Posted inଫୁରସତ

୭ ବର୍ଷର ଶିଶୁଙ୍କ ୬ ପ୍ୟାକ୍‌ ଆବ୍‌ସ, ଇନ୍‌ଷ୍ଟାଗ୍ରାମରେ ରହିଛନ୍ତି ୪୦ ଲକ୍ଷରୁ ଅଧିକ ଫଲୋଅର୍ସ

ଆଜିର ସମୟରେ ଅଧିକାଂଶ ଲୋକ ଫିଟନେସ୍‌ ପ୍ରତି ଧ୍ୟାନ ଦେଉଛନ୍ତି। ବିଶେଷକରି ଯୁବଗୋଷ୍ଠୀ। ମାତ୍ର ଇରାନର ଜଣେ ୭ ବର୍ଷର ଶିଶୁ ୬ ପ୍ୟାକ୍‌ ଆବ୍‌ସ ପାଇଁ ସାରା ବିଶ୍ୱରେ ପ୍ରସିଦ୍ଧି ଲାଭ କରିଛନ୍ତି। ତାଙ୍କ ନାମ ଆରତ୍‌ ହୋସ୍‌ନି। ଯିଏ ଇରାନର ବାବୋଲ୍‌ ସହରରେ ରୁହନ୍ତି। ଆରତ୍‌ ଖାଲି ସୋସିଆଲ ମିଡିଆ ନୁହେଁ, ଫୁଟବଲ ଖେଳରେ ମଧ୍ୟ ପ୍ରସିଦ୍ଧି ଲାଭ କରିଛନ୍ତି। ଇନ୍‌ଷ୍ଟାଗ୍ରାମରେ ତାଙ୍କର ୪୦ ଲକ୍ଷରୁ ଅଧିକ ଫଲୋଅର୍ସ ଅଛନ୍ତି। ତାଙ୍କର ପ୍ରତ୍ୟେକ ପୋଷ୍ଟରେ ଲକ୍ଷଲକ୍ଷ ଲାଇକ୍‌ ମିଳିଥାଏ। ଏତେ କମ୍‌ ବୟସରେ ଆରତ୍‌ ଏତେ ପ୍ରସିଦ୍ଧ ହୋଇଯାଇଛନ୍ତି ଯେ, ବଡ଼ବଡ଼ ଫିଲ୍ମ ଷ୍ଟାର୍‌ମାନେ ମଧ୍ୟ ପଛରେ ପଡ଼ିଯିବେ।


ଆରତ୍‌ ୩୦ସେପ୍ଟେମ୍ବର ୨୦୧୩ରେ ଇଂଲଣ୍ଡର ଲିବରପୁଲରେ ଜନ୍ମଗ୍ରହଣ କରିଥିଲେ। ବର୍ତ୍ତମାନ ସେ ଲିବରପୁଲ ଏକାଡେମୀରେ କ୍ରୀଡ଼ା ତାଲିମ ନେଉଛନ୍ତି। ଜାଣି ଆଶ୍ଚର୍ଯ୍ୟ ହେବେ ଯେ, ଆରତ୍‌ ମାତ୍ର ୯ ମାସ ବୟସରେ ଜିମ୍ନାଷ୍ଟିକ୍‌ ଆରମ୍ଭ କରିଥିଲେ। ଏବଂ ଦୁଇ ବର୍ଷ ବୟସରେ ସେ ଅନ୍ତର୍ଜାତୀୟ ଗଣମାଧ୍ୟମର ମୁଖ୍ୟ ଖବର ପାଲଟିଥିଲେ।


ଆରତ୍‌ଙ୍କ ଲମ୍ବା କେଶ ଯୋଗୁ ଲୋକମାନେ ପ୍ରାୟତଃ ତାଙ୍କୁ ଝିଅ ବୋଲି ଭାବିଥାନ୍ତି। ସେ ଫୁଟବଲ ଖେଳିବାକୁ ପସନ୍ଦ କରନ୍ତି। ତାଙ୍କର ସ୍ବପ୍ନ ହେଉଛି ବଡ଼ ବାର୍ସିଲୋନା ଫୁଟବଲ କ୍ଲବ ପାଇଁ ଖେଳିବା। ତାଙ୍କର ପ୍ରିୟ ଫୁଟବଲ ଖେଳାଳି ହେଉଛନ୍ତି ଲିଓନେଲ ମୈସେ। ତେଣୁ ଆରତ୍‌ ତାଙ୍କ ପରି ଖେଳିବାକୁ ଚାହୁଁଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଜେଲ ଯିବେ ତରୁଣ ତେଜପାଲ, ସୁପ୍ରିମକୋର୍ଟରୁ ଲାଗିଲା ବଡ଼ ଝଟକା

ନୂଆଦିଲ୍ଲୀ,୨୫।୮: ବଳାତ୍କାର ମାମଲାରେ ଦୋଷୀ ସାବ୍ୟସ୍ତ ହୋଇଥିବା ପୂର୍ବତନ ତେହେଲକା ସମ୍ପାଦକ ତରୁଣ ତେଜପାଲଙ୍କୁ ସୁପ୍ରିମକୋର୍ଟ ତୁରନ୍ତ ଆଶ୍ୱସ୍ତି ଦେବାକୁ ମନା କରିଦେଇଛନ୍ତି। କୋର୍ଟ ତାଙ୍କୁ ଦୁଇ…

ପାଣି ପକାଉଥିବା ବେଳେ ମାରିଲା କରେଣ୍ଟ, ଚାଲିଗଲା ବଳରାମଙ୍କ ଜୀବନ

ପୁରୁଷୋତ୍ତମପୁର,୨୫ା୮(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଥାନା ଅନ୍ତର୍ଗତ ଶିକୁଳା ଗ୍ରାମରେ ଅଭାବନୀୟ ଘଟଣା ଘଟିଛି । ବିଦ୍ଯୁତ ଆଘାତରେ ଜଣଙ୍କର ମୃତ୍ୟୁ ହୋଇଛି । ମୃତକ…

ପୁଟିନଙ୍କ ବଡ଼ ପ୍ରତିଶ୍ରୁତି: ସଙ୍କଟ ସମୟରେ ଭାରତକୁ ଯୋଗାଇବ…ବିଶ୍ୱରେ ହଇଚଇ

ନୂଆଦିଲ୍ଲୀ,୨୫।୮: ଭାରତର ବୈଦେଶିକ ମନ୍ତ୍ରୀ ଏସ. ଜୟଶଙ୍କର ସୋମବାର ମସ୍କୋରେ ରୁଷିଆର ରାଷ୍ଟ୍ରପତି ଭ୍ଲାଦିମିର ପୁଟିନଙ୍କୁ ସାକ୍ଷାତ କରିଛନ୍ତି। ଏହି ସାକ୍ଷାତ ସମୟରେ ଜୟଶଙ୍କର ରାଷ୍ଟ୍ରପତି ପୁଟିନଙ୍କୁ…

୧୫ ଦିନ ହେଲା ନିଖୋଜ ଥିଲେ ଯୁବକ, ପରିତ୍ୟକ୍ତକୁ ଘରୁ ମିଳିଲା…

କଟକ,୨୫।୮(ପ୍ରଭୁ କଲ୍ୟାଣ ପାଲ୍‌): ବାରଙ୍ଗ ଥାନା ଗୋଡ଼ିସାହିର ଏକ ପରିତ୍ୟକ୍ତ ଘରୁ ମଙ୍ଗଳବାର ପୋଲିସ ଜଣେ ଯୁବକଙ୍କ ଝୁଲନ୍ତା ମୃତଦେହ ଜବତ କରିଛି। ଯୁବକ ଜଣକ ବାରଙ୍ଗ…

ରକ୍ଷାବନ୍ଧନ ପର୍ଯ୍ୟନ୍ତ ୩ ରାଶିଙ୍କୁ ବୁଧ ଦେବେ ଶୁଭ ଫଳ! ଅଚାନକ ଟଙ୍କା….

ଜ୍ୟୋତିଷ ଶାସ୍ତ୍ର ଅନୁସାରେ ବୁଧ ଗ୍ରହକୁ ବୁଦ୍ଧି, ବାଣିଜ୍ୟ ଓ ଆର୍ଥିକ କାରବାରର କାରକ ଗ୍ରହ ବୋଲି ମନାଯାଏ । ବୁଧ ଏବେ କେତୁଙ୍କ ମଘା ନକ୍ଷତ୍ରରେ…

ଉଛୁଳୁଛି ସମୁଦ୍ର, ପୃଥିବୀ ଆଡକୁ ମାଡି ଆସୁଛି ବଡ଼ ‘ବିପର୍ଯ୍ୟୟ’? ବର୍ଷା-ବନ୍ୟା ଦେଉଛି ବିପଦର ବଡ଼ ସଙ୍କେତ

ନୂଆଦିଲ୍ଲୀ,୨୫।୮: ବିଶ୍ୱ ପାଣିପାଗ ଧାରାରେ ଦ୍ରୁତ ପରିବର୍ତ୍ତନ ହେଉଛି। କିଛି ଅଞ୍ଚଳ ପ୍ରବଳ ଗରମ ଅନୁଭବ କରୁଥିବା ବେଳେ, ଅନ୍ୟ ଅଞ୍ଚଳରେ ଅଳ୍ପ ସମୟ ମଧ୍ୟରେ ଏତେ…

୫୦ କିଲୋ ପିଆଜ କିଣିଲେ ଉଠାଇନେବ ପୋଲିସ! ଜାଣନ୍ତୁ ନିୟମ

ନୂଆଦିଲ୍ଲୀ,୨୫।୮: ସାରା ଦେଶରେ ପିଆଜ ଦରରେ ଦ୍ରୁତ ବୃଦ୍ଧି ଦେଖିବାକୁ ମିଳିଛି। ମାତ୍ର ଗୋଟିଏ ସପ୍ତାହ ମଧ୍ୟରେ ପିଆଜ ଦର ପ୍ରାୟ ୧୭ ପ୍ରତିଶତ ବଢ଼ିଛି। ଅନେକ…

ବିଧିର ବିଚିତ୍ର ବିଧାନ: ରାତିରେ ଶୋଇଥିଲେ ଅଜା- ନାତି ସକାଳକୁ ଦେଖିଲାବେଳକୁ ….

ବଣାଇଁ, ୨୫।୮ (ପ୍ରଦୀପ ତ୍ରିପାଠୀ): ସୁନ୍ଦରଗଡ଼ ଜିଲା ଟିକାୟତପାଲୀ ଥାନା ଅନ୍ତର୍ଗତ ତିଲେଇମାଳ ଗ୍ରାମରେ ବିଷାକ୍ତ ସାପ କାମୁଡ଼ାରେ ଅଜା ଓ ନାତିଙ୍କ ମୃତ୍ୟୁ ଘଟିଛି। ଏହି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri