Posted inଜାତୀୟ

୮ ବର୍ଷ ବାଳିକା ମୋଦିଙ୍କ ସମ୍ମାନ ଗ୍ରହଣ କରିବାକୁ ହେଲେ ଅମଙ୍ଗ

ନୂଆଦିଲ୍ଲୀ,୭।୩: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଅନ୍ତର୍ଜାତୀୟ ମହିଳା ଦିବସ ଅବସରରେ ନିଜର ଟୁଇଟର ଅକାଉଣ୍ଟ୍‌କୁ ମହିଳାଙ୍କୁ ସମର୍ପିତ କରିବେ ବୋଲି ଘୋଷଣା କରିଥିଲେ। ଘୋଷିତ ତାଲିକାରେ ପ୍ରେରଣାଦାୟୀ ମହିଳାଙ୍କ ମଧ୍ୟରେ ୮ ବର୍ଷର ଜଣେ ବାଳିକାଙ୍କୁ ସାମିଲ୍‌ କରାଯାଇଥିଲା। ତେବେ ଏହି ସମ୍ମାନକୁ ଗ୍ରହଣ କରିବାକୁ ବାଳିକା ଜଣକ ଅମଙ୍ଗ ହୋଇଛନ୍ତି। ଏହି ବାଳିକା ଜଣକ ହେଉଛନ୍ତି ମଣିପୁରର ଲିସିପ୍ରିୟା କଙ୍ଗୁଜମ୍‌। ସେ ଜଣେ ପରିବେଶକର୍ମୀ ଭାବେ କାମ କରନ୍ତି। ଟୁଇଟରରେ ସେ ଲେଖିଛନ୍ତି ଯେ, ମତେ ସମ୍ମାନୀତ କରିବା ପରିବର୍ତ୍ତେ ପ୍ରଧାନମନ୍ତ୍ରୀ ଏବଂ ସମସ୍ତ ଏମ୍‌ପିଙ୍କୁ ଶୀଘ୍ର ପରିବେଶ ସୁରକ୍ଷା ପାଇଁ ଜଳବାୟୁ ପରିବର୍ତ୍ତନ ଉପଯୋଗୀ ନିୟମ ଜାରି କରିବାର ଆବଶ୍ୟକତା ରହିଛି। ଏବେ ଲିସିପ୍ରିୟାଙ୍କ ଏଭଳି ମନ୍ତବ୍ୟକୁ ନେଇ ସୋସିଆଲ ମିଡ଼ିଆରେ ଚର୍ଚ୍ଚା ଜାରି ରହିଛି। ସୂଚନାଯୋଗ୍ୟ, ୨୦୧୯ରେ ଲିସିପ୍ରିୟାଙ୍କୁ ଓ୍ବାଲର୍‌ଡ ଚିଲଡ୍ରେନ୍‌ ପିସ୍‌ ପ୍ରାଇଜ୍‌ ଭାବେ ଡ.ଏପିଜେ ଅବଦୁଲା କାଲାମ ଚିଲଡ୍ରେନ୍‌ ଆଓ୍ବାର୍ଡ ପ୍ରଦାନ କରାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

କିଶନଙ୍କ ବିସ୍ଫୋରକ ବ୍ୟାଟିଂ, ସନ୍‌ରାଇଜର୍ସର ଦ୍ୱିତୀୟ ବିଜୟ

ହାଇଦ୍ରାବାଦ, ୧୩।୪: ଅଧିନାୟକ ଇଶାନ କିଶନଙ୍କ ବିସ୍ଫୋରକ ବ୍ୟାଟିଂ ପରେ ପ୍ରଫୁଲ୍ଲ ହିଙ୍ଗେ ଓ ସାକିବ ହୁସେନଙ୍କ ଡ୍ରିମ୍‌ ଡେବ୍ୟୁ ବଳରେ ସନ୍‌ରାଇଜର୍ସ ହାଇଦ୍ରାବାଦ ସୋମବାର ଅନୁଷ୍ଠିତ…

ହଙ୍ଗେରୀ ନିର୍ବାଚନ ଫଳାଫଳ, କିଏ ହେବେ ନୂଆ ପ୍ରଧାନମନ୍ତ୍ରୀ ଜାଣନ୍ତୁ…

ବୁଦାପେଷ୍ଟ,୧୩ା୪: ୧୬ ବର୍ଷ ଧରି କ୍ଷମତାରେ ରହିଥିବା ହଙ୍ଗେରୀ ପ୍ରଧାନମନ୍ତ୍ରୀ ଭିକ୍ଟର ଓର୍ବାନ୍‌ ରବିବାର ଅନୁଷ୍ଠିତ ନିର୍ବାଚନରେ ପରାଜିତ ହୋଇଛନ୍ତି। ହଙ୍ଗେରୀୟ ଭୋଟର ତାଙ୍କ ଏକଚ୍ଛତ୍ରବାଦ ନୀତି…

ଏ ବର୍ଷ କମ୍‌ ବର୍ଷା: ଆଇଏମ୍‌ଡିର ପୂର୍ବାନୁମାନ ପରେ ଚାଷୀଙ୍କ ମୁଣ୍ଡରେ ପଡିଲା ଚଡ଼କ

ନୂଆଦିଲ୍ଲୀ,୧୩ା୪ : ଭାରତରେ ୩ ବର୍ଷ ମଧ୍ୟରେ ପ୍ରଥମ ଥର ପାଇଁ ଚଳିତ ବର୍ଷ ସ୍ବାଭାବିକଠାରୁ କମ୍‌ ବୃଷ୍ଟିପାତ ହୋଇପାରେ ବୋଲି ସୋମବାର ସରକାରଙ୍କ ପକ୍ଷରୁ କୁହାଯାଇଛି।…

ଦାଦନ ଖଟିବାକୁ ଯାଇଥିଲେ, ଫେରିଲା ଯୁବତୀଙ୍କ ମୃତଦେହ

ମୋହନା୧୩।୪(ମନ୍ମଥ ମିଶ୍ର): ଚାନ୍ଦା ଆଦାୟ କରି ମୁମ୍ବାଇରୁ ଆସିଲା ମୃତଦେହ। ଏଭଳି ଏକ ହୃଦୟ ବିଦାରକ ଦୃଶ୍ୟ ଦେଖିବାକୁ ମିଳିଛି ଗଜପତି ଜିଲା ମୋହନା ବ୍ଲକ ଦମାଦୁଆ…

ସାଙ୍ଗମାନଙ୍କ ସହିତ ଯାତ୍ରା ଦେଖି ଯାଇଥିଲେ, ଶବ ହୋଇ ଫେରିଲେ… ପରିବାର ଲୋକେ ଆଣିଲେ ସାଂଘାତିକ ଅଭିଯୋଗ

ଲୋଇସିଂହା,୧୩।୪(ସୁଶାନ୍ତ ବାରିକ): ସାଙ୍ଗମାନଙ୍କ ସହିତ ଯାତ୍ରା ଦେଖିଯିବା ହେଲା କାଳ। ଶୁକ୍ରବାର ରାତିରେ ବଲାଙ୍ଗୀର ଜିଲା ଲୋଇସିଂହା ଥାନା କୁଟେନପାଲି ନିକଟରେ ଏକ ଅଜଣା ଗାଡି ଧକ୍କାରେ…

ଗୋଡ଼ ମଧ୍ୟରେ ଲୁଚାଇ ନେଇଗଲେ ୭ ଲକ୍ଷ ଟଙ୍କାର ଶାଢ଼ି, ସିସିଟିଭିରେ କଏଦ ଲୁଟ୍‌ର କୌଶଳ…

ଅନୁଗୋଳ,୧୩।୪(ଜ୍ୟୋତିରଞ୍ଜନ ସାହୁ): ଅନୁଗୋଳ ସହର ଅମଲାପଡ଼ା ଅଞ୍ଚଳରେ ଥିବା ବୟନିକା ଶୋ’ରୁମ୍‌ରୁ ଏକ ବଡ଼ ଧରଣର ଚୋରି ହୋଇଛି। ଗ୍ରାହକ ବେଶରେ ଆସିଥିବା ୭ ଜଣ ମହିଳା…

ଅଂଶୁଘାତରେ ଚାଲିଗଲା ବ୍ୟକ୍ତିଙ୍କ ଜୀବନ

ଗୁଣୁପୁର, ୧୩।୪(ସଂକେତ ପାତ୍ର): ଖରାଦିନ ଆରମ୍ଭ ସହିତ ଅଂଶୁଘାତ ଜନିତ ପ୍ରଥମ ମୃତ୍ୟୁ ଘଟଣା ସାମ୍ନାକୁ ଆସିଛି। ରାୟଗଡା ଜିଲା ଗୁଣୁପୁର ଥାନା ଅନ୍ତର୍ଗତ ଜଗନ୍ନାଥପୁର ପଞ୍ଚାୟତର…

ଅନୁସୂଚିତ ଜାତି ମୋର୍ଚ୍ଚା ଜିଲା ସଭାପତି ଭାବେ ନିଯୁକ୍ତ ହେଲେ ବିକ୍ରମ ତାଣ୍ଡି, ରାଜ୍ୟ ସଭାପତିଙ୍କୁ ଜଣାଇଲେ କୃତଜ୍ଞତା

ବଲାଙ୍ଗୀର ,୧୩।୪(ସୁନୀଲ କୁମାର ମହାନ୍ତି): ଅନୁସୂଚିତ ଜାତି ମୋର୍ଚ୍ଚା ବଲାଙ୍ଗୀର ଜିଲା ସଭାପତି ଭାବରେ ଦଳର ବରିଷ୍ଠ କାର୍ଯ୍ୟକର୍ତ୍ତା ବିକ୍ରମ ତାଣ୍ଡିଙ୍କୁ ମନୋନୀତ କରାଯାଇଛି। ଏନେଇ ବିକ୍ରମ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri