୮୦୦ରୁ ଊର୍ଦ୍ଧ୍ୱ ଔଷଧୀୟ ଚାରା ରୋପଣ

ଛେଣ୍ଡିପଦା,୭।୭(ସ୍ବ.ପ୍ର.): ଅନୁଗୋଳ ଜିଲା ଛେଣ୍ଡିପଦା ବନାଞ୍ଚଳର ସଂରକ୍ଷିତ ଜଙ୍ଗଲରେ ରବିବାର ସାମୁହିକ ବୃକ୍ଷରୋପଣ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ଛେଣ୍ଡିପଦା ବନାଞ୍ଚଳ ଅଧିକାରୀ ଦୁର୍ଗାଚରଣ ସାହୁଙ୍କ ଅଧ୍ୟକ୍ଷତାରେ ଆୟୋଜିତ ଏହି କାର୍ଯ୍ୟକ୍ରମରେ ୮୦୦ରୁ ଊର୍ଦ୍ଧ୍ୱ ଔଷଧୀୟ ଚାରାରୋପଣ କରାଯାଇଛି। ବର, ଅଶ୍ବତ୍ଥ, ଚାକୁଣ୍ଡା, ଶାଗୁଆନ, ଶାଳ, ଶିଶୁ ଆଦି ଚାରା ରୋପଣ କରାଯାଇଥିଲା। ଏଥିରେ ମୁଖ୍ୟ ଅତିଥି ଭାବେ ଛେଣ୍ଡିପଦା ବ୍ଲକ ଅଧ୍ୟକ୍ଷ ଅଶୋକ କୁମାର ପ୍ରଧାନ, ଛେଣ୍ଡିପଦା ଥାନା ଅଧିକାରୀ ସତ୍ୟବ୍ରତ ରାଉତ, ଜିଲାପରିଷଦ ଭାସ୍କର ଚନ୍ଦ୍ର ସାହୁ , ଛେଣ୍ଡିପଦା ଗ୍ରାମ ସଭାପତି ଗୋବର୍ଦ୍ଧନ ନାୟକ, ପୂର୍ବତନ ଜିଲାପରିଷଦ ଦିଲ୍ଲୀପ କୁମାର ବେହେରା, ଆଇନଜୀବୀ ନଗେନ କୁମାର ନନ୍ଦ ଓ ସମିତିସଭ୍ୟ ଭଜମନ ଗଡ଼ନାୟକ ପ୍ରମୁଖ ସାମିଲ ଥିଲେ। ପ୍ରାୟ ୧୫ ଏକର ସଂରକ୍ଷିତ ଜଙ୍ଗଲ ଅଞ୍ଚଳରେ ୧୦ ହଜାରରୁ ଊଦ୍ଧର୍‌ବ ଚାରା ରୋପଣ କରାଯିବ ବୋଲି ବନାଞ୍ଚଳ ଅଧିକାରୀ ଦୁର୍ଗାଚରଣ ସାହୁ ପ୍ରକାଶ କରିଛନ୍ତି। ଏହି କର୍ଯ୍ୟକ୍ରମରେ ଛେଣ୍ଡିପଦା ବନାଞ୍ଚଳର ସମସ୍ତ କର୍ମଚାରୀ ସହଯୋଗ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଗ୍ୟାସ ସିଲିଣ୍ଡର ଦାମ ବଢିବା ପରେ ସରକାରଙ୍କୁ ଟାର୍ଗେଟ କଲେ ସଞ୍ଜୟ ରାଉତ କହିଲେ…

ନୂଆଦିଲ୍ଲୀ,୨।୫: ଶିବସେନା (UBT) ଏମପି ସଞ୍ଜୟ ରାଉତ ଦେଶରେ ବୃଦ୍ଧି ପାଉଥିବା ମୁଦ୍ରାସ୍ଫୀତି ଏବଂ ସାମ୍ପ୍ରତିକ ଗ୍ୟାସ ସିଲିଣ୍ଡରର ମୂଲ୍ୟ ବୃଦ୍ଧି ସମ୍ପର୍କରେ ଏକ ବିବୃତ୍ତି ଜାରି…

ଶିକାର କରିବାକୁ ଘରୁ ଡାକିନେଲେ, ଜଙ୍ଗଲରେ ମୋ’ ସ୍ବାମୀଙ୍କୁ ଗୁଳିକରି ମାରିଥିବା ଅଭିଯୋଗ ଆଣି ସ୍ତ୍ରୀ କହିଲେ…

ତୁମୁଡ଼ିବନ୍ଧ,୨ା୫(ଦୀପକ କୁମାର ପରାସେଠ୍‌): ଶିକାର କରିବାକୁ ଯାଇ ଶବ ପଲଟିଲେ। ସାଥୀ ଶିକାରୀଙ୍କ ଗୁଳିରେ ଚାଲିଗଲା ଜୀବନ। ଘରୁ ଡାକି ନେଇ ଗୁଳିକରି ହତ୍ୟା କରିଛନ୍ତି ବୋଲି…

ଜିତୁ ମୁଣ୍ଡା ଘଟଣା: ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣଙ୍କୁ ଚିଠି ଲେଖିଲେ ନବୀନ, ନିବେଦନ କରି କହିଲେ…

ଭୁବନେଶ୍ୱର,୨ା୫: କେନ୍ଦୁଝରର ଜିତୁ ମୁଣ୍ଡାଙ୍କ ଘଟଣାରେ ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣଙ୍କୁ ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ ଚିଠି ଲେଖିଛନ୍ତି। ନବୀନରେ ଚିଠିରେ…

ତରଭୁଜ ଖାଇ ୪ ଜଣଙ୍କ ମୃତ୍ୟୁ ମାମଲାରେ ଆସିଲା ବଡ଼ ଅପଡେଟ, ଫଳରେ ନ ଥିଲା ବିଷ ପୀଡ଼ିତଙ୍କ ଶରୀରରୁ ମିଳିଲା ଅସାଧାରଣ ପଦାର୍ଥ

ମୁମ୍ବାଇ,୨।୫: ମହାରାଷ୍ଟ୍ରର ରାଜଧାନୀ ମୁମ୍ବାଇରେ ତରଭୁଜ ଖାଇବା ପରେ ଗୋଟିଏ ପରିବାରର ୪ଜଣଙ୍କ ମୃତ୍ୟୁ ଘଟିଥିବା ମାମଲା ସମ୍ପର୍କରେ ଏକ ବଡ଼ ଅପଡେଟ ଆସିଛି। ସୂତ୍ର ଅନୁଯାୟୀ,…

ହିଲ୍ସ ପିନ୍ଧି ନାଚୁଥିଲେ ଅକ୍ଷୟ କୁମାର: ଆଉ ତା’ପରେ ଘଟିଲା

ବଲିଉଡ ଅଭିନେତା ଅକ୍ଷୟ କୁମାର ବର୍ତ୍ତମାନ ତାଙ୍କ ଫିଲ୍ମ ‘ଭୂତ ବଙ୍ଗଳା’ ପାଇଁ ଚର୍ଚ୍ଚାରେ ଅଛନ୍ତି। ଏହି ହରର କମେଡି ଫିଲ୍ମଟି ବକ୍ସ ଅଫିସରେ ଭଲ ପ୍ରଦର୍ଶନ…

ଭଡ଼ାଘରୁ ମିଳିଲା ଅଧ୍ୟାପିକାଙ୍କ ଝୁଲନ୍ତା ମୃତଦେହ, ୩ ଦିନ ଧରି…

ଫୁଲବାଣୀ,୨ା୫(ରାକେଶ କୁମାର ରାଉତ): ଫୁଲବାଣୀରେ ଏକ ଅଭାବନୀୟ ଦୃଶ୍ୟ ଦେଖିବାକୁ ମିଳିଛି। ଏକ ଭଡ଼ାଘରୁ ସ୍ବୟଂ ଶାସିତ ମହାବିଦ୍ୟାଳୟର ଜଣେ ଅଧ୍ୟାପିକାଙ୍କ ଝୁଲନ୍ତା ମୃତଦେହ ଦେଖି ଲୋକଙ୍କ…

ଲକ୍ଷ ଲକ୍ଷ ମୋବାଇଲ ଫୋନରେ ହଠାତ ଏକକାଳୀନ ବାଜି ଉଠିଲା ସାଇରନ, ଜାଣନ୍ତୁ ଏହାର କାରଣ

ନୂଆଦିଲ୍ଲୀ,୨।୫: ୨ ମଇ, ୨୦୨୬ ଦିନ, ସକାଳ ୧୧ଟା୪୧ ସମୟରେ, ସାରା ଦେଶରେ ଲକ୍ଷ ଲକ୍ଷ ମୋବାଇଲ ଫୋନରେ ଏକ ଜରୁରୀକାଳୀନ ସାଇରନ ବାଜିଲା। ଏହା ଭାରତ…

ଅତିରିକ୍ତ ତହସିଲଦାରଙ୍କ ଗାଡିକୁ ଧକ୍କା ଦେଲା ବାଲି ବୋଝେଇ ଟ୍ରକ: ଆଉ ତା’ପରେ…

ସୋର,୨।୫(ଜନ୍ମେଜୟ ମିଶ୍ର): ସୋର ତହସିଲର ଅତିରିକ୍ତ ତହସିଲଦାରଙ୍କ ଗାଡିକୁ ଧକ୍କା ଦେଇଛି ବାଲି ବୋଝେଇ ଟ୍ରକ। ଅଳ୍ପକେ ବର୍ତ୍ତିଲେ ସୋର ଅତିରିକ୍ତ ତହସିଲଦାର କୃଷ୍ଣମୋହନ ସିଂ l…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri