୯ମାସ ହେବ ଶ୍ରମିକଙ୍କ ଦରମା ବନ୍ଦ: ଆଜିଠାରୁ କାରଖାନା ସମ୍ମୁଖରେ ଶନ୍ତିପୂର୍ଣ୍ଣ ଧାରଣା

କଳିଙ୍ଗନଗର,୧୬ା୧୦(ଡି.ଏନ.ଏ.)- କଳିଙ୍ଗନଗରସ୍ଥିତ ମୈଇଥାନ ମେସ୍‌କୋ କାରଖାନାରେ ଶ୍ରମିକମାନେ ୯ ମାସ ହେବ ଦରମା ପାଇ ନ ଥିବା ଅଭିଯୋଗ ହୋଇଛି। ଏ ସମ୍ପର୍କରେ ଗତ ଅଗଷ୍ଟ ୨୦ ତାରିଖରେ କଳିଙ୍ଗନଗର ମଜଦୁର ୟୁନିୟନ ପକ୍ଷରୁ ଚିଠି (ନଂ. ୫୦/୧୯)ରେ କାରଖାନା କର୍ତ୍ତୃପକ୍ଷଙ୍କୁ ଏକ ଦାବିପତ୍ର ଦେଇଥିଲେ। ଇତି ମଧ୍ୟରେ ଦାବିପତ୍ର ପ୍ରଦାନକୁ ଦେଢମାସ ବିତିଯାଇଥିଲେ ମଧ୍ୟ କାରଖାନା କର୍ତ୍ତୃପକ୍ଷ କୌଣସି ପଦକ୍ଷେପ ଗ୍ରହଣ କରି ନାହାନ୍ତି। ଫଳରେ ୧୩ ଶହରୁ ଊର୍ଦ୍ଧ୍ୱ କର୍ମଚାରୀ ସେମାନଙ୍କ ପ୍ରାପ୍ୟ ପାଇବାରୁ ବଞ୍ଚତ୍ତ ହୋଇଛନ୍ତି। ଅପରପକ୍ଷେ ୨ମାସ ହେବ ବିନା ନୋଟିସରେ କାରଖାନାକୁ ବନ୍ଦ କରାଯାଇଛି। ଏ ନେଇ ମଙ୍ଗଳବାର କାରଖାନା ସମ୍ମୁଖରେ ଶ୍ରମିକମାନେ ଧାରଣ ଦେବାକୁ ପୂର୍ବରୁ ସୂଚନା ଦେଇଥିଲେ। କିନ୍ତୁ କାରଖାନା କର୍ତ୍ତୃପକ୍ଷ ୧୪୪ ଧାରା ଲାଗୁ ପାଇଁ ଜିଲା ପ୍ରଶାସନ ନିକଟରେ ଆବେଦନ କରି ବିଫଳ ହୋଇଥିବା ଜଣାପଡିଛି। ଅପରପଧେ ଆନ୍ଦୋଳନକୁ ପ୍ରତ୍ୟାହାର ନେଇ ଶ୍ରମିକମାନଙ୍କ ଏକ ପ୍ରତିନିଧି ଦଳ ସହ କଳିଙ୍ଗନଗର ଏଡିଏମ୍‌ ସନ୍ତୋଷ କୁମାର ମିଶ୍ର ଏବଂ ଅତିରକ୍ତ ଆରକ୍ଷୀ ଅଧୀକ୍ଷକ ଆଲୋଚନା କରିଥିଲେ। ହେଲେ ଶ୍ରମିକମାନେ ସେମାନଙ୍କ ପ୍ରାପ୍ୟ ପାଇବା ପର୍ଯ୍ୟନ୍ତ ଶାନ୍ତିପୂର୍ଣ୍ଣଭାବେ ଧାରଣା ଦେବା ପାଇଁ ପ୍ରତିଶ୍ରତି ଦେଇଥିବା ଜଣାପଡିଛି । କୁମାର ଦଳେଇ, ପ୍ରହଲ୍ଲାଦ ପାଳ, ପ୍ରମୋଦ ସାହୁ, ଶ୍ରୀକାନ୍ତ ବେହେରା, କିଶୋର ସାମଲ, ଆଶିଷ ଓଝା, ରାଜେଶ ପାଲ, ସୌମ୍ୟରଞ୍ଜନ ନାୟକଙ୍କ ସମେତ ଅନ୍ୟ ଶ୍ରମିକମାନେ ଆଲୋଚନାରେ ଅଂଶ ଗ୍ରହଣ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ସକାଳୁ ସକାଳୁ ଅଘଟଣ: ସ୍ବାଧୀନତା ଦିବସ ପାଳନ କରିବାକୁ ଆସୁଥିବାବେଳେ ଛାତ୍ରୀଛାତ୍ରଙ୍କୁ ପିଟିଲା କାର୍

ବରଗଡ଼,୧୫।୮(ପ୍ରେମାନନ୍ଦ ଖମାରୀ): ବରଗଡ଼-ବରପାଲି ରାସ୍ତାର ସରସରା ନିକଟରେ ଶନିବାର ସକାଳୁ ଏକ ସଡ଼କ ଦୁର୍ଘଟଣା ଘଟିଛି। ବିଦ୍ୟାଳୟକୁ ସ୍ବାଧୀନତା ଦିବସ ପାଳନ ପାଇଁ ସାଇକେଲ ଯୋଗେ ଆସୁଥିବା…

ପାଟଣା ବ୍ଲକ୍‌ସ୍ତରୀୟ ସ୍ୱାଧୀନତା ଦିବସ: ଦେଶ ସେବା ପାଇଁ ଆହ୍ୱାନ ଦେଲେ ବିଧାୟକ

ପାଟଣା, ୧୫/୮ (ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ୍‌ସ୍ତରୀୟ ୮୦ତମ ସ୍ୱାଧୀନତା ଦିବସ ଶନିବାର ପାଟଣା ମୁଖ୍ୟାଳୟ ଷ୍ଟାଡିୟମ୍‌ରେ ହର୍ଷୋଲ୍ଲାସର ସହ ପାଳିତ ହୋଇଯାଇଛି।…

ଦିଗପହଣ୍ଡିରେ ୮୦ ତମ ସ୍ବାଧିନତା ଦିବସ: ଜାଣନ୍ତୁ କିଏ କେଉଁଠି କଲେ ପତାକା ଉତ୍ତୋଳନ

ଦିଗପହଣ୍ଡି,୧୫|୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସହର ସମେତ ଆଖପାଖ ଗ୍ରାମାଞ୍ଚଳ ମାନଙ୍କରେ ଥିବା ସମସ୍ତ ସ୍କୁଲ,କଲେଜ, ସରକାରୀ ଓ ବେସରକାରୀ କାର୍ଯ୍ୟାଳୟ ମାନଙ୍କରେ ଶନିବାର…

ବହୁ ପ୍ରତୀକ୍ଷାର ଅନ୍ତ ଘଟିଲା: ନିଲାମ ହେଲା ପ୍ରସିଦ୍ଧ ଶୁଖୁଆ ହାଟ, ବର୍ଷକୁ ନିଲାମଧାରୀ ଦେବେ ଏତିକି ଟଙ୍କା…

ଗଞ୍ଜାମ,୧୫ା୮(ବିଦ୍ୟାଧର ସାହୁ): ଦୀର୍ଘଦିନର ଦାବି ପରେ ଶେଷରେ ନିଲାମ ହୋଇଛି ଜିଲା ପ୍ରସିଦ୍ଧ ହୁମା ସାପ୍ତାହିକ ଶୁଖୁଆ ହାଟ। ଶୁକ୍ରବାର ପୂର୍ବାହ୍ନରେ ଏହି ନିଲାମ ପ୍ରକ୍ରିୟା ଆରମ୍ଭ…

ଦାରିଙ୍ଗବାଡ଼ି ହେଲିପ୍ୟାଡ୍‌ ପଡ଼ିଆରେ ପତାକା ଉତ୍ତୋଳନକଲେ ବ୍ଲକ୍‌ ଅଧ୍ୟକ୍ଷ: ପ୍ରଥମ ଥର ପାଇଁ…

ଦାରିଙ୍ଗବାଡ଼ି, ୧୫।୮ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ହେଲିପ୍ୟାଡ୍‌ ପଡ଼ିଆରେ ବ୍ଲକ୍‌ସ୍ତରୀୟ ୮୦ତମ ସ୍ୱାଧୀନତା ଦିବସ ମହାଆଡ଼ମ୍ବର ଓ ଉତ୍ସାହର ସହ ପାଳିତ ହୋଇଯାଇଛି। ଜାତୀୟ…

ଖବର ପ୍ରକାଶ ପରେ ମୁଖ୍ୟ ରାସ୍ତାରୁ ହଟିଲା ହମ୍ପ୍‌ସ, ସ୍ବାଗତ କରି ବୁଦ୍ଧିଜୀବୀ କହିଲେ…

ଦିଗପହଣ୍ଡି,୧୫ା୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି- ଚିକିଟି-ନୂଆପଡ଼ା ମୁଖ୍ୟରାସ୍ତା ମେଡିକାଲ ଛକ ସାହାଣୀ ସାହି ନିକଟରେ ଅବୈଜ୍ଞାନିକ ଭାବେ ତିଆରି କରାଯାଇଥିବା ବେଆଇନ ହମ୍ପ୍‌ସରେ ଗତ…

ଛତ୍ରପୁରରେ ଜିଲାସ୍ତରୀୟ ସ୍ୱାଧୀନତା ଦିବସ, ଗଞ୍ଜାମର ଉନ୍ନତି ପାଇଁ ସରକାର ପ୍ରତିବଦ୍ଧ: ଆଇନ ମନ୍ତ୍ରୀ

ଛତ୍ରପୁର, ୧୫`୮ (ଦିଲ୍ଲୀପ ସାମଲ/ଦ୍ୱାରକା ପଟ୍ଟନାୟକ): ଗଞ୍ଜାମ ଜିଲା ସଦର ମହକୁମା ଛତ୍ରପୁରଠାରେ ଜିଲାସ୍ତରୀୟ ୮୦ତମ ସ୍ୱାଧୀନତା ଦିବସ ମହାସମାରୋହ ଆଡ଼ମ୍ବର ଓ ଉତ୍ସାହର ସହ ପାଳିତ…

ବଲାଙ୍ଗୀରରେ ପତାକା ଉତ୍ତୋଳନ କଲେ ଉଚ୍ଚଶିକ୍ଷା ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜ, କହିଲେ ଏ ମାଟିର ବିଶିଷ୍ଟ ସ୍ବାଧୀନତା ସଂଗ୍ରାମୀ…

ବଲାଙ୍ଗୀର,୧୫ା୮(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ମନୋହରପୁର ରିଜର୍ଭ ପୋଲିସ ପଡ଼ିଆରେ ଶନିବାର ୮୦ ତମ ଜିଲା ସ୍ତରୀୟ ସ୍ବାଧୀନତା ଦିବସ ପାଳିତ ହୋଇଯାଇଛି। ଉଚ୍ଚଶିକ୍ଷା, କ୍ରୀଡ଼ା ଓ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri