୯୨୨୨ ସ୍ବାସ୍ଥ୍ୟକର୍ମୀ ନେବେ କୋଭିଡ୍‌ ଟିକା

ପୁରୀ ଅଫିସ, ୧୧।୧୨: ରାଜ୍ୟ ସରକାର କରୋନା ସଂକ୍ରମଣ ରୋକିବା ଉପରେ ଯଥେଷ୍ଟ ପ୍ରାଧାନ୍ୟ ଦେଉଛନ୍ତି। ତେଣୁ ପୁରୀ ସମେତ ବିଭିନ୍ନ ଜିଲାରେ ସଂକ୍ରମଣ ହ୍ରାସ ପାଇବାରେ ଲାଗିଛି। ଏହାସତ୍ତ୍ୱେ ଟିକା (ଭାକ୍ସିନ) କେବେ ଆସିବ ତାକୁ ସମସ୍ତେ ଚାହିଁବସିଛନ୍ତି। ଆସନ୍ତା ୨୦୨୧ ଜାନୁୟାରୀ ସୁଦ୍ଧା ଭାରତରେ କୋଭିଡ୍‌ ଟିକା ଉପଲବ୍ଧ ହେବ ବୋଲି ସୂଚନା ମିଳିଲାଣି। ତେଣୁ ରାଜ୍ୟ ସରକାର ଟିକାକରଣକୁ ଗୁରୁତ୍ୱ ଦେଇ ପ୍ରାଥମିକ ପ୍ରସ୍ତୁତି ଆରମ୍ଭ କରିଛନ୍ତି। ଏହି କ୍ରମରେ ପୁରୀ ଜିଲାରେ କୋଭିଡ୍‌ ଟିକାକରଣ ପାଇଁ ସ୍ବାସ୍ଥ୍ୟ ବିଭାଗ ପକ୍ଷରୁ ପ୍ରସ୍ତୁତି ଆରମ୍ଭ ହୋଇଛି। ପ୍ରଥମ ପର୍ଯ୍ୟାୟରେ ପୁରୀ ଜିଲାରେ ମୋଟ ୯୨୨୨ ଜଣ ସ୍ବାସ୍ଥ୍ୟକର୍ମୀଙ୍କୁ ଟିକା ଦିଆଯିବ। ସେମାନଙ୍କ ମଧ୍ୟରେ ୮୯୨୬ ଜଣ ସରକାରୀ ଓ ୨୯୬ ଜଣ ଘରୋଇ ସ୍ବାସ୍ଥ୍ୟକର୍ମୀ ରହିଛନ୍ତି। ଏ ନେଇ ଜିଲାପାଳଙ୍କ ଅଧ୍ୟକ୍ଷତାରେ ବୈଠକ ଅନୁଷ୍ଠିତ ହୋଇସାରିଥିବାବେଳେ ଜିଲା ମୁଖ୍ୟ ଚିକିତ୍ସାଧିକାରୀଙ୍କ ନିର୍ଦ୍ଦେଶ କ୍ରମେ ପ୍ରସ୍ତୁତି ଚାଲିଛି। ଦ୍ୱିତୀୟ ପର୍ଯ୍ୟାୟରେ ପୋଲିସ, ମିଲିଟାରୀ କର୍ମଚାରୀ ଓ ବୟସ୍କ ବ୍ୟକ୍ତିଙ୍କୁ ଟିକା ଦିଆଯିବ ବୋଲି ଜଣାପଡ଼ିଛି।
ଜିଲା ସ୍ବାସ୍ଥ୍ୟ ବିଭାଗର ବରିଷ୍ଠ ଅଧିକାରୀ ଦେବୀ ମହାପାତ୍ରଙ୍କ ସୂଚନା ମୁତାବକ, ଆସନ୍ତା ୨୦ ତାରିଖ ସୁଦ୍ଧା ବିଡିଓମାନଙ୍କ ଅଧ୍ୟକ୍ଷତାରେ ବ୍ଲକସ୍ତରରେ ଟିକାକରଣ ସଂକ୍ରାନ୍ତ ବୈଠକ ହେବ। ବ୍ଲକସ୍ତରୀୟ ରିପୋର୍ଟ ତୁରନ୍ତ ଦାଖଲ ଲାଗି ବିଡିଓମାନଙ୍କୁ କୁହାଯାଇଛି। ଜିଲାରେ ଥିବା ୪୩ଟି ଇଣ୍ଟେନସିଭ ଲିନିୟର ରେଫ୍ରିଜରେଟର (ଆଇଏଲ୍‌ଆର୍‌)ରେ ଟିକା ରଖାଯିବ। ଜିଲାରେ ଯେଉଁ ସୁବିଧା ରହିଛି ସେଥିରେ କେବଳ କୋଭାକ୍ସିନ କିମ୍ବା କୋସିଲ୍‌ଡ ଭାକ୍ସିନ ରହିପାରିବ। ଏହି ଦୁଇ ପ୍ରକାର ଭାକ୍ସିନ +୨ ଡିଗ୍ରୀ ସେଲ୍‌ସିୟସରୁ +୮ ଡିଗ୍ରୀ ସେଲ୍‌ସିୟସ ତାପମାତ୍ରା ଥିବା ରେଫ୍ରିଜରେଟର ଭିତରେ ରହିପାରିବ। ଫାଇଜର ଭାକ୍ସିନ ଲାଗି -୭ ଡିଗ୍ରୀ ସେଲ୍‌ସିୟସ ତାପମାତ୍ରା ବିଶିଷ୍ଟ ରେଫ୍ରିଜରେଟର ରହିଛି। ଏହି ଧରଣର ଆଇଏଲ୍‌ଆର୍‌ ସୁବିଧା ଜିଲାରେ ନ ଥିବା ସ୍ବାସ୍ଥ୍ୟ ବିଭାଗକୁ ଜଣାଇ ଦିଆଯାଇଛି ବୋଲି ମହାପାତ୍ର କହିଛନ୍ତି। ଏଥିସହ ଶୁକ୍ରବାର ସ୍ବାସ୍ଥ୍ୟ ବିଭାଗ ନିର୍ଦ୍ଦେଶକଙ୍କ ଅଧ୍ୟକ୍ଷତାରେ ରାଜ୍ୟସ୍ତରୀୟ ବୈଠକ ବସିବ। ଏଥିରେ ବହୁ ଗୁରୁତ୍ୱପୂର୍ଣ୍ଣ ଆଲୋଚନା ହେବ।
ଅନ୍ୟପକ୍ଷରେ ଦେଶରେ ପ୍ରଥମ ପର୍ଯ୍ୟାୟରେ ୧ କୋଟି ସ୍ବାସ୍ଥ୍ୟକର୍ମୀ ଟିକା ନେବେ। ଏହାପରେ ୨କୋଟି ପୋଲିସ କର୍ମଚାରୀ, ଯବାନ ଓ ବୟସ୍କ ବ୍ୟକ୍ତିଙ୍କୁ ଟିକା ଦିଆଯିବ। ତୃତୀୟ ପର୍ଯ୍ୟାୟରେ ଆଉ ୩୦ କୋଟି ଲୋକଙ୍କୁ ଟିକା ମିଳିିବ। ସେମାନଙ୍କ ମଧ୍ୟରେ ୫୦ବର୍ଷରୁ ଊର୍ଦ୍ଧ୍ୱ ବ୍ୟକ୍ତି ଓ ବିଭିନ୍ନ ରୋଗରେ ଆକ୍ରାନ୍ତ ବ୍ୟକ୍ତି ରହିଥିବା ଜଣାପଡ଼ିଛି।


Enter your email to get our daily news in your inbox.

All Right Reserved By Dharitri.Com

ଇରାନକୁ ଟ୍ରମ୍ପଙ୍କ ଚରମ ଚେତାବନୀ: ‘ଶାନ୍ତି ଆଲୋଚନା ବିଫଳ ହେଲେ ଆକ୍ରମଣ ପାଇଁ ଆମେରିକା ପ୍ରସ୍ତୁତ’

ୱାଶିଂଟନ,୧୦।୭: ଇରାନ ଏବଂ ଆମେରିକା ମଧ୍ୟରେ ଶାନ୍ତିବାର୍ତ୍ତା ନେଇ ଆଲୋଚନା ହେବାକୁ ଥିବା ବେଳେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏକ ବଡ଼ ଧମକ ଦେଇଛନ୍ତି। ଇସଲାମାବାଦରେ…

ଧାରଣାକୁ ମାସେ ବିତିଲା: ଡାଲି, ଚାଉଳ ମାଗି ଚୁଲି ଜାଳୁଛନ୍ତି ଚାଷୀ; ତଥାପି ସରକାରୀ କଳ…

ବରଗଡ଼, ୧୦।୪(ପ୍ରେମାନନ୍ଦ ଖମାରୀ) – ବରଗଡ଼ ଜିଲାରେ ଗତ ୭ତାରିଖରୁ ଖରିଫ୍ ଧାନ ସଂଗ୍ରହ ପ୍ରକ୍ରିୟାକୁ ସରିଯାଇଛି। ଅନ୍ୟ ପକ୍ଷରେ ଆଉ ପ୍ରାୟ ମାସକ ପରେ ଜିଲାରେ…

ଭାଜପା ରାଜ୍ୟ କାର୍ଯ୍ୟକାରିଣୀ କମିଟି ସଦସ୍ୟ ଭାବେ ମନୋନୀତ ହେଲେ ବିପିନ,ସମର୍ଥକଙ୍କ ମଧ୍ୟରେ…

ଦିଗପହଣ୍ଡି,୧୦|୪(ଅଶେଷ ନାଥ ମିଶ୍ର): ଭାରତୀୟ ଜନତା ପାର୍ଟିର ରାଜ୍ୟ ସଭାପତି ମନମୋହନ ସାମଲଙ୍କ ଅନୁମୋଦନ କ୍ରମେ ଶୁକ୍ରବାର  ଦିଗପହଣ୍ଡି ବ୍ଳକର ପୂର୍ବତନ ଅଧ୍ୟକ୍ଷ ତଥା  ୨୬ ନଂ…

ଥୁଆମୂଳ ରାମପୁର ବ୍ଲକରେ ବିକାଶ କାର୍ଯ୍ୟର ସମୀକ୍ଷା; ମୁଖ୍ୟମନ୍ତ୍ରୀଙ୍କୁ ଅବଗତ କରିବାକୁ ଚେତାବନୀ ଦେଲେ ପ୍ରଦୀପ ଦିଶାରୀ

ଥୁଆମୂଳ ରାମପୁର, ୧୦/୦୪ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ସଭାଗୃହରେ ଶୁକ୍ରବାର ଅନୁଷ୍ଠିତ ଗୁରୁତ୍ୱପୂର୍ଣ୍ଣ ସମୀକ୍ଷା ବୈଠକରେ ପ୍ରଶାସନିକ ଅବହେଳାର ଏକ ନଗ୍ନ…

ଏଲ୍‌ପିଜି ସଙ୍କଟ ଯୋଗୁ ରୋଜଗାର ହରାଇଛନ୍ତି କ୍ଷୁଦ୍ର ବ୍ୟବସାୟୀ, ପରିବାର ଚଳାଇବା କଷ୍ଟସାଧ୍ୟ, ଯୋଗାଣ ଦାବିରେ…

କୋରାପୁଟ, ୧୦।୪ (ଅମିତାଭ ବେହେରା): ମଧ୍ୟପ୍ରାଚ୍ୟରେ ଲାଗିରହିଥିବା ଯୁଦ୍ଧ ପରିସ୍ଥିତି ଏବେ ସ୍ଥାନୀୟ ରନ୍ଧନ ଗ୍ୟାସ (LPG) ବଜାର ଉପରେ ଶକ୍ତ ଆଘାତ ଦେଇଛି। ଏହି ଗ୍ୟାସ…

ପୁରୀ ରଥଯାତ୍ରା: ଘୋଗଡରୁ ଟ୍ରକ ଯୋଗେ ପୁରୀ ଗଲା ରଥକାଠ

ଭଞ୍ଜନଗର,୧୦।୪(ବାବୁଲା ପ୍ରଧାନ)-ପୁରୀ ରଥଯାତ୍ରାରେ ରଥ ନିର୍ମାଣ ପାଇଁ ଆବଶ୍ୟକ ହେଉଥିବା ରଥ କାଠ ରାଜ୍ୟର ବିଭିନ୍ନ ଜଙ୍ଗଲରୁ ଯାଉଛି। ବିଗତ କିଛି ବର୍ଷ ହେବ ଗଞ୍ଜାମ ଜିଲା…

ଆମେରିକା-ଇରାନ ଶାନ୍ତି ବାର୍ତ୍ତା ପୂର୍ବରୁ ପାକିସ୍ତାନ ରାଜଧାନୀରେ ହାଇଆଲର୍ଟ: ଗଳିକନ୍ଦିରେ ପୋଲିସ ଛାଉଣି,୧୦ ହଜାର ଯବାନ… 

ଇସଲାମାବାଦ,୧୦।୪: ପାକିସ୍ତାନର ରାଜଧାନୀ ଇସଲାମାବାଦରେ ଆମେରିକା ଏବଂ ଇରାନ ମଧ୍ୟରେ ହେବାକୁ ଥିବା ଗୁରୁତ୍ୱପୂର୍ଣ୍ଣ ଶାନ୍ତି ବାର୍ତ୍ତା ପୂର୍ବରୁ ସୁରକ୍ଷା ବ୍ୟବସ୍ଥାକୁ ବହୁତ କଡ଼ାକଡ଼ି କରାଯାଇଛି। ସହରରେ…

ଲୋକକଳା ପାଇଁ ଦିନଟିଏ

ଖଜୁରିପଡ଼ା,୧୦ା୪ (ବିଦୁର ବେହେରା): ଖଜୁରିପଡ଼ା ବ୍ଲକ୍‌ ପକ୍ଷରୁ ସ୍ଥାନୀୟ ହାଇସ୍କୁଲ ପଡ଼ିଆଠାରେ ଶୁକ୍ରବାର ସାରେ ଲୋକକଳା ପାଇଁ ଦିନଟିଏ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଛି। ଏଥିରେ ବିଡିଓ ଶୁଭ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri