ସଙ୍କଟରେ ପୃଥିବୀ: ବିଶ୍ୱ ନେତାଙ୍କୁ ଜାତିସଂଘ ମହାସଚିବଙ୍କ ଚେତାବନୀ…

ଜେନେଭା, ୨୦।୯ : ମିଳିତ ଜାତିସଂଘ ସାଧାରଣ ସଭାର ବାର୍ଷିକ ଶୀର୍ଷ ସ୍ତରୀୟକ ବୈଠକ ମଙ୍ଗଳବାରଠାରୁ ଆରମ୍ଭ ହୋଇଛି। ଉଦଘାଟନୀ ଅଧିବେଶନକୁ ସମ୍ବୋଧିତ କରି ଜାତିସଂଘର ମହା ସଚିବ ଆଣ୍ଟୋନିଓ ଗୁଟେରସ ବିଶ୍ୱ ନେତାମାନଙ୍କୁ ଚେତାବନୀ ଦେଇଛନ୍ତି। ଜଳବାୟୁ ପରିବର୍ତ୍ତନ, ଖାଦ୍ୟ ସଙ୍କଟ, ବିଶ୍ୱ ପୋଲାରାଇଜେଶନ, ରୁଷିଆ-ୟୁକ୍ରେନ ବିବାଦ ଏବଂ ଶକ୍ତି ସଙ୍କଟ ନେଇ ସେ ଉଦବେଗ ପ୍ରକାଶ କରିଛନ୍ତି। ସେ କହିଛନ୍ତି ଯେ ସମସ୍ତ ଦେଶ ବିଶ୍ୱସ୍ତରରେ ଅଟକି ରହିଛନ୍ତି। ମାନବଜାତି ଏବଂ ପୃଥିବୀର ଭବିଷ୍ୟତ ପ୍ରତି ବିପଦ ଥିବା ବଡ ସମସ୍ୟାର ମୁକାବିଲା କରିବାକୁ କୌଣସି ଦେଶ ପ୍ରସ୍ତୁତ ନୁହଁନ୍ତି।

ଦାରିଦ୍ର୍ୟ ଦୂର କରିବା ଏବଂ ପିଲାମାନଙ୍କୁ ଗୁଣାତ୍ମକ ଶିକ୍ଷା ଯୋଗାଇବା ପାଇଁ ମିଳିତ ଜାତିସଂଘ ଦ୍ୱାରା ଧାର୍ଯ୍ୟ କରାଯାଇଥିବା ଲକ୍ଷ୍ୟ ହାସଲ ଦିଗରେ ଆଶା କରାଯାଉଥିବା ଅଗ୍ରଗତି ହୋଇପାରି ନାହିଁ। ସେ କହିଛନ୍ତି ଯେ ସମଗ୍ର ବିଶ୍ୱ ବିପଦରେ ଅଛି ଏବଂ ଆମେ ସ୍ଥାଣୁରେ ପରିଣତ ହେଉଛୁ। ସେ କହିଛନ୍ତି ଯେ ବିଶ୍ୱରେ ଭୌଗୋଳିକ ବିଭାଜନ ସୁରକ୍ଷା ପରିଷଦର କାର୍ଯ୍ୟ ଏବଂ ସମସ୍ତ ପ୍ରକାର ଆନ୍ତର୍ଜାତୀୟ ସହଯୋଗକୁ ଦୁର୍ବଳ କରୁଛି। ଏଥିରେ ଦୁଃଖ ପ୍ରକାଶ କରି ଜାତିସଂଘର ମୁଖ୍ୟ ଆଣ୍ଟୋନିଓ ଗୁଟେରସ ଚେତାବନୀ ଦେଇଛନ୍ତି ପୃଥିବୀ ପାଇଁ ବହୁ ବିପଦ ରହିଛି। ସେ କହିଛନ୍ତି ଯେ ବଶ୍ୱସ୍ତରୀୟ ଆହ୍ବାନର ମୁକାବିଲା ପାଇଁ ସହଯୋଗ ଏବଂ ଆଲୋଚନା ହେଉଛି ଏକମାତ୍ର ଉପାୟ। କୌଣସି ଶକ୍ତି କିମ୍ବା ଗୋଷ୍ଠୀ ଏକାକୀ ନିଷ୍ପତ୍ତି ନେଇପାରିବେ ନାହିଁ। ତାଙ୍କ ସମ୍ବୋଧନରେ ସେ ସଭାରେ ଉପସ୍ଥିତ ଥିବା ସମସ୍ତ ନେତାଙ୍କୁ ଏକାଠି କାମ କରିବାକୁ ଆହ୍ବାନ ଦେଇଛନ୍ତିି।

ତିନି ବର୍ଷ ମଧ୍ୟରେ ପ୍ରଥମ ଥର ପାଇଁ ବିଶ୍ୱସ୍ତରୀୟ ନେତାଙ୍କ ସହ ସିଧାସଳଖ ବୈଠକରେ ସେ ଯୋଗଦେଇ ଜଳବାୟୁ ସଙ୍କଟ, ଦାରିଦ୍ର୍ୟ-ଅନାହାର ଏବଂ ଅସମାନତାକୁ ଦୂର କରିବା ଲାଗି ଅପିଲ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଜିଲା ବିଜେଡି କାର୍ଯ୍ୟକାରିଣୀରେ ସ୍ଥାନ ପାଇଲେ ପାଟଣା ନିର୍ବାଚନମଣ୍ଡଳୀର ତୁଙ୍ଗ ନେତା

ପାଟଣା,୨୮ା୧୨(ବୀର କିଶୋର ଦାଶ): କେନ୍ଦୁଝର ଜିଲା ବିଜେଡିର ନୂତନ ଜିଲା କାର୍ଯ୍ୟକାରୀ କମିଟିକୁ ବିଜେଡି ସଭାପତି ତଥା ସୁପ୍ରିମୋ ନବୀନ ପଟ୍ଟନାୟକ ପୁନର୍ଗଠନ କରିଛନ୍ତି। ଏହି...

୧୦୨ ହୋମ୍‌ଗାର୍ଡ ପଦବୀ ପାଇଁ ୪୦୪୦ ପରୀକ୍ଷାର୍ଥୀ, ଚାଲିଛି ଲିଖିତ ପରୀକ୍ଷା

ଝାରସୁଗୁଡ଼ା,୨୮ା୧୨(ଆଶିଷ ରଞ୍ଜନ ଦାଶ): ଝାରସୁଗୁଡା ଜିଲାରେ ଖାଲି ପଡ଼ିଥିବା ୧୦୨ଟି ହୋମଗାର୍ଡ ପଦ ପାଇଁ ରବିବାର ଲିଖିତ ପରୀକ୍ଷା ଅନୁଷ୍ଠିତ ହେଉଛି। ଏହି ପରୀକ୍ଷାରେ ମୋଟ୍‌...

ନେତାନ୍ୟାହୁ-ଟ୍ରମ୍ପଙ୍କ ସାକ୍ଷାତ ପୂର୍ବରୁ ମାସୁଦ୍‌ଙ୍କ ବଡ଼ ଘୋଷଣା: କହିଲେ ଆମ ଦେଶ ଏବେ ଯୁଦ୍ଧ ପାଇଁ…

ତେହରାନ,୨୮ା୧୨: ଇରାନ ରାଷ୍ଟ୍ରପତି ମାସୁଦ୍‌ ପେଜେସ୍କିଆନ କହିଛନ୍ତି, ତାଙ୍କ ଦେଶ ବର୍ତ୍ତମାନ ଆମେରିକା, ଇସ୍ରାଏଲ ଏବଂ ୟୁରୋପ ସହିତ ଏକ ପୂର୍ଣ୍ଣାଙ୍ଗ ଯୁଦ୍ଧରେ ଲିପ୍ତ। ସୋମବାର...

ଧନୁଯାତ୍ରା ରାଜ ଦରବାରରେ ଉଚ୍ଚଶିକ୍ଷା, ସଂସ୍କୃତି ମନ୍ତ୍ରୀ କହିଲେ ଅସ୍ମିତାର କଥା…

ମଥୁରାନଗରୀ,୨୮।୧୨(ପ୍ରେମାନନ୍ଦ ଖମାରୀ): ବୃହତ୍‌ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବରେ ଚତୁର୍ଥ ଦିବସରେ ଗୋପପୁର ଦୃଶ୍ୟାଭନିନୟ ଗୁଡ଼ିକ ଚିତ୍ତାକର୍ଷକ ଥିଲା। କୃଷ୍ଣଙ୍କ ବାଲ୍ୟଲୀଳା ଦେଖିବାକୁ ନାହିଁ...

ଚୋରକୁ କାବୁ କରି ବିଦ୍ୟୁତ୍‌ ଖୁଣ୍ଟରେ ବାନ୍ଧିଲେ ଲୋକେ, ପ୍ରବଳ ମାଡ଼ ମାରିବା ପରେ…

ଭଦ୍ରକ,୨୮ା୧୨(ସନାତନ ରାଉତ): ଚୋରି କରୁଥିବାବେଳେ ଜଣେ ନିଶାଡ଼ି ଯୁବକଙ୍କୁ କାବୁ କରି ବିଦ୍ୟୁତ୍‌ ଖୁଣ୍ଟରେ ବାନ୍ଧି ଦେଲେ ଗ୍ରାମବାସୀ। ପ୍ରବଳ ମାଡ଼ ମାରିବା ପରେ ପୋଲିସକୁ...

ଡ୍ରାଇଭର ମହାସଂଘର ଉପସଭାପତି ସନ୍ତୋଷଙ୍କୁ ଝୁରୁଛନ୍ତି ଅଞ୍ଚଳବାସୀ, କଂଗ୍ରେସ ପତାକା ଉପରେ ଢାଙ୍କି ଦେଇ ନେତା…

ଦାରିଙ୍ଗବାଡ଼ି,୨୮ା୧୨(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ଓଡ଼ିଶା ଡ୍ରାଇଭର ମହାସଂଘର ଉପସଭାପତି ସନ୍ତୋଷ ଦିଗାଲଙ୍କ ବିୟୋଗରେ ଅଞ୍ଚଳରେ ଶୋକର ଛାୟା ଖେଳିଯାଇଛି। ପ୍ରକାଶ ଯେ,...

ପ୍ରଧାନମନ୍ତ୍ରୀଙ୍କ ‘ମନ୍‌ କି ବାତ୍‌’ରେ ପାର୍ବତୀ ଗିରିଙ୍କୁ ପ୍ରଶଂସା ସହ ବଖାଣିଲେ ୨୦୨୫ର ଏସବୁ ସଫଳତା

ନୂଆଦିଲ୍ଲୀ,୨୮ା୧୨: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ୧୨୯ ତମ ‘ମନ କି ବାତ୍‌’ କାର୍ଯ୍ୟକ୍ରମରେ ଦେଶବାସୀଙ୍କୁ ସମ୍ବୋଧିତ କରିଛନ୍ତି। ୨୦୨୫ର ଅନେକ ସଫଳତା ବିଷୟରେ କହିଛନ୍ତି ପ୍ରଧାନମନ୍ତ୍ରୀ।...

ମା’ ହେଲା ବାଘୁଣୀ ‘ଜୟଶ୍ରୀ’: ୨ ଛୁଆ ମୃତ, ୧ ଜୀବିତ

ବାରଙ୍ଗ,୨୮ା୧୨: ନନ୍ଦନକାନନରେ ମା’ ହୋଇଛି ବାଘୁଣୀ ‘ଜୟଶ୍ରୀ’। ଜନ୍ମ ଦେଇଥିବା ୩ ଛୁଆ ମଧ୍ୟରୁ ୨ଟି ମୃତ୍ୟୁବରଣ କରିଥିବାବେଳେ ଗୋଟିଏ ଜୀବିତ ରହିଛି। ୩ ବର୍ଷୀୟ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri