୮ରେ ମା’ ହିଙ୍ଗୁଳାଙ୍କ ରତ୍ନମୁଦ ଉତ୍ସବ:ଏକ ଲକ୍ଷ ଭକ୍ତଙ୍କ ହେବ ସମାଗମ

ତାଳଚେର,୨୯ା୬(ନି.ପ୍ର.) ଆଗାମୀ ଜୁଲାଇ ୮ ହେରା ପଞ୍ଚମୀ ଦିନ ତାଳଚେରର ଅଧିଷ୍ଠାତ୍ରୀ ଦେବୀ ମା’ ହିଙ୍ଗୁଳାଙ୍କ ନବନିର୍ମିତ ଭବ୍ୟ ମନ୍ଦିରର ରତ୍ନମୁଦ ଉତ୍ସବ ଅନୁଷ୍ଠିତ ହେବ। ଏହି ଉପଲକ୍ଷେ ଏକ ପ୍ରସ୍ତୁତି ବୈଠକ ଗୋପାଳପ୍ରସାଦସ୍ଥିତ ମା’ ହିଙ୍ଗୁଳା ପୀଠ ପରିସରରେ ଗୁରୁବାର ଅନୁଷ୍ଠିତ ହୋଇଥିଲା। ଏଥିରେ ସ୍ଥାନୀୟ ଉପଜିଲାପାଳ ତଥା ମା’ ହିଙ୍ଗୁଳା ଠାକୁରାଣୀ ଟ୍ରଷ୍ଟ ବୋର୍ଡର ମ୍ୟାନେଜିଂ ଟ୍ରଷ୍ଟି ପରେଶ ଚନ୍ଦ୍ର ନାୟକ ଅଧ୍ୟକ୍ଷତା କରିଥିଲେ। ତାଳଚେର ବିଧାୟକ ବ୍ରଜକିଶୋର ପ୍ରଧାନ ଓ ପାଲଲହଡା ବିଧାୟକ ମୁକେଶ କୁମାର ପାଳ ବୈଠକରେ ଯୋଗ ଦେଇଥିଲେ।
ଏହି ରତ୍ନମୁଦ ଉତ୍ସବରେ ପ୍ରାୟ ଏକ ଲକ୍ଷ ଭକ୍ତଙ୍କ ସମାଗମ ହେବ। ଜିଲାର ସମସ୍ତ ଅଞ୍ଚଳରୁ ୩୦୦ରୁ ଊର୍ଦ୍ଧ୍ୱ ସଂକୀର୍ତ୍ତନମଣ୍ଡଳୀ ଏଥିରେ ଯୋଗ ଦେବେ। ଏହାସହିତ ଅନୁଗୋଳ ଓ ଢେଙ୍କାନାଳ ଜିଲାର ପ୍ରତ୍ୟେକ ଗ୍ରାମର ସଭାପତି, ସମ୍ପାଦକ, ଗ୍ରାମବାସୀ, ଅଞ୍ଚଳର ସମସ୍ତ ଶିଳ୍ପାନୁଷ୍ଠାନର କର୍ମକର୍ତ୍ତା, ବ୍ୟବସାୟୀ ତଥା ସ୍ବେଚ୍ଛାସେବୀ ଅନୁଷ୍ଠାନ ଏହି ଉତ୍ସବରେ ଯୋଗ ଦେଇ କାର୍ଯ୍ୟକ୍ରମକୁ ସଫଳ କରିବାକୁ ଟ୍ରଷ୍ଟ ପକ୍ଷରୁ ଅନୁରୋଧ କରାଯାଇଥିଲା। ସମସ୍ତ କାର୍ଯ୍ୟକୁ ତଦାରଖ କରିବା ପାଇଁ ବିଭିନ୍ନ କମିଟି ଗଠନ କରାଯାଇଥିଲା। ପ୍ରାୟ ଏକ ଲକ୍ଷ ଭକ୍ତଙ୍କ ପାଇଁ ତାଳଚେର ବିଧାୟକ ଅନ୍ନପ୍ରସାଦର ବ୍ୟବସ୍ଥା କରିବାକୁ ସହମତି ପ୍ରକାଶ କରିଥିଲେ। ମା’ଙ୍କ ମନ୍ଦିର ନିକଟରେ ତିନୋଟି ଜାଗାରେ ଟେଣ୍ଟ କରିବାକୁ ଏମ୍‌ସିଏଲ୍‌ର ହିଙ୍ଗୁଳା ଓ ଭରତପୁର କ୍ଷେତ୍ର ମହାପ୍ରବନ୍ଧକ ସହମତି ପ୍ରଦାନ କରିଛନ୍ତି। ସେହପରି ନିରବଚ୍ଛିନ୍ନ ବିଦ୍ୟୁତ୍‌ ଓ ପାନୀୟ ଜଳ ଯୋଗାଇବା ପାଇଁ ବିଭାଗୀୟ ଅଧିକାରୀମାନଙ୍କୁ ନିର୍ଦ୍ଦେଶ ଦିଆଯାଇଛି। ଉତ୍ସବ ଦିନ ମା’ଙ୍କ ପୀଠରେ ଭଜନ ସନ୍ଧ୍ୟା କାର୍ଯ୍ୟକ୍ରମ ଅନୁଷ୍ଠିତ ହେବ। ଉପରୋକ୍ତ କାର୍ଯ୍ୟକ୍ରମର ଅଗ୍ରଗତି ସମ୍ପର୍କରେ ଜୁଲାଇ ୩ରେ ସମୀକ୍ଷା କରାଯିବାକୁ ବୈଠକରେ ସ୍ଥିର କରାଯାଇଥିଲା। ଟ୍ରଷ୍ଟ ବୋର୍ଡ ସଦସ୍ୟ ଏସ୍‌ଡିପିଓ ହେମନ୍ତ କୁମାର ପଣ୍ଡା, ସୌଭାଗ୍ୟ ଚନ୍ଦ୍ର ପ୍ରଧାନ, ମୁରଲୀଧର ସାହୁ, ରାଜେନ୍ଦ୍ର ସିଂ, ସଞ୍ଜୟ ସାହୁ, ଗଗନ ବିହାରୀ ସାହୁ ପ୍ରମୁଖ ଆଲୋଚନାରେ ଅଂଶଗ୍ରହଣ କରିଥିଲେ। ବିଭିନ୍ନ କ୍ଷେତ୍ରର ମହାପ୍ରବନ୍ଧକ ପି.ବି. ରେଡ୍ଡୀ, ମୁରଲୀଧର ମିଶ୍ର, ନୀଳମଣି ସାହୁ, ବି.ସି. ତ୍ରିପାଠୀ, ଶ୍ରମିକ ସଙ୍ଗଠନର କର୍ମକର୍ତ୍ତା ଚତୁର୍ଭୂଜ ଦାସ, ଅଭୟ କୁମାର ଗଡନାୟକ, ସୂଚନା ଓ ଲୋକ ସମ୍ପର୍କ ଅଧିକାରୀ ସୌରଭ ପ୍ରଧାନ ପ୍ରମୁଖଙ୍କ ସହ ବିଭିନ୍ନ ପଞ୍ଚାୟତର ସରପଞ୍ଚ, ସମିତି ସଭ୍ୟ ଓ ସାମାଜିକକର୍ମୀମାନେ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ଜଳ ପ୍ରପାତ

ସାନଘାଗରା ଜଳପ୍ରପାତ କେନ୍ଦୁଝର ସହରଠାରୁ ମାତ୍ର ୬ କି.ମି. ଦୂରରେ ରହିଛି ସାନଘାଘରା ଜଳପ୍ରପାତ। ସାନମାଛ କାନ୍ଦଣା ନଦୀର ଜଳ ଏଠାରେ ତଳକୁ ବିରାଟକାୟ ସ୍ରୋତରେ କଚାଡ଼ି…

ଭୁବନେଶ୍ୱର ଫୁଲ ଦୋକାନ

ଫର୍ନସ ଏନ୍‌ ପେଟାଲ୍‌ସ   ଏହା ରାଜଧାନୀର ଏକ ବଡ଼ ଫୁଲ ଦୋକାନ ଭାବେ ପରିଗଣିତ। ୧୧ବର୍ଷ ତଳେ ପ୍ରଥମ କରି ଶହୀଦନଗରରେ ଆରମ୍ଭ ହୋଇଥିଲା। ବର୍ତ୍ତମାନ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱର ଜିମ

କଳିଙ୍ଗ ଫିଟନେସ୍‌ ଜୟଦେବ ବିହାର ରୋଡ ବିଜୁ ପଟ୍ଟନାୟକ କଲେଜ ନିକଟରେ ରହିଛି କଳିଙ୍ଗ ଫିଟନେସ ଜିମ୍‌। ୪ବର୍ଷ ତଳେ ଖୋଲାଯାଇଥିବା ଏହି ଜିମ୍‌ରେ ସବୁ ପ୍ରକାର…

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ପର୍ଯ୍ୟଟନସ୍ଥଳ

ସପ୍ତଶଯ୍ୟା ଢେଙ୍କାନାଳ ଜିଲାରେ ଅବସ୍ଥିତ ସପ୍ତଶଯ୍ୟା ପର୍ଯ୍ୟଟନ ସ୍ଥଳ ସାତ ପାହାଡ଼, ଝରଣା ଏବଂ ଜଙ୍ଗଲରେ ପରିପୂର୍ଣ୍ଣ। ଏଠାରେ ରହିଛି ଶ୍ରୀରାମଙ୍କ ମନ୍ଦିର। ସପ୍ତଶଯ୍ୟାର ଶୀତଳ ପରିବେଶ…

କଟକ ଦହିବରା ଆଳୁଦମ

ବାରବାଟୀ ଷ୍ଟାଡିୟମର ରମେଶ ଗୋଛି ସକାଳ ୭ଟାରୁ ଆରମ୍ଭ କରି ରାତି ୧୦ଟା ଯାଏ ବାରବାଟୀ ଷ୍ଟାଡିୟମ ନିକଟରେ ରମେଶଙ୍କ ଷ୍ଟଲ ଖୋଲିଥାଏ। ପରିବାରର ସବୁ ସଦସ୍ୟ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱରର ପାର୍କ

ମହାତ୍ମା ଗାନ୍ଧୀ ପାର୍କ ପାର୍କଟି ଜୟଦେବ ବିହାରସ୍ଥିତ ନନ୍ଦନକାନନ ରୋଡ୍‌ର ଜନତା ମଇଦାନ ନିକଟରେ ଅବସ୍ଥିତ। ପାର୍କ ଭିତରେ ମହାତ୍ମା ଗାନ୍ଧୀଙ୍କ ପ୍ରାର୍ଥନା କରୁଥିବା ମୁଦ୍ରାରେ ମୂର୍ତ୍ତି…

ଶ୍ରେଷ୍ଠ ପାଞ୍ଚ ପୁରୀର ମଠ

ହାତୀ ଆଖଡ଼ା ମଠ ପୁରୀ ବଳଗଣ୍ଡି ନିକଟରେ ବଡ଼ଦାଣ୍ଡର ମୁଖ୍ୟ ରାସ୍ତାରେ ହାତୀ ଆଖଡା ମଠ ଅବସ୍ଥିତ। ଶ୍ରୀରାମାନନ୍ଦୀ ସମ୍ପ୍ରଦାୟର ନିର୍ବାଣୀ ଆଖଡା ରୂପେ ଏହା ପରିଚିତ।…

ଶ୍ରେଷ୍ଠ ପାଞ୍ଚ ଓଡ଼ିଶାର ପ୍ରସିଦ୍ଧ ଶୈବପୀଠ

ହରିଶଙ୍କର ବଲାଙ୍ଗୀରଠାରୁ ୮୦ କି.ମି. ଦୂରରେ ଗନ୍ଧମାର୍ଦ୍ଦନ ପର୍ବତ ପାଦଦେଶରେ ଅବସ୍ଥିତ ପ୍ରସିଦ୍ଧ ତୀର୍ଥ ତଥା ଶୈବପୀଠ ହରିଶଙ୍କର। ଏଠାକାର ମନ୍ଦିରର ପରିବେଶ ଏବଂ ଆକର୍ଷଣୀୟ ଝରଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri