୮ରୁ ବର୍ଷା ସମ୍ଭାବନା

ଭୁବନେଶ୍ୱର,୪ା୧୧(ବ୍ୟୁରୋ) : ରାଜ୍ୟରେ ପୁଣି ହୋଇପାରେ ବର୍ଷା। ଉତ୍ତର ଆଣ୍ଡାମାନ ସାଗର ଉପରେ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇପାରେ ବୋଲି ପୂର୍ବାନୁମାନ କରାଯାଉଛି। ଏହାର ପ୍ରଭାବରେ ଆସନ୍ତା ୨୪ ଘଣ୍ଟାରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବ। କ୍ରମେ ଏହା ପଶ୍ଚିମ-ଉତ୍ତର ପଶ୍ଚିମ ଦିଗକୁ ଗତି କରି ପରବର୍ତ୍ତୀ ୨-୩ ଦିନ ମଧ୍ୟରେ ଡିପ୍ରେଶନ୍‌ରେ ପରିଣତ ହେବ। ଆସନ୍ତା ୬ କିମ୍ବା ୭ ତାରିଖ ବେଳକୁ ଆକାଶ ମେଘାଚ୍ଛନ୍ନ ରହିବ । ସେହିପରି ୮ କିମ୍ବା ୯ ତାରିଖ ବେଳକୁ ବର୍ଷା ଓ ପରେ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ପରିମାଣ ବଢ଼ିବାର ସମ୍ଭାବନା ରହିଛି। ଏହାସହ ଉପକୂଳ ଓଡ଼ିଶାରେ ଘଣ୍ଟାପ୍ରତି ପ୍ରାୟ ୫୦ କିମି ବେଗରେ ପବନ ବହିବ ବୋଲି ପୂର୍ବାନୁମାନ କରାଯାଉଛି। ସେପଟେ ପାଣିପାଗ ବିଶେଷଜ୍ଞଙ୍କ ଆକଳନ ଯଦି ଠିକ୍‌ ହୁଏ ତାହେଲେ ଡିପ୍‌ ଡିପ୍ରେଶନ୍‌ ଅଧିକ ଘନୀଭୂତ ହୋଇ ବାତ୍ୟାର ରୂପ ନେଇପାରେ। ଇଣ୍ଡିଆନ୍‌ ନ୍ୟାଶନାଲ୍‌ ସେଣ୍ଟର ଫର୍‌ ଓସେନ୍‌ ଇନଫରମେଶନ୍‌ ସର୍ଭିସ୍‌ ପକ୍ଷରୁ ଜାରି ହୋଇଥିବା ଏକ ଚିତ୍ରରେ ସମ୍ଭାବ୍ୟ ବାତ୍ୟା ନଭେମ୍ବର ୧୦ କିମ୍ବା ୧୧ ବେଳକୁ ଜଗତ୍‌ସିଂହପୁରରୁ କେନ୍ଦ୍ରାପଡ଼ା ମଧ୍ୟରେ ସ୍ଥଳଭାଗ ଛୁଇଁପାରେ ବୋଲି ଆକଳନ କରାଯାଉଛି। ସମ୍ଭାବ୍ୟ ବାତ୍ୟା ନେଇ ଏଯାଏ ପାଣିପାଗ ବିଭାଗ ପକ୍ଷରୁ କୌଣସି ସ୍ପଷ୍ଟ ସୂଚନା ଦିଆଯାଇ ନ ଥିଲେ ମଧ୍ୟ ଆସନ୍ତା ସପ୍ତାହ ଶେଷ ଭାଗରେ ବର୍ଷା ସମ୍ଭାବନା ଥିବା କୁହାଯାଇଛି। ଏପଟେ ସମ୍ଭାବ୍ୟ ବାତ୍ୟା ଓ ବର୍ଷା ଖବର ଶୁଣିବା ପରେ ଚାଷୀମାନେ ଚିନ୍ତାରେ ପଡ଼ିଲେଣି। କାରଣ ଏବେ ଧାନ ଅମଳର ସମୟ ଥିବାବେଳେ ବର୍ଷା ଭୟରେ କିଛି ସ୍ଥାନରେ ତରବରିଆ ଭାବେ ଚାଷୀ ବିଲରୁ ଧାନ କାଟି ନେଉଛନ୍ତି। ସେପଟେ କୃଷି ବିଭାଗ କହିଛି ପାଣିପାଗ ବିଭାଗର ସୂଚନା ଆଧାରରେ ଆଡ୍‌ଭାଇଜରି ଜାରି କରାଯିବ।


Enter your email to get our daily news in your inbox.

All Right Reserved By Dharitri.Com

ଗଛକୁ ପିଟିଲା ବରଯାତ୍ରୀ ବସ୍‌: ବର-କନ୍ୟା ସମେତ…

ସିମୁଳିଆ, ୧୫।୪(ସନ୍ତୋଷ କୁମାର ନାୟକ): ବାଲେଶ୍ୱର ଜିଲା ସିମୁଳିଆ ଥାନାଠାରୁ ୧ କିମି. ଦୂର ୧୬ନଂ ଜାତୀୟ ରାଜପଥର କଣିଆରି ଛକ ନିକଟରେ ବରଯାତ୍ରୀ ମିନି ବସ…

ମେରୁ ଯାତ୍ରା ଦେଖିବାକୁ ଯାଉଥିବାବେଳେ ଅଘଟଣ: ଗଛକୁ ପିଟିଲା ବାଇକ, ଘଟଣାସ୍ଥଳରେ…

ବୌଦ୍ଧ,୧୫।୪( ଅଜିତ କୁମାର ବାରିକ): ବୌଦ୍ଧ ଜିଲା ହରଭଙ୍ଗା ବ୍ଲକ ଖୋର୍ଦ୍ଧା ବଲାଙ୍ଗୀର ଜାତୀୟ ରାଜପଥର ବଡବନ୍ଧଠରେ ମଙ୍ଗଳବାର ବିଳମ୍ବିତ ରାତିରେ ବାଇକ ଦୁର୍ଘଟଣାରେ ଜଣଙ୍କର ମୃତ୍ୟୁ…

ପୁଣି ଇରାନ ଆଗରେ ୨ଟି ବଡ଼ ସର୍ତ୍ତ ରଖିଲା ଆମେରିକା, ଜାଣନ୍ତୁ କ’ଣ…

ଓ୍ବାଶିଂଟନ୍‌,୧୫।୪: ପଶ୍ଚିମ ଏସିଆରେ ଚାଲିଥିବା ଉତ୍ତେଜନା ମଧ୍ୟରେ, ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏକ ଗୁରୁତ୍ୱପୂର୍ଣ୍ଣ ବୟାନ ଦେଇଛନ୍ତି। ସେ କହିଛନ୍ତି ଯେ ଏହି ସପ୍ତାହରେ ଆମେରିକା…

ଆସୁଛି ଏଲ୍‌ ନିନୋ

ଆମେରିକାର ଜାତୀୟ ସାମୁଦ୍ରିକ ଏବଂ ବାୟୁମଣ୍ଡଳୀୟ ପ୍ରଶାସନ (ନ୍ୟାଶନାଲ ଓସେନିକ ଆଣ୍ଡ୍‌ ଆଟ୍‌ମୋସ୍ପିୟରିକ ଆଡ୍‌ମିନିଷ୍ଟ୍ରେଶନ ବା ”ନୋ ଆ (NO AA)“ ଦ୍ୱାରା ପରିଚାଳିତ ଜଳବାୟୁ ଆଗତ…

ବିଦ୍ୟାଳୟ ଶିକ୍ଷାରେ ଡ୍ରପ୍‌ଆଉଟ୍‌ ସମସ୍ୟା

ନିକଟରେ ଅନେକ ଦୈନିକ ଓଡ଼ିଆ ସମ୍ବାଦପତ୍ରରେ ଆଦିବାସୀ ଅଧ୍ୟୁଷିତ ଜିଲାଗୁଡ଼ିକରେ ଅଧାରୁ ପାଠ ଛାଡ଼ୁଥିବା ଶିଶୁଙ୍କ ସଂଖ୍ୟା ଉଦ୍‌ବେଗଜନକ ବୋଲି ପ୍ରକାଶ ପାଇଛି। ପ୍ରଶାସନିକ ସ୍ତରରେ ମଧ୍ୟ…

ଏକା ହୋଇଗଲା ଆମେରିକା, ଟ୍ରମ୍ପଙ୍କ ହାତ ଛାଡିଦେଲେ ଏହି ସବୁ ନିକଟତମ ବନ୍ଧୁ ଦେଶ

ଓ୍ବାଶିଂଟନ୍‌,୧୫।୪: ଇରାନ ସହିତ ଯୁଦ୍ଧରେ ଗଭୀର ଭାବରେ ଜଡିତ ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କୁ ଆଉ ଏକ ବଡ଼ ଝଟକା ଲାଗିଛି। ଏହି ଆଘାତ ତାଙ୍କ ନିଜ…

ଚାଇନାକୁ ଲାଗିବ ବଡ଼ ଝଟ୍‌କା: ଜୀବନରେଖା ଶେଷ କରିଦେବେ ଟ୍ରମ୍ପ! ଆମେରିକାର ସାଥ୍‌ ଦେବ ଭାରତ

ଓ୍ବାଶିଂଟନ୍‌,୧୫।୪: ମଧ୍ୟପ୍ରାଚ୍ୟରେ ହର୍ମୁଜ ପ୍ରଣାଳୀକୁ ନେଇ ବଢ଼ୁଥିବା ଉତ୍ତେଜନା ମଧ୍ୟରେ, ଏକ ନୂତନ ପ୍ରସଙ୍ଗ ଉଭା ହୋଇଛି ଯାହା ବିଶ୍ୱ ଦୃଷ୍ଟି ଆକର୍ଷଣ କରିଛି। ଆମେରିକା ଇରାନ…

ଅନୁ ଗର୍ଗଙ୍କ ବଡ଼ ଘୋଷଣା: ଓଡ଼ିଶା ହେବ ‘ଏସିଆ’ର….

ଭୁବନେଶ୍ୱର,୧୫ା୪(ରବିନାରାୟଣ ଜେନା):ଓଡ଼ିଶାରେ ସମୃଦ୍ଧ ଐତିହ୍ୟ, ବିବିଧ ସଂସ୍କୃତି ଓ ପ୍ରାକୃତିକ ମନୋରମ୍ୟ ରହିଛି। ଏହାକୁ ନେଇ ବିଶ୍ୱସ୍ତରୀୟ ପର୍ଯ୍ୟଟକମାନଙ୍କୁ କିଭଳି ଆକର୍ଷିତ କରାଯାଇ ପାରିବ ସେନେଇ ପର୍ଯ୍ୟଟନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri