୯ ଜିଲାକୁ ବ୍ୟାପିଛି କରୋନା

ଭୁବନେଶ୍ୱର,୧୩ା୪(ବ୍ୟୁରୋ): ରାଜ୍ୟରେ ଏବେ ୯ ଜିଲାକୁ କରୋନା ଭୂତାଣୁ ‘କୋଭିଡ୍‌-୧୯’ ଡେଇଁଲାଣି। ରବିବାର ସନ୍ଧ୍ୟାସୁଦ୍ଧା ମୋଟ ଆକ୍ରାନ୍ତଙ୍କ ସଂଖା ୫୪ଜଣ ରହିଥିବାବେଳେ ଏମାନଙ୍କ ଘର ଖୋର୍ଦ୍ଧା, ପୁରୀ, କଟକ, ଯାଜପୁର, କେନ୍ଦ୍ରାପଡ଼ା, କଳାହାଣ୍ଡି, ଭଦ୍ରକ, ଢେଙ୍କାନାଳ ଓ ସୁନ୍ଦରଗଡ଼ରେ। ତେବେ ର୍ଖୋଦ୍ଧା ଜିଲାରେ ସର୍ବାଧିକ ୪୧ଜଣ ଆକ୍ରାନ୍ତ ରହିଛନ୍ତି। ଏମାନଙ୍କ ମଧ୍ୟରୁ ୭ଜଣ ସୁସ୍ଥ ହୋଇଥିବାବେଳେ ୩୪ଜଣ ଚିକିତ୍ସିତ ହେଉଛନ୍ତି। ସେହିପରି ଭଦ୍ରକରେ ୩ଜଣ ଆକ୍ରାନ୍ତ ରହିଥିବାବେଳେ ୨ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। କଟକ, ପୁରୀ ଓ ଯାଜପୁରରେ ଜଣେ ଲେଖାଏ ଆକ୍ରାନ୍ତ ଥିଲେ। ସେମାନେ ସମସ୍ତେ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ସୁନ୍ଦରଗଡ଼ରେ ୨, କଳାହାଣ୍ଡିରେ ୨, କେନ୍ଦ୍ରାପଡ଼ାରେ ୨ ଓ ଢେଙ୍କାନାଳରେ ଜଣେ ଆକ୍ରାନ୍ତ ରହିଛନ୍ତି। ସେମାନଙ୍କ ମଧ୍ୟରେ କଟକ ଅଶ୍ୱିନୀ କୋଭିଡ୍‌ ହସ୍ପିଟାଲରେ ଚିକିତ୍ସିତ ହେଉଥିବା କଳାହାଣ୍ଡି ଜିଲାର ପ୍ରଥମ ଆକ୍ରାନ୍ତଙ୍କ ନମୁନା ନେଗେଟିଭ୍‌ ବାହାରିଥିବା ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ରବିବାର ରାତିରେ ଟୁଇଟ୍‌ ଜରିଆରେ ସୂଚନା ଦିଆଯାଇଛି। ଅନ୍ୟପକ୍ଷରେ ରାଜ୍ୟର ମୋଟ ଆକ୍ରାନ୍ତଙ୍କ ମଧ୍ୟରୁ ୩୫ପ୍ରତିଶତ ମହିଳା ରହିଥିବାବେଳେ ୬୫ପ୍ରତିଶତ ପୁରୁଷ ଅଛନ୍ତି। ଅର୍ଥାତ୍‌ ମହିଳା ୧୯ଜଣ ଓ ୩୫ଜଣ ପୁରୁଷ ଆକ୍ରାନ୍ତ ହୋଇଥିବା ସ୍ବାସ୍ଥ୍ୟ ବିଭାଗ ପକ୍ଷରୁ କୁହାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଇରାନକୁ ଟ୍ରମ୍ପଙ୍କ ଚରମ ଚେତାବନୀ: ‘ଶାନ୍ତି ଆଲୋଚନା ବିଫଳ ହେଲେ ଆକ୍ରମଣ ପାଇଁ ଆମେରିକା ପ୍ରସ୍ତୁତ’

ୱାଶିଂଟନ,୧୦।୭: ଇରାନ ଏବଂ ଆମେରିକା ମଧ୍ୟରେ ଶାନ୍ତିବାର୍ତ୍ତା ନେଇ ଆଲୋଚନା ହେବାକୁ ଥିବା ବେଳେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏକ ବଡ଼ ଧମକ ଦେଇଛନ୍ତି। ଇସଲାମାବାଦରେ…

ଧାରଣାକୁ ମାସେ ବିତିଲା: ଡାଲି, ଚାଉଳ ମାଗି ଚୁଲି ଜାଳୁଛନ୍ତି ଚାଷୀ; ତଥାପି ସରକାରୀ କଳ…

ବରଗଡ଼, ୧୦।୪(ପ୍ରେମାନନ୍ଦ ଖମାରୀ) – ବରଗଡ଼ ଜିଲାରେ ଗତ ୭ତାରିଖରୁ ଖରିଫ୍ ଧାନ ସଂଗ୍ରହ ପ୍ରକ୍ରିୟାକୁ ସରିଯାଇଛି। ଅନ୍ୟ ପକ୍ଷରେ ଆଉ ପ୍ରାୟ ମାସକ ପରେ ଜିଲାରେ…

ଏଲ୍‌ପିଜି ସଙ୍କଟ ଯୋଗୁ ରୋଜଗାର ହରାଇଛନ୍ତି କ୍ଷୁଦ୍ର ବ୍ୟବସାୟୀ, ପରିବାର ଚଳାଇବା କଷ୍ଟସାଧ୍ୟ, ଯୋଗାଣ ଦାବିରେ…

କୋରାପୁଟ, ୧୦।୪ (ଅମିତାଭ ବେହେରା): ମଧ୍ୟପ୍ରାଚ୍ୟରେ ଲାଗିରହିଥିବା ଯୁଦ୍ଧ ପରିସ୍ଥିତି ଏବେ ସ୍ଥାନୀୟ ରନ୍ଧନ ଗ୍ୟାସ (LPG) ବଜାର ଉପରେ ଶକ୍ତ ଆଘାତ ଦେଇଛି। ଏହି ଗ୍ୟାସ…

ଆମେରିକା-ଇରାନ ଶାନ୍ତି ବାର୍ତ୍ତା ପୂର୍ବରୁ ପାକିସ୍ତାନ ରାଜଧାନୀରେ ହାଇଆଲର୍ଟ: ଗଳିକନ୍ଦିରେ ପୋଲିସ ଛାଉଣି,୧୦ ହଜାର ଯବାନ… 

ଇସଲାମାବାଦ,୧୦।୪: ପାକିସ୍ତାନର ରାଜଧାନୀ ଇସଲାମାବାଦରେ ଆମେରିକା ଏବଂ ଇରାନ ମଧ୍ୟରେ ହେବାକୁ ଥିବା ଗୁରୁତ୍ୱପୂର୍ଣ୍ଣ ଶାନ୍ତି ବାର୍ତ୍ତା ପୂର୍ବରୁ ସୁରକ୍ଷା ବ୍ୟବସ୍ଥାକୁ ବହୁତ କଡ଼ାକଡ଼ି କରାଯାଇଛି। ସହରରେ…

ଲୋକକଳା ପାଇଁ ଦିନଟିଏ

ଖଜୁରିପଡ଼ା,୧୦ା୪ (ବିଦୁର ବେହେରା): ଖଜୁରିପଡ଼ା ବ୍ଲକ୍‌ ପକ୍ଷରୁ ସ୍ଥାନୀୟ ହାଇସ୍କୁଲ ପଡ଼ିଆଠାରେ ଶୁକ୍ରବାର ସାରେ ଲୋକକଳା ପାଇଁ ଦିନଟିଏ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଛି। ଏଥିରେ ବିଡିଓ ଶୁଭ…

ହାତୀ ଆକ୍ରମଣରେ ଜଣେ ଗୁରୁତର

ରୁପ୍ରାରୋଡ୍‌,୧୦ା୪(ସଞ୍ଜୀବ ଦାସ): ହାତୀ ଆକ୍ରମଣରେ କଳାହାଣ୍ଡି ଜିଲା ନର୍ଲା ବ୍ଲକ୍‌ର ଜଣେ ବ୍ୟକ୍ତି ଗୁରୁତର ହୋଇଛନ୍ତି। ସେ ହେଲେ କୁରମେଲ ପଞ୍ଚାୟତ ବୁଦେଲଗୁମା ଗ୍ରାମର ସୀମାଞ୍ଚଳ ନାଏକ…

ମୁଖ୍ୟମନ୍ତ୍ରୀ ବସ୍‌କୁ ଅଟକାଇ କର୍ମଚାରୀଙ୍କୁ ମାଡ଼ ମାରିଲେ ଯୁବକ,ପରେ…

ଆନନ୍ଦପୁର,୧୦।୪(ସୁଶାନ୍ତ କୁମାର ସାହୁ ): କେନ୍ଦୁଝର ଜିଲା ଘସିପୁରା ବ୍ଲକ କେଶଦୁରାପାଳଠାରୁ ଘସିପୁରା ଯାଉଥିବା ମୁଖ୍ୟମନ୍ତ୍ରୀ ବସ୍‌କୁ ଦେଓଗାଁ ଚିକିତ୍ସାଳୟ ସମ୍ମୁଖରେ ଜଣେ ଯୁବକ ଶୁକ୍ରବାର ଅଚାନକ…

୪ଟି ଶ୍ରେଣୀଗୃହରେ ଅଷ୍ଟମ ଶ୍ରେଣୀ ପର୍ଯ୍ୟନ୍ତ ପାଠପଢ଼ା

ଗଞ୍ଜାମ,୧୦ା୪(ବିଦ୍ୟାଧର ସାହୁ): ଗଞ୍ଜାମ ଏନ୍‌ଏସି ଅନ୍ତର୍ଗତ ଦାମୋଦରପୁର ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ପାଠପଢ଼ାରେ ବ୍ୟଘାତ ସୃଷ୍ଟି ହେଉଛି। ୧୯୭୫ ମସିହାରେ ପ୍ରତିଷ୍ଠିତ ଏହି ବିଦ୍ୟାଳୟରେ ଶିଶୁ ବାଟିକା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri