୭ ସହର ଅତି ପ୍ରଦୂଷିତ

ଭୁବନେଶ୍ୱର,୬ା୧୧(ବ୍ୟୁରୋ):ଅତି ପ୍ରଦୂଷିତ ସହର ତାଲିକାରେ ସାମିଲ ହୋଇଛି ରାଜ୍ୟର ୭ଟି ସହର ଭୁବନେଶ୍ୱର, ଅନୁଗୋଳ, ବାଲେଶ୍ୱର, କଟକ, ତାଳଚେର, ରାଉରକେଲା ଓ କଳିଙ୍ଗନଗର। ପ୍ରଦୂଷଣ ଯୋଗୁ ଅନେକ ନଦୀ ଏବଂ ରାଜଧାନୀ ଭୁବନେଶ୍ୱରର ଗଙ୍ଗୁଆ ନାଳ ଜହର ପାଲଟିଛି। ଏନେଇ ବିଧାନସଭା ଗୃହ କମିଟି ଗଭୀର ଉଦ୍‌ବେଗ ପ୍ରକାଶ କରିଛି। ମଙ୍ଗଳବାର ବିଧାନସଭାର ପ୍ରକୋଷ୍ଠ ନଂ-୫୪ରେ ବାଚସ୍ପତି ସୂର୍ଯ୍ୟନାରାୟଣ ପାତ୍ରଙ୍କ ଅଧ୍ୟକ୍ଷତାରେ ପରିବେଶ ପ୍ରଦୂଷଣ ସମ୍ପର୍କିତ ଗୃହ କମିଟି ବୈଠକ ଅନୁଷ୍ଠିତ ହୋଇଥିଲା। ବାୟୁମଣ୍ଡଳରେ ବଢୁଥିବା ଅଙ୍ଗାରକାମ୍ଳ, କଳକାରଖାନାରୁ ନିର୍ଗତ ବିଷାକ୍ତ ବାଷ୍ପ, ବର୍ଜ୍ୟ ଜଳ, ପ୍ଲାଷ୍ଟିକର ବହୁଳ ବ୍ୟବହାର ଯୋଗୁ ପ୍ରଦୂଷଣ ବଢୁଥିବା ନେଇ ବୈଠକରେ ମତ ପ୍ରକାଶ ପାଇଥିଲା। ଗତ ୩ ତାରିଖରେ ଧରିତ୍ରୀରେ ପ୍ରକାଶିତ ‘ଧୂଆଁ, ଧୂଳିରେ ଉପକୂଳ’ ଶୀର୍ଷକ ଖବରକୁ କମିଟିର ସଦସ୍ୟ ତଥା ବିରୋଧୀ ଦଳ ଉପମୁଖ୍ୟ ସଚେତକ ମୋହନ ଚରଣ ମାଝି ବୈଠକରେ ଉଠାଇଥିଲେ। ରାଜ୍ୟର ବିଭିନ୍ନ ଶିଳ୍ପ କାରଖାନା ଦ୍ୱାରା ନଦୀ, କେନାଲ, ଜଳ ଉତ୍ସ ଓ ଚାଷ ଜମି ପ୍ରଦୂଷିତ ହେବା, ବିଭିନ୍ନ ସ୍ପଞ୍ଜ ଆଇରନ୍‌ କାରଖାନାର ଅଙ୍ଗାରକାମ୍ଳ ବାଷ୍ପକୁ ରୋକିବା ଏବଂ ସ୍ବାୟତ୍ତ ଶାସନ ସଂସ୍ଥା ଓ ଗ୍ରାମଗୁଡ଼ିକର ସଫେଇ ସମ୍ପର୍କରେ ଆଲୋଚନା ହୋଇଥିଲା। ଆଗାମୀ ଦିନରେ ପ୍ରଦୂଷଣ ହ୍ରାସ ପାଇଁ ସବୁସ୍ତରରେ ଉଦ୍ୟମ କରିବା ନେଇ ବୈଠକରେ ମତ ପ୍ରକାଶ ପାଇଥିଲା।
ବୈଠକରେ ଜଙ୍ଗଲ ଓ ପରିବେଶ ମନ୍ତ୍ରୀ ବିକ୍ରମ କେଶରୀ ଆରୁଖ, ଅର୍ଥ ମନ୍ତ୍ରୀ ନିରଞ୍ଜନ ପୂଜାରୀ, ପଞ୍ଚାୟତିରାଜ ଓ ପାନୀୟ ଜଳ ମନ୍ତ୍ରୀ ପ୍ରତାପ ଜେନା, ପୂର୍ତ୍ତ ମନ୍ତ୍ରୀ ପ୍ରଫୁଲ୍ଲ କୁମାର ମଲ୍ଲିକ, ସରକାରୀ ମୁଖ୍ୟ ସଚେତକ ପ୍ରମିଳା ମଲ୍ଲିକ, ଗୃହ କମିଟିର କୋ-ଅପ୍ଟେଡ୍‌ ସଦସ୍ୟ ଅରୂପ ପଟ୍ଟନାୟକ ଏବଂ ସ୍ବୟଂ ପ୍ରକାଶ ରାଉତ, ଜଙ୍ଗଲ ଓ ପରିବେଶ ବିଭାଗ ପ୍ରମୁଖ ଶାସନ ସଚିବ ମୋନା ଶର୍ମା, ସ୍ବତନ୍ତ୍ର ଶାସନ ସଚିବ ଦେବୀଦତ୍ତ ବିଶ୍ୱାଳ, ବିଧାନସଭା ସଚିବ ଦାଶରଥୀ ଶତପଥୀଙ୍କ ସମେତ ଜଙ୍ଗଲ ଓ ପରିବେଶ ବିଭାଗର ବରିଷ୍ଠ ପଦାଧିକାରୀ ପ୍ରମୁଖ ଉପସ୍ଥିତ ରହିଥିଲେ।
ଏହାଛଡ଼ା ବିଧାୟକ ପ୍ରଦୀପ କୁମାର ଅମାତ୍‌ଙ୍କ ଅଧ୍ୟକ୍ଷତାରେ ବିଭାଗୀୟ ସ୍ଥାୟୀ କମିଟି-୭ର ସପ୍ତମ ବୈଠକ ଅନୁଷ୍ଠିତ ହୋଇଥିଲା। ଏହି ବୈଠକରେ ଜଙ୍ଗଲ ଓ ପରିବେଶ ବିଭାଗର କାର୍ଯ୍ୟାବଳୀ ଉପରେ ଆଲୋଚନା ହୋଇଥିଲା। ସେହିପରି ବିଭାଗୀୟ ସ୍ଥାୟୀ କମିଟି-୪ର ଅଷ୍ଟମ ବୈଠକ ବିଧାୟକ ଭୂପିନ୍ଦର ସିଂହଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇ କ୍ରୀଡ଼ା ଓ ଯୁବସେବା, ଇଲେକ୍‌ଟ୍ରୋନିକ୍ସ ଓ ସୂଚନା ପ୍ରଯୁକ୍ତି, ବିଜ୍ଞାନ ଓ କାରିଗରି ବିଦ୍ୟା ବିଭାଗର କାର୍ଯ୍ୟାବଳୀ ଉପରେ ଆଲୋଚନା ହୋଇଥିଲା। ଏଥିସହ ଆବେଦନପତ୍ର କମିଟିଙ୍କ ପଞ୍ଚମ ବୈଠକ ବିଧାୟକ ବଦ୍ରିନାରାୟଣ ପାତ୍ରଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଥିଲା। ଏହି ବୈଠକରେ ଗୃହ ନିର୍ମାଣ ଓ ନଗର ଉନ୍ନୟନ ବିଭାଗ ସମ୍ପର୍କିତ ବକେୟା ଥିବା ଆବେଦନ/ନିବେଦନ ପତ୍ରଗୁଡ଼ିକ ଉପରେ ଅଦ୍ୟାବଧି ନିଆଯାଇଥିବା କାର୍ଯ୍ୟାନୁଷ୍ଠାନ ସମ୍ପର୍କରେ ଆଲୋଚନା ହୋଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଫନୀକୁ ୮ମାସ ବିତିଲା: ମରାମତି ହେଉନି ବିପଦସଙ୍କୁଳ ବିଦ୍ୟୁତ୍‌ ଖୁଣ୍ଟ

କଟକ ରୋଡ,୧୧ା୧(ଡି.ଏନ୍‌.ଏ.): ବାତ୍ୟା ‘ଫନୀ’ର ୮ମାସ ପରେ ବି ରାଜଧାନୀର କେତେକ ଅଞ୍ଚଳରେ ବିଦ୍ୟୁତ୍‌ ଖୁଣ୍ଟ ବିପଦସଙ୍କୁଳ ଅବସ୍ଥାରେ ରହିଛି। ଯାହା କି ସାଧାରଣ ଲୋକଙ୍କୁ...

ଗଞ୍ଜାମକୁ ବଳିଯିବ ଖୋର୍ଦ୍ଧା ସ୍ଥିତି: ଆଜି ଚିହ୍ନଟ ହେଲେ ସର୍ବାଧିକ ୪୧୯ ଆକ୍ରାନ୍ତ

ଭୁବନେଶ୍ୱର,୧୮।୮(ବ୍ୟୁରୋ): ଏକ ପ୍ରକାର ଗଞ୍ଜାମରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା କମ୍‌ ରହୁଥିବା ବେଳେ ବର୍ତ୍ତମାନ ଚିନ୍ତା ବଢ଼ାଇଛି ଖୋର୍ଦ୍ଧା ଜିଲା। ମଙ୍ଗଳବାର ରାଜ୍ୟରେ ୨୯ ଜିଲାରୁ...

ଜେଟିପିଙ୍କୁ ସେବାୟତଙ୍କ ମାଡ଼ ଘଟଣା: ରଥ ଦକ୍ଷିଣମୋଡ଼ରେ ବିଳମ୍ବ

ପୁରୀ ଅଫିସ,୯ା୭: ହେରାପଞ୍ଚମୀରେ ଶ୍ରୀଦେବୀ(ଲକ୍ଷ୍ମୀ ଠାକୁରାଣୀ) ମହାପ୍ରଭୁଙ୍କୁ ଫେରାଇ ନେବାକୁ ଆସିଥିଲେ। ହେଲେ ଅଭିମାନକରି ଚାଲିଯିବା ପରେ ଶ୍ରୀମନ୍ଦିରକୁ ଫେରିବା ଲାଗି ପ୍ରସ୍ତୁତି ଆରମ୍ଭ କରିଛନ୍ତି...

ଓଡ଼ିଶାକୁ ଡବ୍ଲ୍ୟୁଏଫ୍‌ପିର ପ୍ରଶଂସା

ଭୁବନେଶ୍ୱର, ୨୫ା୬(ବ୍ୟୁରୋ): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶୁକ୍ରବାର ରୋମ୍‌ସ୍ଥିତ ବିଶ୍ୱ ଖାଦ୍ୟ କାର୍ଯ୍ୟକ୍ରମ (ଡବ୍ଲ୍ୟୁଏଫ୍‌ପି) ମୁଖ୍ୟାଳୟରେ ଅନୁଷ୍ଠିତ ଏକ କାର୍ଯ୍ୟକ୍ରମରେ ଯୋଗ ଦେଇଛନ୍ତି। ଓଡ଼ିଶାରେ ଗରିବ,...

ଭିନ୍ନକ୍ଷମ ସଶକ୍ତୀକରଣ ଯୋଜନା ବାଟବଣା

ଭଦ୍ରକ ଅଫିସ, ୩।୧୨- ଭିନ୍ନକ୍ଷମମାନଙ୍କୁ ସମାଜର ମୁଖ୍ୟସ୍ରୋତରେ ସାମିଲ କରିବା ପାଇଁ ସରକାରଙ୍କ ବିଭିନ୍ନ ଯୋଜନା କାର୍ଯ୍ୟ କରୁଛି। ମାତ୍ର ତୃଣମୂଳ ସ୍ତରରେ ଏହି ଯୋଜନାର...

ଯୁକ୍ତ୨ ନାମଲେଖା ପାଇଁ ଆଜି ପ୍ରକାଶ ପାଇବ ମେରିଟ୍‌ ଲିଷ୍ଟ

କଟକ ଅଫିସ,୧୭।୮: ଯୁକ୍ତ୨ ନାମଲେଖା ପାଇଁ ବୁଧବାର ପ୍ରଥମ ପର୍ଯ୍ୟାୟ ମେରିଟ୍‌ ଲିଷ୍ଟ ପ୍ରକାଶ ପାଇବ। ଅପରାହ୍ନ ୩ଟାରେ ଉଚ୍ଚ ମାଧ୍ୟମିକ ଶିକ୍ଷା ନିର୍ଦ୍ଦେଶାଳୟ ପକ୍ଷରୁ...

ମରୁଛନ୍ତି ପୁରୁଷ

ଭୁବନେଶ୍ୱର,୩୦।୬(ବ୍ୟୁରୋ): ଓଡ଼ିଶାରେ ୧୯ ଜିଲାରୁ ଆଉ ୨୪୫ ନୂଆ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଫଳରେ ମୋଟ ସଂକ୍ରମିତଙ୍କ ସଂଖ୍ୟା ୬,୮୫୯କୁ ବୃଦ୍ଧି ପାଇଛି। ସେପଟେ...

ଓଡ଼ିଶାରେ ଉପରାଷ୍ଟ୍ରପତି: ବିଶ୍ୱ କବି ମହାକୁମ୍ଭରେ ଯୋଗଦେଲେ

ଭୁବନେଶ୍ୱର,୬।୧୦(ବ୍ୟୁରୋ): ଉପରାଷ୍ଟ୍ରପତି ଭେଙ୍କେୟା ନାଇଡୁ ଦିନିକିଆ ଗସ୍ତରେ ଆସିଛନ୍ତି। ଭୁବନେଶ୍ୱର ବିମାନବନ୍ଦରରେ ପହଞ୍ଚିବା ପରେ ତାଙ୍କୁ ରାଜ୍ୟପାଳ ପ୍ରଫେସର ଗଣେଶୀଲାଲ ଏବଂ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ...

Advertisement
Archives

Model This Week