୮ରେ ‘ଅଶୀରେ ବସନ୍ତ ଉତ୍ସବ’

ଭୁବନେଶ୍ୱର, ୩୧ା୧୨ (ବ୍ୟୁରୋ): ଖବରଦାତା, ସ୍ତମ୍ଭକାର ଏବଂ ‘ଓଡ଼ିଶା ସାହିତ୍ୟ ଏକାଡ଼େମୀ’ ପୁରସ୍କାରପ୍ରାପ୍ତ ସାହିତି୍ୟକ ବସନ୍ତ ଦାସଙ୍କ ଅଶୀ ବର୍ଷ ଜନ୍ମଦିନ ଉପଲକ୍ଷେ ‘ଅଶୀରେ ବସନ୍ତ ଉତ୍ସବ’ ଆୟୋଜନ ହେଉଛି। ଜାନୁୟାରୀ ୮ରେ ସ୍ଥାନୀୟ ଇଡ୍‌କଲ ଅଡିଟୋରିୟମରେ ହେବାକୁ ଥିବା ଏହି ଉତ୍ସବକୁ ଉଦ୍‌ଘାଟନ କରିବାକୁ ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ୍‌ଙ୍କୁ ଅନୁରୋଧ କରାଯାଇଛି। କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଏଥିରେ ମୁଖ୍ୟଅତିଥି, ଓଡ଼ିଶା ସୂଚନା ଓ ଲୋକସମ୍ପର୍କ ଏବଂ ଜଳସମ୍ପଦ ମନ୍ତ୍ରୀ ରଘୁନନ୍ଦନ ଦାସ ଓ କଂଗ୍ରେସ ବିଧାୟକ ଦଳ ନେତା ନରସିଂହ ମିଶ୍ର ସମ୍ମାନିତ ଅତିଥିଭାବେ ଯୋଗଦେବା କାର୍ଯ୍ୟକ୍ରମ ରହିଛି। ଏହି ଅବସରରେ ‘ଅଶୀରେ ବସନ୍ତ’ ଶୀର୍ଷକ ଏକ ପୁସ୍ତକ ଲୋକାର୍ପିତ ହେବ ବୋଲି ସୋମବାର ଏକ ଖବରଦାତା ସମ୍ମିଳନୀରେ ଉତ୍ସବ କମିଟିର ଆବାହକ ଡ. ଆର୍ଯ୍ୟକୁମାର ଜ୍ଞାନେନ୍ଦ୍ର ଜଣାଇଛନ୍ତି।
ଉଲ୍ଲେଖଯୋଗ୍ୟ, ୧୯୬୫ରେ ସାହିତି୍ୟକ ଦାସ ନିଜର ଖବରଦାତା ଜୀବନ ଆରମ୍ଭ କରିଥିଲେ। ସେ ଓଡ଼ିଆ, ବଙ୍ଗଳା ଓ ଇଂଲିଶ୍‌ ଖବରକାଗଜର ପ୍ରତିନିଧିତ୍ୱ କରି ୧୯୯୬ରେ ‘ଅମୃତ ବଜାର ପତ୍ରିକା’ ଗ୍ରୁପ୍‌ର ଓଡ଼ିଶା ବ୍ୟୁରୋ ଚିଫ୍‌ଭାବେ ଅବସର ଗ୍ରହଣ କରିଥିଲେ। ଏହି ସମୟ ମଧ୍ୟରେ ଓଡ଼ିଆ ଓ ଇଂଲିଶ୍‌ ଭାଷାରେ ସେ ରଚନା କରିଥିବା ଷୋଳଖଣ୍ଡ ପୁସ୍ତକ ମଧ୍ୟରେ ‘ଓଡ଼ିଶା ରାଜନୀତିର ଗୋପନ କଥା’ ଏବଂ ‘ଫୁଟ୍‌ ପ୍ରିଣ୍ଟସ ଅଫ୍‌ ଇଭେଣ୍ଟଫୁଲ୍‌ ଡେଜ୍‌: ୧୮୦୩-୨୦୦୩’କୁ ଓଡ଼ିଶା ରାଜନୀତିର ଚଳନ୍ତି ଇତିହାସ ଭାବରେ ବିଚାର କରାଯାଏ। ସାହିତି୍ୟକ ଦାସ ବିଶ୍ୱର କୋଡ଼ିଏଟି ରାଷ୍ଟ୍ର ଭ୍ରମଣ କରି ସେହି ଅନୁଭୂତି ଆଧାରରେ ଲେଖିଥିବା ଭ୍ରମଣ କାହାଣୀ ପୁସ୍ତକ ‘ଯେ ଦେଶ ଯାଇ ସେ ଫଳ ଖାଇ’ ଓଡ଼ିଶା ସାହିତ୍ୟ ଏକାଡେମୀ ପୁରସ୍କାର ଲାଭ କରିଛି। ତାଙ୍କ ଦ୍ୱାରା ପ୍ରତିଷ୍ଠିତ ‘ମିଡିଆ ଏକାଡେମୀ’ ପକ୍ଷରୁ ଖବରଦାତା ବୃତ୍ତିରେ ନବାଗତଙ୍କୁ ବିଭିନ୍ନ ତଥ୍ୟ ଓ ତାଲିମ୍‌ ଯୋଗାଇବା ସହ ପ୍ରତିବର୍ଷ ରାଜ୍ୟର ଜଣେ ଲବ୍ଧପ୍ରତିଷ୍ଠ ସାମ୍ବାଦିକଙ୍କୁ ମିଡିଆ ଏକାଡେମୀ ସମ୍ମାନ ପ୍ରଦାନ ଓ ସମ୍ବର୍ଦ୍ଧନା ଜ୍ଞାପନ କରାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ବ୍ଲକ ଅଫିସରେ ପିସି କାରବାର, ଭିଡିଓ ଭାଇରାଲ

ଖଡ଼ିଆଳ,୪ା୮ (ସୁଜିତ କୁମାର ପ୍ରଧାନ): ଖଡ଼ିଆଳ ବ୍ଲକ କାର୍ଯ୍ୟାଳୟରେ ପିସି କାରବାର ହେଉଥିବାର ଏକ ଭିଡିଓ ଭାଇରାଲ ହେବାରେ ଲାଗିଛି। ଭିଡିଓରେ ଜଣେ ବ୍ୟକ୍ତିଙ୍କଠାରୁ ଅଫିସ କର୍ମଚାରୀ…

ରାସ୍ତାରେ ଅଟକି ଦିଗପହଣ୍ଡି କଲେଜ ଆଗରେ ଛାତ୍ରୀମାନଙ୍କୁ ଚକୋଲେଟ୍‌ ବାଣ୍ଟିଲେ ରାଷ୍ଟ୍ରପତି

ଦିଗପହଣ୍ଡି,୪।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ – ଗଜପତି ସୀମାନ୍ତ ପ୍ରସିଦ୍ଧ ପର୍ଯ୍ୟଟନ କ୍ଷେତ୍ର ତପ୍ତପାଣିକୁ ମଙ୍ଗଳବାର ଆସିଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ । ଏହି ସମୟରେ ସେ…

ପାଟ୍ରୋଲିଂ ବେଳେ ଜଗନ୍ନାଥ ପ୍ରସାଦ ପୋଲିସକୁ ସଫଳତା, ଡାଲା ଅଟୋରେ ମିଳିଲା….

ଜଗନ୍ନାଥ ପ୍ରସାଦ,୪।୮(ବିଭୁ ପ୍ରସାଦ ପଟ୍ଟନାୟକ): ଜଗନ୍ନାଥ ପ୍ରସାଦ ପୋଲିସକୁ ପାଟ୍ରୋଲିଂ ସମୟରେ ଏକ ସଫଳତା ମିଳିଛି । ବେଆଇନ ଭାବେ ଚୋରା ଚାଲାଣ ହେଉଥିବା ବିପୁଳ ପରିମାଣର…

CMOରୁ ଫାଇଲ ଗାୟବ ଘଟଣା: ବଡ଼ ବୟାନ ଦେଲେ କ୍ରାଇମବ୍ରାଞ୍ଚ ଡିଜି, ହାଜର ହେବେ…

ଭୁବନେଶ୍ୱର,୪।୮: CMOରୁ ନାଇଡୁ କମିଶନ ଫାଇଲ ଗାୟବ ମାମଲାରେ କ୍ରାଇମବ୍ରାଞ୍ଚ ଡିଜି ମଙ୍ଗଳବାର ଗଣମାଧ୍ୟମକୁ ଏକ ବଡ଼ ବୟାନ ଦେଇଛନ୍ତି। ମାମଲାର ତଦନ୍ତ ଟେକ୍ନିକାଲ ଉପାୟରେ କରାଯାଉଛି।…

ହାତୀ ଦେଖିବାକୁ ଯାଇଥିଲେ ଯୁବକ; ଗୋଡ଼ାଇଲା ମାଈ ହାତୀ, ତାପରେ…

ପାଟଣା,୪।୮(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ରେଞ୍ଜର ପାଟଣା ସେକ୍ସନ ଅନ୍ତର୍ଗତ ରାମଚନ୍ଦ୍ରପୁର ନିକଟରେ ସୋମବାର ୧୯ଟିକିଆ ବଣୁଆ ହାତୀପଲ ଡେରା ପକାଇଥିଲେ । ଏହି…

ବରଗଡରେ ଚାଞ୍ଚଲ୍ୟ: ନିରାମୟରେ ଦିଆଯାଉଛି ଏକ୍ସପାୟାରୀ ମେଡିସିନ୍‌, ଜଣେ ଆହତ ବାଳକଙ୍କୁ…

ବରଗଡ଼,୪।୮(ପ୍ରେମାନନ୍ଦ ଖମାରୀ): ବରଗଡ଼ ସହରାଞ୍ଚଳ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର ପରିସରରେ ରହିଥିବା ନିରାମୟରେ ଏକ ଚାଞ୍ଚଲ୍ୟକର ଘଟଣା ସାମ୍ନାକୁ ଆସିଛି। ଏଠାରେ ରୋଗୀଙ୍କୁ ଏକ୍ସପାୟାରୀ ମେଡିସିନ୍‌ ଦିଆଯାଇଥିବା ଅଭିଯୋଗ…

ଓଏଏସ୍‌ ଅଧିକାରୀସ୍ତରରେ ଅଦଳବଦଳ, କାହାକୁ କେଉଁ ଦାୟିତ୍ବ ଜାଣନ୍ତୁ

ଭୁବନେଶ୍ୱର,୪।୮(ରବିନାରାୟଣ ଜେନା): ରାଜ୍ୟ ସରକାରଙ୍କ ପକ୍ଷରୁ ବରିଷ୍ଠ ଓଡ଼ିଶା ପ୍ରଶାସନିକ ସେବା (ଓଏଏସ୍‌) ଅଧିକାରୀସ୍ତରରେ ସୋମବାର ଅଦଳବଦଳ କରାଯାଇଛି। ଏନେଇ ସାଧାରଣ ପ୍ରଶାସନ ବିଭାଗ ପକ୍ଷରୁ ଜାରି…

ମାଛ ଯାଆଁଳ ନେବାକୁ କହି ଡକାୟତି, ଘରେ ପଶି ଲୁଟିନେଲେ ସୁନା ଗହଣା ସହ ଟଙ୍କା

ଭଦ୍ରକ,୪।୮(ସନାତନ ରାଉତ): ଭଦ୍ରକ ଗ୍ରାମଞ୍ଚଳ ଥାନା ଅନ୍ତର୍ଗତ ଜଗଦଳପୁର ପଞ୍ଚଯାତର ଜୁଡ଼ାଗଡିଆ ଗ୍ରାମରେ ଏକ ବଡ଼ ଧରଣର ଡ଼କାୟତି ହୋଇଛି । ଗ୍ରାମର ନିରଞ୍ଜନ ଶତପଥୀଙ୍କ ଘରକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri