୮ ଦିନରେ ସରିଗଲା ସଂସାର: ନବବଧୂଙ୍କ ମୃତଦେହ ଉଦ୍ଧାର

ବଅଁରପାଳ,୧୧।୫(ଡି.ଏନ.ଏ.)-  ମାତ୍ର ୮ ଦିନ ତଳେ ବିବାହ କରିଥିଲେ। ନୂଆ ଘର, ବରକୁ ନେଇ କେତେ କ’ଣ ସ୍ବପ୍ନ ଦେଖିଥିଲେ। ହେଲେ ୮ ଦିନରେ ସରିଗଲା ସଂସାର। ସୁଖ ଦୁଃଖର ଦୁନିଆକୁ ସାଥିରେ ନେଇ ଚାଲିବା ଆଗରୁ ଦୁନିଆ ଛାଡ଼ିଦେଲେ ଜଣେ ନବବଧୂ। ଅନୁଗୋଳ ଜିଲା ନାଲ୍‌କୋ ଥାନା କାଣ୍ଡସର ଗ୍ରାମରେ ଶୁକ୍ରବାର ଘଟିଛି ଏପରି ଏକ ଅଭାବନୀୟ ଘଟଣା। ଗଁାର ଏକ ଭଡ଼ା ଘରୁ ରାତିରେ ପୋଲିସ ନବବଧୂ ଜିନାରାଣୀ ପ୍ରଧାନ(୨୫)ଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର କରିଛି। ତେବେ ମୃତ୍ୟୁର କାରଣ ଜଣାପଡ଼ି ନ ଥିଲେ ବି ସ୍ବାମୀଙ୍କ ସହ ମନାନ୍ତରରୁ ସେ ଆତ୍ମହତ୍ୟା କରିଥିବା ସାଧାରଣରେ ସନ୍ଦେହ କରାଯାଉଛି।

ପୋଲିସ କହିଛି, ବଅଁରପାଳ ଥାନା ତୁଳସୀପାଳ ଗ୍ରାମର ଧର୍ମେନ୍ଦ୍ର ସାହୁ ନାଲ୍‌କୋରେ ଠିକା ଶ୍ରମିକ ଭାବେ କାର୍ଯ୍ୟ କରନ୍ତି। ଗତ ୨ ତାରିଖରେ ସେ ତାଳଚେର ଅଞ୍ଚଳର ଜିନାରାଣୀଙ୍କୁ କୋର୍ଟରେ ବିବାହ କରିଥିଲେ। ପରେ ନବଦମ୍ପତି କାଣ୍ଡସରସ୍ଥିତ ଏକ ଭଡା ଘରେ ରହୁଥିଲେ। ଶୁକ୍ରବାର ମଧ୍ୟାହ୍ନରେ ଧର୍ମେନ୍ଦ୍ର ଘରକୁ ଆସି କବାଟ ବାଡେଇଥିଲେ। ହେଲେ ଭିତରୁ କେହି କବାଟ ନ ଖୋଲିବାରୁ ସେ କେଉଁଆଡ଼େ ଚାଲିଯାଇଥିଲେ। ପରେ ପଡ଼ୋଶୀମାନେ ଘର ଭିତରେ ଜିନାରାଣୀଙ୍କ ମୃତଦେହ ଝୁଲୁଥିବା ଦେଖି ପୋଲିସକୁ ସୂଚନା ଦେଇଥିଲେ। ଖବରପାଇ ମାଜିଷ୍ଟ୍ରେଟ ଜିତେନ୍ଦ୍ର ସାହୁ ଓ ପୋଲିସ ଘଟଣାସ୍ଥଳରେ ପହଞ୍ଚି କବାଟ ଭାଙ୍ଗିବା ପରେ ମୃତଦେହ ଝୁଲୁଥିବା ଦେଖିଥିଲେ। ମୃତ ଜିନାରାଣୀଙ୍କ ସ୍ବାମୀ ଧର୍ମେନ୍ଦ୍ର ଆସିବା ପରେ ଶନିବାର ମୃତଦେହ ଉଦ୍ଧାର କରାଯାଇ ବ୍ୟବଚ୍ଛେଦ କରାଯିବ ବୋଲି ପୋଲିସ ସୂଚନା ଦେଇଛି। ଖବରପାଇ ଜିନାରାଣୀଙ୍କ ଭାଇ ଘଟଣାସ୍ଥଳରେ ପହଞ୍ଚିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବରଗଡ଼ରେ ହୋଇନାହିଁ ସ୍କୁଲ ଛୁଟି ଘୋଷଣା, ଘୂରି ବୁଲୁଛି ନକଲି ଚିଠି

ବରଗଡ଼,୧୮ା୪(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ତାତି, ଗୁଳୁଗୁଳି ବଢ଼ି ଚାଲିଛି। ଅନ୍ୟପଟେ ସ୍କୁଲ, କଲେଜରେ ପାଠପଢ଼ା ଚାଲିଛି। ପୂର୍ବାହ୍ନ ସାଢ଼େ ୧୦ଟାରେ ଛୁଟି ହେଉଥିବା ଯୋଗୁ ଘରକୁ…

ବରଗଛରେ ଝୁଲୁଥିଲା ଅଣଓଡ଼ିଆ ଶ୍ରମିକଙ୍କ ମୃତଦେହ, ଏଏସ୍‌ଆଇ ପହଞ୍ଚି…

ଦିଗପହଣ୍ଡି,୧୮ା୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ନିସ୍ତିିପୁର ଗ୍ରାମ ନିକଟ ଆନ୍ଧ୍ର ଇଟାଭାଟିରେ ରହି କାମ କରୁଥିବା ଜଣେ ଅଣଓଡ଼ିଆ ଶ୍ରମିକ ଶନିବାର ଭୋର୍‌ରେ…

୨ ବାଇକ୍‌ ସହ ଧକ୍କା ହେଲା ଅଟୋ: ୩ ଗୁରୁତର

ଦାରିଙ୍ଗବାଡ଼ି,୧୮ା୪(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଥାନା ମ୍ଲୁକ୍‌ଚେରୀ ନିକଟରେ ୨ ବାଇକ୍‌ ଏବଂ ଗୋଟିଏ ଅଟୋ ମଧ୍ୟରେ ଧକ୍କା ହୋଇ ୩ ଜଣ ଗୁରୁତର ହୋଇଛନ୍ତି।…

ଚାକିରି ଜୀବନରେ ସାଉଁଟିଥିବା ସ୍ମୃତିକୁ ମନେ ପକାଇ ଗୋପାଳକୃଷ୍ଣ କହିଲେ ଅବସର ପରେ…

ଦିଗପହଣ୍ଡି,୧୮ା୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ସିଦ୍ଧେଶ୍ୱର ଗ୍ରାମ ପ୍ରାଥମିକ ସେବା ସମବାୟ ସମିତି(ପାକ୍ସ)ର ସମ୍ପାଦକ ଗୋପାଳକୃଷ୍ଣ ଜେନାଙ୍କୁ ଅବସରକାଳୀନ ସମ୍ବର୍ଦ୍ଧନା ଦିଆଯାଇଛି। ସମବାୟ…

ଜୁନାଗଡ଼ରେ ଏନଫୋର୍ସ ଟିମର ଖାଦ୍ୟ ସାମଗ୍ରୀ ଯାଞ୍ଚ

ଜୁନାଗଡ଼,୧୮।୪(ସୁନୀଲ କୁମାର ସିଂହ)-କଳାହାଣ୍ଡି ଜିଲା ଜୁନାଗଡ଼ ସହରରେ ଶନିବାର ଏନଫୋର୍ସ ଟିମ ପକ୍ଷରୁଖାଦ୍ୟ ସାମଗ୍ରୀ ଯାଞ୍ଚ କରାଯାଇଛି। ଏହି ଟିମରେ ଧର୍ମଗଡ଼ ଉପଖଣ୍ଡ ଖାଦ୍ୟ ନିରାପତ୍ତା ବିଭାଗ,ଜୁନାଗଡ଼…

ସିବିଏସ୍‌ଇ ଦଶମ ପରୀକ୍ଷା: ପ୍ରଗତି କନ୍‌ସେପ୍ଟ ସ୍କୁଲ ଛାତ୍ରୀଛାତ୍ରଙ୍କ ସଫଳତା

ଭବାନୀପାଟଣା,୧୮ା୪(ଉତ୍ତମ କୁମାର ଦାଶ)-ସିବିଏସ୍‌ଇ ଦଶମ ପରୀକ୍ଷାରେ କଳାହାଣ୍ଡି ଜିଲା ଭବାନୀପାଟଣା ସହର ପ୍ରଗତି କନ୍‌ସେପ୍ଟ ସ୍କୁଲର ଛାତ୍ରୀଛାତ୍ର ସଫଳତା ପାଇଛନ୍ତି। ଛାତ୍ର ବବୁଲ କୁମାର ମେହେର ୯୭.୬୦%…

ନୂଆପଡ଼ାରେ ତିନିଦିନ ସ୍କୁଲ ବନ୍ଦ

ନୂଆପଡ଼ା,୧୮ା୪ (ମକାରୁ ବେମାଲ): ପ୍ରଚଣ୍ଡ ଗ୍ରୀଷ୍ମପ୍ରବାହ ଯୋଗୁ ଛାତ୍ରୀଛାତ୍ରଙ୍କ ସୁରକ୍ଷାକୁ ଦୃଷ୍ଟିରେ ରଖି ନୂଆପଡ଼ା ଜିଲା ପ୍ରଶାସନ ସମସ୍ତ ସ୍କୁଲକୁ ତିନିଦିନ ପାଇଁ ବନ୍ଦ ଘୋଷଣା କରିଛି।…

କେନ୍ଦୁପତ୍ର ତୋଳିବାକୁ ଯାଇଥିବାବେଳେ ୨ ଜଣଙ୍କୁ ଆକ୍ରମଣ କଲା ବାର୍‌ହା

ଦେବଗଡ଼,୧୮ା୪(ଶଶାଙ୍କ ଶେଖର ଝାଙ୍କର): ବାର୍‌ହା ଆକ୍ରମଣରେ ୨ ଜଣ ଗୁରୁତର ହୋଇଛନ୍ତି। ଦେବଗଡ଼ ଜିଲା ରିଆମାଳ ବ୍ଲକ ଜୟନ୍ତପାଲି ଗ୍ରାମର ଟୁନି ଭୋଇ ଓ ମଦନ ମୋହନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri