ଅଂଶୁଘାତରେ ଚାଷୀଙ୍କ ମୃତ୍ୟୁ ଅଭିଯୋଗ, କ୍ଷତିପୂରଣ ଦାବି

କାକଟପୁର,୨୯।୫(ଡି.ଏନ୍‌.ଏ.): ଗତ କିଛିଦିନ ଧରି ଉପକୂଳବର୍ତ୍ତୀ ଅସ୍ତରଙ୍ଗ, କାକଟପୁର, ନୟାହାଟ, ତୁଳସୀପୁର, ବାଙ୍ଗୁରିଙ୍ଗା ଆଦି ଅଞ୍ଚଳରେ ପ୍ରଚଣ୍ଡ ଗ୍ରୀଷ୍ମପ୍ରବାହ ଜାରି ରହିଛି। ସକାଳ ୭ଟାରୁ ବିଳମ୍ବିତ ରାତ୍ରି ପର୍ଯ୍ୟନ୍ତ ଅସହ୍ୟ ଗୁଳଗୁଳି ଅନୁଭୂତ ହେଉଥିବା ବେଳେ ପ୍ରବଳ ଖରାରେ ଜନଜୀବନ ଅସ୍ତବ୍ୟସ୍ତ ହେଉଛି। ବୁଧବାର ମଧ୍ୟାହ୍ନରେ ଜଣେ ଚାଷୀଙ୍କର ଅଂଶୁଘାତରେ ମୃତ୍ୟୁ ହୋଇଥିବା ପରିବାର ପକ୍ଷରୁ ଅଭିଯୋଗ ହୋଇଛି। ମୃତକ ହେଲେ ଅସ୍ତରଙ୍ଗ ବ୍ଲକ ଅନ୍ତର୍ଗତ କେନ୍ଦ୍ରାପଟି ଗ୍ରାମର କାଳନ୍ଦୀ ଦାସ(୪୮)। କାଳନ୍ଦୀ ବୁଧବାର ମଧ୍ୟାହ୍ନରେ ବିଲକୁ ଯାଇଥିବା ବେଳେ ସେଠାରେ ହଠାତ୍‌ ଅଚେତ ହୋଇ ପଡ଼ିଥିଲେ। ଗ୍ରାମବାସୀ ଓ ତାଙ୍କ ପରିବାରଲୋକେ ତାଙ୍କୁ ଚିକିତ୍ସା ଲାଗି ପ୍ରଥମେ ଅସ୍ତରଙ୍ଗ ସ୍ବାସ୍ଥ୍ୟକେନ୍ଦ୍ର ଓ ପରେ ଚାରିଛକ ସ୍ବାସ୍ଥ୍ୟକେନ୍ଦ୍ରକୁ ନେଇଥିଲେ। ତେବେ ସେଠାରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ। ତେବେ ଖୁବ୍‌ଶୀଘ୍ର ମୃତ ଚାଷୀଙ୍କ ପରିବାରକୁ ସରକାରୀ ସହାୟତା ଯୋଗାଇ ଦେବାକୁ ଅସ୍ତରଙ୍ଗ କଂଗ୍ରେସ ନେତା ବାଉରିବନ୍ଧୁ ମହାନ୍ତି ରାଜ୍ୟ ସରକାରଙ୍କ ନିକଟରେ ଦାବି କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଯୋଗାଣ ମନ୍ତ୍ରୀଙ୍କ ବଡ଼ ସୂଚନା: ଏତିକି ଯାଏ ବଢିଲା ଧାନକିଣା ଅବଧି

ଭୁବନେଶ୍ୱର,୧।୪: ଖରିଫ ଧାନକିଣା ଅବଧି ୭ ଦିନ ବୃଦ୍ଧି କଲେ ରାଜ୍ୟ ସରକାର। ଏନେଇ ଖାଦ୍ୟ ଯୋଗାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର ସୂଚନା ଦେଇ କହିଛନ୍ତି, ଯେପରି…

ବିଧାନସଭାରେ ୧୧ ଘୋଡ଼ାର ନାଁ କହିଲେ ଅରୁଣ କୁମାର: ଚିହ୍ନିପାରିଲେନି ବିଧାୟକ ସିଦ୍ଧାନ୍ତ, ଜାଣନ୍ତୁ ରୋଚକ ଘଟଣା ବିଷୟରେ…

ଭୁବନେଶ୍ୱର, ୧।୪(ସୁନିତ୍‌ ମିଶ୍ର):ବିଧାନସଭାରେ ୨୦୨୬-୨୭ ଆର୍ଥିକ ବର୍ଷର ବ୍ୟୟ ମଞ୍ଜୁର ବିଧେୟକ ଉପରେ ଆଲୋଚନା ହେବା ସମୟରେ ବିଜେଡିର ବରିଷ୍ଠ ବିଧାୟକ ଅରୁଣ କୁମାର ସାହୁଙ୍କ ଘୋଡ଼ା…

କୁବେର ଡେପୁଟି ମ୍ୟାନେଜର: ଘରୁ ମିଳିଲା ପୁଳାପୁଳା ଟଙ୍କା-ସୁନା, ବାବୁଙ୍କ ରହିଛି…

ଭୁବନେଶ୍ୱର,୧।୪: ଓଡ଼ିଶା ପୋଲିସ ହାଉସିଂ ଆଣ୍ଡ ୱେଲ୍‌ଫେୟାର କର୍ପୋରେଶନ (ଓପିଏଚ୍‌ଡବ୍ଲ୍ୟୁସି) ସମ୍ବଲପୁର ଡିଭିଜନର ଡେପୁଟି ମ୍ୟାନେଜର ବିଦ୍ୟୁତ୍‌ ରଞ୍ଜନ ଭୋଳ ଭିଜିଲାନ୍ସ ଜାଲରେ ଧରାପଡ଼ିଛନ୍ତି। ୫.୧୮ଲକ୍ଷ ଲାଞ୍ଚ…

ଉତ୍କଳ ଦିବସରେ ଓଡିଆରେ ବଡ଼ କଥା କହିଦେଲେ ପ୍ରଧାନମନ୍ତ୍ରୀ ମୋଦି: ଆଗାମୀ ଦିନରେ…

ନୂଆଦିଲ୍ଲୀ,୧।୪: ଆଜି ଉତ୍କଳ ଦିବସ। ଚାରିଆଡ଼େ ଉତ୍ସାହର ମାହୋଲ। ରାଜ୍ୟର ବିଭିନ୍ନ ସ୍ଥାନରେ କାର୍ଯ୍ୟକ୍ରମମାନ ଆୟୋଜନ କରାଯାଉଛି। ଏହି ଅବସରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ରାଜ୍ୟବାସୀଙ୍କୁ ଶୁଭେଚ୍ଛା…

ଆଜିଠୁ ନୂଆ ସୁଭଦ୍ରା ଆବେଦନ: ଜାଣନ୍ତୁ କେମିତି କରିବେ

ଭୁବନେଶ୍ୱର,୧ା୪(ସୁଚିସ୍ମିତା ସାହୁ):ସୁଭଦ୍ରା ଯୋଜନାରେ ନୂଆ ଆବେଦନକାରୀମାନେ ଏପ୍ରିଲ ୧ ବୁଧବାରଠାରୁ ପଞ୍ଜୀକରଣ କରିପାରିବେ। ସୁଭଦ୍ରା ପୋର୍ଟାଲ ମାଧ୍ୟମରେ ଏପ୍ରିଲ ୩୦ ପର୍ଯ୍ୟନ୍ତ ନୂତନ ଆବେଦନ କରାଯାଇପାରିବ। ଆବେଦନକାରୀଙ୍କ…

ପେଟ୍ରୋଲ, ଡିଜେଲ, ଗ୍ୟାସ ଅଭାବକୁ ନେଇ ବଡ଼ କଥା କହିଦେଲେ ମୁଖ୍ୟମନ୍ତ୍ରୀ, ରାଜ୍ୟବାସୀ…

ଭୁବନେଶ୍ୱର, ୩୧।୩: ମଧ୍ୟପ୍ରାଚ୍ୟରେ ଲାଗିରହିଥିବା ଯୁଦ୍ଧ ପରିସ୍ଥିତି ଏବଂ ଏହାର ସମ୍ଭାବ୍ୟ ପ୍ରଭାବକୁ ନେଇ ଓଡ଼ିଶା ସରକାର ସମ୍ପୂର୍ଣ୍ଣ ସଜାଗ ଅଛନ୍ତି। ବିଧାନସଭାରେ ବ୍ୟୟ ମଞ୍ଜୁରୀ ବିଲ…

IAS ସ୍ତରରେ ଛୋଟ ଅଦଳବଦଳ: ଭାସ୍କର ଜ୍ୟୋତି ଶର୍ମାଙ୍କୁ ମିଳିଲା…

ଭୁବନେଶ୍ୱର,୩୧।୩: IAS ସ୍ତରରେ ଛୋଟ ଅଦଳବଦଳ କଲେ ରାଜ୍ୟ ସରକାର। ଭାସ୍କର ଜ୍ୟୋତି ଶର୍ମାଙ୍କୁ ଜଙ୍ଗଲ ଓ ପରିବେଶ ବିଭାଗ ପ୍ରମୁଖ ସଚିବ ଦାୟିତ୍ୱ ଦିଆଯାଇଥିବା ବେଳେ…

ଥାନାରେ ପହଞ୍ଚିଲେ ନର୍ଲ୍ଲା ବିଧାୟିକା: କେସିଙ୍ଗା ଏସଡିପିଓ, ଦୁଇ ପୋଲିସ ନାଁରେ

ଭୁବନେଶ୍ୱର,୩୧।୧: ବଢ଼ୁଛି ମାମଲା। ଖାରବେଳ ନଗର ଥାନାରେ ପହଞ୍ଚିଲେ ନର୍ଲ୍ଲା ବିଧାୟିକା ମନୋରମା ମହାନ୍ତି। ସେଠାରେ ସେ କେସିଙ୍ଗା ପୋଲିସ ବିରୋଧରେ ଅଭିଯୋଗ ଆଣିଛନ୍ତି। କେସିଙ୍ଗା ଏସଡିପିଓ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri