୯୦ ପ୍ରତିଶତ ଛାତ୍ରୀଛାତ୍ରଙ୍କୁ ସ୍କୁଲ ପଢ଼ା ଲାଗୁଛି ଭଲ: ଅନ୍‌ଲାଇନ୍‌ ପାଠପଢ଼ାରେ ପୂରଣ ହେଉନି ଆବଶ୍ୟକତା

ନୂଆଦିଲ୍ଲୀ,୯।୬: ଦେଶରେ କରୋନା ମହାମାରୀ ସଂକ୍ରମଣ ଯୋଗୁ ସମସ୍ତ ସ୍କୁଲ କଲେଜ ବନ୍ଦ ରହିଛି। ଏପରିସ୍ଥଳେ ଛାତ୍ରୀଛାତ୍ରଙ୍କୁ ଅନ୍‌ଲାଇନ୍‌ରେ ପାଠପଢ଼ା ଯାଉଛି। ତେବେ ଏଭଳି ବ୍ୟବସ୍ଥାରେ ପାଠପଢ଼ାର ବହୁ ଆବଶ୍ୟକତା ପୂରଣ ହେଉ ନାହିଁ। ୯୦.୬ ପ୍ରତିଶତ ଛାତ୍ରୀଛାତ୍ରଙ୍କୁ ସ୍କୁଲ ପଢ଼ା ଭଲ ଲାଗୁଥିବା ଏକ ସର୍ଭେ ରିପୋର୍ଟରେ ଉଲ୍ଲେଖ କରାଯାଇଛି। ଛାତ୍ରୀଛାତ୍ରଙ୍କୁ ପାଠପଢ଼ା ସମୟରେ ଚାପମୁକ୍ତ ରଖିବା ପାଇଁ ଜାତୀୟସ୍ତରରେ ବିଶେଷଜ୍ଞଙ୍କ ଦ୍ୱାରା ଏହି ସର୍ଭେ କରାଯାଇଛି। ଏଥିରେ ସିବିଏସିଇର ୬ ହଜାର ଛାତ୍ରୀଛାତ୍ର ଏବଂ ୩୫୦ ଶିକ୍ଷୟିତ୍ରୀ ଶିକ୍ଷକଙ୍କୁ ସାମିଲ କରାଯାଇଥିଲା। ଲକ୍‌ ଡାଉନ୍‌ ଯୋଗୁ ବର୍ତ୍ତମାନ ଦେଶର ୭୮.୩ ପ୍ରତିଶତ ଛାତ୍ରୀଛାତ୍ର ହ୍ବାଟସଆପ୍‌ ଦ୍ୱାରା ଘରେ ରହି ପାଠ ପଢୁଛନ୍ତି। ସେହିପରି ୮.୭ ଗୁଗଲ କ୍ଲାସ୍‌ ରୁମ୍‌ ଏବଂ ଅବଶିଷ୍ଟ ଛାତ୍ରୀଛାତ୍ର ଅନ୍ୟ ଅନ୍‌ଲାଇନ୍‌ ମାଧ୍ୟମର ସାହାରା ନେଉଛନ୍ତି। ସର୍ଭେ ସମୟରେ ୩୭.୫ ପ୍ରତିଶତ ଛାତ୍ରୀଛାତ୍ର ସ୍କୁଲ ପାଠପଢ଼ା ଘରେ ରହି କରିବାକୁ ପସନ୍ଦ କରିଥିବା କହିଛନ୍ତି। ସର୍ଭେ କମିଟି ଅନୁସାରେ ଘରେ ରହି ପାଠପଢ଼ିବା ସାମ୍ପ୍ରତିକ ସ୍ଥିତିରେ ସହଜ। ମାତ୍ର ଏହା ଛାତ୍ରୀଛାତ୍ରଙ୍କ ବହୁ ଆବଶ୍ୟକତା ପୂରଣ କରିବାକୁ ସକ୍ଷମ ନୁହେଁ। କେବଳ ଶିକ୍ଷୟିତ୍ରୀ ଶିକ୍ଷକ ହିଁ ଏହି ଆବଶ୍ୟକତା ପୂରଣ କରିବାକୁ ସମର୍ଥ ହୋଇପାରିବେ। ସ୍କୁଲରେ ମିଳୁଥିବା ନୈତିକ ଶିକ୍ଷା ଏବଂ ଖେଳକୁଦଠାରୁ ଛାତ୍ରୀଛାତ୍ର ଲକ୍‌ ଡାଉନ୍‌ରେ ଦୂରେଇ ରହିଥିବା ରିପୋର୍ଟରେ ପ୍ରକାଶ ପାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଇରାନକୁ ଟ୍ରମ୍ପଙ୍କ ଚରମ ଚେତାବନୀ: ‘ଶାନ୍ତି ଆଲୋଚନା ବିଫଳ ହେଲେ ଆକ୍ରମଣ ପାଇଁ ଆମେରିକା ପ୍ରସ୍ତୁତ’

ୱାଶିଂଟନ,୧୦।୭: ଇରାନ ଏବଂ ଆମେରିକା ମଧ୍ୟରେ ଶାନ୍ତିବାର୍ତ୍ତା ନେଇ ଆଲୋଚନା ହେବାକୁ ଥିବା ବେଳେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏକ ବଡ଼ ଧମକ ଦେଇଛନ୍ତି। ଇସଲାମାବାଦରେ…

ଆମେରିକା-ଇରାନ ଶାନ୍ତି ବାର୍ତ୍ତା ପୂର୍ବରୁ ପାକିସ୍ତାନ ରାଜଧାନୀରେ ହାଇଆଲର୍ଟ: ଗଳିକନ୍ଦିରେ ପୋଲିସ ଛାଉଣି,୧୦ ହଜାର ଯବାନ… 

ଇସଲାମାବାଦ,୧୦।୪: ପାକିସ୍ତାନର ରାଜଧାନୀ ଇସଲାମାବାଦରେ ଆମେରିକା ଏବଂ ଇରାନ ମଧ୍ୟରେ ହେବାକୁ ଥିବା ଗୁରୁତ୍ୱପୂର୍ଣ୍ଣ ଶାନ୍ତି ବାର୍ତ୍ତା ପୂର୍ବରୁ ସୁରକ୍ଷା ବ୍ୟବସ୍ଥାକୁ ବହୁତ କଡ଼ାକଡ଼ି କରାଯାଇଛି। ସହରରେ…

ଲୋକକଳା ପାଇଁ ଦିନଟିଏ

ଖଜୁରିପଡ଼ା,୧୦ା୪ (ବିଦୁର ବେହେରା): ଖଜୁରିପଡ଼ା ବ୍ଲକ୍‌ ପକ୍ଷରୁ ସ୍ଥାନୀୟ ହାଇସ୍କୁଲ ପଡ଼ିଆଠାରେ ଶୁକ୍ରବାର ସାରେ ଲୋକକଳା ପାଇଁ ଦିନଟିଏ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଛି। ଏଥିରେ ବିଡିଓ ଶୁଭ…

ହାତୀ ଆକ୍ରମଣରେ ଜଣେ ଗୁରୁତର

ରୁପ୍ରାରୋଡ୍‌,୧୦ା୪(ସଞ୍ଜୀବ ଦାସ): ହାତୀ ଆକ୍ରମଣରେ କଳାହାଣ୍ଡି ଜିଲା ନର୍ଲା ବ୍ଲକ୍‌ର ଜଣେ ବ୍ୟକ୍ତି ଗୁରୁତର ହୋଇଛନ୍ତି। ସେ ହେଲେ କୁରମେଲ ପଞ୍ଚାୟତ ବୁଦେଲଗୁମା ଗ୍ରାମର ସୀମାଞ୍ଚଳ ନାଏକ…

ମୁଖ୍ୟମନ୍ତ୍ରୀ ବସ୍‌କୁ ଅଟକାଇ କର୍ମଚାରୀଙ୍କୁ ମାଡ଼ ମାରିଲେ ଯୁବକ,ପରେ…

ଆନନ୍ଦପୁର,୧୦।୪(ସୁଶାନ୍ତ କୁମାର ସାହୁ ): କେନ୍ଦୁଝର ଜିଲା ଘସିପୁରା ବ୍ଲକ କେଶଦୁରାପାଳଠାରୁ ଘସିପୁରା ଯାଉଥିବା ମୁଖ୍ୟମନ୍ତ୍ରୀ ବସ୍‌କୁ ଦେଓଗାଁ ଚିକିତ୍ସାଳୟ ସମ୍ମୁଖରେ ଜଣେ ଯୁବକ ଶୁକ୍ରବାର ଅଚାନକ…

୪ଟି ଶ୍ରେଣୀଗୃହରେ ଅଷ୍ଟମ ଶ୍ରେଣୀ ପର୍ଯ୍ୟନ୍ତ ପାଠପଢ଼ା

ଗଞ୍ଜାମ,୧୦ା୪(ବିଦ୍ୟାଧର ସାହୁ): ଗଞ୍ଜାମ ଏନ୍‌ଏସି ଅନ୍ତର୍ଗତ ଦାମୋଦରପୁର ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ପାଠପଢ଼ାରେ ବ୍ୟଘାତ ସୃଷ୍ଟି ହେଉଛି। ୧୯୭୫ ମସିହାରେ ପ୍ରତିଷ୍ଠିତ ଏହି ବିଦ୍ୟାଳୟରେ ଶିଶୁ ବାଟିକା…

ଯମୁନାରେ ବୁଡ଼ିଲା ଡଙ୍ଗା: ୧୦ ଭକ୍ତଙ୍କ ଚାଲିଗଲା ଜୀବନ, ଉଦ୍ଧାର କାର୍ଯ୍ୟ ଜାରି

ଲକ୍ଷ୍ନୌ,୧୦।୪: ମଥୁରା ଜିଲାର ବୃନ୍ଦାବନରେ ଶୁକ୍ରବାର ଏକ ବଡ଼ ଦୁର୍ଘଟଣା ଘଟିଛି। ଶ୍ରୀନଗର ଘାଟ ନିକଟରେ ଏକ ଡଙ୍ଗା ବୁଡ଼ିଯିବା ପରେ ଅନେକ ଭକ୍ତ ନିଖୋଜ ହୋଇଯାଇଛନ୍ତି।…

ଥଲାପତି ବିଜୟଙ୍କୁ ବଡ଼ ଝଟ୍‌କା: ଅନୁରୋଧ କରି କହିଲେ…

ଦକ୍ଷିଣ ଭାରତୀୟ ସୁପରଷ୍ଟାର ଥଲାପତି ବିଜୟଙ୍କ ଫିଲ୍ମ ‘ଜନ ନାୟାଗନ’ ମୁକ୍ତିଲାଭ ଅପେକ୍ଷାରେ ଅଛି। ପ୍ରଥମେ ଜାନୁଆରୀ ୨୦୨୬ରେ ରିଲିଜ ହେବାର ଯୋଜନା ଥିଲା, କିନ୍ତୁ ବିଭିନ୍ନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri