Posted inଜାତୀୟ

ପୁଲଓ୍ବାମାରେ ଏନ୍‌କାଉଣ୍ଟର: ୨ ଆତଙ୍କବାଦୀଙ୍କ ମୁଣ୍ଡ ଗଡ଼ିଲା

ଶ୍ରୀନଗର, ୨୮।୯: ଜମ୍ମୁ-କଶ୍ମୀର ପୁଲଓ୍ବାମାରେ ମିଳିତ ସୁରକ୍ଷାକର୍ମୀଙ୍କ ଏନ୍‌ କାଉଣ୍ଟରରେ ୨ ଜଣ ଆତଙ୍କବାଦୀଙ୍କ ମୃତ୍ୟୁ ଘଟିଛି। ଏହି ଘଟଣାରେ ଜଣେ ଯବାନ ଆହତ ହୋଇଛନ୍ତି। ତାଙ୍କ ଗୋଡ଼ରେ ଗୁଳି ମାଡ଼ ହୋଇଥିବା କୁହାଯାଉଛି। ଚିକିିତ୍ସା ପାଇଁ ତାଙ୍କୁ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ସ୍ଥାନୀୟ ଅଓ୍ବନ୍ତିପୋରାର ସମ୍ବୁରାରେ କିଛି ଆତଙ୍କବାଦୀ ଲୁଚିଥିବା ଖବର ମିଳିବା ପରେ ମିଳିତ ସୁରକ୍ଷାବଳଙ୍କ ପକ୍ଷରୁ ସର୍ଚ୍ଚ ଅପରେଶନ ଆରମ୍ଭ କରାଯାଇଥିଲା। ଆତଙ୍କବାଦୀମାନେ ଫେରାର ହେବା ପାଇଁ ସୁରକ୍ଷାକର୍ମୀଙ୍କ ଉପରେ ଗୁଳି ଚାଳନା କରିଥିଲେ। ଏହାର ଉତ୍ତରରେ ମିଳିତ ସୁରକ୍ଷାକର୍ମୀଙ୍କ ପକ୍ଷରୁ ପାଲଟା ଆକ୍ରମଣ କରାଯାଇଥିବା କଶ୍ମୀର ଜୋନ୍‌ ପୋଲିସ ପକ୍ଷରୁ ସୂଚନା ଦିଆଯାଇଛି। ଶୌଚାଳୟ ତଳେ ବଙ୍କରରେ ଆତଙ୍କବାଦୀମାନେ ଲୁଚିଥିଲେ ବୋଲି ପୋଲିସ କହିଛି। ସୁରକ୍ଷାକର୍ମୀଙ୍କ ପକ୍ଷରୁ ଲଗାତାର ସର୍ଚ୍ଚ ଅପରେଶନ କରାଯାଉଥିବାରୁ ଭୟରେ ଆତଙ୍କବାଦୀମାନେ ଏଭଳି ନୂଆ ଉପାୟରେ ଲୁଚି ରହୁଥିବା ପୋଲିସ ଅନୁମାନ କରୁଛି।


Enter your email to get our daily news in your inbox.

All Right Reserved By Dharitri.Com

ୱାଇଡ ବଲ୍‌ରେ ସିଧା ଛକା! କ୍ରିକେଟ୍‌ରେ ଘଟିଲା ଅଜବ ଘଟଣା, ଦେଖନ୍ତୁ Video

ନୂଆଦିଲ୍ଲୀ,୫।୧୦: କ୍ରିକେଟ୍‌ରେ ୱାଇଡ ବଲ ବାଉଣ୍ଡାରୀ ପାର କରିବା ଦୃଶ୍ୟ ଦର୍ଶକମାନେ ଅନେକ ଥର ଦେଖିଛନ୍ତି। ବିଶେଷକରି ଉଇକେଟକିପରଙ୍କ ପହଞ୍ଚରୁ ଦୂରକୁ ଯାଇଥିବା ୱାଇଡ ବଲ ବାଉଣ୍ଡାରୀ…

ଶୋଇଥିବା ବେଳେ ହଠାତ୍ ହେଲା ଭୂକମ୍ପ, ଲୋକେ ଛାନିଆ ହୋଇ…

ଗୁଆହାଟୀ,୬।୧୦: ଆସାମର ନଗାଓଁ ଜିଲାରେ ମଙ୍ଗଳବାର ସକାଳୁ ଭୂକମ୍ପର ଝଟକା ଅନୁଭୂତ ହୋଇଛି। ଜାତୀୟ ଭୂକମ୍ପ ବିଜ୍ଞାନ କେନ୍ଦ୍ର (NCS) ଅନୁସାରେ, ଭୂକମ୍ପର ତୀବ୍ରତା ରିକ୍ଟର ସ୍କେଲରେ…

ପାଣ୍ଡିଆନ୍‌ଙ୍କ ବୟାନ୍‌ ରେକର୍ଡ: ଫାଇଲ୍‌ ରିସିଭ୍‌ ହୋଇଛି, କୁଆଡ଼େ ଗଲା ଜାଣିନାହାନ୍ତି

ଭୁବନେଶ୍ୱର,୬।୧୦(ତ୍ରିନାଥ ମହାନ୍ତି):ସିଏମ୍‌ଓରୁ ସ୍ବାମୀ ଲକ୍ଷ୍ମଣାନନ୍ଦ ହତ୍ୟାକାଣ୍ଡ ଏବଂ କନ୍ଧମାଳ ଦଙ୍ଗା ସମ୍ପର୍କିତ ନାଇଡୁ କମିଶନ ଫାଇଲ ହଜିବା ଘଟଣାରେ ୩ ଜଣଙ୍କ ବୟାନ ରେକର୍ଡ କରାଯାଇଛି। ଭି.କେ.…

୫୩ ବର୍ଷ ପରେ ଏକାଠି ହେଲେ ୫ ଶିକ୍ଷକ ବନ୍ଧୁ: ମିଶିକି କଲେ ଏମିତି କାମ

ତାଳଚେର,୬ା୧୦(ମନୋଜ ନନ୍ଦ): ଶିକ୍ଷକତା ଜୀବନର ପ୍ରାରମ୍ଭରେ ପରସ୍ପର ସଂସ୍ପର୍ଶରେ ଆସିଥିଲେ। ତାଲିମ କେନ୍ଦ୍ରରେ ଚିହ୍ନା ପରିଚୟ ପରେ ସେମାନଙ୍କ ଭିତରେ ଗଢ଼ି ଉଠିଥିଲା ବନ୍ଧୁତା। ହେଲେ ସ୍କୁଲକୁ…

ବଡ଼ ଦୁର୍ଘଟଣା; କ୍ରାଶ ହେଲା ସାମରିକ ବିମାନ, ୩୨ ମୃତ

ଆବୁଜା,୬।୧୦: ଦକ୍ଷିଣ ନାଇଜେରିଆରେ ସୋମବାର ଏକ ସାମରିକ ବିମାନ ଦୁର୍ଘଟଣାଗ୍ରସ୍ତ ହୋଇଛି । ଯେଉଁଥିରେ ୨୫ ଜଣ ଯାତ୍ରୀ ଏବଂ ୭ ଜଣ କ୍ରୁ ମେମ୍ବର ସମେତ…

ହାଇଜମ୍ପରେ ସ୍ବର୍ଣ୍ଣପଦକ ଜିତିଲେ ରୁକ୍ମିଣୀ: ଛୁଟୁଛି ଶୁଭେଚ୍ଛାର ସୁଅ

ଭଞ୍ଜନଗର,୬।୧୦ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ଲକ ଅନ୍ତର୍ଗତ ବାହାଡ଼ାପଦର ଉଚ୍ଚ ବିଦ୍ୟାଳୟର ନବମ ଶ୍ରେଣୀ ଛାତ୍ରୀ ରୁକ୍ମିଣୀ ବିଷୋୟୀ ରାଜ୍ୟସ୍ତରୀୟ ହାଇଜମ୍ପ ପ୍ରତିଯୋଗିତାରେ ସ୍ବର୍ଣ୍ଣପଦକ…

ସେଣ୍ଟ୍ରାଲ ମୁମ୍ବାଇର ବସ୍‌ ଡିପୋରେ ଭୟଙ୍କର ଅଗ୍ନିକାଣ୍ଡ

ମୁମ୍ବାଇ,୧୦।୫: ସେଣ୍ଟ୍ରାଲ ମୁମ୍ବାଇର ଏକ ବସ୍‌ ଡିପୋରେ ସୋମବାର ଏକ ଭୟଙ୍କର ଅଗ୍ନିକାଣ୍ଡ ଘଟିଛି। ଅଗ୍ନିକାଣ୍ଡlରେ ଗୋଟିଏ କି ଦୁଇଟି ନୁହେଁ, ୧୦ଟି ବସ୍‌ ପୋଡ଼ି ପାଉଁଶ…

ବଡ଼ ସଫଳତା:୫ ଶାବକ ଜନ୍ମଦେଲା ଭାରତରେ ଜନ୍ମିତ ଚିତା

ନୂଆଦିଲ୍ଲୀ,୫ା୧୦:ଭାରତରେ ଜନ୍ମିତ ଚିତା ସୋମବାର ମଧ୍ୟପ୍ରଦେଶର କୁନୋ ଜାତୀୟ ଉଦ୍ୟାନରେ ୫ଟି ଶାବକ ଜନ୍ମ ଦେଇଛି, ଯାହାକି ପ୍ରୋଜେକ୍ଟ ଚିତା ପାଇଁ ଏକ ବଡ଼ ସଫଳତା। ଶାବକମାନଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?