୮ ଶିଳ୍ପୀଙ୍କୁ ପୁରସ୍କୃତ କଲେ ରାଜ୍ୟପାଳ

ଭୁବନେଶ୍ୱର,୧୪।୩ (ବ୍ୟୁରୋ): ବୁଦ୍ଧ ଆର୍ଟ ଗ୍ୟାଲେରିରେ ହେବାକୁ ଥିବା ଓଡ଼ିଶା ଲଳିତ କଳା ଏକାଡେମୀର ୩୮ତମ ରାଜ୍ୟସ୍ତରୀୟ ପୁରସ୍କାର ପ୍ରଦାନ ଉତ୍ସବକୁ ବାତିଲ କରାଯାଇ ରାଜଭବନରେ କରାଯାଇଛି। କରୋନା ସଂକ୍ରମଣର ଭୟାବହତାକୁ ଦୃଷ୍ଟିରେ ରଖି ରାଜଭବନରେ ନିରାଡମ୍ବର ଭାବେ ଏହି କାର୍ଯ୍ୟକ୍ରମ କରାଯାଇଥିଲା। ଏହି ଅବସରରେ ରାଜ୍ୟପାଳ ପ୍ରଫେସର ଡ. ଗଣେଶୀ ଲାଲ୍‌ ୮ଜଣ ଶିଳ୍ପୀଙ୍କୁ ପୁରସ୍କୃତ କରିଥିଲେ। ସେମାନେ ହେଲେ ଭାସ୍କର୍ଯ୍ୟ କଳାରେ ବରୁଣ ବେହେରା, ବିଶ୍ୱଜିତା ମହାରଣା, ଚିତ୍ରକଳାରେ ହୃଷୀକେଶ ବିଶ୍ୱାଳ, ଜ୍ୟୋତି ପ୍ରକାଶ ପ୍ରଧାନ, ଭାସ୍କର୍ଯ୍ୟ କଳାରେ ମାୟାଧର ସାହୁ, ମୁଦ୍ରଣ କଳାରେ ନୀର ଜାନି, ପାରମ୍ପରିକ କଳା ପାଇଁ ନିରଞ୍ଜନ ମହାପାତ୍ର ଏବଂ ଚିତ୍ରକଳା ପାଇଁ ସତ୍ୟରଞ୍ଜନ ଦାସ। ପ୍ରତ୍ୟେକଙ୍କୁ ପୁରସ୍କାର ସ୍ବରୂପ ୫୦ହଜାର ଟଙ୍କା ସହ ତାମ୍ରଫଳକ ଏବଂ ଉପଢୌକନ ପ୍ରଦାନ କରାଯାଇଥିଲା। ଏହି ଉତ୍ସବରେ ସଂସ୍କୃତି ଓ ପର୍ଯ୍ୟଟନ ବିଭାଗ ମନ୍ତ୍ରୀ ଜ୍ୟୋତି ପ୍ରକାଶ ପାଣିଗ୍ରାହୀ, ବିଭାଗୀୟ ପ୍ରମୁଖ ସଚିବ ମନୋରଞ୍ଜନ ପାଣିଗ୍ରାହୀ, ନିର୍ଦ୍ଦେଶକ ବିଜୟ କୁମାର ନାୟକ, ଯୁଗ୍ମ ଶାସନ ସଚିବ ମନସ୍ବିନୀ ସାହୁ, ଓଡ଼ିଶା ଲଳିତ କଳା ଏକାଡେମୀ ସଚିବ ଗଜେନ୍ଦ୍ର ପ୍ରସାଦ ସାହୁ, ସଭାପତି ସୁଦର୍ଶନ ପଟ୍ଟନାୟକ ଯୋଗଦେଇଥିଲେ। ଏହି ଅବସରରେ ଏକାଡେମୀ ପକ୍ଷରୁ ଆୟୋଜିତ ଚିତ୍ର ପ୍ରଦର୍ଶନୀରେ ସ୍ଥାନ ପାଇଥିବା କଳାକୃତିର ରଙ୍ଗିନ୍‌ ଚିତ୍ରପୁସ୍ତିକା ଉନ୍ମୋଚିତ ହୋଇଥିଲା। ପ୍ରଦର୍ଶନୀ ପାଇଁ ରାଜ୍ୟର ୩୬୮ଜଣ ଶିଳ୍ପୀଙ୍କଠାରୁ ୬୧୫ଟି ଚିତ୍ରକଳା ଗ୍ରହଣ କରାଯାଇଥିଲା। ପ୍ରଥମ ପର୍ଯ୍ୟାୟରେ ଚୟନ କମିଟି ୧୨୮ଜଣ ଶିଳ୍ପୀଙ୍କ ମୂଳ କଳାକୃତିକୁ ୨ୟ ପର୍ଯ୍ୟାୟ ପାଇଁ ମନୋନୀତ କରିଥିଲେ। ସେଥିରୁ ୧୧୦ ମୂଳ କଳାକୃତି ମଧ୍ୟରୁ ୮ଜଣ ଶିଳ୍ପୀଙ୍କୁ ବିଚାରକ ମଣ୍ଡଳୀ ସୁପାରିସ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

କିଶନଙ୍କ ବିସ୍ଫୋରକ ବ୍ୟାଟିଂ, ସନ୍‌ରାଇଜର୍ସର ଦ୍ୱିତୀୟ ବିଜୟ

ହାଇଦ୍ରାବାଦ, ୧୩।୪: ଅଧିନାୟକ ଇଶାନ କିଶନଙ୍କ ବିସ୍ଫୋରକ ବ୍ୟାଟିଂ ପରେ ପ୍ରଫୁଲ୍ଲ ହିଙ୍ଗେ ଓ ସାକିବ ହୁସେନଙ୍କ ଡ୍ରିମ୍‌ ଡେବ୍ୟୁ ବଳରେ ସନ୍‌ରାଇଜର୍ସ ହାଇଦ୍ରାବାଦ ସୋମବାର ଅନୁଷ୍ଠିତ…

ହଙ୍ଗେରୀ ନିର୍ବାଚନ ଫଳାଫଳ, କିଏ ହେବେ ନୂଆ ପ୍ରଧାନମନ୍ତ୍ରୀ ଜାଣନ୍ତୁ…

ବୁଦାପେଷ୍ଟ,୧୩ା୪: ୧୬ ବର୍ଷ ଧରି କ୍ଷମତାରେ ରହିଥିବା ହଙ୍ଗେରୀ ପ୍ରଧାନମନ୍ତ୍ରୀ ଭିକ୍ଟର ଓର୍ବାନ୍‌ ରବିବାର ଅନୁଷ୍ଠିତ ନିର୍ବାଚନରେ ପରାଜିତ ହୋଇଛନ୍ତି। ହଙ୍ଗେରୀୟ ଭୋଟର ତାଙ୍କ ଏକଚ୍ଛତ୍ରବାଦ ନୀତି…

ଏ ବର୍ଷ କମ୍‌ ବର୍ଷା: ଆଇଏମ୍‌ଡିର ପୂର୍ବାନୁମାନ ପରେ ଚାଷୀଙ୍କ ମୁଣ୍ଡରେ ପଡିଲା ଚଡ଼କ

ନୂଆଦିଲ୍ଲୀ,୧୩ା୪ : ଭାରତରେ ୩ ବର୍ଷ ମଧ୍ୟରେ ପ୍ରଥମ ଥର ପାଇଁ ଚଳିତ ବର୍ଷ ସ୍ବାଭାବିକଠାରୁ କମ୍‌ ବୃଷ୍ଟିପାତ ହୋଇପାରେ ବୋଲି ସୋମବାର ସରକାରଙ୍କ ପକ୍ଷରୁ କୁହାଯାଇଛି।…

ଦାଦନ ଖଟିବାକୁ ଯାଇଥିଲେ, ଫେରିଲା ଯୁବତୀଙ୍କ ମୃତଦେହ

ମୋହନା୧୩।୪(ମନ୍ମଥ ମିଶ୍ର): ଚାନ୍ଦା ଆଦାୟ କରି ମୁମ୍ବାଇରୁ ଆସିଲା ମୃତଦେହ। ଏଭଳି ଏକ ହୃଦୟ ବିଦାରକ ଦୃଶ୍ୟ ଦେଖିବାକୁ ମିଳିଛି ଗଜପତି ଜିଲା ମୋହନା ବ୍ଲକ ଦମାଦୁଆ…

ସାଙ୍ଗମାନଙ୍କ ସହିତ ଯାତ୍ରା ଦେଖି ଯାଇଥିଲେ, ଶବ ହୋଇ ଫେରିଲେ… ପରିବାର ଲୋକେ ଆଣିଲେ ସାଂଘାତିକ ଅଭିଯୋଗ

ଲୋଇସିଂହା,୧୩।୪(ସୁଶାନ୍ତ ବାରିକ): ସାଙ୍ଗମାନଙ୍କ ସହିତ ଯାତ୍ରା ଦେଖିଯିବା ହେଲା କାଳ। ଶୁକ୍ରବାର ରାତିରେ ବଲାଙ୍ଗୀର ଜିଲା ଲୋଇସିଂହା ଥାନା କୁଟେନପାଲି ନିକଟରେ ଏକ ଅଜଣା ଗାଡି ଧକ୍କାରେ…

ଗୋଡ଼ ମଧ୍ୟରେ ଲୁଚାଇ ନେଇଗଲେ ୭ ଲକ୍ଷ ଟଙ୍କାର ଶାଢ଼ି, ସିସିଟିଭିରେ କଏଦ ଲୁଟ୍‌ର କୌଶଳ…

ଅନୁଗୋଳ,୧୩।୪(ଜ୍ୟୋତିରଞ୍ଜନ ସାହୁ): ଅନୁଗୋଳ ସହର ଅମଲାପଡ଼ା ଅଞ୍ଚଳରେ ଥିବା ବୟନିକା ଶୋ’ରୁମ୍‌ରୁ ଏକ ବଡ଼ ଧରଣର ଚୋରି ହୋଇଛି। ଗ୍ରାହକ ବେଶରେ ଆସିଥିବା ୭ ଜଣ ମହିଳା…

ଅଂଶୁଘାତରେ ଚାଲିଗଲା ବ୍ୟକ୍ତିଙ୍କ ଜୀବନ

ଗୁଣୁପୁର, ୧୩।୪(ସଂକେତ ପାତ୍ର): ଖରାଦିନ ଆରମ୍ଭ ସହିତ ଅଂଶୁଘାତ ଜନିତ ପ୍ରଥମ ମୃତ୍ୟୁ ଘଟଣା ସାମ୍ନାକୁ ଆସିଛି। ରାୟଗଡା ଜିଲା ଗୁଣୁପୁର ଥାନା ଅନ୍ତର୍ଗତ ଜଗନ୍ନାଥପୁର ପଞ୍ଚାୟତର…

ଅନୁସୂଚିତ ଜାତି ମୋର୍ଚ୍ଚା ଜିଲା ସଭାପତି ଭାବେ ନିଯୁକ୍ତ ହେଲେ ବିକ୍ରମ ତାଣ୍ଡି, ରାଜ୍ୟ ସଭାପତିଙ୍କୁ ଜଣାଇଲେ କୃତଜ୍ଞତା

ବଲାଙ୍ଗୀର ,୧୩।୪(ସୁନୀଲ କୁମାର ମହାନ୍ତି): ଅନୁସୂଚିତ ଜାତି ମୋର୍ଚ୍ଚା ବଲାଙ୍ଗୀର ଜିଲା ସଭାପତି ଭାବରେ ଦଳର ବରିଷ୍ଠ କାର୍ଯ୍ୟକର୍ତ୍ତା ବିକ୍ରମ ତାଣ୍ଡିଙ୍କୁ ମନୋନୀତ କରାଯାଇଛି। ଏନେଇ ବିକ୍ରମ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri