୮ମ ଜିଲା ମହୋତ୍ସବ ପାଇଁ ସଜବାଜ

ଅନୁଗୋଳ ଅଫିସ, ୨୩।୧ – ଅଷ୍ଟମ ଜିଲା ମହୋତ୍ସବ ପାଇଁ ପ୍ରଶାସନ ପକ୍ଷରୁ ପ୍ରସ୍ତୁତି ଆରମ୍ଭ ହୋଇଛି। ଏଥିପାଇଁ ମଶାଲ ଶୋଭାଯାତ୍ରା ଚଳିତ ମାସ ୩୦ ତାରିଖରେ ଅନୁଷ୍ଠିତ ହେବ। ଏହି ଶୋଭାଯାତ୍ରାର ସୁପରିଚାଳନା ପାଇଁ ବୁଧବାର ଏକ ପ୍ରସ୍ତୁତି ବୈଠକ ଅତିରିକ୍ତ ଜିଲାପାଳ ତପନ କୁମାର ଶତପଥୀଙ୍କ ଅଧ୍ୟକ୍ଷତାରେ ଜିଲା ଗ୍ରାମ୍ୟ ଉନ୍ନୟନ ସଭାଗୃହ ଠାରେ ଅନୁଷ୍ଠିତ ହୋଇଯାଇଛି। ଜିଲାରେ ୩ଟି ପ୍ରସିଦ୍ଧ ଶୈବକ୍ଷେତ୍ର ପାଲଲହଡ଼ାର ଖୁଲୁଡ଼ି, ଆଠମଲ୍ଲିକର ଦେଉଳଝରି ଓ ଅନୁଗୋଳ ସାତକୋଶିଆ ମନ୍ଦିରରୁ ପୂଜାର୍ଚ୍ଚନା କରାଯାଇ ତାଳଚେରର ମା’ ହିଙ୍ଗୁଳା ପୀଠରେ ୩ଟି ମଶାଲ ଏକାଠି ହେବ। ସେଠାରେ ପୂଜାର୍ଚ୍ଚନା ପରେ ଉକ୍ତ ମଶାଲ ଶୈଳଶ୍ରୀକ୍ଷେତ୍ର ଜଗନ୍ନାଥ ମନ୍ଦିରରେ ଜିଲା ମହୋତ୍ସବ ପର୍ଯ୍ୟନ୍ତ ରଖାଯିବ।
ଫେବୃୟାରୀ ୭ରେ ମହୋତ୍ସବର ଉଦ୍‌ଘାଟନ ଦିବସରେ ଏହି ମଶାଲ ଶୋଭାଯାତ୍ରା ସହର ପରିକ୍ରମା କରି ଅନୁଗୋଳ ଷ୍ଟାଡିୟମ ଠାରେ ୯ ତାରିଖ ପର୍ଯ୍ୟନ୍ତ ରଖାଯିବ। ଚଳିତ ବର୍ଷ ମହୋତ୍ସବର ବାର୍ତ୍ତା ଜଳ ସଂରକ୍ଷଣ ସହ ବିଭିନ୍ନ ବିଭାଗର କାର୍ଯ୍ୟାବଳୀକୁ ନେଇ ୩ଟି ସ୍ଥାନରୁ ସଚେତନତା ରଥ ବାହାରିବ। ସାତକୋଶିଆରୁ ବାହାରୁଥିବା ମଶାଲର ଦାୟିତ୍ୱ ଜିଲାପାଳ ମନୋଜ କୁମାର ମହାନ୍ତି ନେଉଥିବାବେଳେ ଆଠମଲ୍ଲିକ ଓ ପାଲଲହଡ଼ାରୁ ବାହାରୁଥିବା ମଶାଲର ଦାୟିତ୍ୱ ଯଥାକ୍ରମେ ଅତିରିକ୍ତ ଜିଲାପାଳ ତପନ କୁମାର ଶତପଥୀ ଓ ଜିଲା ଗ୍ରାମ୍ୟ ଉନ୍ନୟନ ସଂସ୍ଥାର ପ୍ରକଳ୍ପ ନିର୍ଦ୍ଦେଶକ ଅତୁଲ୍ୟ କୁମାର ଚମ୍ପତିରାୟଙ୍କୁ ଦିଆଯାଇଛି। ସବୁ ବର୍ଗର ଲୋକମାନେ କିପରି ଅଧିକ ସଂଖ୍ୟାରେ ଯୋଗ ଦେଇପାରିବେ ସେଥିପାଇଁ ବିଭାଗୀୟ ଅଧିକାରୀମାନେ ବିଶେଷ ଯତ୍ନବାନ ହେବାକୁ ଅତିରିକ୍ତ ଜିଲାପାଳ ପରାମର୍ଶ ଦେଇଥିଲେ। ମଶାଲ ଶୋଭାଯାତ୍ରା ପରେ ସମସ୍ତ ୮ ବ୍ଲକ ଓ ୩ ପୌର ପରିଷଦରେ ଏକ ମହୋତ୍ସବ କରି ଗୋଟିଏ ଲେଖାଏ ଶ୍ରେଷ୍ଠ ଲୋକନୃତ୍ୟ ଦଳକୁ ମୁଖ୍ୟ ଉତ୍ସବରେ ଅଂଶଗ୍ରହଣ କରିବାକୁ ସୁଯୋଗ ଦିଆଯିବ। ମହୋତ୍ସବର ସଫଳ ଆୟୋଜନ ପାଇଁ ସମସ୍ତ ଗୋଷ୍ଠୀ ଉନ୍ନୟନ ଅଧିକାରୀମାନେ ଆନୁଷଙ୍ଗିକ ବ୍ୟବସ୍ଥା କରିବାକୁ ଜିଲା ଗ୍ରାମ୍ୟ ଉନ୍ନୟନ ସଂସ୍ଥାର ପ୍ରକଳ୍ପ ନିର୍ଦ୍ଦେଶକ ପରାମର୍ଶ ଦେଇଥିଲେ। ଅନ୍ୟମାନଙ୍କ ମଧ୍ୟରେ ଜିଲା ସୂଚନା ଓ ଲୋକ ସମ୍ପର୍କ ଅଧିକାରୀ ଶରତ ଚନ୍ଦ୍ର ସେଠୀ, ଅନୁଗୋଳ ତହସିଲଦାର ନେହେରୁ ମାଝି, ଅନୁଗୋଳ ଗୋଷ୍ଠୀ ଉନ୍ନୟନ ଅଧିକାରୀ ମାୟାଧର ବେହେରା, ଆସିଷ୍ଟାଣ୍ଟ କଲେକ୍ଟର ସୋଫି ସାଇନିକା, ଶୈଳଶ୍ରୀକ୍ଷେତ୍ର ଜଗନ୍ନାଥ ମନ୍ଦିର ପରିଚାଳନା କମିଟି ଉପସଭାପତି ଭବାନୀ ମିଶ୍ର, କଳାକାରର ସଭାପତି ଭୂପେଶ ଚନ୍ଦ୍ର ପ୍ରଧାନ, ନୃତ୍ୟ ନିଳୟର ସ୍ବପ୍ନାରାଣୀ ସିହ୍ନା, ଜିଲା ସଂସ୍କୃତି ପରିଷଦର ସଦସ୍ୟ ଧରଣୀଧର ନାଥ ଓ କଳାକାରର ସଦସ୍ୟ ରଞ୍ଜନ ବେହେରାଙ୍କ ସମେତ ବିଭିନ୍ନ ବ୍ଲକର ଗୋଷ୍ଠୀ ଉନ୍ନୟନ ଅଧିକାରୀ, ସିଡିପିଓ ଓ ପୌର ପରିଷଦର କର୍ମକର୍ତ୍ତାମାନେ ଯୋଗଦେଇଥିଲେ। ଚଳିତ ମାସରେ ଜିଲା ସଂସ୍କୃତି ପରିଷଦର ସାଧାରଣ ପରିଷଦ ବୈଠକ ଅନୁଷ୍ଠିତ ହୋଇ ଚୂଡ଼ାନ୍ତ କାର୍ଯ୍ୟସୂଚୀ ସ୍ଥିର କରାଯିବ ବୋଲି ଅତିରିକ୍ତ ଜିଲାପାଳ ପ୍ରକାଶ କରିଛନ୍ତି। ଅନୁଗୋଳ ଉପଜିଲାପାଳ ବାସୁଦେବ ଶତପଥୀ ଧନ୍ୟବାଦ ଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ତାଳଚେର ଉପନଗରପାଳଙ୍କ ବିରୋଧରେ ଅନାସ୍ଥା

ତାଳଚେର,୮ା୫(ମନୋଜ ନନ୍ଦ): ତାଳଚେର ଉପନଗରପାଳ ଶୁଭଶ୍ରୀ ଶୁଭସ୍ମିତା ପ୍ରଧାନଙ୍କ ବିରୋଧରେ ଅନାସ୍ଥା ପ୍ରସ୍ତାବ ଆସିଛି। ପୌରପାଳିକାର ୧୬ କାଉନସିଲର ତାଙ୍କ ବିରୋଧରେ ଅନାସ୍ଥା ପ୍ରସ୍ତାବ ଆଣିଛନ୍ତି। ଶୁକ୍ରବାର…

ରୋଗୀସେବା ଦାବି, ୧୨ ଘଣ୍ଟିଆ ତାଳଚେର ବନ୍ଦ

ତଳଚେର,୮।୫(ମନୋଜ ନନ୍ଦ): ଅନୁଗୋଳ ଜିଲା ତଳଚେର ପବିତ୍ର ମୋହନ ମେଡିକାଲ କଲେଜରେ ରୋଗୀ ସେବା ଦାବିରେ ୧୨ ଘଣ୍ଟିଆ ବନ୍ଦ ପାଳିତ ହୋଇଛି । ଆଗରୁ କ୍ରିୟାନୁଷ୍ଠାନ…

ସ୍ପଞ୍ଜ ଆଇରନ କାରଖାନାରେ ବଡ଼ ଅଘଟଣ, ଚାଲିଗଲା ୩ ଶ୍ରମିକଙ୍କ ଜୀବନ

ଅନୁଗୋଳ,୫।୫(ଜ୍ୟୋତିରଞ୍ଜନ ସାହୁ): ଅନୁଗୋଳ ଜିଲା ନିଶା ଥାନା ଅଞ୍ଚଳରେ ଥିବା ମେଟାଲିକ ସ୍ପଞ୍ଜ ଆଇରନ ପ୍ଲାଣ୍ଟରେ ବଡ଼ ଧରଣର ଦୁର୍ଘଟଣା ହୋଇଛି । ୩ ଜଣ ଶ୍ରମିକଙ୍କ…

କେନ୍ଦୁପତ୍ର ତୋଳିବାକୁ ଯାଇଥିବା ବେଳେ ହାତୀ ହାବୁଡ଼ରେ ପଡିଗଲେ ମହିଳା, ଦଳିଦେଲା ଦନ୍ତା

ମାଧପୁର,୪।୫(ମନୋଜ କୁମାର ପ୍ରଧାନ): ଆଠମଲ୍ଲିକ ଥାନା ଅନ୍ତର୍ଗତ ମାଧପୁର ପଂଚାୟତ ଅଧୀନ ମାଧପୁର ଗ୍ରାମର ଜଣେ ମହିଳା ହାତୀ ଆକ୍ରମଣରେ ପ୍ରାଣ ହରାଇଛନ୍ତି । ମୃତ ମହିଳା…

ପ୍ରେମିକଙ୍କ ଆତ୍ମହତ୍ୟାର ୨୪ ଘଣ୍ଟା ପରେ ଓଢ଼ଣିରେ ଝୁଲିପଡ଼ିଲେ ୧୩ ବର୍ଷୀୟା ପ୍ରେମିକା

ଅନୁଗୋଳ,୨୬।୪(ଦିବ୍ୟଶାନ୍ତନୁ ନାଥ): ମାତ୍ର ୧୩ ବର୍ଷ ବୟସରେ ସଂସାର କରିବାକୁ ଘରୁ ଗୋଡ଼ କାଢ଼ିଥିଲେ। ୨୩ ବର୍ଷୀୟ ପ୍ରେମିକଙ୍କ ହାତଧରି ମୁମ୍ୱାଇ ଚାଲିଯାଇଥିଲେ। ହେଲେ ପ୍ରେମିକଙ୍କ ମା’…

ମୋ ପ୍ରେମିକାଙ୍କୁ ଡାକ, ନଚେତ୍‌ ମୁଁ… ପ୍ରେମ ପାଇଁ ଗଛ ଉପରେ ନାବାଳକ

ଅନୁଗୋଳ,୨୩ା୪ (ଜ୍ୟୋତିରଞ୍ଜନ ସାହୁ):ନାବାଳିକା ପ୍ରେମିକାଙ୍କୁ ଦେଖାକରିବାକୁ ନ ଦେଲେ ଆତ୍ମହତ୍ୟା କରିଦେବି। ବେକରେ ଗାମୁଛା ବାନ୍ଧି ଝୁଲିପଡ଼ିବି। ଏକ ଗଛର ୧୦୦ ଫୁଟ୍‌ ଉପରୁ ଜଣେ ନାବାଳକ…

ଗୋଡ଼ ମଧ୍ୟରେ ଲୁଚାଇ ନେଇଗଲେ ୭ ଲକ୍ଷ ଟଙ୍କାର ଶାଢ଼ି, ସିସିଟିଭିରେ କଏଦ ଲୁଟ୍‌ର କୌଶଳ…

ଅନୁଗୋଳ,୧୩।୪(ଜ୍ୟୋତିରଞ୍ଜନ ସାହୁ): ଅନୁଗୋଳ ସହର ଅମଲାପଡ଼ା ଅଞ୍ଚଳରେ ଥିବା ବୟନିକା ଶୋ’ରୁମ୍‌ରୁ ଏକ ବଡ଼ ଧରଣର ଚୋରି ହୋଇଛି। ଗ୍ରାହକ ବେଶରେ ଆସିଥିବା ୭ ଜଣ ମହିଳା…

ଆମ୍ବ ଗୋଟାଉଥିବା ନାବାଳିକାଙ୍କୁ ବଳାତ୍କାର କଲେ ୧୪ ବର୍ଷର ନାବାଳକ, ଘଟଣା ବିଷୟରେ କାହାକୁ କହିଲେ…

ଅନୁଗୋଳ, ୪ା୪(ଜ୍ୟୋତିରଞ୍ଜନ ସାହୁ): ଅନୁଗୋଳ ସହର ଉପକଣ୍ଠରେ ଗତ ବୁଧବାର ଘଟିଛି ଏକ ଲଜ୍ଜାଜନକ ଘଟଣା। ୭ ବର୍ଷର ଜଣେ ନାବାଳିକାଙ୍କୁ ୧୪ ବର୍ଷର ନାବାଳକ ବଳାତ୍କାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri