉପ ମୁଖ୍ୟମନ୍ତ୍ରୀ ତଥା କୃଷି ଓ ଶକ୍ତିମନ୍ତ୍ରୀ କନକ ବର୍ଦ୍ଧନ ସିଂହଦେଓ ବରଗଡ଼ ଜିଲା ଅତାବିରା ଗସ୍ତରେ ଆସି ଗୁରୁବାର ସନ୍ଧ୍ୟାରେ କାଠଡେରା ଶ୍ରୀଗୁଣ୍ଡିଚା…

ରାସ୍ତା କାଦୁଅ ପଚ ପଚ, ଦୁର୍ଦ୍ଦଶାରେ ଲୋକେ

କୋକସରା,୨୩ା୭ (ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): ୨୬ ନମ୍ବର ଜାତୀୟ ରାଜପଥର କୋକସରା ବ୍ଲକ ଡଙ୍ଗରୀଗୁଡା ଛକଠାରୁ କାଦୋପଦର ଭାୟା କାଶିବାହାଲ ପର୍ଯ୍ୟନ୍ତ ରାସ୍ତା ଅତ୍ୟନ୍ତ ଶୋଚନୀୟ ହୋଇପଡିଛି।…

ଦିଲ୍ଲୀ ତାତି ବରଗଡ଼ରେ: ଗାନ୍ଧୀଛକରେ କଂଗ୍ରେସର ବିକ୍ଷୋଭ ସହ ମୋଦୀ-ଶାହ-ଧର୍ମେନ୍ଦ୍ରଙ୍କ କୁଶପୁତ୍ତଳିକା ଦାହ

ବରଗଡ଼, ୨୩ା୭(ପ୍ରେମାନନ୍ଦ ଖମାରୀ): ଦିଲ୍ଲୀ ଜନ୍ତରମନ୍ତରରେ ଚାଲିଥିବା ଛାତ୍ର ଆନ୍ଦୋଳନ ଉପରେ ପୋଲିସର ଦମନଲୀଳା ଏବଂ ଶୀର୍ଷ ନେତୃବୃନ୍ଦଙ୍କ ଗିରଫଦାରୀ ପ୍ରତିବାଦରେ ଗୁରୁବାର ସନ୍ଧ୍ୟାରେ ବରଗଡ଼ ଜିଲା…

ଜନ୍ତର ମନ୍ତର ଅନ୍ଦୋଳନକୁ ନେଇ ଗୃହ ମନ୍ତ୍ରଣାଳୟର ବଡ଼ ନିର୍ଦ୍ଦେଶ: ଏସବୁ ଅଞ୍ଚଳରେ ବନ୍ଦ ହେବ ମୋବାଇଲ ଇଣ୍ଟରନେଟ ସେବା

ନୂଆଦିଲ୍ଲୀ,୨୩।୭: ଗୃହ ମନ୍ତ୍ରଣାଳୟ ଜନ୍ତର ମନ୍ତର ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ ନିର୍ଦ୍ଦେଶ ଜାରି କରିଛି। ଚାଲିଥିବା ପ୍ରତିବାଦକୁ ଦୃଷ୍ଟିରେ ରଖି, ସରକାର ନିର୍ଦ୍ଦେଶ ଦେଇଛନ୍ତି ଯେ ଜନ୍ତର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri