୯ରୁ ୧୮ ଯାଏଁ ଭୁବନେଶ୍ୱରରୁ ବରଗଡ଼ ରୋଡ୍‌ ମଧ୍ୟରେ ସ୍ବତନ୍ତ୍ର ଟ୍ରେନ୍‌

ଭୁବନେଶ୍ୱର,୨।୧୦(ବ୍ୟୁରୋ): ବଲାଙ୍ଗୀର ଏବଂ ଲୋଇସିଂହା ଷ୍ଟେଶନ ମଧ୍ୟରେ ରେଳପଥ ଦୋହରୀକରଣ କାର୍ଯ୍ୟକ୍ଷମ ସମ୍ବନ୍ଧୀୟ ସୁରକ୍ଷା ଜନିତ ଆଧୁନିକୀକରଣ କାର୍ଯ୍ୟକୁ ଦୃଷ୍ଟିରେ ରଖି ୨୦୨୦ ଅକ୍ଟୋବର ୯ରୁ ୧୮ତାରିଖ ପର୍ଯ୍ୟନ୍ତ ଭୁବନେଶ୍ୱର-ବଲାଙ୍ଗୀର-ଭୁବନେଶ୍ୱର ଇଣ୍ଟରସିଟି ସ୍ବତନ୍ତ୍ର ଟ୍ରେନ୍‌କୁ ଆଂଶିକ ବାତିଲ କରିବାକୁ ନିଷ୍ପତ୍ତି ନିଆଯାଇଛି। ଏହି ପରିପ୍ରେକ୍ଷୀରେ ପୂର୍ବତଟ ରେଳପଥର ସୂଚନା ଅନୁସାରେ ୦୨୮୯୩/୦୨୮୯୪ ଭୁବନେଶ୍ୱର-ବଲାଙ୍ଗୀର-ଭୁବନେଶ୍ୱର ଇଣ୍ଟରସିଟି ସ୍ବତନ୍ତ୍ର ଟ୍ରେନ୍‌ ଅକ୍ଟୋବର ୯ରୁ ୧୮ତାରିଖ ଯାଏଁ ଭୁବନେଶ୍ୱର ଏବଂ ବରଗଡ଼ ରୋଡ ମଧ୍ୟରେ ଚଳାଚଳ କରିବ । ଏହାସହ ବରଗଡ଼ ରୋଡ୍‌ଠାରୁ ବଲାଙ୍ଗୀର ମଧ୍ୟରେ ଉଭୟ ଦିଗରୁ ବାତିଲ ରହିବ। ୦୨୮୬୧ ରାଉରକେଲା-ଭୁବନେଶ୍ୱର-ରାଉରକେଲା ସ୍ବତନ୍ତ୍ର ଟ୍ରେନ ରାଉରକେଲାରୁ ଶନିବାର ଏବଂ ରବିବାର ବ୍ୟତୀତ ପ୍ରତିଦିନ ସକାଳ ୫ଟା ୧୦ରେ ବାହାରି ଦିନ ୧୨ଟା ୩୦ରେ ଭୁବନେଶ୍ୱର ପହଞ୍ଚିବ। ଫେରିବା ମାର୍ଗରେ ଭୁବନେଶ୍ୱର-ରାଉରକେଲା ସ୍ବତନ୍ତ୍ର ଟ୍ରେନ ଭୁବନେଶ୍ୱରରୁ ଅପରାହ୍ନ ୨ଟା ୧୦ରେ ବାହାରି ରାଉରକେଲାରେ ରାତି ୯ଟା ୪୦ରେ ପହଞ୍ଚିବ। ୦୨୮୬୧ ରାଉରକେଲା-ଭୁବନେଶ୍ୱର-ରାଉରକେଲା ସ୍ବତନ୍ତ୍ର ଟ୍ରେନ ଉଭୟ ଦିଗରୁ ରାଉରକେଲା ଏବଂ ଭୁବନେଶ୍ୱର ମଧ୍ୟରେ ରାଜଗଙ୍ଗପୁର, ବାମାରା, ଝାରସୁଗୁଡା, ରେଙ୍ଗାଲୀ, ସମ୍ବଲପୁର ସିଟି, ରେଢ଼ାଖୋଲ, ବଇଣ୍ଡା, ଅନୁଗୋଳ, ତାଳଚେର ରୋଡ୍‌, ଢେଙ୍କାନାଳ ଏବଂ ନରାଜ ମାର୍ଥାପୁରରେ ରହଣି କରିବ ବୋଲି ପୂର୍ବତଟ ରେଳପଥ ପକ୍ଷରୁ ସୂଚନା ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଭୁତପ୍ରେତ ଭୟରେ ମାରୀଗୁଡା ଗ୍ରାମବାସୀ: ରାତିରେ ଶୁଭୁଛି ବିକଟାଳ ଶବ୍ଦ, ଲୋକଙ୍କ ଘରେ ଚୁଲି ଜଳୁନି

ରାୟଗଡା, ୧୮।୨(ଆଶିଷ ରଞ୍ଜନ ପଣ୍ଡା)- ଦକ୍ଷିଣ ଓଡିଶାର ଉପାନ୍ତ ରାୟଗଡା ଜିଲ୍ଲାର ଗ୍ରାମାଞ୍ଚଳରେ ଏବେ ବି ଭରି ରହିଛି ଅନ୍ଧବିଶ୍ବାସ । ଭୂତପ୍ରେତକୁ ନେଇ ଆଜି ମଧ୍ୟ…

ମାର୍ଚ୍ଚ ୧୦ରୁ ମା’ ତାରାତାରିଣୀଙ୍କ ଚୈତ୍ର ପର୍ବ: ପ୍ରାକ୍‌ ପ୍ରସ୍ତୁତିକୁ ତ୍ୱରାନ୍ବିତ କରିବାକୁ…

ଛତ୍ରପୁର, ୧୮ା୨(ଦିଲୀପ ସାମଲ)- ଚଳିତବର୍ଷ ମାର୍ଚ୍ଚ ମାସ ୧୦ ତାରିଖରୁ ଗଞ୍ଜାମର ଅଧିଷ୍ଠାତ୍ରୀ ଦେବୀ ମା’ ତାରାତାରିଣୀଙ୍କ ଚୈତ୍ର ପର୍ବ ଆରମ୍ଭ ହେବ। ଗଞ୍ଜାମ ଜିଲାପାଳ ଭି.କୀର୍ତ୍ତି…

ଗ୍ଲୋକାଲ ବାଇପାସ ନିକଟରେ ଦୁର୍ଘଟଣା, ଘଟଣାସ୍ଥଳରେ ଚାଲିଗଲା ଜଣଙ୍କର ଜୀବନ

ଜୟପୁର,୧୮।୨(ପବନ ପାଣିଗ୍ରାହୀ): ଜୟପୁର ଗ୍ଲୋକାଲ ହସପିଟାଲ ବାଇପାସ ରୋଡ ନିକଟରେ ଏକ ବାଇକ ଧକ୍କାରେ ଘଟଣାସ୍ଥଳରେ ଜଣେ ଯୁବକଙ୍କର ମୃତ୍ୟୁ ହୋଇଛି । ଅନ୍ୟଜଣେ ଗୁରୁତର ଅବସ୍ଥାରେ…

ବଲାଙ୍ଗୀର: ଭଡ଼ା ଘରେ ଚାଲିଥିଲା ସେକ୍ସ ରାକେଟ, ଚଢ଼ାଉ କରି ୨ ଦେହଜୀବିଙ୍କ ସହ ୪ ଗ୍ରାହକଙ୍କୁ…

ବଲାଙ୍ଗୀର,୧୮।୨(ସୁନୀଲ କୁମାର ମହାନ୍ତି)- ବଲାଙ୍ଗୀର ସହର ସୁଦପଡା ଗ୍ୟାସ ଗୋଦାମ ନିକଟ ଏକ ଭଡ଼ା ଘରେ ସେକ୍ସ ରାକେଟ ଠାବ ହୋଇଛି। ବିଶ୍ୱସ୍ତ ସୂତ୍ରରୁ ଖବର ପାଇ…

ଥାଇଲ୍ୟାଣ୍ଡରେ ଫସିଛନ୍ତି ୬ ଓଡ଼ିଆ ଶ୍ରମିକ; ଖାଇବାକୁ ମିଳୁନି…, ଫେରିବା ପାଇଁ ସରକାରଙ୍କୁ ଗୁହାରି

ଭୁବନେଶ୍ୱର,୧୮।୨: ପରିବାର ପ୍ରତିପୋଷଣ ପାଇଁ ସୁଦୂର ଥାଇଲ୍ୟାଣ୍ଡ ଯାଇ ନିର୍ଯାତନାର ଶିକାର ହେଲେ ଓଡ଼ିଆ ଶ୍ରମିକ। କେନ୍ଦ୍ରାପଡ଼ା ଏବଂ ଭଦ୍ରକ ଜିଲାର ୬ ଜଣ ଶ୍ରମିକ ଏବେ…

ଜନସେବା କ୍ଷେତ୍ରରେ କଳାହାଣ୍ଡି ପ୍ରଶାସନର ବଡ଼ ପଦକ୍ଷେପ, ଲୋକାର୍ପିତ ହେଲା ଏଆଇ ଚାଟବଟ୍ ‘ଆମର ସହାୟକ’

ଭବାନୀପାଟଣା,୧୮।୨(ଉତ୍ତମ କୁମାର ଦାଶ): ଡିଜିଟାଲ୍ ଶାସନ ଏବଂ ଜନକୈନ୍ଦ୍ରିକ ପ୍ରଶାସନ ଦିଗରେ ଏକ ବଡ଼ ପଦକ୍ଷେପ ସ୍ୱରୂପ କଳାହାଣ୍ଡି ଜିଲା ପ୍ରଶାସନ ପକ୍ଷରୁ ବୁଧବାର ଅତ୍ୟାଧୁନିକ ଏଆଇ…

ଦୋଷୀ ସାବ୍ୟସ୍ତ ହେଲେ ପାଷ୍ଟିକୁଡ଼ି ପିଇଓ, ୩ ବର୍ଷ କାରାଦଣ୍ଡ ସହ ୫୦ ହଜାର ଜରିମାନା…

କେସିଙ୍ଗା,୧୮।୨(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ପାଷ୍ଟିକୁଡି ଗ୍ରାମ ପଞ୍ଚାୟତରେ  କାର୍ଯ୍ୟରତ  ପିଇଓ କ୍ଷମା ପ୍ରସାଦ ଦୁରିଆଙ୍କୁ  ମଙ୍ଗଳବାର ଭବାନୀପାଟଣା ଭିଜିଲାନ୍ସର ସ୍ବତନ୍ତ୍ର ବିଚାରପତି ୩…

ଅନଲାଇନ୍ ନିରାପତ୍ତା ଓ ସାଇବର ଅପରାଧ ନେଇ ସଚେତନତା   

ଦିଗପହଣ୍ଡି,୧୮।୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ସମ୍ମିଳନୀ କକ୍ଷରେ ବୁଧବାର ସ୍ଥାନୀୟ ସିଡିପିଓ କାର୍ଯ୍ୟାଳୟ ପକ୍ଷରୁ ବେଟି ବଚାଓ ଓ ବେଟି ପଢାଓ କାର୍ଯ୍ୟକ୍ରମ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri