୭ ଲକ୍ଷ କୋଟି ଟଙ୍କା ବଢିଲା ଆଲଫାବେଟର ବଜାର ପୁଞ୍ଜୀକରଣ

ନୂଆଦିଲ୍ଲୀ,୧୯-୧: ଗୁଗଲର ମୂଳ କମ୍ପାନୀ ଆଲ୍‌ଫାବେଟର ବଜାର ପୁଞ୍ଜୀକରଣ ପ୍ରଥମଥର ଲାଗି ୧ ଟ୍ରିଲିୟନ ଡଲାର(୭୧ ଲକ୍ଷ କୋଟି ଟଙ୍କା) ଟପିଛି। ପ୍ରବାସୀ ଭାରତୀୟ ସୁନ୍ଦର ପିଚାଇ କମ୍ପାନୀର ସିଇଓ ହେବାର ଦେଢ ମାସ ପରେ ଆଲ୍‌ଫାବେଟର ବଜାର ପୁଞ୍ଜୀକରଣ ୧୨% ବଢିଥିବା ଦେଖାଯାଇଛି। ପିଚାଇ ୪ ଡିସେମ୍ବରରେ ଏହି କମ୍ପାନୀର ସିଇଓ ପଦବୀରେ ଅବସ୍ଥାପିତ ହୋଇଥିଲେ। ସେହି ସମୟରେ କମ୍ପାନୀର ବଜାର ପୁଞ୍ଜୀକରଣ ୬୪ ଲକ୍ଷ କୋଟି ଟଙ୍କା ରହିଥିଲା। ଆଲ୍‌ଫାବେଟର ସିଇଓ ହେବା ପରେ ପିଚାଇଙ୍କୁ ଆଗାମୀ ୩ ବର୍ଷରେ ପ୍ରାୟ ୧୭୬୨ କୋଟି ଟଙ୍କାର ପ୍ୟାକେଜ ମିଳିବ। କୌଣସି ସର୍ଚ୍ଚ ଇଞ୍ଜିନ କମ୍ପାନୀର ଉଚ୍ଚ ଅଧିକାରୀଙ୍କ ବର୍ଗରେ ଏହା ସବୁଠାରୁ ବଡ ହାରର ବେତନ ବୋଲି କୁହାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ଓଭରବ୍ରିଜ ନିର୍ମାଣ ଦାବି: ଗମନାଗମନରେ ଲୋକେ ହେଉଛନ୍ତି ହନ୍ତସନ୍ତ

କେସିଙ୍ଗା,୯।୯(ତୁମେଶ୍ୱର ସାହୁ): ସମ୍ବଲପୁର ରେଳ ଡିଭିଜନ ଅନ୍ତର୍ଗତ କେସିଙ୍ଗା ରେଳ ଷ୍ଟେଶନଠାରୁ ପ୍ରାୟ ୩ କିଲୋମିଟର ଦୂରରେ ଥିବା ଡୁମେରମୁଣ୍ଡା ଗ୍ରାମ ଦେଇ କେସିଙ୍ଗା ସହରକୁ ଯାଇଥିବା…

ଧୁରନ୍ଧରକୁ ପଛରେ ପକାଇଲା ଫିଲ୍ମ ‘ହନୁମାନ ଅଂଶ’

ମୁମ୍ବାଇ: ଆଧ୍ୟାତ୍ମିକ ଗୁରୁ ନୀମ କରୋଲି ବାବାଙ୍କ ଜୀବନ ଏବଂ ଶିକ୍ଷା ଉପରେ ଆଧାରିତ ଫିଲ୍ମ ‘ହନୁମାନ ଅଂଶ’ ବକ୍ସ ଅଫିସରେ ୧୫୦ କୋଟିରୁ ଅଧିକ ଟଙ୍କା…

୧୧ରେ ମୋଦି-ପୁଟିନ୍‌ ଦ୍ୱିପାକ୍ଷିକ ଆଲୋଚନା

ନୂଆଦିଲ୍ଲୀ,୯ା୯: ନୂଆଦିଲ୍ଲୀରେ ହେବାକୁ ଯାଉଥିବା ବ୍ରିକ୍ସ ଶିଖର ସମ୍ମିଳନୀ ଅବସରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆସନ୍ତା ୧୧ ତାରିଖ ଶୁକ୍ରବାର ରୁଷିଆ ରାଷ୍ଟ୍ରପତି ଭ୍ଲାଡିମିର ପୁଟିନ୍‌ଙ୍କ ସହ…

ଭାରତ ସହ ସହଯୋଗ ବଢ଼ାଇବ ଇରାନ

ନୂଆଦିଲ୍ଲୀ,୯ା୯: ଆଞ୍ଚଳିକ ଉତ୍ତେଜନା ବୃଦ୍ଧି ଏବଂ ଆମେରିକାର କଟକଣା ନୀତିକୁ ନେଇ ଲାଗିରହିଥିବା ଅନିଶ୍ଚିତତା ସତ୍ତ୍ୱେ ଚାବହାର ବନ୍ଦରର ରଣନୀତିକ ମୂଲ୍ୟବୋଧ ଓ ଭାରତ ସହ ସମ୍ପର୍କ…

ଦୁର୍ବିଷହ ହୋଇପଡ଼ିଛି ଭୂଷଣଙ୍କ ଜୀବନ: ସହାୟତା ପାଇଁ ଜିଲାପାଳଙ୍କୁ ଫେରାଦ ହେଲେ ଦିବ୍ୟାଙ୍ଗ

ବରଗଡ଼,୯।୯(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲା ଭେଡେନ୍‌ ବ୍ଲକ ରେମଣ୍ଡା ହରିଜନପଡ଼ା ନିବାସୀ ଭୂଷଣ ଭାଏନାଙ୍କ ଜୀବନଯାପନ ଦୁର୍ବିଷହ ହୋଇ ପଡ଼ିଛି। ସେ ୨୦୨୪ରେ ସଂକ୍ରମଣ ହେବା କାରଣରୁ ତାଙ୍କ…

ଶିଶୁ ପୁତ୍ରକୁ ଛାଡ଼ି ଦୌଡ଼ି ପଳାଉଥିଲେ ମା’: ଆଉ ତା’ପରେ ଘଟିଲା…

ବାରଙ୍ଗ,୯ା୯(ଲିଙ୍ଗରାଜ ରାଉତ):ବାରଙ୍ଗ ଥାନା ଅଧୀନ ନରାଜମାର୍ଥାପୁର ରେଳଷ୍ଟେଶନ୍‌ ବାହାରୁ ଜଣେ ମହିଳା ତା’ର ଶିଶୁ ପୁତ୍ରକୁ ଛାଡ଼ି ପଳାଇଯାଉ ଥିବାବେଳେ ମଙ୍ଗଳବାର ରାତିରେ ସ୍ଥାନୀୟ ଲୋକେ ଧରି…

ଆସନ୍ତାକାଲି ପଡୁଛି ୩ ରାଜଯୋଗ; ୫ ରାଶିଙ୍କ ବଦଳିବ ଭାଗ୍ୟ, ମୋଟା ଅଙ୍କର ରୋଜଗାରକୁ ବଡ଼ କମ୍ପାନୀରୁ ଅଫର୍‌

୯ ସେପ୍ଟେମ୍ୱର, ୨୦୨୬ ହେଉଛି ଭାଦ୍ରବ ମାସ କୃଷ୍ଣ ପକ୍ଷର ତ୍ରୟୋଦଶୀ ତିଥି ଏବଂ ବୁଧବାର। ଏହା ସହିତ ଏହି ଦିନଟି ଦ୍ୱିତୀୟ ଚତୁର୍ମାସ୍ୟାର ୧୭ଶ ଦିନ…

ନୂଆଖାଇ ପୂର୍ବରୁ ଭତ୍ତା ଟଙ୍କା ଦିଅ, ନଚେତ୍ ଆନ୍ଦୋଳନ! ରାଜ୍ୟପାଳଙ୍କ ହସ୍ତକ୍ଷେପ ଦାବି କଲା ବିଜେଡି, ସ୍ମାରକପତ୍ର…

ବରଗଡ଼,୮।୯(ପ୍ରେମାନନ୍ଦ ଖମାରୀ): ପଶ୍ଚିମ ଓଡ଼ିଶାର ଗଣପର୍ବ ନୂଆଖାଇ ପୂର୍ବରୁ ସମସ୍ତ ହିତାଧିକାରୀଙ୍କୁ ସାମାଜିକ ନିରାପତ୍ତା ଭତ୍ତା ପ୍ରଦାନ କରିବା ଦାବିରେ ବରଗଡ଼ ଜିଲା ବିଜେଡି ପକ୍ଷରୁ ରାଜ୍ୟପାଳଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri