ଅଁଳା ପଞ୍ଚାୟତ ସରପଞ୍ଚଙ୍କୁ ଅଟକ ରଖିଲେ ଗ୍ରାମବାସୀ

ବେତନଟୀ/ବୈଶିଙ୍ଗା,୧୮ା୫(ଡି.ଏନ୍‌.ଏ.)- ପ୍ରବାସୀଙ୍କୁ ବାଇକ୍‌ରେ ବସାଇ ଆଣିଥିବା ଜଣେ ଯୁବକ ହୋମ୍‌ କ୍ୱାରାଣ୍ଟାଇନ୍‌ରେ ନ ରହିବାରୁ ମୟୂରଭଞ୍ଜ ଜିଲା ବେତନଟୀ ବ୍ଲକ ଅଧୀନ ଅଁଳା ପଞ୍ଚାୟତରେ ଉତ୍ତେଜନା ଦେଖା ଦେଇଛି। ଏନେଇ ସ୍ଥାନୀୟ ସରପଞ୍ଚ କୃଷ୍ଣଚନ୍ଦ୍ର ହେମ୍ବ୍ରମଙ୍କୁ ସେହି ପଞ୍ଚାୟତ ଅନ୍ତର୍ଗତ ରାଇକମା ଗ୍ରାମର କୁମ୍ଭାରସାହିଠାରେ ରବିବାର ଶତାଧିକ ଲୋକ ଦୀର୍ଘ ସମୟ ଅଟକ ରଖିଥିଲେ। ଖବରପାଇ ବୈଶିଙ୍ଗା ଥାନା ଅଧିକାରୀ ଲକ୍ଷ୍ମୀଧର ସ୍ବାଇଁ ଓ ବଡ଼ସାହି ବିଧାୟକ ସନାତନ ବିଜୁଳି ଘଟଣାସ୍ଥଳକୁ ଯାଇ ବୁଝାସୁଝା କରିବା ପରେ ଲୋକେ ସରପଞ୍ଚଙ୍କୁ ଛାଡ଼ିଥିଲେ।
ସୂଚନା ଅନୁଯାୟୀ, ଗୁଜରାଟରୁ ଫେରିଥିବା ଜଣେ ପ୍ରବାସୀଙ୍କୁ ବାଲେଶ୍ୱର ଜିଲା ରେମୁଣାଠାରୁ ତାଙ୍କ ସମ୍ପର୍କୀୟ ବାଇକ୍‌ରେ ବସାଇ ଆଣି ବେତନଟୀ ଆଦର୍ଶବିଦ୍ୟାଳୟ ସ୍ଥିତ କ୍ୱାରାଣ୍ଟାଇନ୍‌ ସେଣ୍ଟରକୁ ଛାଡ଼ିବାକୁ ଯାଇଥିଲେ। ତେବେ ସମ୍ପୃକ୍ତ ସମ୍ପର୍କୀୟ ଜଣକ ହୋମ୍‌ କ୍ୱାରାଣ୍ଟାଇନରେ ନ ରହି ଗାଁରେ ବୁଲୁଥିଲେ। ଏନେଇ ଗ୍ରାମବାସୀ ସ୍ଥାନୀୟ ସରପଞ୍ଚଙ୍କୁ ଜଣାଇଥିଲେ ମଧ୍ୟ ସେ କିଛି ପଦକ୍ଷେପ ଗ୍ରହଣ କରି ନ ଥିଲେ। ଏହାର ପ୍ରତିବାଦରେ ଉତ୍ତ୍ୟକ୍ତ ଲୋକେ ସରପଞ୍ଚଙ୍କୁ ଅଟକ ରଖିଥିଲେ ବୋଲି କହିଛନ୍ତି। ଉଲ୍ଲେଖଯୋଗ୍ୟ ଯେ, ଏହି ପଞ୍ଚାୟତର କ୍ୱାରାଣ୍ଟାଇନ୍‌ ସେଣ୍ଟରରେ ରହୁଥିବା ଜଣେ ପ୍ରବାସୀ ଶନିବାର ଆତ୍ମହତ୍ୟା କରିବା ଘଟଣା ଆଲୋଡନ ସୃଷ୍ଟି କରିଥିଲା। ଏସମ୍ପର୍କରେ ସରପଞ୍ଚ ହେମ୍ବ୍ରମଙ୍କୁ ପଚାରିବାରୁ ଲୋକେ ତାଙ୍କୁ ଅଟକ ରଖିବା ଘଟଣାକୁ ସ୍ବୀକାର କରିଥିବା ବେଳେ ଲୋକଙ୍କ ଅଭିଯୋଗରେ ସମ୍ପୂର୍ଣ୍ଣ ସତ୍ୟତା ନ ଥିବା କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କାଲିଠୁ ପ୍ରଚାର ଆରମ୍ଭ କରିବେ ନବୀନ

ହିଞ୍ଜିଳିକାଟୁ,୨୩।୪(ଦ୍ବିତୀକୃଷ୍ଣ ପଣ୍ଡା): ମୁଖ୍ୟମନ୍ତ୍ରୀ ତଥା ବିଜେଡ଼ି ସୁପ୍ରିମୋ ନବୀନ ପଟ୍ଟନାୟକ ବୁଧବାର ନିଜ ନିର୍ବାଚନ ମଣ୍ଡଳୀ ହିଞ୍ଜିଳିରୁ ନିର୍ବାଚନ ପ୍ରଚାର ଆରମ୍ଭ କରିବେ। ମୁଖ୍ୟମନ୍ତ୍ରୀ ଏହି...

ଚାପ ଖେଳିବେ ମହାପ୍ରଭୁ, ଚନ୍ଦନଯାତ୍ରା ପାଇଁ ପୁରୀରେ ପ୍ରସ୍ତୁତି ଆରମ୍ଭ

ପୁରୀ,୨୩।୪: ଶ୍ରୀକ୍ଷେତ୍ରରେ ଆରମ୍ଭ ହେବାକୁ ଯାଉଛି ମହାପ୍ରଭୁ ଜଗନ୍ନାଥଙ୍କ ବିଶ୍ବପ୍ରସିଦ୍ଧ ଚନ୍ଦନଯାତ୍ରା। ଅକ୍ଷୟ ତୃତୀୟାରେ ଆରମ୍ଭ ହେବାକୁ ଥିବା ଏହି ଯାତ୍ରାରେ ୨୧ ଦିନବ୍ୟାପୀ ନରେନ୍ଦ୍ର...

ନାମାଙ୍କନ ପତ୍ର ଦାଖଲ କଲେ କୋରାପୁଟ ଲୋକ ସଭା ପ୍ରାର୍ଥୀ କୌଶଲ୍ୟା ହିକକା

କୋରାପୁଟ,୨୩।୪(ଅମିତାଭ ବେହେରା): କୋରାପୁଟ ଲୋକସଭା ବିଜେଡି ପ୍ରାର୍ଥୀ କୌଶଲ୍ୟା ହିକକା ମଙ୍ଗଳବାର ନାମାଙ୍କନ ଦାଖଲ କରିଛନ୍ତି। ଜିଲାପାଳ ଭି କୀର୍ତି ଭାସନଙ୍କ ଠାରେ ସେ ନାମାଙ୍କନ...

ନାମାଙ୍କନ ପତ୍ର ଦାଖଲ କଲେ ରଘୁରାମ ପଡାଲ

କୋରାପୁଟ,୨୩।୪(ଅମିତାଭ ବେହେରା): କୋରାପୁଟ ବିଧାନସଭା ଆସନ ନିମନ୍ତେ ବିଜେଡି ପାର୍ଥି ରଘୁରାମ ପଡାଲ ନାମାଙ୍କନ ପତ୍ର ଦାଖଲ କରିଛନ୍ତି। କୋରାପୁଟ ଉପଜିଲାପାଳ ବେଣୁଧର ଶବରଙ୍କୁ ମଙ୍ଗଳବାର...

କାହିଁକି କଟିଲା ସମୀର ଦାଶଙ୍କ ଟିକେଟ୍‌, ରାଜା ସ୍ବାଇଁଙ୍କ ଭିଡିଓ ଭାଇରାଲ

ପୁରୀ,୨୩।୪: ନିମାପଡାରେ ଦିଲ୍ଲୀପ ନାୟକଙ୍କୁ ବିଜେଡି ଟିକେଟ ଦେବା ପରେ ବିଧାୟକ ସମୀର ଦାଶ ସମର୍ଥକଙ୍କ ଭିତରେ ଅସନ୍ତୋଷ ବଢିବାରେ ଲାଗିଛି । ଏହାରି ଭିତରେ...

ଆତଙ୍କ ଖେଳାଇଛି ଗୋଠଛଡ଼ା ଦନ୍ତା, ୩ ଦିନରେ ଭାଙ୍ଗିଲାଣି ୯ ଘର

ପାଟଣା,୨୩।୪(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ରେଞ୍ଜରେ ୩ ଦିନ ହେବ ଏକ ଗୋଠଛଡ଼ା ଦନ୍ତା ଆତଙ୍କ ଖେଳାଇଛି। ୯ରୁ ଉଦ୍ଧର୍‌ବ ଘର ଭାଙ୍ଗି...

ଆଦିଶକ୍ତି ବେଶରେ ଦର୍ଶନ ଦେଲେ ତାରାତାରିଣୀ

ପୁରୁଷୋତ୍ତମପୁର,୨୩/୪(ସିମାଞ୍ଚଳ ମିଶ୍ର): ଗଞ୍ଜାମ ଜିଲ୍ଲାର ପ୍ରସିଦ୍ଧ ଆରାଧ୍ୟ ଇଷ୍ଟଦେବୀ ମା ତାରାତାରିଣୀଙ୍କ ଚୈତ୍ର ମଙ୍ଗଳବାର ଯାତ୍ରାର ଉଦ୍‌ଯାପନ ହୋଇଛି। ମଙ୍ଗଳବାର ସାଙ୍ଗକୁ ପୂର୍ଣ୍ଣିମା ପଡିଥିବାରୁୁ ମା’ଙ୍କ...

ଆଗାମୀ ନିର୍ବାଚନରେ ଡବଲ ଇଞ୍ଜିନ ସରକାର ହେବ ଗଠନ:ସୀତାଂଶୁ

ଭଦ୍ରକ,୨୩।୪(ସନାତନ ରାଉତ)- ସାଧାରଣ ନିର୍ବାଚନ ପାଖେଇ ଆସୁଥିବା ବେଳେ ଭଦ୍ରକ ନିର୍ବାଚନ ମଣ୍ଡଳୀରେ ଭାଜପା ତାର ସ୍ଥିତି ମଜଭୁତ କରୁଛି। ଯୁବ ଚେହରା ସୀତାଂଶୁ ଭାଜପା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri