୮ରେ ଭାରତ ବନ୍ଦ:ସାମିଲ ହେବନି ରାଜ୍ୟ ଘରୋଇ ବସ୍‌ ମାଲିକ ସଂଘ

ଭୁବନେଶ୍ୱର, ୭ା୧(ବ୍ୟୁରୋ): ୧୨ ଦଫା ଦାବି ନେଇ ୧୦ଟି ଟ୍ରେଡ୍‌ ୟୁନିୟନ ପକ୍ଷରୁ ଆସନ୍ତା ୮ ତାରିଖରେ ଦେଶବ୍ୟାପୀ ଧର୍ମଘଟ ଡାକରା ଦିଆଯାଇଛି। ଏହି ଧର୍ମଘଟରେ ଆଇଏନ୍‌ଟିୟୁସି, ଏଆଇଟିୟୁସି, ଏଚ୍‌ଏମ୍‌ଏସ୍‌, ସିଆଇଟିୟୁ, ସଓ୍ବୋ, ଏଆଇସିସିଟିୟୁ, ଏଲ୍‌ପିଏଫ୍‌, ୟୁଟିୟୁସିର ଦେଶବ୍ୟାପୀ ପ୍ରାୟ ୨୫ କୋଟି କର୍ମକର୍ତ୍ତା ସାମିଲ ହେବେ। କଂଗ୍ରେସ ଏହାକୁ ସମର୍ଥନ ଜଣାଇଛି। ଓଡ଼ିଶାରେ ମଧ୍ୟ ଟ୍ରେଡ୍‌ ୟୁନିୟନ୍‌ଗୁଡ଼ିକର ଆଞ୍ଚଳିକ ଶାଖା ଏହି ଧର୍ମଘଟରେ ସାମିଲ ହେବେ। ଧର୍ମଘଟକୁ ସଫଳ କରିବା ପାଇଁ ପୂରା ଉଦ୍ୟମ କରାଯିବ ବୋଲି ସିଆଇଟିୟୁର ଭୁବନେଶ୍ୱର ସଭାପତି ନବକିଶୋର ମହାନ୍ତି କହିଛନ୍ତି। ସକାଳ ୬ରୁ ସନ୍ଧ୍ୟା ୬ଟା ଯାଏ ଏହି ଧର୍ମଘଟ ଡାକରା ଦିଆଯାଇଛି। ଅତ୍ୟାବଶ୍ୟକ ସେବା ଛଡ଼ା ଗାଡ଼ି ଚଳାଚଳ ସମ୍ପୂର୍ଣ୍ଣ ବନ୍ଦ ରହିବ। ଏଥିରେ ଅଲ୍‌ ଓଡ଼ିଶା ଅଟୋ ମହାସଂଘ, ଟ୍ରକ୍‌ ମହାସଂଘ, ଅଲ୍‌ ଓଡ଼ିଶା ଟ୍ରାନ୍ସପୋର୍ଟ ଆସୋସିଏଶନ ସାମିଲ ହେବେ ବୋଲି ସେ କହିଛନ୍ତି। ତେବେ ରାଜ୍ୟ ଘରୋଇ ବସ୍‌ ମାଲିକ ସଂଘ ଏହି ଧର୍ମଘଟରେ ସାମିଲ ହେବନାହିଁ। ଯଦି ସରକାର ସୁରକ୍ଷା ଯୋଗାଇଦେବେ ତେବେ ବସ୍‌ ଚଳାଚଳ ସ୍ବାଭାବିକ ରହିବ ବୋଲି ସଂଘର ଆବାହକ ଦେବାଶିଷ ନାୟକ କହିଛନ୍ତି। କେନ୍ଦ୍ର ସରକାରଙ୍କ ଶ୍ରମିକମାରଣ ନୀତି, ଜନବିରୋଧୀ ଓ ରାଷ୍ଟ୍ରବିରୋଧୀ ନୀତିକୁ ବିରୋଧ କରି ଏହି ଆନ୍ଦୋଳନ ଡାକରା ଦିଆଯାଇଛି। କେନ୍ଦ୍ର ଶ୍ରମ ମନ୍ତ୍ରଣାଳୟ ଶ୍ରମିକମାନଙ୍କ ଦାବି ପୂରଣ କରିବାରେ ବିଫଳ ହୋଇଛି। ଶ୍ରମିକଙ୍କ ସମସ୍ୟା ସମାଧାନ ପାଇଁ ୨୦୧୫ ଜୁଲାଇରୁ ଏ ପର୍ଯ୍ୟନ୍ତ ଭାରତୀୟ ଶ୍ରମିକ ସମ୍ମିଳନୀ ଅନୁଷ୍ଠିତ ହୋଇନାହିଁ। ବିପିସିଏଲ୍‌କୁ ବିକ୍ରି କରିବା, ବିଏସ୍‌ଏନ୍‌ଏଲ୍‌-ଏମ୍‌ଟିଏନ୍‌ଏଲ୍‌ର ମିଶ୍ରଣ ନିଷ୍ପତ୍ତି ଯୋଗୁ ପ୍ରାୟ ୯୪ ହଜାର କର୍ମଚାରୀଙ୍କ ନିଯୁକ୍ତି ଯିବାର ସମ୍ଭାବନା ରହିଛି। ଏହାଛଡ଼ା ଟ୍ରେଡ୍‌ ୟୁନିୟନ୍‌ଗୁଡ଼ିକ ରେଲ୍‌ଓ୍ବେ ଘରୋଇକରଣ, ଗୋଳାବାରୁଦ କାରଖାନାଗୁଡ଼ିକୁ ନିଗମରେ ପରିଣତ କରିବା ଏବଂ ବ୍ୟାଙ୍କଗୁଡ଼ିକର ମିଶ୍ରଣକୁ ମଧ୍ୟ ତୀବ୍ର ବିରୋଧ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ନିଜ ନିଜ ଭିତରେ ଲଢିଲେଣି ପାକିସ୍ତାନ ଖେଳାଳି, ଏବେ ଶାହିଦ ଆଫ୍ରିଦି ଶାଦାବଙ୍କୁ ଗାଳି ଦେଇ କହିଲେ, ‘ପୁଅ, ତୁମେ…’

ନୂଆଦିଲ୍ଲୀ,୨୦।୨: ୨୦୨୬ ଟି୨୦ ବିଶ୍ୱକପର ସୁପର ୮ ପାଇଁ ଯୋଗ୍ୟତା ଅର୍ଜନ କରିବା ପରେ, ପାକିସ୍ତାନୀ କ୍ରିକେଟର ଶାଦାବ ଖାନ ବ୍ୟଙ୍ଗାତ୍ମକ ମନ୍ତବ୍ୟ ଦେଇଥିଲେ ଏବଂ ନିଜ…

୩୯ ଶିକାରିଙ୍କୁ ବାନ୍ଧିଲା ବନବିଭାଗ: ୯ ଦେଶୀ ବନ୍ଧୁକ, ୨୦ ଧନୁତୀର ଜବତ

ବାରିପଦା,୨୦।୨(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା ଶିମିଳିପାଳ ବ୍ୟାଘ୍ର ସଂରକ୍ଷଣ ପ୍ରକଳ୍ପ ଦକ୍ଷିଣ ଡିଭିଜନ ଅଞ୍ଚଳରେ ଶିକାର କରିବାକୁ ପ୍ରବେଶ କରିଥିବା ଶିକାରିଙ୍କୁ ବନବିଭାଗ ଗିରଫ କରଛି…

୩ ଥର ଶୂନ୍ୟରେ ଆଉଟ ହେବାରୁ ଅଭିଷେକଙ୍କୁ ଏମିତି କହିଲେ ପାକିସ୍ତାନର ପୂର୍ବତନ କ୍ରିକେଟର

ନୂଆଦିଲ୍ଲୀ,୨୦।୨: ପୂର୍ବତନ ପାକିସ୍ତାନ ଖେଳାଳି ମହମ୍ମଦ ଆମିର ଅଭିଷେକ ଶର୍ମାଙ୍କ ବିଷୟରେ କହିଥିଲେ ଯେ ସେ କେବଳ ଜଣେ ଚଳ ଚଞ୍ଚଳ ଖେଳାଳି। ଏହି ବକ୍ତବ୍ୟକୁ ବହୁଳ…

ଦ୍ୱାଦଶ ଟପ୍ପରଙ୍କୁ ମିଳିଲାନି ଚାକିରି: ରାଗରେ ମା’-ବାପା-ଭାଇଙ୍କ ସହ କଲେ ହୃଦୟବିଦାରକ କାଣ୍ଡ

ଭୋପାଳ,୨୦।୨: ମଧ୍ୟପ୍ରଦେଶର ବେତୁଲ ଜିଲାରୁ ଏକ ଆଶ୍ଚର୍ଯ୍ୟଜନକ ଏବଂ ଚାଞ୍ଚଲ୍ୟକର ଘଟଣା ସାମ୍ନାକୁ ଆସିଛି। ୩୦ ବର୍ଷୀୟ ଗ୍ରାମର ଦୀପକ ଧୂର୍ଭେ ତାଙ୍କ ମାତାପିତା ଏବଂ ସାନ…

କେନ୍ଦ୍ରୀୟ ବିଶ୍ୱବିଦ୍ୟାଳୟରେ ଛାତ୍ର ଅଶାନ୍ତି

କୋରାପୁଟ,୨୦ା୨(ଅମିତାଭ ବେହେରା): କେନ୍ଦ୍ରୀୟ ବିଶ୍ୱବିଦ୍ୟାଳୟ ସୁନାବେଡ଼ାଠାରେ ଶୁକ୍ରବାର ସକାଳେ ଛାତ୍ର ଅଶାନ୍ତି ଦେଖିବାକୁ ମିଳିଛି। କୋରାପୁଟ ଜିଲାର ସୁନାବେଡ଼ାଠାରେ ଥିବା କେନ୍ଦ୍ରୀୟ ବିଶ୍ୱବିଦ୍ୟାଳୟର ମୁଖ୍ୟ କ୍ୟାମ୍ପସ୍‌ରେ ତାଲା…

ସେମିଫାଇନାଲରୁ ବାଦ୍‌ ପଡ଼ିବ ଟିମ୍‌ ଇଣ୍ଡିଆ: ଏହି କ୍ରିକେଟର୍‌ କଲେ ବଡ଼ ଭବିଷ୍ୟବାଣୀ

ନୂଆଦିଲ୍ଲୀ,୨୦।୨: ICC ଟି୨୦ ବିଶ୍ୱକପ ୨୦୨୬ର ସୁପର ୮ ରାଉଣ୍ଡ ଫେବୃଆରୀ ୨୧ରେ ଆରମ୍ଭ ହେବାକୁ ଯାଉଛି। ଏଥିରେ ୮ଟି ଦଳ ସେମିଫାଇନାଲରେ ସ୍ଥାନ ପାଇବା ପାଇଁ…

AI Summitରେ ଏମିତି କହିଲେ ବ୍ରିଟେନର ପୂର୍ବତନ ପ୍ରଧାନମନ୍ତ୍ରୀ ସମସ୍ତେ ଆଶ୍ଚର୍ଯ୍ୟ!

ନୂଆଦିଲ୍ଲୀ,୨୦।୨: ଦିଲ୍ଲୀର ଟ୍ରାଫିକ ସାରା ବିଶ୍ୱରେ ପ୍ରସିଦ୍ଧ। ଦିଲ୍ଲୀର ପ୍ରତ୍ୟେକ ନାଗରିକ ଟ୍ରାଫିକ ସମସ୍ୟାର ସମ୍ମୁଖୀନ ହେଉଛନ୍ତି। ଆଶ୍ଚର୍ଯ୍ୟର କଥା ହେଉଛି, ଗତକାଲି ଜଣେ ପ୍ରମୁଖ ନେତା…

ଲିଭ୍ ଇନ୍‌ରେ ରହୁଥିଲେ: ଯୁବକଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର, ପ୍ରେମିକା ଫେରାର୍

ଭୁବନେଶ୍ୱର,୨୦ା୨: ରାଜଧାନୀ ଭୁବନେଶ୍ୱରର ଏୟାରଫିଲ୍ଡ ଥାନା ଅନ୍ତର୍ଗତ ପୋଖରୀପୁଟ ଅଞ୍ଚଳରୁ ଏକ ଚାଞ୍ଚଲ୍ୟକର ଖବର ସାମ୍ନାକୁ ଆସିଛି। ଏକ ହୋଟେଲ୍ ମଧ୍ୟରୁ ଜଣେ ଯୁବକଙ୍କ ମୃତଦେହ ଉଦ୍ଧାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri