୯ ମିନିଟ୍‌ର ଲାଇଟ୍ ଅଫ୍‌: ପାୱାର ଗ୍ରୀଡ୍ ବ୍ଲାକ୍‌ଆଉଟ୍ ହେବା ଆଶଙ୍କା !

ନୂଆଦିଲ୍ଲୀ, ୪ ।୪: କରୋନା ସଂକ୍ରମଣ ବିରୋଧରେ ଏକଜୁଟ ହେବା ପାଇଁ ରବିବାର ରାତ୍ର ୯ଟାଠାରୁ ୯ ମିନିଟ୍ ପାଇଁ ଲାଇଟ୍ ଅଫ୍ କରି ଦୀପ, ମହମବତୀ ଅବା ଟର୍ଚ୍ଚ ଲାଇଟ୍ ଜଳାଇବା ପାଇଁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଦେଶବାସୀଙ୍କୁ ଅନୁରୋଧ କରିଛନ୍ତି । ତେବେ ଏହାଦ୍ୱାରା ପାୱାର ଗ୍ରୀଡ୍ ଉପରେ ଖରାପ ପ୍ରଭାବ ପଡ଼ିବାର ଆଶଙ୍କା ଦେଖାଦେଇଛି । ଏପରି କରିବା ଦ୍ୱାରା ଗ୍ରୀଡ୍ ଉପରେ ଅଚାନକ ଲୋଡ୍ କମ୍ ହେବ । ଫଳରେ ଗ୍ରୀଡ୍‌ରେ ସନ୍ତୁଳନ ରହିବ ନାହିଁ ଏବଂ ଏହା କାମ କରିବା ବନ୍ଦ କରିଦେବ । ଏହାଯୋଗୁ ବ୍ଲାକ୍‌ଆଉଟ୍ ହେବାର ଆଶଙ୍କା ରହିଛି । ଅର୍ଥାତ୍ ବିଦ୍ୟୁତ୍ ଯୋଗାଣ ବ୍ୟବସ୍ଥା ବନ୍ଦ ହୋଇଯିବ ବୋଲି ଶକ୍ତି ମନ୍ତ୍ରୀ ଆର୍‌.କେ. ସିଂ କହିଛନ୍ତି । ଏହି ସମୟରେ ଦେଶର ପିକ୍ ଲୋଡ୍ ୧୨୦ ଗିଗାୱାଟ୍ ଥିବାବେଳେ ଘରୋଇ ଲୋଡ୍ ୧୨-୧୫ ଗିଗାୱାଟ୍ ମଧ୍ୟରେ ରହିଥିବ । ଘରୋଇ ଲୋଡ୍‌କୁ ନିୟନ୍ତ୍ରଣ କରାଗଲେ ବିଦ୍ୟୁତ୍ ଯୋଗାଣ ଉପରେ କୌଣସି ପ୍ରଭାବ ପଡ଼ିବ ନାହିଁ । ତେଣୁ ଏହାକୁ ନିୟନ୍ତ୍ରଣ କରିବା ପାଇଁ ଉଦ୍ୟମ ଜାରି ରହିଥିବା କୁହାଯାଉଛି ।


Enter your email to get our daily news in your inbox.

All Right Reserved By Dharitri.Com

ଉନ୍ନତ ଡାଇଗ୍ନୋଷ୍ଟିକ୍‌ ସେବା ଯୋଗାଇବେ ନ୍ୟୁବର୍ଗ-ପ୍ରୋଲାଇଫ୍‌

ଭୁବନେଶ୍ୱର, ୨୪ା୯(ସନ୍ତୋଷ କୁମାର ବେହେରା): ଦେଶର ଅଗ୍ରଣୀ ନ୍ୟୁବର୍ଗ ଡାଇଗ୍ନୋଷ୍ଟିକ୍ସ ସମଗ୍ର ଓଡ଼ିଶାରେ ଉଚ୍ଚମାନର ସୁଲଭ ତଥା ଉନ୍ନତମାନର ଡାଇଗ୍ନୋଷ୍ଟିକ ସେବା ଉପଲବ୍ଧ କରାଇବା ପାଇଁ ଭୁବନେଶ୍ୱରସ୍ଥିତ…

୮ମ ବେତନ କମିଶନକୁ ନେଇ ଆସିଲା ବଡ଼ ଖବର: ଏମାନଙ୍କୁ ମିଳିବ ୧.୫୨ ଲକ୍ଷ ଟଙ୍କା…

ନୂଆଦିଲ୍ଲୀ,୨୫।୯: ୮ମ ବେତନ କମିଶନକୁ ନେଇ କେନ୍ଦ୍ର ସରକାରୀ କର୍ମଚାରୀଙ୍କ ମଧ୍ୟରେ ଉତ୍ସୁକତା ବଢ଼ିଛି। ନୂଆ ବେତନ ବ୍ୟବସ୍ଥା ଲାଗୁ ହେଲେ ଦରମା କେତେ ବଢ଼ିବ, ଏହାକୁ…

ବାଘୁଆମେଦ ଗ୍ରାମ ଅବସ୍ଥା ଶୋଚନୀୟ: ଘରେ ପଶିଲା ଆଣ୍ଠୁଏ ପାଣି

ମହାକାଳପଡ଼ା,୨୫।୯: ଲଘୁଚାପଜନିତ ଲଗାଣ ବର୍ଷା ଯୋଗୁ ଗତ କିଛି ଦିନ ରାଜ୍ୟରେ ତୁହାକୁ ତୁହା ବର୍ଷା ଲାଗିରହିଛି। କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଅଧିନ ବଉଳକଣି ପଞ୍ଚାୟତ…

୧୩୨ କେଭି ଲାଇନ୍‌ରେ ଫଲ୍ଟ: ଅନ୍ଧାରରେ କନ୍ଧମାଳ

ଦାରିଙ୍ଗବାଡ଼ି, ୨୫।୯ (ଅରୁଣ ସାହୁ): ଲଘୁଚାପଜନିତ ଲଗାଣ ବର୍ଷା ଯୋଗୁ ଗତ କିଛି ଦିନ ହେଲା କନ୍ଧମାଳ ଜିଲାରେ ବିଦ୍ୟୁତ ସେବା ବାରମ୍ବାର ବାଧାପ୍ରାପ୍ତ ହେଉଛି। ଗୁରୁବାର…

କେବଳ ଭାରତ ନୁହେଁ, ୧୧ ଦେଶରେ ବି ଲାଗିବ UPI ଚାର୍ଜ: ଅର୍ଥ ମନ୍ତ୍ରଣାଳୟରୁ ଆସିଲା ବଡ଼ ଖବର!

ନୂଆଦିଲ୍ଲୀ,୨୫।୯: ଭାରତରେ UPI ପେମେଣ୍ଟ ଉପରେ ପ୍ରସ୍ତାବିତ ନୂଆ Merchant Discount Rate (MDR)କୁ ନେଇ ବିବାଦ ତୀବ୍ର ହେବାରେ ଲାଗିଛି। ୧୫ ଅକ୍ଟୋବର ୨୦୨୬ରୁ ଲାଗୁ…

ଛଡାକିଆରେ ରାସ୍ତା ଉପରେ ବିରାଟ ଗଛ: ଦାରିଙ୍ଗବାଡ଼ି-ମୋହନା ରାସ୍ତା ଠପ୍‌

ଦାରିଙ୍ଗବାଡ଼ି, ୨୫।୯ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ଦାସିଙ୍ଗବାଡ଼ି ପଞ୍ଚାୟତ ଅନ୍ତର୍ଗତ ଛଡାକିଆ ନିକଟରେ ରାସ୍ତା ଉପରେ ଏକ ବିରାଟକାୟ ଗଛ ଉପୁଡ଼ି ପଡ଼ିବାରୁ…

କୋମଲ ରାଣୀଙ୍କ ସହ ଲାଲବାଗଚା ଦର୍ଶନ: ମୁହଁ ଖୋଲିଲେ ଗୋବିନ୍ଦା, ମୋ ଛବି ଖରାପ…

ମୁମ୍ବାଇ,୨୫।୯: ୯୦ ଦଶକର ଲୋକପ୍ରିୟ ଅଭିନେତା ଗୋବିନ୍ଦା ପୁଣିଥରେ ବଲିଉଡ୍‌ରେ କମବ୍ୟାକ୍‌ କରିବାକୁ ପ୍ରସ୍ତୁତ ହେଉଛନ୍ତି । ଏହାରି ଭିତରେ ତାଙ୍କ ଆଗାମୀ ଫିଲ୍ମ ‘ରୂପା’ର କୋ-ଷ୍ଟାର…

କମଲଜିତ-ସୁରୁଚିଙ୍କ କମାଲ: ଭାରତକୁ ଭେଟିଦେଲେ ପୁଣି ସ୍ବର୍ଣ୍ଣ

ନାଗୋୟା,୨୫।୯:ଏସିଆନ ଗେମ୍ସ ୨୦୨୬ରେ ସେପ୍ଟେମ୍ବର ୨୫ ଭାରତ ପାଇଁ ଆରମ୍ଭରୁ ହିଁ ଚମତ୍କାର ରହିଛି। ଶୁଟିଂରେ କମଲଜିତ ଓ ସୁରୁଚି ଭାରତକୁ ଆଉ ଏକ ସ୍ବର୍ଣ୍ଣ ପଦକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?