୮ ଦିନରେ ଦେଶରେ ସଂକ୍ରମିତଙ୍କ ସଂଖ୍ୟା ୧୦ ହଜାର ଛୁଇଁଲା: ୩୦୧ ମୃତ

ନୂଆଦିଲ୍ଲୀ,୨୨।୪: ଭାରତରେ କରୋନା ସଂକ୍ରମଣ ରୋକିବା ଲାଗି ସରକାରଙ୍କ ପକ୍ଷରୁ ଉଦ୍ୟମ ଜାରି ରହିଛି। ଲକ୍‌ ଡାଉନ୍‌ ଜାରି ସତ୍ତ୍ୱେ ଏପ୍ରିଲ୍‌ ୧୪ରୁ ୨୨ ଗତ ୮ ଦିନ ମଧ୍ୟରେ ସଂକ୍ରମିତଙ୍କ ସଂଖ୍ୟା ୧୪.୭୫ ପ୍ରତିଶତରୁ ୧୭.୪୮ ପ୍ରତିଶତକୁ ବୃଦ୍ଧି ପାଇଛି। ଏହି ସମୟ ମଧ୍ୟରେ ସଂକ୍ରମିତଙ୍କ ସଂଖ୍ୟା ୧୦ ହଜାରରୁ ୨୦ ହଜାରରେ ପହଞ୍ଚିଛି। ସେହିପରି ୮ ଦିନ ମଧ୍ୟରେ ୩୦୧ ଜଣ ସଂକ୍ରମିତଙ୍କ ମୃତ୍ୟୁ ଘଟିଥିବା ସାସ୍ଥ୍ୟ ମନ୍ତ୍ରଣାଳୟ ପକ୍ଷରୁ କୁହାଯାଇଛି। ଦେଶରେ ପ୍ରଥମ କରୋନା ସଂକ୍ରମିତ କେରଳରେ ଜାନୁୟାରୀ ୩୦ରେ ଚିହ୍ନଟ ହୋଇଥିଲେ। ଏହାପରେ ସଂକ୍ରମିତଙ୍କ ସଂଖ୍ୟା ବଢ଼ି ଚାଲିଥିଲା। ଏପ୍ରିଲ୍‌ ୧୪ରେ ସଂକ୍ରମିତଙ୍କ ସଂଖ୍ୟା ୧୦ ହଜାର ଟପିଥିଲା ଏବଂ ୩୯୯ ଜଣଙ୍କ ମୃତ୍ୟୁ ଘଟିଥିଲା। ଏବେ ଏପ୍ରିଲ୍‌ ୨୨ରେ ମୃତକଙ୍କ ସଂଖ୍ୟା ୬୪୦ରେ ପହଞ୍ଚିଛି। କରୋନା ସଂକ୍ରମିତଙ୍କ ସଂଖ୍ୟା ମହାରାଷ୍ଟ୍ରରେ ଅଧିକ ଥିବାବେଳେ କେରଳରେ କମ୍‌ ରହିଛି। ମହାରାଷ୍ଟ୍ରରେ କରୋନା ସଂକ୍ରମିତଙ୍କ ସଂଖ୍ୟା ୫୨୧୮ ଛୁଇଁଛି। ସେହିପରି କେରଳରେ ଏହା ୪୨୮ ରହିଛି। ମହାରାଷ୍ଟ୍ର ପଛକୁ ଦ୍ୱିତୀୟ ସ୍ଥାନରେ ଗୁଜରାଟ ରହିଛି। ଏଠାରେ ୨୧୭୮ ଜଣ ସଂକ୍ରମିତଙ୍କୁ ଚିହ୍ନଟ କରାଯାଇଛି। ସେହିପରି ତୃତୀୟ ସ୍ଥାନରେ ଦିଲ୍ଲୀ ରହିଛି। ଦିଲ୍ଲୀରେ ୨୧୫୬ ସଂକ୍ରମିତ ହୋଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପୋଲିସ ଯାଞ୍ଚ୍‌ ନାଁରେ ଲୋକଙ୍କୁ ହଇରାଣ: ଥାନା ଏଏସଆଇଙ୍କ ଦାଦାଗିରି

ରିଷିଡା,୨୧।୯(ସୁଶାନ୍ତ ମଲ୍ଲିକ): ଗତକିଛି ଦିନ ହେଲା ମ.ରାମପୁର ଥାନା ଅଧିନ ବିଭିନ୍ନ ଅଞ୍ଚଳରେ ସନ୍ଧ୍ୟା ସମୟରେ ପୋଲିସ ଯାଞ୍ଚ୍‌ ନାଁରେ ଜନୈକ ଏଏସଆଇ ଦାଦାଗିରି ଚଲାଇଥିବା ଅଭିଯୋଗ…

ବାତ୍ୟା ଆସିଲେ ଭୂସ୍ଖଳନ ଭୟ: ୨ ଦିନ ବନ୍ଦ ରହିବ କଳିଙ୍ଗା ଘାଟି

ଜି.ଉଦୟଗିରି,୨୧।୯(ଶିଶିର ପଟ୍ଟନାୟକ/ଚିନ୍ମୟ କୁମାର ସେଠୀ): କନ୍ଧମାଳ ଓ ଗଞ୍ଜାମ ସୀମାନ୍ତବର୍ତ୍ତୀ କଳିଙ୍ଗା ଘାଟି ଦେଇ ବିଜୟୱାଡ଼ା ରାଞ୍ଚିକୁ ସଂଯୋଗ କରୁଥିବା ୧୫୭ ନମ୍ବର ଜାତୀୟ ରାଜପଥ ଏବେ…

ଭଞ୍ଜନଗରରେ ଅଧିକ ବର୍ଷା ଆଶଙ୍କା: ତଳିଆ ଅଞ୍ଚଳବାସୀଙ୍କ ପାଇଁ ସତର୍କ ସୂଚନା ଜାରି

ଭଞ୍ଜନଗର,୨୧।୯(ବାବୁଲା ପ୍ରଧାନ): ଭଞ୍ଜନଗର ଜଳଭଣ୍ଡାରରେ ବର୍ତ୍ତମାନ ପ୍ରାୟ ୮୬ ପ୍ରତିଶତ ଜଳ ସଞ୍ଚିତ ଥିବାବେଳେ ଆଗାମୀ ଦିନରେ ଅଧିକ ବର୍ଷାର ସମ୍ଭାବନା ଅଛି । ତେଣୁ ଭଞ୍ଜନଗର…

ସେପ୍ଟେମ୍ବର ୨୩ରେ ଘଟିବ ବିରଳ ଘଟଣା; ଦିନ-ରାତି ୧୨-୧୨ ଘଣ୍ଟା….

ନୂଆଦିଲ୍ଲୀ,୨୧।୯: ଆସନ୍ତା ୨୩ ସେପ୍ଟେମ୍ବରରେ ଆକାଶରେ ଦେଖିବାକୁ ମିଳିବ ଏକ ବିଶେଷ ଭୌଗଳିକ ଘଟଣା । ଏହି ତାରିଖରେ ଦିନ ଓ ରାତିର ସମୟ ପ୍ରାୟ ସମାନ…

ଭଞ୍ଜନଗର ଉପଖଣ୍ଡର ଚୂଡ଼ାନ୍ତ ଭୋଟର ତାଲିକା ପ୍ରକାଶ: ୪୫୮୬ ନୂଆ ଯୋଡ଼ିହେଲେ, ୩୬୩୪୨ ପଡ଼ିଲେ ବାଦ୍‌

ଭଞ୍ଜନଗର,୨୧।୯(ବାବୁଲା ପ୍ରଧାନ):ଦୀର୍ଘ ସାଢ଼େ ତିନି ମାସ ଧରି ଚାଲିଥିବା ସ୍ବତନ୍ତ୍ର ସଘନ -୨୦୨୬ ଭୋଟର ତାଲିକା ସଂଶୋଧନ ପ୍ରକ୍ରିୟା ଶେଷ ହେବା ପରେ ସୋମବାର ଚୂଡ଼ାନ୍ତ ଭୋଟର…

ବାତ୍ୟାକୁ ନେଇ ବଡ଼ ଅପଡେଟ୍‌ ଦେଲେ ମୁଖ୍ୟ ଶାସନ ସଚିବ: ୧୧ ଜିଲା ହେବ ପ୍ରଭାବିତ

ଭୁବନେଶ୍ୱର,୨୧।୯: ଉତ୍ତର ଆଣ୍ଡାମାନ ସାଗର ଏବଂ ସଂଲଗ୍ନ ଅଞ୍ଚଳ ଉପରେ ସୃଷ୍ଟି ହୋଇଥିବା ଲଘୁଚାପ କ୍ଷେତ୍ର ଘନୀଭୂତ ହୋଇ ସୋମବାର ପୂର୍ବ-କେନ୍ଦ୍ରୀୟ ବଙ୍ଗୋପସାଗର ଉପରେ ଅବପାତ ରୂପ…

ସମ୍ଭାବ୍ୟ ବାତ୍ୟା ଭୟ ଭିତରେ ବଡ଼ ସୂଚନା ଦେଲେ IMD ଡିଜି: ୨୨ ତାରିଖ ସନ୍ଧ୍ୟାରୁ…

ଭୁବନେଶ୍ୱର,୨୧।୯:ଗଭୀର ଅବପାତ ପ୍ରଭାବରେ ଦକ୍ଷିଣ ଓଡ଼ିଶାରେ ପ୍ରବଳ ବର୍ଷିବ। ଏନେଇ ସୂଚନା ଦେଇଛନ୍ତି IMD ଡିଜି ମୃତ୍ୟୁଞ୍ଜୟ ମହାପାତ୍ର। IMD ଡିଜିଙ୍କ କହିବାନୁସାରେ, ପୁରୀରୁ ଦକ୍ଷିଣକୁ ଥିବା…

୨୦ ମାସର ଶିଶୁଙ୍କୁ ଘରୁ ଘୋଷାଡ଼ି ନେଲା କୁକୁର: ଆଉ ତା’ପରେ ଘଟିଲା…

ଶିମ୍‌ଲା,୨୧।୯: ହିମାଚଳ ପ୍ରଦେଶର ରାଜଧାନୀ ଶିମ୍‌ଲାର ଶାଙ୍କଲୀ ଅଞ୍ଚଳରେ ଏକ ହୃଦୟ ବିଦାରକ ଘଟଣା ଘଟିଛି। ଏଠାରେ ଜଣେ ୨୦ ମାସର ଶିଶୁ କନ୍ୟା ଉପରେ ଦୁଇଟି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?