୮ରେ ହିଙ୍ଗୁଳା ମନ୍ଦିର ରତ୍ନମୁଦ

ତାଳଚେର, ୭ା୭(ନି.ପ୍ର.) – ମା’ ହିଙ୍ଗୁଳାଙ୍କ ନୂତନ ଭବ୍ୟ ମନ୍ଦିରର ପବିତ୍ର ରନତ୍ମୁଦ ଉତ୍ସବ ଆସନ୍ତା ୮ ତାରିଖ ହେରା ପଞ୍ଚମୀ ଦିନ ତାଳଚେର ଗୋପାଳପ୍ରସାଦସ୍ଥିତ ହିଙ୍ଗୁଳା ପୀଠରେ ଅନୁଷ୍ଠିତ ହେବ। ଏହି ଉପଲକ୍ଷେ ମା’ ହିଙ୍ଗୁଳା ଠାକୁରାଣୀ ଟ୍ରଷ୍ଟବୋର୍ଡ ପକ୍ଷରୁ ବ୍ୟାପକ ପ୍ରସ୍ତୁତି ଆରମ୍ଭ ହୋଇଯାଇଛି। ଏହି ଉତ୍ସବରେ ଲକ୍ଷାଧିକ ଭକ୍ତଙ୍କ ସମାଗମ ହେବାର ସମ୍ଭାବନାକୁ ଦୃଷ୍ଟିରେ ରଖି ବ୍ୟବସ୍ଥା କରାଯାଉଛି। ମନ୍ଦିର ଚତୁଃପାର୍ଶ୍ୱରେ ଟେଣ୍ଟ ନିର୍ମାଣ କରାଯାଇଛି। ପୂର୍ବ ପାର୍ଶ୍ୱରେ ଭକ୍ତଙ୍କ ନିମନ୍ତେ ପ୍ରସାଦ ସେବନ ପାଇଁ ୧୮୦ ଫୁଟ ଲମ୍ବ ଓ ୧୮୦ ଫୁଟ ପ୍ରସ୍ଥର ଟେଣ୍ଟ ନିର୍ମାଣ କରାଯାଇଛି। ସେହିଭଳି ମନ୍ଦିର ପରିସରରେ ଭଜନ ସମାରୋହ ପାଇଁ ୧୫୦ ଫୁଟ ଲମ୍ବ ଓ ୧୦୦ ଫୁଟ ପ୍ରସ୍ଥ ବିଶିଷ୍ଟ ଟେଣ୍ଟ ଓ ନାମ ସଂକର୍ତ୍ତନ ପାଇଁ ୨୦୦ ଫୁଟ ଲମ୍ବ ଓ ୬୦ଫୁଟ ପ୍ରସ୍ଥ ବିଶିଷ୍ଟ ଟେଣ୍ଟ ପ୍ରସ୍ତୁତ କରାଯାଇଛି। ବର୍ଷାକୁ ଦୃଷ୍ଟିରେ ରଖି ଯଜ୍ଞ ମଣ୍ଡପ ଚତୁଃପାର୍ଶ୍ୱକୁ ଟେଣ୍ଟ ଦ୍ୱାରା ଆବଦ୍ଧ କରାଯାଇଛି। ଜିଲାର ଥିବା ସମସ୍ତ ଗ୍ରାମର ସଂକୀର୍ତ୍ତନ ମଣ୍ଡଳୀ ଓ ନଦିଆଁ ଦଳଗୁଡିକୁ ନିମନ୍ତ୍ରଣ କରାଯାଇଛି। ଅନୁଗୋଳ ଓ ଢେଙ୍କାନାଳ ଜିଲାର ସମସ୍ତ ଶିଳ୍ପାନୁଷ୍ଠାନର କର୍ମକର୍ତ୍ତା, ସ୍ବେଚ୍ଛାସେବୀ ଅନୁଷ୍ଠାନ, ବ୍ୟବସାୟୀ ତଥା ସମସ୍ତ ଗ୍ରାମର ସଭାପତି, ସମ୍ପାଦକ ଓ ଗ୍ରାମବାସୀ ଯୋଗ ଦେବା ପାଇଁ ଟ୍ରଷ୍ଟବୋର୍ଡ ପକ୍ଷରୁ ଅନୁରୋଧ କରାଯାଇଛି।
ସେହିପରି ଉତ୍ସବର ସୁପରିଚାଳନା ନିମନ୍ତେ ବିଭିନ୍ନ କମିଟି ଗଠନ କରାଯାଇଛି। ନିରବଚ୍ଛିନ୍ନ ବିଦ୍ୟୁତ ଓ ପାନୀୟ ଜଳ ଯୋଗାଣ ପାଇଁ ଟ୍ରଷ୍ଟବୋର୍ଡର ମ୍ୟାନେଜିଂ ଟ୍ରଷ୍ଟି ତଥା ତାଳଚେର ଉପଜିଲାପାଳ ପରେଶ ଚନ୍ଦ୍ର ନାୟକ ବିଭାଗୀୟ ଅଧିକାରୀମାନଙ୍କୁ ନିର୍ଦ୍ଦେଶ ଦେଇଛନ୍ତି। ମା’ ହିଙ୍ଗୁଳାଙ୍କ ଏହି ଭବ୍ୟ ମନ୍ଦିର ୧୩୧ ଫୁଟ ଉଚ୍ଚତା ବିଶିଷ୍ଟ ହେବାକୁ ଥିବା ବେଳେ ବର୍ତ୍ତମାନ ସୁଦ୍ଧା ୧୨୨ ଫୁଟ ଉଚ୍ଚତାର କାର୍ଯ୍ୟ ସମାପ୍ତ ହୋଇଥିବା ଜଣାପଡିଛି।


Enter your email to get our daily news in your inbox.

All Right Reserved By Dharitri.Com

କେନାଲ ପାର ହୋଇ ମୃତଦେହ ଦାହ ପ୍ରସଙ୍ଗ, ଗାଁରେ ପହଞ୍ଚିଲା କଂଗ୍ରେସ ଟିମ୍‌

ଗଞ୍ଜାମ,୧୭ା୮(ବିଦ୍ୟାଧର ସାହୁ): ଗଞ୍ଜାମ ଜିଲା ଛତ୍ରପୁର ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ହୁମା ପଞ୍ଚାୟତ ବାଉଁଶିଆପଡା ଗ୍ରାମ ଶ୍ମଶାନକୁ ରାସ୍ତା ନ ଥିବାରୁ ଲୋକେ ମୃତଦେହ ଦାହ ପାଇଁ…

ଭାରତ-ଆମେରିକା ମଧ୍ୟରେ ବଡ଼ ଡିଲ୍‌: ଟେନ୍‌ସନ୍‌ରେ ଚାଇନା

ନୂଆଦିଲ୍ଲୀ,୧୭।୮:ଇରାନ ସହିତ ସଂଘର୍ଷ ମଧ୍ୟରେ ଭାରତ ପୁଣି ଥରେ ଦୁଇଟି MQ-9 ସି ଗାର୍ଡିଆନ ଡ୍ରୋନ ଲିଜ କରିବା ପାଇଁ ଆମେରିକା ସହିତ ଏକ ଚୁକ୍ତି ସ୍ବାକ୍ଷର…

ଦୁର୍ଘଟଣାରେ ଚାଲିଗଲା ଯୁବକଙ୍କ ଜୀବନ, କ୍ଷତିପୂରଣ ଦାବିରେ ତେଜିଲା ଆନ୍ଦୋଳନ

ପୁରୁଷୋତ୍ତମପୁର,୧୭ା୮(ସବିତା ମିଶ୍ର): ପୁରୁଷୋତ୍ତମପୁର ଥାନା ଅନ୍ତର୍ଗତ ବ୍ରହ୍ମପୁର-ପୁରୁଷୋତ୍ତମପୁର ଥାନା ଅନ୍ତର୍ଗତ ବାଇଧର ମନ୍ଦିର ନିକଟରେ ସୋମବାର ସନ୍ଧ୍ୟାରେ ଏକ ଡାଲାଗାଡି ଧକ୍କାରେ ଯୁବକଙ୍କ ମୃତ୍ୟୁ ଘଟିଛି। ସେ…

ଇତିହାସ ରଚିଲେ ରବୀନ୍ଦ୍ର ଜାଡେଜା, ଏପରି କରିବାରେ ହେଲେ ଦ୍ୱିତୀୟ ଭାରତୀୟ

ନୂଆଦିଲ୍ଲୀ, ୧୭।୮: ଶ୍ରୀଲଙ୍କା ବିପକ୍ଷରେ ଗଲ୍‌ରେ ଖେଳାଯାଉଥିବା ପ୍ରଥମ ଟେଷ୍ଟ ମ୍ୟାଚରେ ଭାରତୀୟ ସ୍ପିନ ଅଲରାଉଣ୍ଡର ରବୀନ୍ଦ୍ର ଜାଡେଜା ନିଜ ନାମରେ ଏକ ବଡ଼ ରେକର୍ଡ କରିଛନ୍ତି।…

ଭାରତୀୟ ମଜଦୁର ସଂଘର ଦେଶ ବ୍ୟାପୀ ପ୍ରତିବାଦ

ଛତ୍ରପୁର,୧୭।୮(ଦିଲ୍ଲୀପ ସାମଲ/ଦ୍ୱାରକା ପଟ୍ଟନାୟକ): ରାଞ୍ଚିଠାରେ ହୋଇଥିବା ୧୬୧ତମ କେନ୍ଦ୍ରୀୟ କାର୍ଯ୍ୟ ସମିତିର ନିଷ୍ପତ୍ତି କ୍ରମେ ଭାରତୀୟ ମଜଦୁର ସଂଘ(ବିଏମ୍‌ଏସ) ପକ୍ଷରୁ ସୋମବାର ସ୍ଥାନୀୟ ଜିଲାପାଳ କାର୍ଯ୍ୟାଳୟ ସମ୍ମୁଖରେ…

BJPରେ ସ୍ମୃତି ଇରାନୀଙ୍କୁ ବଡ଼ ଦାୟିତ୍ୱ: ସଂଗଠନକୁ ଫେରି କହିଲେ ଏହି ବଡ଼ କଥା, ରାଜନୀତିରେ ଚହଳ

ନୂଆଦିଲ୍ଲୀ, ୧୭।୮: ଭାରତୀୟ ଜନତା ପାର୍ଟି (BJP)ର ଜାତୀୟ ଅଧ୍ୟକ୍ଷ ନୀତିନ ନବୀନ ସୋମବାର ତାଙ୍କ ନୂଆ ଟିମର ଘୋଷଣା କରିଛନ୍ତି। ଏହି ଟିମରେ ଦଳକୁ ଆହୁରି…

ଭାଜପାର ନୂଆ ଟିମରେ ଓଡ଼ିଶାରୁ ୨: ସୋସିଆଲ ମିଡିଆରେ ଧର୍ମେନ୍ଦ୍ର ପ୍ରଧାନ କହିଲେ…

ନୂଆଦିଲ୍ଲୀ, ୧୭।୮: ରାଷ୍ଟ୍ରୀୟ ଅଧ୍ୟକ୍ଷ ନୀତିନ ନବୀନ ନୂଆ ଟିମ ଘୋଷଣା କରିଛନ୍ତି। ସ୍ମୃତି ଇରାନୀଙ୍କୁ ସାଧାରଣ ସମ୍ପାଦକ ଏବଂ ବସୁନ୍ଧରା ରାଜେଙ୍କୁ ଉପାଧ୍ୟକ୍ଷ ଭାବେ ନିଯୁକ୍ତ…

ଧାନମଣ୍ଡି ରେଜିଷ୍ଟ୍ରେଶନରେ ସମସ୍ୟା: ଗର୍ଜିଲା ଓଡ଼ିଶା କୃଷକ ସଭା

ଦିଗପହଣ୍ଡି,୧୭।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଅଞ୍ଚଳରେ ଥିବା ପ୍ରାଥମିକ ସେବା ସମବାୟ ସମିତିମାନଙ୍କରେ ଚଳିତବର୍ଷ ଧାନ ମଣ୍ଡିରେ ଚାଷୀମାନଙ୍କ ନାଁ ରେଜିଷ୍ଟ୍ରେସନ ପାଇଁ ଚାଷୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri