Posted inଫୁରସତ

୭ ବର୍ଷ ବାଳକଙ୍କ ପେଣ୍ଟିଂର ଦାମ୍‌ ୮ ଲକ୍ଷ

ବର୍ଲିନ: ଜର୍ମାନୀର ଜଣେ ୭ ବର୍ଷର ବାଳକ କରିଥିବା ପେଣ୍ଟିଂ ୮ ଲକ୍ଷରେ ବିକ୍ରି ହୋଇଛି। ଏହାକୁ କିଣିବା ପାଇଁ ସମଗ୍ର ବିଶ୍ୱରୁ ଲୋକେ ବର୍ଲିନ୍‌ରେ ପହଞ୍ଚିଥିଲେ। ୨୦୧୨ରେ ଜନ୍ମ ନେଇଥିବା ମିଖାଇଲ୍‌ ଅକର ୪ ବର୍ଷ ବୟସରୁ ପେଣ୍ଟିଂ ଆରମ୍ଭ କରିଛନ୍ତି। ତାଙ୍କର ଏହି ନିଖୁଣ କାମ ପାଇଁ ସେ ଅନ୍ତଃରାଷ୍ଟ୍ରୀୟ କଳା ଜଗତରେ ଚର୍ଚ୍ଚାରେ ରହିଛନ୍ତି। ମିଖାଇଲ୍‌ ଯେତେବେଳେ ଛୋଟ ଥିଲେ ତାଙ୍କ ପିତା କେରମ୍‌ ଅକର ପୁଅର ଟ୍ୟାଲେଣ୍ଟକୁ ଜାଣି ପାରିଥିଲେ। ଫଳରେ ସେ ମିଖାଇଲଙ୍କ ୪ର୍ଥ ଜନ୍ମଦିବସରେ ଏକ କାନ୍‌ଭାସ ଏବଂ ପେଣ୍ଟ୍‌ ବକ୍ସ ଗିଫ୍ଟ ଦେଇଥିଲେ। ଏହା ପରେ ମିଖାଇଲଙ୍କ ପେଣ୍ଟିଂ ଦେଖି ଆଶ୍ଚର୍ଯ୍ୟ ହୋଇଯାଇଥିଲେ। ପ୍ରଥମ ପେଣ୍ଟିଂ ତାଙ୍କର ବହୁତ ଭଲ ଥିଲା। ସେ ବର୍ତ୍ତମାନ ଷ୍ଟାର ଫୁଟ୍‌ବଲ ଖେଳାଳି ମାନୁଏଲ ନଏରଙ୍କ ପେଣ୍ଟିଂ କରିଛନ୍ତି। ଯାହାର ଦାମ୍‌ ୮ ଲକ୍ଷ ଟଙ୍କା। ଗତବର୍ଷ ମିଖାଇଲ୍‌ଙ୍କ ପେଣ୍ଟିଂ ବର୍ଲିନ୍‌ର ଏକ ବେସରକାରୀ କାର୍ଯ୍ୟକ୍ରମରେ ପ୍ରଦର୍ଶିତ ହୋଇଥିଲା। ସେଠାକୁ ଆସିଥିବା ଦର୍ଶକମାନେ ପେଣ୍ଟିଂ ଦେଖି ଆଶ୍ଚର୍ଯ୍ୟ ହୋଇଯାଇଥିଲେ। ମିଖାଇଲ ପିତାଙ୍କର ଏକ ଏଜେନ୍ସି ରହିଛି। ଏଥିରେ ସେ ମ୍ୟାନେଜର ଅଛନ୍ତି। ମିଖାଇଲଙ୍କର ଏକ ଇନ୍‌ଷ୍ଟାଗ୍ରାମ୍‌ ପେଜ୍‌ ବି ରହିଛି। ଯେଉଁଥିରେ ୪୭ ହଜାରରୁ ଅଧିକ ଫଲୋଅର୍ସ ଅଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବିନା ଫିଟନେସ୍‌, ବୀମା , ପରମିଟ୍‌ରେ ଗାଡ଼ି ଚଳାଇଲେ ହେବ ଜବତ; STAର କଡ଼ା ନିର୍ଦ୍ଦେଶ

ଭୁବନେଶ୍ୱର, ୭।୭: ରାଜ୍ୟରେ ସଡ଼କ ଦୁର୍ଘଟଣା ହ୍ରାସ କରିବା ଏବଂ ସଡ଼କ ସୁରକ୍ଷାକୁ ସୁଦୃଢ଼ କରିବା ପାଇଁ ରାଜ୍ୟ ପରିବହନ ପ୍ରାଧିକରଣ (STA) କଠୋର ଆଭିମୁଖ୍ୟ ଗ୍ରହଣ…

କୋଚ ପଦ ହରାଇବେ ଗୌତମ ଗମ୍ଭୀର! ଦାୟିତ୍ୱ ନେବେ ଜଣେ ଅଭିଜ୍ଞ ଖେଳାଳି!

ନୂଆଦିଲ୍ଲୀ,୭।୭: ଜିମ୍ବାୱେ ବିପକ୍ଷରେ ଟି-୨୦ ସିରିଜ ପାଇଁ ଦଳ ଘୋଷଣା କରିବା ପରେ, ଭାରତୀୟ କ୍ରିକେଟ କଣ୍ଟ୍ରୋଲ ବୋର୍ଡ (ବିସିସିଆଇ) ମଧ୍ୟ ପ୍ରଶିକ୍ଷକ କର୍ମଚାରୀଙ୍କ ସମ୍ପର୍କରେ ଏକ…

ଗାଧୋଇବା ହେଲା କାଳ, ବୁଢାବଳଙ୍ଗରେ ଭାସିଗଲେ ଯୁବକ

ବାରିପଦା,୭।୭: ମୟୂରଭଞ୍ଜ ଜିଲା ବୁଢାବଳଙ୍ଗ ନଦୀରେ ମଙ୍ଗଳବାର ଏକ ଦୁଃଖଦ ଘଟଣା ସାମ୍ନାକୁ ଆସିଛି। ବୁଢାବଳଙ୍ଗ ନାର୍ଖା ବ୍ରିଜ ତଳେ ଗାଧୋଇବା ବେଳେ ଭାସି ଯାଇ ଜଣେ…

ଭୟଙ୍କର ଭୂସ୍ଖଳନ, ୩ ମୃତ ୭ ନିଖୋଜ, ସାମ୍ନାକୁ ଆସିଲା ଛାତିଥରା VIDEO

ଥିରୁଭାନନ୍ତପୁରମ,୭।୭: ପ୍ରିୟଙ୍କା ଗାନ୍ଧୀଙ୍କ ସଂସଦୀୟ କ୍ଷେତ୍ର କେରଳର ୱାୟାନାଡ ଏକ ପ୍ରାକୃତିକ ବିପର୍ଯ୍ୟୟର ସମ୍ମୁଖୀନ ହେଉଛି। ମେପାଡି ନିକଟସ୍ଥ କଲ୍ଲାଡିରେ ହଠାତ ଭୂସ୍ଖଳନ ହେବାରୁ ଏଥିରେ ୩…

ରମାଦେବୀ ବିଶ୍ବବିଦ୍ୟାଳୟ କ୍ୟାମ୍ପସ୍‌ରେ ଉତ୍ତେଜନା

ଭୁବନେଶ୍ବର,୭।୭: ଭୁବନେଶ୍ବର ସ୍ଥିତ ରମାଦେବୀ ବିଶ୍ବବିଦ୍ୟାଳୟ କ୍ୟାମ୍ପସ୍‌ରେ ମଙ୍ଗଳବାର ଉତ୍ତେଜନା ପରିସ୍ଥିତି ସୃଷ୍ଟି ହୋଇଛି। କ୍ୟାମ୍ପସ ଭିତରକୁ ଅଣଛାତ୍ରୀଛାତ୍ର ପ୍ରବେଶକୁ ବିରୋଧ କରି ବିଶ୍ବବିଦ୍ୟାଳୟର ଛାତ୍ରୀମାନେ ଅସନ୍ତୋଷ…

ଗୋଲ୍ଡେନ ବୁଟ୍‌ ରେସ୍‌ରେ ଏହି ୩ ଖେଳାଳି, ଜାଣନ୍ତୁ…

ଇଷ୍ଟ ରଦରଫୋର୍ଡ,୭ା୭: ବ୍ରାଜିଲ ବିପକ୍ଷ ପ୍ରି-କ୍ୱାର୍ଟର ମ୍ୟାଚ୍‌ରେ ଡବଲ ଗୋଲ ଦେଇ ନରଓ୍ବେକୁ ଜିତାଇଥିବା ଏର୍ଲିଂ ହାଲାଣ୍ଡ ଚଳିତ ବିଶ୍ୱକପ୍‌ରେ ଗୋଲ୍ଡେନ ବୁଟ୍‌ ରେସରେ ସାମିଲ ହୋଇଛନ୍ତି।…

ଶିଶୁ କନ୍ୟାଙ୍କୁ ଝୁଣି ଦେଲେ ୨ ବୁଲା କୁକୁର: ୩ ସ୍ଥାନରେ ଲାଗିଛି…

ଦିଗପହଣ୍ଡି,୭|୭(ଅଶେଷ ନାଥ ମିଶ୍ର ): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ମହାନାଳା ଗ୍ରାମର ସରସ୍ଵତୀ ଶିଶୁ ମନ୍ଦିରରେ ଦ୍ଵିତୀୟ ଶ୍ରେଣୀରେ ପଢୁଥିବା ପାଟପୁର ଗ୍ରାମର ପ୍ରମୋଦ ସାହୁଙ୍କ…

ଭୁବନେଶ୍ୱରରେ ନିର୍ମାଣ ହେବ ନୂଆ ରାଜସ୍ୱ ଭବନ: ୬୦୦ କୋଟି ଟଙ୍କା ବ୍ୟୟରେ ଉଠିବ ୧୦ ମହଲା ବିଶିଷ୍ଟ କୋଠା

ଭୁବନେଶ୍ୱର, ୭।୭: ରାଜ୍ୟର ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବ୍ୟବସ୍ଥାକୁ ଆହୁରି ସୁଦୃଢ଼ ଓ ଆଧୁନିକ କରିବା ଲକ୍ଷ୍ୟରେ ଭୁବନେଶ୍ୱରରେ ଏକ ନୂଆ ରାଜସ୍ୱ ଭବନ ନିର୍ମାଣ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri