ୱେବ୍‌ କନଫେରେନ୍ସରେ ମାତୃଭାଷା ସମ୍ମିଳନୀ

ବରଗଡ଼ ଅଫିସ୍‌,୨୬।୪: ଲକ୍‌ ଡାଉନ୍‌ ଯୋଗୁ ସମସ୍ତ ସଭା, ସମିତି ଆୟୋଜନ ଉପରେ ମଧ୍ୟ କଟକଣା ଲାଗୁ ହୋଇଛି। ଏଭଳି ସ୍ଥଳେ ବରଗଡ଼ର ସାକେତ୍‌ ଶ୍ରୀଭୂଷଣ ସାହୁଙ୍କ ଉଦ୍ୟମରେ ୱେବ୍‌ କନଫେରେନ୍ସ ମାଧ୍ୟମରେ ଏକ ମାତୃଭାଷା ସମ୍ମିଳନୀ ହୋଇଥିଲା । ଏଥିରେ ଋଷିଆର ସନ୍ତୋଷ ମିଶ୍ର, ପଞ୍ଜାବର ଡଃ ଜୋଗା ସିଂ, ବାଙ୍ଗାଲୋରର ମଛିନ୍ଦ ଅପେୟା କରିଅପ୍ପା, ଦିଲ୍ଲୀର ସୁଧୀର ହିଲ୍‌ସାୟନ, ମୁମ୍ବାଇର କୁନ୍ଦନ ଅଭିତାଭ୍‌, ଭିଲାଇର ମନୋଜ ସ୍ବାଇଁ, ନେତ୍ରାନନ୍ଦ ପ୍ରଧାନ, ଲାଲଚନ ବଗର୍ତ୍ତୀ ପ୍ରମୁଖ ଭାଗ ନେଇଥିଲେ। ବିବାହ, ବ୍ରତ ଆଦି ନିମନ୍ତ୍ରଣ ପତ୍ରରେ ମାତୃଭାଷାର ବହୁଳ ବ୍ୟବହାର ଉପରେ ଭାଷାକର୍ମୀମାନେ ଗୁରୁତ୍ୱାରୋପ କରିଥିଲେ। ଲକ୍‌ ଡାଉନ୍‌ ଭଳି ଅନିଶ୍ଚିତ ପରିସ୍ଥିତିରେ ମାତୃଭାଷାର ପ୍ରଚାର, ପ୍ରସାର ତଥା ଅଧିକାର ପାଇଁ ସୋସିଆଲ ମିଡ଼ିଆର ବ୍ୟବହାରକୁ ଭାଷାକର୍ମୀମାନେ ଗୁରୁତ୍ୱ ଦେଇଥିଲେ । କେତେକ ଇଂଲିଶ ମିଡ଼ିୟମ ସ୍କୁଲରେ ଛାତ୍ରୀଛାତ୍ରଙ୍କୁ ମାତୃଭାଷା ଶିକ୍ଷାରୁ ବଞ୍ଚିତ କରାଯାଉ ଥିବାଯୋଗୁ ସେ ନେଇ କନଫେରେନ୍ସରେ ଉଦ୍‌ବେଗ ପ୍ରକାଶ ପାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଚକରା ଘାଟିରେ ପର୍ଯ୍ୟଟକ-ଦନ୍ତା ମୁହାଁମୁହିଁ: ଲୋକେ ଆତଙ୍କିତ

ଭଞ୍ଜନଗର,୧୮।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଘୁମୁସର ଉତ୍ତର ବନଖଣ୍ଡ ରେ ଦନ୍ତା ହାତୀମାନଙ୍କ ଦୌରାତ୍ମ ଦିନକୁ ଦିନ ବଢ଼ିବାରେ ଲାଗିଛି। ଯାହାକୁ ନେଇ ଜଙ୍ଗଲ...

ପରଲୋକରେ ଷ୍ଟାଚ୍ୟୁ ଅଫ ୟୁନିଟିର ନିର୍ମାତା: ଖେଳିଗଲା ଶୋକର ଲହରୀ

ନୋଏଡା,୧୮।୧୨: ପ୍ରସିଦ୍ଧ ମୂର୍ତ୍ତିକାର ରାମ ସୂତାରଙ୍କ ଦେହାନ୍ତ ହୋଇଛି। ସେ ପ୍ରାୟ ୧୦୦ ବର୍ଷ ବୟସରେ ନୋଏଡାର ସେକ୍ଟର ୧୯ସ୍ଥିତ ତାଙ୍କ ବାସଭବନରେ ଶେଷ ନିଶ୍ୱାସ...

ବାହାଘରରେ ଯୋଗ ଦେବାକୁ ଯାଉଥିବାବେଳେ ଅଘଟଣ: ୪୦ ଫୁଟ୍‌ ତଳକୁ ଖସିଲା ବୋଲେରୋ

ମୋରଡା,୧୮।୧୨(ସ୍ମାରକ ମାଜୀ): ମୟୂରଭଞ୍ଜ ଜିଲା ରାସଗୋବିନ୍ଦପୁର ଥାନା ଅଞ୍ଚଳରେ ଏକ ପୋଲରୁ ୪୦ ଫୁଟ୍‌ ତଳକୁ ବୋଲେରୋ ଖସି ପଡିଛି। ଫଳରେ ୩ ଜଣ ଗୁରୁତର...

ହଠାତ୍‌ ରାଗିଗଲେ ବୁମ୍‌ରା, ପ୍ରଶଂସକଙ୍କ ମୋବାଇଲ୍‌ ଛଡ଼ାଇନେଲେ…ଦେଖନ୍ତୁ VIDEO

ଲକ୍ଷ୍ନୌ,୧୮।୧୨: ଲକ୍ଷ୍ନୌରେ ଭାରତ ଏବଂ ଦକ୍ଷିଣ ଆଫ୍ରିକା ମଧ୍ୟରେ ଚତୁର୍ଥ ଟି-୨୦ ମ୍ୟାଚ ବାତିଲ ହୋଇଗଲା। ଜସପ୍ରୀତ ବୁମରାଙ୍କ ଏକ ଭିଡିଓ ସୋସିଆଲ ମିଡିଆରେ ଭାଇରାଲ...

ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା: ଆସନ୍ତା ଶିକ୍ଷାବର୍ଷରୁ ୧୦ମ ଶ୍ରେଣୀ ପର୍ଯ୍ୟନ୍ତ ପିଲାଙ୍କୁ ମିଳିବ ମାଗଣା…

ବ୍ରହ୍ମପୁର,୧୮।୧୨(ସ୍ମୃତି ରଞ୍ଜନ ମହାଲିକ): ରାଜ୍ୟରେ ଶିକ୍ଷାକ୍ଷେତ୍ରର ବିକାଶ କରିବା ପାଇଁ ସରକାର ପ୍ରତିବଦ୍ଧତାର ସହ କାମ କରୁଛନ୍ତି। କେବଳ ପ୍ରାଥମିକ ଶିକ୍ଷା ପାଇଁ ଚଳିତବର୍ଷ ବଜେଟରେ...

ଆହତ ଛୁଆହାତୀକୁ ଉଦ୍ଧାର କଲା ବନବିଭାଗ: କରାଯାଉଛି ଚିକିତ୍ସା

କେସିଙ୍ଗା୧୮।୧୨(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବନାଞ୍ଚଳ ଅଧିନସ୍ଥ ନୂନମାଠ ଗ୍ରାମ ନିକଟରେ ଥିବା ଜଙ୍ଗଲକୁ ଖାଦ୍ୟ ଅନ୍ବେଷଣରେ ୩୫ ଟିକିଆ ହାତୀପଲ ଗତକାଲି ଗାଁ...

ଅତିଥି ଅଧ୍ୟାପିକାଙ୍କୁ ହତ୍ୟା, ପୁରୁଷ ବନ୍ଧୁ ଗିରଫ

କେନ୍ଦୁଝର,୧୮ା୧୨(ନରେଶ ଚନ୍ଦ୍ର ପଟ୍ଟନାୟକ/ ଦୀପକ ମିଶ୍ର): କେନ୍ଦୁଝର ଟାଉନ ଥାନା ଅନ୍ତର୍ଗତ ମାଇନିଂରୋଡ୍‌ସ୍ଥିତ ନିର୍ମଳା କନ୍‌ଭେଣ୍ଟ ସ୍କୁଲ ପାଖରେ ଏକ ଘରେ ରହୁଥିବା ଅତିଥି ଅଧ୍ୟାପିକାଙ୍କୁ...

ମୋଦିଙ୍କ ସ୍ବାଗତରେ ଇଥିଓପିଆ ସଂସଦରେ ୯୦ ସେକେଣ୍ଡ ପର୍ଯ୍ୟନ୍ତ ବାଜିଲା ତାଳି

ଅଦିସ ଅବାବା,୧୮।୧୨: ବୁଧବାର ଇଥିଓପିଆ ସଂସଦର ମିଳିତ ଅଧିବେଶନକୁ ସମ୍ବୋଧିତ କରିବା ପରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ପ୍ରାୟ ୯୦ ସେକେଣ୍ଡ ଧରି ଠିଆ ହୋଇ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri