୮ ମାସ ପରେ ସିଙ୍ଗରାଇଙ୍କୁ ମିଳିଲା ଚିକିତ୍ସା ସେବା

ଆନନ୍ଦପୁର,୧୭। ୧୦(ସ୍ବ.ପ୍ର.)-ଚିକିତ୍ସା ସେବା ଅପହଞ୍ଚ ଥିବା ଇଲାକାରେ ଏବେବି ଅନ୍ଧବିଶ୍ୱାସକୁ ଲୋକେ ଗ୍ରହଣ କରୁଛନ୍ତି। ଲୋକମାନେ ଗୁଣିଗାରେଡି, ଝଡ଼ାଫୁଙ୍କା ଭଳି ଅନ୍ଧବିଶ୍ୱାସର ମୋହ ଛାଡିବାକୁ ପ୍ରସ୍ତୁତ ନାହାନ୍ତି। ଏହିଭଳି ଏକ ନଜିର ଆନନ୍ଦପୁର ମୁଖ୍ୟ ଚିକିତ୍ସାଳୟଠାରୁ ମାତ୍ର ୧୨ କି.ମି. ଦୂର ଧକୋଠା ଅଞ୍ଚଳରେ ଦେଖିବାକୁ ମିଳିଛି । ଜଣେ ଆଦିବାସୀ ଯୁବକ କ୍ରିକେଟ ଖେଳୁଥିବା ସମୟରେ ବଲ ତାଙ୍କ ଗୋଡ଼ରେ ବାଜିବାରୁ ସେ ଆହତ ହୋଇଥିଲେ। ଝଡାଫୁଙ୍କାର ସହାୟତାରେ ଭଲ ହେବାକୁ ଉଦ୍ୟମ କରି ନିରାଶ ହେବା ପରେ ସ୍ଥାନୀୟ ଜଣେ ସାମାଜିକକର୍ମୀଙ୍କ ସହାୟତାରେ ବୁଧବାର ତାଙ୍କୁ ଡାକ୍ତରଖାନାରେ ଚିକିତ୍ସା ପାଇଁ ଭର୍ତ୍ତି ହୋଇଛନ୍ତି।
ଧକୋଠା ଜଳନଣ୍ଡା ଗ୍ରାମର ଗଙ୍ଗା ମୁଣ୍ଡାଙ୍କ ପୁଅ ସିଙ୍ଗରାଇ ମୁଣ୍ଡା(୩୭) କ୍ରିକେଟ ଖେଳୁଥିବା ସମୟରେ ବଲ ଦ୍ୱାରା ଆହତ ହୋଇଥିଲେ। ଆର୍ଥିକ ଅଭାବ ଅନଟନରେ ରହୁଥିବା ଏହି ପରିବାର ଚିକିତ୍ସା ପାଇଁ ଝଡାଫୁଙ୍କାର ସହାୟତା ନେଇଥିଲେ। ଦୀର୍ଘ ୮ ମାସ ପରେ ବି ଗୋଡ଼ର ଫୁଲା କମିନଥିଲା। ଏହା କ୍ରମଶଃ ସେଫଟିକ୍‌ ହୋଇ ଗୁରୁତର ଅବସ୍ଥାକୁ ଗତି କରିଥିଲା। ନିକଟସ୍ଥ ବନ୍ଧ ଗ୍ରାମର ଜଣେ ସାମାଜିକ କର୍ମୀ ମଙ୍ଗୁଳୁ ପାତ୍ର ଜଳନଣ୍ଡା ବୁଲିଯାଇଥିବା ସମୟରେ ଏହି ଘଟଣା ଦେଖି ୧୦୮ ଆମ୍ବୁଲାନ୍ସ ସହିତ ଯୋଗାଯୋଗ କରି ତାଙ୍କୁ ଆନନ୍ଦପୁର ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରିଥିଲେ। ସେ ଏବେ ମେଡିକାଲରେ ଆଡମିଶନ ହୋଇ ଚିକିତ୍ସିତ ହେଉଛନ୍ତି। ଅନ୍ୟପକ୍ଷରେ ସିଙ୍ଗରାଇଙ୍କ ମା’ ଚମ୍ପା ମୁଣ୍ଡା କହିଛନ୍ତି ଯେ, ଆମେ ଗରିବ ଲୋକ ଆମ ପାଖରେ ପଇସା ନାହିଁ, ଡାକ୍ତରଖାନା ଆଣିପାରିଲୁନି। ଗାଁ ରେ ଝଡାଫୁଙ୍କା କରୁଥିଲୁ ହେଲେ ଫୁଲା କମିଲାନାହିଁ। ତେବେ ସରକାରୀ ସ୍ତରରେ ଆଦିବାସୀମାନଙ୍କୁ ଡାକ୍ତରୀ ଚିକିତ୍ସା ସୁବିଧା ଯୋଗାଇଦେବା ଓ ଲୋକମାନଙ୍କୁ ସଚେତନ କରାଇବା ପାଇଁ ବିଭିନ୍ନ ଯୋଜନା ମାନ କରୁଛନ୍ତି। ହେଲେ ଆଦିବାସୀ ଲୋକମାନଙ୍କ ମଧ୍ୟରେ ସଚେତନତାର ଅଭାବ ପରିଲକ୍ଷିତ ହେବା ଏକ ପରିତାପର ବିଷୟ ସାଜିଛି। ଗାଁ ଗାଁ ରେ ଆଶା ଓ ଅଙ୍ଗନଓ୍ବାଡି କର୍ମୀ ନିଯୁକ୍ତି ପାଇଛନ୍ତି। ହେଲେ ଲୋକମାନଙ୍କର ସ୍ବାସ୍ଥ୍ୟ ସମସ୍ୟା ଦିଗରେ ଏମାନେ କେତେ ସଚେତନ ତାହା ସହଜାରେ ଅନୁମାନ କରିହେବ।


Enter your email to get our daily news in your inbox.

All Right Reserved By Dharitri.Com

ଆମ ପୋଲିସ-ଆମ ସାଥୀ ଅଭିଯାନ: ସାଇବର ସୁରକ୍ଷା ନେଇ ସଚେତନତା

ରାଇକିଆ,୧୩।୮: କନ୍ଧମାଳ ଜିଲା ପୋଲିସର ‘ଆମ ପୋଲିସ-ଆମ ସାଥୀ’ ଅଭିଯାନ ପକ୍ଷରୁ ରାଇକିଆ ବ୍ଲକ ସୁଗଡ଼ାବାଡ଼ି ସରକାରୀ ଉଚ୍ଚ ବିଦ୍ୟାଳୟରେ ସଚେତନତା କାର୍ଯ୍ୟକ୍ରମ ହୋଇଛି। ଥାନା ଅଧିକାରୀ…

ଶୋଇଥିବାବେଳେ ବିଳମ୍ବିତ ରାତିରେ ସୁରେନ୍ଦ୍ରଙ୍କ ଘରେ ଲାଗିଲା ନିଆଁ, ଚାହୁଁ ଚାହୁଁ ଚାରିଆଡେ ବ୍ୟାପିଗଲା…

ଦିଗପହଣ୍ଡି,୧୩।୮(ଅଶେଷ ନାଥ ମିଶ୍ର) : ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପାଟପୁର ଗ୍ରାମ ପାଣ୍ଡା ଛକ ନିକଟ ଉଲୁକପଲ୍ଲୀ ସାହିର ସୁରେନ୍ଦ୍ର ସାହୁଙ୍କ ଘରେ ବୁଧବାର ବିଳମ୍ବିତ…

କେସିଙ୍ଗା ଶିକ୍ଷା ବ୍ୟବସ୍ଥାକୁ ନେଇ ଅପପ୍ରଚାର: ଦୃଢ଼ କାର୍ଯ୍ୟାନୁଷ୍ଠାନ ଚେତାବନୀ

କେସିଙ୍ଗା, ୧୩।୮( ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକର କେତେକ ବିଦ୍ୟାଳୟରେ ଶିକ୍ଷକ ଅଭାବ ଥିବାବେଳେ, ଅନ୍ୟ କେତେକ ସ୍କୁଲରେ ଅଧିକ ଶିକ୍ଷକ ରହିଛନ୍ତି। ଏହି…

ଗାଁ ମୁହାଁ ୪ ଟିକିଆ ହାତୀ: ଭୟରେ କୋତାଗୁଡା ଗ୍ରାମବାସୀ

ଗୁଣପୁର,୧୩।୮(ସୁଜାତା ପାଢ଼ୀ):ରାୟଗଡା ଗୁଣପୁର ବ୍ଲକ ଅନ୍ତର୍ଗତ ଜଗନ୍ନାଥପୁର ପଞ୍ଚାୟତର କୋତାଗୁଡା ଗାଁ ନିକଟରେ ଗୁରୁବାର ସକାଳେ ୪ ଟିକିଆ ହାତୀଙ୍କୁ ଦେଖିବାକୁ ମିଳିଛି l କାଦୁଆ ରାସ୍ତା…

ଭଞ୍ଜନଗର ଥାନା ଏସଆଇଙ୍କୁ ଡିଜିପି ଡିସ୍କ ଆୱାର୍ଡ: ଛୁଟୁଛି ଶୁଭେଚ୍ଛାର ସୁଅ

ଭଞ୍ଜନଗର,୧୩।୮(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଭଞ୍ଜନଗର ଥାନା ଏସଆଇ ସମୀର କୁମାର ସେଠୀଙ୍କୁ ବୁଧବାର ଡିଜିପି ଡିସ୍କ ଆୱାର୍ଡ଼ ମିଳିଛି। କଟକ ଠାରେ ଆୟୋଜିତ ଆରକ୍ଷୀ ମହାନିର୍ଦ୍ଦେଶକଙ୍କ ପଦକ…

ରାସ୍ତାର ସ୍ଥିତି ଶୋଚନୀୟ: ଷ୍ଟ୍ରେଚରରେ ବୁହାହେଲେ ଗର୍ଭବତୀ

ନନ୍ଦପୁର, ୧୩/୮(ତୁଷାରକାନ୍ତ ମହାନ୍ତି): କୋରାପୁଟ ଜିଲ୍ଲା ନନ୍ଦପୁର ବ୍ଲକ ପରଜା ବଡପଡ଼ା ପଞ୍ଚାୟତର ଶ୍ରିଗାମପୁଟ ଗାଁକୁ ସଂଯୋଗ ରାସ୍ତାର ଶୋଚନୀୟ ସ୍ଥିତି ଗୁରୁବାର ସକାଳୁ ଜନନୀଯନ୍ତ୍ରଣାର କାରଣ…

କଟକରେ ଲଜ୍ଜା: କଥା ହେବା ବାହାନାରେ ନାବାଳିକାଙ୍କୁ ହୋଟେଲକୁ ଡାକି ନେଇ ଗଣବଳାତ୍କାର କଲେ ସହପାଠୀ

କଟକ, ୧୩।୮(ପ୍ରଭୁ କଲ୍ୟାଣ ପାଲ୍‌): କଟକରେ ଲଜ୍ଜା। ନାବାଳିକାଙ୍କୁ ହୋଟେଲକୁ ନେଇ ଗଣବଳାତ୍କାର ଅଭିଯୋଗ। ବାଦାମବାଡ଼ି ଥାନା ଅଂଚଳରେ ଘଟିଛି ଏହି ସଙ୍ଗୀନ ଘଟଣା। ଜଣେ ନାବାଳିକାଙ୍କୁ…

ନାଁରେ ଆସିଲା ସାଂଘାତିକ ଅଭିଯୋଗ, ଡାକ୍ତରଙ୍କୁ ଚାକିରିରୁ ବହିଷ୍କାର କଲେ ମୁଖ୍ୟମନ୍ତ୍ରୀ

ପାରଳାଖେମୁଣ୍ଡି,୧୩।୮(ଗିରିଧାରୀ ପରିଛା): ଦୁର୍ନୀତି ବିରୋଧରେ କଠୋର ଆଭିମୁଖ୍ୟ ଗ୍ରହଣ କରି ଗଜପତି ଜିଲାର ଗୁରାଣ୍ଡି ସିଏଚ୍‌ସିର ପୂର୍ବତନ ଭାରପ୍ରାପ୍ତ ମେଡିକାଲ ଅଧିକାରୀ ଡାକ୍ତର ପତିତପାବନ ବାରିକଙ୍କୁ ସରକାରୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri