ଦେବଗଡ଼ରେ କଂଗ୍ରେସ ପକ୍ଷରୁ ବନ୍ଦ ପାଳନ

ଦେବଗଡ଼,୧୭।୭(ଶଶାଙ୍କ ଶେଖର ଝାଙ୍କର): ବାଲେଶ୍ୱର ଫକୀର ମୋହନ ସ୍ବବୟଂ ଶାସିତ ମହାବିଦ୍ୟାଳୟ ଛାତ୍ରୀ ଆତ୍ମହତ୍ୟା ଘଟଣାରେ କଂଗ୍ରେସ ଗୁରୁବାର ଓଡିଶା ବନ୍ଦ ଡାକରା ଦେଇଛି । ଦେବଗଡ ଜିଲାରେ ମଧ୍ୟ ଏହି ବନ୍ଦର ପ୍ରଭାବ ଦେଖିବାକୁ ମିଳିଛି । ବ୍ୟବସାୟିକ ପ୍ରତିଷ୍ଠାନ ଏବଂ ଦୋକାନ ବଜାର ସ୍ବତଃପ୍ରବୃତ ଭାବେ ବନ୍ଦ ରହିଥିବା ବେଳେ କଂଗ୍ରେସ ନେତା ଓ କର୍ମୀ ପିକେଟିଂ କରୁଛନ୍ତି । ରାସ୍ତା ଉପରେ ହଜାର ହଜାର ଗାଡି ଅଟକି ରହିଛି । ଗୁରୁବାର ସକାଳ ୬ ରୁ ସା୬ ପର୍ଯ୍ୟନ୍ତ ୧୨ ଘଂଟିଆ ବନ୍ଦ ପାଳନ କରାଯିବ । ସମସ୍ତ ସ୍କୁଲ, କଲେଜ, ସରକାରୀ, ବେସରକାରୀ କାର୍ଯ୍ୟାଳୟ, ବ୍ୟବସାୟିକ ପ୍ରତିଷ୍ଠାନ, ଦୋକାନ ବଜାର, ଯାନବାହନ ଚଳାଚଳ ବନ୍ଦ ରହିଛି । ଛାତ୍ରୀଙ୍କ ମୃତ୍ୟୁର ନ୍ୟାୟିକ ତଦନ୍ତ ଏବଂ ଉଚ୍ଚ ଶିକ୍ଷା ମନ୍ତ୍ରୀ ସୁରଜ ସୂର୍ଯ୍ୟବଂଶୀଙ୍କ ଇସ୍ତଫା ଦାବିରେ କଂଗ୍ରେସ ଆନ୍ଦୋଳନ କରୁଛି । ଦେବଗଡ ଜିଲା କଂଗ୍ରେସ ସଂଯୋଜକ ସେମ ହେମ୍ରମ ଏବଂ ବରିଷ୍ଠ ନେତା ସିଦ୍ଧେଶ୍ୱର ଗୁରୁଙ୍କ ଅଧ୍ୟକ୍ଷତାରେ ଆନ୍ଦୋଳନ ଜାରି ରହିଛି । ଶାନ୍ତି ଶୃଙ୍ଖଳା ପାଇଁ ଦେବଗଡ ପୋଲିସ ପକ୍ଷରୁ ବ୍ୟାପକ ବ୍ୟବସ୍ଥା କରାଯାଇଛି ।


Enter your email to get our daily news in your inbox.

All Right Reserved By Dharitri.Com

BCCIର ବଡ଼ ଘୋଷଣା: ଏଣିକି ଏମିତି କଲେ ବୋଲରଙ୍କୁ…ନୂଆ ନିୟମ ଜାରି

ନୂଆଦିଲ୍ଲୀ,୨୨।୭: ଭାରତୀୟ କ୍ରିକେଟ କଣ୍ଟ୍ରୋଲ ବୋର୍ଡ (ବିସିସିଆଇ) ୨୦୨୬-୨୭ ଘରୋଇ କ୍ରିକେଟ ସିଜନ ପୂର୍ବରୁ ଖେଳର ନିୟମରେ ଅନେକ ଗୁରୁତ୍ୱପୂର୍ଣ୍ଣ ପରିବର୍ତ୍ତନ କରିଛି। ନୂତନ ନିୟମଗୁଡ଼ିକର ପ୍ରଭାବ…

ଭଟାପଲାକୁ ନୂତନ ଗ୍ରାମ ପଞ୍ଚାୟତ ମାନ୍ୟତା ଦାବି ଜୋରଦାର: ଲିଖିତ ଦାବିପତ୍ର ଦାଖଲ

କର୍ଲାମୁଣ୍ଡା,୨୨।୭(ପ୍ରଦୀପ କୁମାର ସାହୁ):କର୍ଲାମୁଣ୍ଡା ବ୍ଲକ ଅନ୍ତର୍ଗତ ଭଟାପଲାକୁ ସୱତନ୍ତ୍ର ଗ୍ରାମ ପଞ୍ଚାୟତର ମାନ୍ୟତା ପ୍ରଦାନ କରିବା ଦାବିରେ ଅଞ୍ଚଳବାସୀଙ୍କ ସୱର ଦିନକୁ ଦିନ ଜୋରଦାର ହେଉଛି। ଦୀର୍ଘଦିନ…

ଆନ୍ଦୋଳନକୁ ନେଇ କଂଗ୍ରେସ କଲା ବଡ଼ ପ୍ଲାନ! ଛାନିଆ ହେଲେ କେନ୍ଦ୍ର ସରକାର, ରାଜନୀତିରେ ଚହଳ…

ନୂଆଦିଲ୍ଲୀ,୨୨।୭: ଦିଲ୍ଲୀରେ ନିଟ୍ (NEET) ପେପର୍ ଲିକ୍ ବିରୋଧରେ ଛାତ୍ରଛାତ୍ରୀଙ୍କ ଆନ୍ଦୋଳନ ବିରୋଧୀ ଦଳଗୁଡ଼ିକ ମଧ୍ୟରେ ଏକ ନୂଆ ଜୀବନ ସଞ୍ଚାର କରୁଛି। ଜୁଲାଇ ୨୦ ତାରିଖରେ…

CJPର ଆନ୍ଦୋଳନ ପରେ ସୋସିଆଲ ମିଡିଆରେ ବଡ଼ ଘୋଷଣା କଲେ ଧର୍ମେନ୍ଦ୍ର ପ୍ରଧାନ, ରାହୁଲଙ୍କୁ ନେଇ କହିଲେ…

ନୂଆଦିଲ୍ଲୀ,୨୨।୭: CJP (ସିଜେପି)ର ‘ଚଲୋ ସଂସଦ’ ପ୍ରଦର୍ଶନ ପରେ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ପ୍ରଥମ ଥର ପାଇଁ ସାର୍ବଜନୀନ ପ୍ରତିକ୍ରିୟା ରଖିଛନ୍ତି। ସେ କଂଗ୍ରେସ ନେତା…

ରାହୁଲ ଗାନ୍ଧୀଙ୍କ ପିଏମ ଆବାସ ସମ୍ମୁଖରେ ଆନ୍ଦୋଳନ ପରେ ପଡିଲା ପ୍ରଭାବ: ସରକାରଙ୍କ ପକ୍ଷରୁ…

ନୂଆଦିଲ୍ଲୀ,୨୨।୭: NEET ପରୀକ୍ଷା ବିବାଦକୁ ନେଇ ବିରୋଧୀଙ୍କ ପ୍ରଦର୍ଶନ ଏବଂ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ଇସ୍ତଫା ଦାବି ଭିତରେ ସରକାରଙ୍କ ପକ୍ଷରୁ ଏକ ବଡ଼ ଜବାବ…

ବିପଦରେ ବୈଭବ ସୂର୍ଯ୍ୟବଂଶୀଙ୍କ ସ୍ଥାନ! ଜିମ୍ବାୱେ ମ୍ୟାଚରେ ବିଫଳ ହେଲେ…

ନୂଆଦିଲ୍ଲୀ,୨୨।୭: ବୈଭବ ସୂର୍ଯ୍ୟବଂଶୀ ୧୫ ବର୍ଷ ବୟସରେ ନିଜର ଝଡ଼ ବ୍ୟାଟିଂ ବଳରେ ଟିମ ଇଣ୍ଡିଆରେ ସ୍ଥାନ ପାଇଛନ୍ତି। ସେ ଇଂଲଣ୍ଡ ବିପକ୍ଷ ଟି-ଟେଣ୍ଟି ଅନ୍ତର୍ଜାତୀୟ (T20I)…

ଅଧରାତିରେ ହଠାତ୍‌ ୱାଙ୍ଗଚୁକଙ୍କୁ ଭେଟିବାକୁ ଗଲେ ଜେପି ନଡ୍ଡା: ବଢିଲା…

ନୂଆଦିଲ୍ଲୀ,୨୨।୭: ଜଳବାୟୁ କର୍ମୀ ଏବଂ ବୈଜ୍ଞାନିକ ସୋନମ ୱାଙ୍ଗଚୁକଙ୍କୁ ଦିଲ୍ଲୀର ସଫଦରଜଙ୍ଗ ହସ୍ପିଟାଲରୁ ଗୁରୁଗ୍ରାମର ମେଦାନ୍ତ ହସ୍ପିଟାଲକୁ ସ୍ଥାନାନ୍ତରିତ କରାଯାଇଛି। କେନ୍ଦ୍ର ମନ୍ତ୍ରୀ ଜେପି ନଡ୍ଡା ଏବଂ…

ଅଟକରୁ ମୁକ୍ତ ହେବା ପରେ ୪ ବଡ଼ ସର୍ତ୍ତ ରଖିଲେ ରାହୁଲ ଗାନ୍ଧୀ, ସରକାରଙ୍କୁ ପଶିଲା ଭୟ

ନୂଆଦିଲ୍ଲୀ,୨୨।୭: NEET-UG ପରୀକ୍ଷାରେ ଅନିୟମିତତା ଏବଂ ଛାତ୍ରୀଛାତ୍ରଙ୍କ ଉପରେ ହୋଇଥିବା ପୋଲିସ କାର୍ଯ୍ୟାନୁଷ୍ଠାନକୁ ନେଇ ଦେଶର ରାଜଧାନୀରେ ରାଜନୈତିକ ପାରା ଚଢ଼ିବାରେ ଲାଗିଛି। ଲୋକ ସଭାର ବିରୋଧୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri