୭ ସହର ଅତି ପ୍ରଦୂଷିତ

ଭୁବନେଶ୍ୱର,୬ା୧୧(ବ୍ୟୁରୋ):ଅତି ପ୍ରଦୂଷିତ ସହର ତାଲିକାରେ ସାମିଲ ହୋଇଛି ରାଜ୍ୟର ୭ଟି ସହର ଭୁବନେଶ୍ୱର, ଅନୁଗୋଳ, ବାଲେଶ୍ୱର, କଟକ, ତାଳଚେର, ରାଉରକେଲା ଓ କଳିଙ୍ଗନଗର। ପ୍ରଦୂଷଣ ଯୋଗୁ ଅନେକ ନଦୀ ଏବଂ ରାଜଧାନୀ ଭୁବନେଶ୍ୱରର ଗଙ୍ଗୁଆ ନାଳ ଜହର ପାଲଟିଛି। ଏନେଇ ବିଧାନସଭା ଗୃହ କମିଟି ଗଭୀର ଉଦ୍‌ବେଗ ପ୍ରକାଶ କରିଛି। ମଙ୍ଗଳବାର ବିଧାନସଭାର ପ୍ରକୋଷ୍ଠ ନଂ-୫୪ରେ ବାଚସ୍ପତି ସୂର୍ଯ୍ୟନାରାୟଣ ପାତ୍ରଙ୍କ ଅଧ୍ୟକ୍ଷତାରେ ପରିବେଶ ପ୍ରଦୂଷଣ ସମ୍ପର୍କିତ ଗୃହ କମିଟି ବୈଠକ ଅନୁଷ୍ଠିତ ହୋଇଥିଲା। ବାୟୁମଣ୍ଡଳରେ ବଢୁଥିବା ଅଙ୍ଗାରକାମ୍ଳ, କଳକାରଖାନାରୁ ନିର୍ଗତ ବିଷାକ୍ତ ବାଷ୍ପ, ବର୍ଜ୍ୟ ଜଳ, ପ୍ଲାଷ୍ଟିକର ବହୁଳ ବ୍ୟବହାର ଯୋଗୁ ପ୍ରଦୂଷଣ ବଢୁଥିବା ନେଇ ବୈଠକରେ ମତ ପ୍ରକାଶ ପାଇଥିଲା। ଗତ ୩ ତାରିଖରେ ଧରିତ୍ରୀରେ ପ୍ରକାଶିତ ‘ଧୂଆଁ, ଧୂଳିରେ ଉପକୂଳ’ ଶୀର୍ଷକ ଖବରକୁ କମିଟିର ସଦସ୍ୟ ତଥା ବିରୋଧୀ ଦଳ ଉପମୁଖ୍ୟ ସଚେତକ ମୋହନ ଚରଣ ମାଝି ବୈଠକରେ ଉଠାଇଥିଲେ। ରାଜ୍ୟର ବିଭିନ୍ନ ଶିଳ୍ପ କାରଖାନା ଦ୍ୱାରା ନଦୀ, କେନାଲ, ଜଳ ଉତ୍ସ ଓ ଚାଷ ଜମି ପ୍ରଦୂଷିତ ହେବା, ବିଭିନ୍ନ ସ୍ପଞ୍ଜ ଆଇରନ୍‌ କାରଖାନାର ଅଙ୍ଗାରକାମ୍ଳ ବାଷ୍ପକୁ ରୋକିବା ଏବଂ ସ୍ବାୟତ୍ତ ଶାସନ ସଂସ୍ଥା ଓ ଗ୍ରାମଗୁଡ଼ିକର ସଫେଇ ସମ୍ପର୍କରେ ଆଲୋଚନା ହୋଇଥିଲା। ଆଗାମୀ ଦିନରେ ପ୍ରଦୂଷଣ ହ୍ରାସ ପାଇଁ ସବୁସ୍ତରରେ ଉଦ୍ୟମ କରିବା ନେଇ ବୈଠକରେ ମତ ପ୍ରକାଶ ପାଇଥିଲା।
ବୈଠକରେ ଜଙ୍ଗଲ ଓ ପରିବେଶ ମନ୍ତ୍ରୀ ବିକ୍ରମ କେଶରୀ ଆରୁଖ, ଅର୍ଥ ମନ୍ତ୍ରୀ ନିରଞ୍ଜନ ପୂଜାରୀ, ପଞ୍ଚାୟତିରାଜ ଓ ପାନୀୟ ଜଳ ମନ୍ତ୍ରୀ ପ୍ରତାପ ଜେନା, ପୂର୍ତ୍ତ ମନ୍ତ୍ରୀ ପ୍ରଫୁଲ୍ଲ କୁମାର ମଲ୍ଲିକ, ସରକାରୀ ମୁଖ୍ୟ ସଚେତକ ପ୍ରମିଳା ମଲ୍ଲିକ, ଗୃହ କମିଟିର କୋ-ଅପ୍ଟେଡ୍‌ ସଦସ୍ୟ ଅରୂପ ପଟ୍ଟନାୟକ ଏବଂ ସ୍ବୟଂ ପ୍ରକାଶ ରାଉତ, ଜଙ୍ଗଲ ଓ ପରିବେଶ ବିଭାଗ ପ୍ରମୁଖ ଶାସନ ସଚିବ ମୋନା ଶର୍ମା, ସ୍ବତନ୍ତ୍ର ଶାସନ ସଚିବ ଦେବୀଦତ୍ତ ବିଶ୍ୱାଳ, ବିଧାନସଭା ସଚିବ ଦାଶରଥୀ ଶତପଥୀଙ୍କ ସମେତ ଜଙ୍ଗଲ ଓ ପରିବେଶ ବିଭାଗର ବରିଷ୍ଠ ପଦାଧିକାରୀ ପ୍ରମୁଖ ଉପସ୍ଥିତ ରହିଥିଲେ।
ଏହାଛଡ଼ା ବିଧାୟକ ପ୍ରଦୀପ କୁମାର ଅମାତ୍‌ଙ୍କ ଅଧ୍ୟକ୍ଷତାରେ ବିଭାଗୀୟ ସ୍ଥାୟୀ କମିଟି-୭ର ସପ୍ତମ ବୈଠକ ଅନୁଷ୍ଠିତ ହୋଇଥିଲା। ଏହି ବୈଠକରେ ଜଙ୍ଗଲ ଓ ପରିବେଶ ବିଭାଗର କାର୍ଯ୍ୟାବଳୀ ଉପରେ ଆଲୋଚନା ହୋଇଥିଲା। ସେହିପରି ବିଭାଗୀୟ ସ୍ଥାୟୀ କମିଟି-୪ର ଅଷ୍ଟମ ବୈଠକ ବିଧାୟକ ଭୂପିନ୍ଦର ସିଂହଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇ କ୍ରୀଡ଼ା ଓ ଯୁବସେବା, ଇଲେକ୍‌ଟ୍ରୋନିକ୍ସ ଓ ସୂଚନା ପ୍ରଯୁକ୍ତି, ବିଜ୍ଞାନ ଓ କାରିଗରି ବିଦ୍ୟା ବିଭାଗର କାର୍ଯ୍ୟାବଳୀ ଉପରେ ଆଲୋଚନା ହୋଇଥିଲା। ଏଥିସହ ଆବେଦନପତ୍ର କମିଟିଙ୍କ ପଞ୍ଚମ ବୈଠକ ବିଧାୟକ ବଦ୍ରିନାରାୟଣ ପାତ୍ରଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଥିଲା। ଏହି ବୈଠକରେ ଗୃହ ନିର୍ମାଣ ଓ ନଗର ଉନ୍ନୟନ ବିଭାଗ ସମ୍ପର୍କିତ ବକେୟା ଥିବା ଆବେଦନ/ନିବେଦନ ପତ୍ରଗୁଡ଼ିକ ଉପରେ ଅଦ୍ୟାବଧି ନିଆଯାଇଥିବା କାର୍ଯ୍ୟାନୁଷ୍ଠାନ ସମ୍ପର୍କରେ ଆଲୋଚନା ହୋଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଜେଲରେ ୨ ବିରୋଧୀ ଗୋଷ୍ଠୀ ମଧ୍ୟରେ ସଂଘର୍ଷ: ୨୫ ମୃତ

କଲମ୍ବୋ,୬ା୭(ପି.ଟି.):ଶ୍ରୀଲଙ୍କାର ପଶ୍ଚିମ ଉପକୂଳ ସହର ନେଗୋମ୍ବୋରସ୍ଥିତ ଏକ ଜେଲରେ ସଂଘର୍ଷ ଘଟି ୨୫ ଜଣଙ୍କ ମୃତ୍ୟୁ ଘଟିଥିବା କର୍ତ୍ତୃପକ୍ଷ ସୋମବାର କହିଛନ୍ତି। ସାମର୍ଥ୍ୟଠାରୁ ଅଧିକ ବନ୍ଦୀ ରହିଥିବା…

ଇନ୍ଦ୍ରାବତୀ ଜଳ ଭଣ୍ଡାରରୁ ମିଳିଲା ୨୭ କେଜିର ଭାକୁର

ଭବାନୀପାଟଣା,୬।୭(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲାର ଇନ୍ଦ୍ରାବତୀ ବତୀ ଜଳ ଭଣ୍ଡାର କେବଳ ଜଳସେଚନ କି ବିଦ୍ୟୁତ ଉତ୍ପାଦନ ପାଇଁ ନୁହେଁ ବରଂ ମାଛ ଉତ୍ପାଦନ ପାଇଁ…

ଯୁବକଙ୍କୁ ଆକ୍ରମଣ ମାମଲା: ଜେଲ୍‌ ଗଲେ ଅଭିଯୁକ୍ତ

ରିଷିଡା,୬।୭(ସୁଶାନ୍ତ ମଲ୍ଲିକ): କର୍ଲାମୁଣ୍ଡା ବ୍ଲକ ଅନ୍ତର୍ଗତ ରିଷିଡା ଫାଣ୍ଡି ଅଧୀନ ବଡଡୁଙ୍ଗୁରୀଗୁଡା ଗ୍ରାମରେ ରବିବାର ଅପରାହ୍ନରେ ଘଟିଥିବା ଏକ ମରଣାନ୍ତକ ଆକ୍ରମଣ ଘଟଣାରେ ଜଣେ ଯୁବକଙ୍କୁ ପୋଲିସ…

ନୀରବ ମୋଦିଙ୍କ ଭାରତ ଫେରିବା ପାଇଁ ପଥ ପରିଷ୍କାର: ହାରିଗଲେ ଶେଷ ଆଇନଗତ ଲଢ଼େଇ

ନୂଆଦିଲ୍ଲୀ,୬।୭: ପଳାତକ ଭାରତୀୟ ହୀରା ବ୍ୟବସାୟୀ ନୀରବ ମୋଦିଙ୍କ ଭାରତ ଫେରିବା ପାଇଁ ପଥ ପରିଷ୍କାର ହୋଇଛି। ସେ ୟୁରୋପୀୟ କୋର୍ଟରେ ତାଙ୍କର ଶେଷ ଆଇନଗତ ଲଢ଼େଇ…

ପ୍ରଦୂଷଣ ନିୟନ୍ତ୍ରଣ ଆଇନ ଅବମାନନା: ସିଲ ହେଲା ୩ ହୋଟେଲ, କଲ୍ୟାଣ ମଣ୍ଡପ

ବରଗଡ଼,୬।୭(ପ୍ରେମାନନ୍ଦ ଖମାରୀ): ବରଗଡ଼ ସହରରେ ରହିଥିବା ବିଭିନ୍ନ ହୋଟେଲ, କଲ୍ୟାଣ ମଣ୍ଡପ ଗୁଡ଼ିକ ସହରକୁ ପ୍ରଦୂଷଣ କରୁଥିବା ଅଭିଯୋଗ ହୋଇଛି। ଏପରିକି ସେମାନେ ପ୍ରଦୂଷଣ ନିୟନ୍ତ୍ରଣ ବୋର୍ଡର…

ବାହାଘରକୁ ଭଙ୍ଗା ପୋଲ ଅଡ଼ୁଆ: ବହୁଛି ୭ ଫୁଟ ପାଣି

ଭେଡେନ,୬।୭(ହୃଷୀକେଶ ଖମାରୀ): ବରଗଡ଼ ଜିଲାରେ ବର୍ଷା ଥମିବାର ନାଁ ନେଉ ନାହିଁ। ଅଧିକରୁ ଅଧିକ ବର୍ଷା ହେଉଥିବା ଯୋଗୁ ବିଭିନ୍ନ ନଦୀ, ନାଳର ଜଳସ୍ରୋତ ବୃଦ୍ଧି ପାଇଛି।…

ସମୁଦ୍ରଜଳରେ ଲୀନ ହୋଇଯିବ ତାମ୍ପରା ହ୍ରଦ: ଛତ୍ରପୁର ସହରକୁ ଘାରିବ ବିପଦ

ଛତ୍ରପୁର,୬।୭(ଦିଲ୍ଲୀପ ସାମଲ): ବଙ୍ଗୋପସାଗର ଗଞ୍ଜାମ ଜିଲାର ବିଭିନ୍ନ କୂଳକୁ ଅତିକ୍ରମ କରିବା ଘଟଣା ଗଣମାଧ୍ୟମରେ ଚର୍ଚ୍ଚା ଜୋର୍‌ ଧରିଛି। ଆଉ ଅନ୍ୟପଟେ ଛତ୍ରପୁର ପୌରପରିଷଦର ଜୀବନରକ୍ଷା କରୁଥିବା…

ପୋଖରୀକୁ ଗାଧୋଇବାକୁ ଯାଇଥିଲେ ସୁନାମ: ହଠାତ୍‌ ଘଟିଗଲା…

ଦିଗପହଣ୍ଡି,୬।୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଳକ କଇଠଖଣ୍ଡି ପଞ୍ଚାୟତ ପେଣ୍ଡୁରାବାଡି ଗ୍ରାମର ଶ୍ରୀ ରଘୁନାଥ ମନ୍ଦିର ନିକଟସ୍ଥ ଏକ ପୋଖରୀରେ ବୁଡି ଜଣେ ବୃଦ୍ଧଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri