୮ରେ ପୁରୀ ଡିଭିଜନରେ ପକ୍ଷୀ ଗଣନା

ପୁରୀ ଅଫିସ, ୫।୧: ପୁରୀ ବନ୍ୟପ୍ରାଣୀ ଡିଭିଜନରେ ଆସନ୍ତା ୮ତାରିଖରେ ପକ୍ଷୀ ଗଣନା କରାଯିବ। ଏଥିପାଇଁ ସମସ୍ତ ପ୍ରକାର ପ୍ରସ୍ତୁତି ସରିଛି। ରାଜ୍ୟର ବିଭିନ୍ନ ଡିଭିଜନରେ ଗତ ୩ ତାରିଖରେ ପକ୍ଷୀ ଗଣନା କରାଯାଇଥିଲା। ପୁରୀ ଡିଭିଜନରେ ମଧ୍ୟ ଏହିଦିନ ଗଣନା କରାଯିବାକୁ ପୂର୍ବରୁ ସ୍ଥିର ହୋଇଥିଲା। ଏଥିପାଇଁ ୨ତାରିଖରେ ତାଲିମ ଶିବିର ଅନୁଷ୍ଠିତ ହୋଇଥିଲା। ଏଥିରେ ଗଣନାରେ ସାମିଲ ହେବାକୁ ଥିବା କର୍ମଚାରୀଙ୍କୁ ତାଲିମ ପ୍ରଦାନ କରାଯାଇଥିଲା। କିନ୍ତୁ ୩ତାରିଖରେ ବର୍ଷା ସମ୍ଭାବନା ଥିବା ନେଇ ପାଣିପାଗ ବିଭାଗ ପୂର୍ବାନୁମାନ କରିବା ପରେ ଏହାକୁ ଘୁଞ୍ଚାଇ ଦିଆଯାଇଥିଲା। ଆସନ୍ତା ୮ତାରିଖ ସକାଳ ୬ଟାରୁ ୯ଟା ପର୍ଯ୍ୟନ୍ତ ଏହି ଗଣନା ହେବ ବୋଲି ପୁରୀ ଡିଏଫ୍‌ଓ ହର୍ଷବର୍ଦ୍ଧନ ଉଦ୍‌ଗାତା କହିଛନ୍ତି।
ଡିଏଫ୍‌ଓଙ୍କ ସୂଚନା ମୁତାବକ, ପୁରୀ ଡିଭିଜନରେ ୫ଟି ରେଞ୍ଜ ବାଲୁଖଣ୍ଡ, କୋଣାର୍କ, ଅସ୍ତରଙ୍ଗ, ଗୋପ, ବ୍ରହ୍ମଗିରି ରହିଛି। ପକ୍ଷୀ ଗଣନା ପାଇଁ ସମସ୍ତ ରେଞ୍ଜ ଅଫିସର, ଫରେଷ୍ଟର, ଗାର୍ଡ ଓ ଅନ୍ୟ କର୍ମଚାରୀଙ୍କୁ ପ୍ରଶିକ୍ଷଣ ଦିଆଯାଇଛି। ପୁରୀ ଡିଭିଜନ ଅନ୍ତର୍ଗତ ଯେଉଁସବୁ ସ୍ଥାନରେ ଜଳାଶୟ ରହିଛି ଏବଂ ପକ୍ଷୀ ଆସିଛନ୍ତି ସେ ସବୁ ସ୍ଥାନରେ ଗଣନା କରାଯିବ। ଏଥିଲାଗି ୨୩ଟି ସ୍ଥାନ ଚିହ୍ନଟ କରାଯାଇ ୨୩ ଟିମ୍‌ ଗଠନ ହୋଇଛି। ଏରିଆ ଓ ପକ୍ଷୀଙ୍କ ସମାଗମକୁ ଦୃଷ୍ଟିରେ ରଖି ପ୍ରତି ଟିମ୍‌ରେ ୩ରୁ ୪ଜଣ ଲେଖାଏ ସଦସ୍ୟ ରହିବେ। ରତ୍ନଚିରା, ଗଙ୍ଗାଦେବୀ, କୁଶଭଦ୍ରା, ପ୍ରାଚୀ, କେଳୁଣୀ ମୁହାଣ, କାଦୁଆ ନଦୀ ପ୍ରଭୃତି ୨୩ଟି ସ୍ଥାନରେ ଏହି ଗଣନା ହେବ। ଏଥିରେ ଅବୈତନିକ ବନ୍ୟପ୍ରାଣୀ ତତ୍ତ୍ବାବଧାରକ, ବନ୍ୟପ୍ରାଣୀ ପ୍ରେମୀ ଓ ବନ୍ୟପ୍ରାଣୀ ବିଶେଷଜ୍ଞ ସାମିଲ ହେବେ।


Enter your email to get our daily news in your inbox.

All Right Reserved By Dharitri.Com

ଅଂଶୁଘାତ ନେଲା ଚାଷୀଙ୍କ ଜୀବନ!

ବେଲଗୁଣ୍ଠା,୨୧ା୫(କୃଷ୍ଣ ଚନ୍ଦ୍ର ପଟ୍ଟନାୟକ): ଗଞ୍ଜାମ ଜିଲା ବେଲଗୁଣ୍ଠା ବ୍ଳକ୍‌ ଗାଙ୍ଗପୁର ଥାନା ଅନ୍ତର୍ଗତ ପାଇଲିପଡ଼ା ପଞ୍ଚାୟତର ଧାନପୁଞ୍ଜା ଗ୍ରାମରେ ଜଣେ ଭାଗ ଚାଷୀଙ୍କ ଅଂଶୁଘାତରେ ମୃତ୍ୟୁ ହୋଇଥିବା…

ନାବାଳିକାଙ୍କୁ ବଳାତ୍କାର

ହିଞ୍ଜିଳିକାଟୁ ୨୧।୫(ଦ୍ୱିତୀକୃଷ୍ଣ ପଣ୍ଡା): ଗଞ୍ଜାମ ଜିଲା ହିଞ୍ଜିଳି ଥାନା ଶାସନ ଆମ୍ୱଗାଁ ପଞ୍ଚାୟତ ଅଧୀନ ଏକ ଗାଁର ଜଣେ ନାବାଳିକାଙ୍କୁ ପ୍ରଲୋଭନ ଦେଖାଇ ବଳାତ୍କାର ଅଭିଯୋଗରେ ଜଣେ…

ଷ୍ଟାଡିୟମ ପାଇଁ ହେଲା ଜାଗା ଚିହ୍ନଟ

କର୍ଲାମୁଣ୍ଡା,୨୧ା୫(ପ୍ରଦୀପ କୁମାର ସାହୁ): ରାଜ୍ୟ ସରକାର ପ୍ରତ୍ୟେକ ବ୍ଲକ୍‌ରେ ଷ୍ଟାଡିୟମ ନିର୍ମାଣ ପାଇଁ ଅର୍ଥ ମଞ୍ଜୁର କରିଥିବା ବେଳେ କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ୍‌ରେ ଜାଗା ଚିହ୍ନଟରେ…

ପ୍ରବଳ ଗ୍ରୀଷ୍ମ ପ୍ରବାହ: ସମସ୍ତ ଅଙ୍ଗନବାଡ଼ି କେନ୍ଦ୍ର ୨ ଦିନ ବନ୍ଦ

କଟକ, ୨୧।୫ (କାର୍ତ୍ତିକ ସାହୁ): ସାରା ରାଜ୍ୟ ସମେତ କଟକ ଜିଲାରେ ମଧ୍ୟ ଗ୍ରୀଷ୍ମ ପ୍ରବାହ ଓ ପ୍ରବଳ ଖରା ପାଇଁ ଜନଜୀବନ ଅସ୍ତବ୍ୟସ୍ତ ହୋଇପଡ଼ିଛି। ଏହି…

ଛତ୍ରପୁରରେ ବେଆଇନ ମୋରମ ଚାଲାଣ ଉପରେ ପୋଲିସର ଚଢ଼ାଉ: ୧୦ ଟିପ୍ପର ସହ ଜେସିବି ଜବତ

ଛତ୍ରପୁର, ୨୧।୫ (ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲ୍ଲା ଛତ୍ରପୁର ଅଞ୍ଚଳରେ ବେଆଇନ ଖଣିଜ ସମ୍ପଦ ଚୋରା ଚାଲାଣ ଉପରେ ଚମାଖଣ୍ଡି ଥାନା ପୋଲିସ ଏକ ବଡ଼ଧରଣର କାର୍ଯ୍ୟାନୁଷ୍ଠାନ…

ନ୍‌କଆଉଟ୍‌ କ୍ରିକେଟ ପ୍ରତିଯୋଗିତା: ଚଣାଲିମା ଚାମ୍ପିୟନ

ଲାଞ୍ଜିଗଡ଼,୨୧।୫(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ଼ ବ୍ଲକ ଲାଞ୍ଜିଗଡ଼ ନିୟମଗିରି ବେଦାନ୍ତନଗର ଖେଳପଡିଆରେ ଗୋଲଡେନ ସ୍ପୋଟର୍‌ସ କ୍ଳବ ଏବଂ ଲାଞ୍ଜିଗଡ଼ ବେଦାନ୍ତ ଲିମିଟେଡ଼ ମିଳିତ ଆନୁକୂଲ୍ୟରେ…

ଟ୍ରେନ ଧକ୍କାରେ ବୋଲେରୋ ଚୁରମାର: ଗୋପାଳପୁର ପୋର୍ଟ ସ୍ୱତନ୍ତ୍ର ରେଳ ପଥରେ ବଡ଼ ଦୁର୍ଘଟଣା

ଛତ୍ରପୁର, ୨୧।୫ (ଦିଲ୍ଲୀପ ସାମଲ): ଛତ୍ରପୁର ଆର୍ଯ୍ୟପଲ୍ଲୀ ସ୍ଥିତ ଗୋପାଳପୁର ପୋର୍ଟର ସ୍ୱତନ୍ତ୍ର ରେଳ ପଥରେ ଏକ ଭୟାବହ ଦୁର୍ଘଟଣା ଘଟିଯାଇଛି। ଏକ ମାଲବାହୀ ଟ୍ରେନ ଧକ୍କାରେ…

ଚାଷୀ ଆନ୍ଦୋଳନରେ ୪ଦିନର ସାମୟିକ ବିରତି

କୋକସରା,୨୧ା୫(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରାଠାରେ ଦୀର୍ଘ ୧୫ଦିନ ଧରି ଚାଲିଥିବା ଇନ୍ଦ୍ରାବତୀ ମେଗା ଉଠା ଜଳସେଚନ ଚାଷୀ ସଂଘର ଆନ୍ଦୋଳନ ଗୁରୁବାର ନୂଆମୋଡ଼ ନେଇଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri