୯ ଦିନରେ ଏନ୍‌ବିଡବ୍ଲ୍ୟୁରେ ବନ୍ଧାହେଲେ ୫୧୨୧

କଟକ ଅଫିସ, ୬ା୨: ପୋଲିସ ଡିଜି ଅଭୟଙ୍କ ନିର୍ଦ୍ଦେଶକ୍ରମେ ରାଜ୍ୟ କ୍ରାଇମବ୍ରାଞ୍ଚ ପକ୍ଷରୁ ଜାମିନବିହୀନ ଗିରଫ ପରଓ୍ବାନା(ଏନ୍‌ବିଡବ୍ଲ୍ୟୁ)ଗୁଡିକୁ କାର୍ଯ୍ୟକାରୀ କରିବା ପାଇଁ ଗତ ୨୭ ତାରିଖରୁ ଚଳିତ ମାସ ୪ ତାରିଖ ପର୍ଯ୍ୟନ୍ତ ସ୍ବତନ୍ତ୍ର ଅଭିଯାନ ଆରମ୍ଭ ହୋଇଥିଲା। ଏଥିରେ ମୋଟ ୫୧୨୧ ଏନ୍‌ବିଡବ୍ଲ୍ୟୁକୁ ସଫଳତାର ସହ କାର୍ଯ୍ୟକାରୀ କରାଯାଇ ଅଭିଯୁକ୍ତଙ୍କୁ ଗିରଫ କରାଯାଇଛି। ସେହିଭଳି ନ୍ୟାୟିକ ଉପାୟରେ ୪୩୩୩ ଏନ୍‌ବିଡବ୍ଲ୍ୟୁର ସମାଧାନ ହୋଇଛି ବୋଲି କ୍ରାଇମବ୍ରାଞ୍ଚର ଅତିରିକ୍ତ ଡିଜି ସୌମେନ୍ଦ୍ର ପ୍ରିୟଦର୍ଶୀ କହିଛନ୍ତି।
ବୁଧବାର ଅପରାହ୍ନରେ ପୋଲିସ ମୁଖ୍ୟାଳୟଠାରେ ଅନୁଷ୍ଠିତ ଖବରଦାତା ସମ୍ମିଳନୀରେ ଏସମ୍ପର୍କରେ ସୂଚନା ଦେଇ ପ୍ରିୟଦର୍ଶୀ କହିଛନ୍ତି, ରାଜ୍ୟରେ ମୋଟ ଏନ୍‌ବିଡବ୍ଲ୍ୟୁ ସଂଖ୍ୟା ଥିଲା ୩୯,୨୫୪। ଅଭିଯାନ ସମୟରେ ୧୬୮୫ ନୂଆ ପରଓ୍ବାନା ଗ୍ରହଣ କରାଯାଇଥିଲା। ତେବେ ସ୍ବତନ୍ତ୍ର ଅଭିଯାନ ଫଳରେ କାର୍ଯ୍ୟକାରିତା ଓ ସମାଧାନ ପରେ ଏବେ ଏନ୍‌ବିଡବ୍ଲ୍ୟୁ ସଂଖ୍ୟା ୩୧,୪୮୫କୁ ଖସି ଆସିଛି। କୋର୍ଟରେ ମାମଲାଗୁଡ଼ିକର ବିଚାର ସମୟରେ ପରଓ୍ବାନାର କାର୍ଯ୍ୟକାରିତା ଖୁବ୍‌ ସହାୟକ ହୋଇଥାଏ ବୋଲି ସେ କହିଛନ୍ତି।
ତାଙ୍କ ସୂଚନାନୁସାରେ, ୨୦୧୯ରେ ସମୁଦାୟ ୧୬,୪୯୯ଟି ଏନ୍‌ବିଡବ୍ଲ୍ୟୁ କାର୍ଯ୍ୟକାରୀ କରାଯାଇଥିବାବେଳେ ୯ ଦିନିଆ ସ୍ବତନ୍ତ୍ର ଅଭିଯାନରେ ୫୧୨୧ ପରଓ୍ବାନା କାର୍ଯ୍ୟକାରୀ କରାଯାଇଛି। ଏତେ ସ୍ବଳ୍ପ ସମୟ ଭିତରେ ଭଲ ପ୍ରଦର୍ଶନ କରିଥିବା ଗଞ୍ଜାମ, କୋରାପୁଟ, ଖୋର୍ଦ୍ଧା ଜିଲାର ଏସ୍‌ପି ଓ କେନ୍ଦ୍ରାଞ୍ଚଳ ଡିଆଇଜିଙ୍କୁ ଡିଜିପି ପ୍ରଶଂସା କରିଛନ୍ତି। ଗଞ୍ଜାମ ଜିଲା ପୋଲିସ ସବୁଠୁ ଅଧିକ ୭୩୩ ଏନ୍‌ବିଡବ୍ଲ୍ୟୁ କାର୍ଯ୍ୟକରୀ କରିଥିବାବେଳେ କୋରାପୁଟ ପୋଲିସ ଜିଲା ୪୧୭ ଓ ଖୋର୍ଦ୍ଧା ୩୫୫ ଏବଂ କେନ୍ଦ୍ରାପଡ଼ା, କଟକ, କେନ୍ଦୁଝର, ଯାଜପୁର ଓ ମୟୂରଭଞ୍ଜ ଜିଲା ୨୦୦ରୁ ଅଧିକ ଏନ୍‌ବିଡବ୍ଲ୍ୟୁ କାର୍ଯ୍ୟକାରୀ କରିଥିବା ସୂଚନା ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

୩୦୦ ଲୋକଙ୍କ ମୃତ୍ୟୁ ପରେ ଏବେ ହେବ ଆଲୋଚନା! ଲେବାନନ ଉପରେ ଆକ୍ରମଣ ମଧ୍ୟରେ ଇସ୍ରାଏଲର ୟୁ-ଟର୍ଣ୍ଣ

ଲେବାନନ୍ ଉପରେ ଇସ୍ରାଏଲର ଆକ୍ରମଣର କିଛି ଦିନ ପରେ, ଦୁଇ ଦେଶ ମଧ୍ୟରେ ଆଲୋଚନା ପାଇଁ ପ୍ରସ୍ତୁତି ଚାଲିଛି। ଏହା ଉଲ୍ଲେଖନୀୟ ଯେ ଯୁଦ୍ଧବିରତି ଘୋଷଣା ପରଠାରୁ,…

ଚାଲାଣ ପାଇଁ ୧୭ଟି ବସ୍ତାରେ ଲୁଚାଇ ରଖିଥିଲେ ଗଞ୍ଜେଇ, ମାଡିବସିଲା ପୋଲିସ

ମୋହନା,୧୦।୪( ମନ୍ମଥ ମିଶ୍ର ): କିଛିଦିନ ହେବ ଗଜପତି ଜିଲାର ଆର ଉଦୟଗିରି ଓ ଅଡବା ଥାନା ଅଞ୍ଚଳରେ ଗଞ୍ଜେଇ ମୂଳପୂଛ କରିବା ପାଇଁ ଘନଘନ ଚଢ଼ାଉ…

ନିଜର ଚମତ୍କାରୀ ବ୍ୟାଟ୍‌କୁ ଉପହାରରେ ଦେବେ ବୈଭବ, ଜାଣନ୍ତୁ କାହାକୁ ମିଳିବ ଏହି ଖାସ୍‌…

ନୂଆଦିଲ୍ଲୀ,୯।୪:  ଆଇପିଏଲ୍ ୨୦୨୬ର ସବୁଠାରୁ କନିଷ୍ଠ ଖେଳାଳି ବୈଭବ ସୂର୍ଯ୍ୟବଂଶୀ ଏବେ କ୍ରିକେଟ ଦୁନିଆରେ ନିଜର ସ୍ୱତନ୍ତ୍ର ପରିଚୟ ସୃଷ୍ଟି କରିଛନ୍ତି। ନିକଟରେ ରାଜସ୍ଥାନ ରୟାଲ୍ସ ଦ୍ୱାରା…

୩ ମାସ ତଳେ ଚୋରି ହୋଇଥିଲା ସ୍କୁଟି, ଗୋଟିଏ ଟ୍ରାଫିକ ଚାଲାଣ ଯୋଗୁ ଫସିଗଲା ଚୋର, ମାଲିକ…

ହାଇଦ୍ରାବାଦ: ଏଠାରୁ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି, ଯାହା ଏବେ ସୋସିଆଲ ମିଡିଆରେ ବେଶ ଭାଇରାଲ ହେବାରେ ଲାଗିଛି। ଜଣେ ବ୍ୟକ୍ତିଙ୍କର ଚୋରି ହୋଇଥିବା ସ୍କୁଟିର…

ପ୍ରଶାସନିକ ଅଣଦେଖା ପ୍ରତିବାଦରେ ଜିଲାପାଳଙ୍କ ଦ୍ୱାରସ୍ଥ ହେଲେ ଚିକିଟିର ଜନପ୍ରତିନିଧି, ୨ ବର୍ଷ ହେଲା ଉଦ୍ଦେଶ୍ୟମୂଳକ ଭାବେ…

ଛତ୍ରପୁର,୯।୪ (ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲା ଚିକିଟି ବ୍ଲକ ଏବଂ ଏନ୍‌ଏସି (NAC) ପ୍ରଶାସନ ପକ୍ଷରୁ ନିର୍ବାଚିତ ଜନପ୍ରତିନିଧିମାନଙ୍କୁ କ୍ରମାଗତ ଭାବେ ଅଣଦେଖା କରାଯାଉଥିବା ନେଇ ସ୍ୱର…

ବନ୍ଦ ହେଲା ଆଉ ଏକ ଯୁଦ୍ଧ? ଲେବାନନ ସହିତ ସିଧାସଳଖ ଆଲୋଚନା ପାଇଁ ଇସ୍ରାଏଲ ପ୍ରସ୍ତୁତ

ଜେରୁଜେଲମ,୯।୪: ଇରାନ ଏବଂ ଇସ୍ରାଏଲ ମଧ୍ୟରେ ଉତ୍ତେଜନା ମଧ୍ୟରେ, ଲେବାନନ ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ କୂଟନୈତିକ ପଦକ୍ଷେପ ଉଭା ହୋଇଛି। ଇସ୍ରାଏଲ ପ୍ରଧାନମନ୍ତ୍ରୀ ବେଞ୍ଜାମିନ ନେତାନ୍ୟାହୁ ଯଥାଶୀଘ୍ର…

ଅପେକ୍ଷାର ଅନ୍ତ! ରୟାଲ ଏନ୍‌ଫିଲ୍ଡ ଲଞ୍ଚ କଲା ପ୍ରଥମ ଇଲେକ୍ଟ୍ରିକ୍‌ ବାଇକ୍‌, ଜବରଦସ୍ତ ଫିଚର ସହ ମୂଲ୍ୟ…

ନୂଆଦିଲ୍ଲୀ,୯।୪: ଅପେକ୍ଷାର ଅନ୍ତ ଘଟିଛି। ଭାରତୀୟ ବଜାରରେ ରୟାଲ ଏନଫିଲ୍ଡ (Royal Enfield) ନିଜର ପ୍ରଥମ ଇଲେକ୍ଟ୍ରିକ ମୋଟରସାଇକେଲ ’ଫ୍ଲାଇଙ୍ଗ ଫ୍ଲି ସି୬’ (Flying Flea C୬)କୁ…

ପାଟିତୁଣ୍ଡ ଭିତରେ ପଶି କରିଥିଲେ ହତ୍ୟା: ଅଭିଯୁକ୍ତ ଉପେନ୍ଦ୍ରଙ୍କୁ ଆଜୀବନ ଜେଲ୍

ଛତ୍ରପୁର,୯।୪(ଦିଲ୍ଲୀପ ସାମଲ) : ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଥାନା ବାଳକୃଷ୍ଣପୁର ଗ୍ରାମର ୨୦୧୩ ମସିହାର ଏକ ହତ୍ୟା ମାମଲାର ଚୂଡାନ୍ତ ରାୟ ଆଜି ପ୍ରକାଶ ପାଇଛି ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri