ଗଞ୍ଜାମ,୨୦।୫(ଡି.ଏନ.ଏ.)-ଗଞ୍ଜାମ ବ୍ଲକ ଖଣ୍ଡଦେଉଳୀ ଗ୍ରାମପଞ୍ଚାୟତର ଚତୁର୍ଥ ଶ୍ରେଣୀ କର୍ମଚାରୀଙ୍କ ସୋମବାର ଅଂଶୁଘାତରେ ମୃତ୍ୟୁ ଘଟିଥିବା ସନ୍ଦେହ କରାଯାଉଛି। ମୃତକ ହେଲେ ଖଣ୍ଡଦେଉଳୀ ଗ୍ରାମର ଖଲି ସାହୁ(୬୨)। ସୋମବାର ପଞ୍ଚାୟତରେ ଚାଉଳ ବଣ୍ଟାଯାଉଥିଲା। ଚତୁର୍ଥ ଶ୍ରେଣୀ କର୍ମଚାରୀ ଖଲି କୌଣସି କାର୍ଯ୍ୟରେ ପଞ୍ଚାୟତ କାର୍ଯ୍ୟାଳୟରୁ ବାହାରକୁ ଆସିଥିବା ବେଳେ ହଠାତ୍ ତଳେ ପଡ଼ିଯାଇଥିଲେ।ସ୍ଥାନୀୟ ଲୋକେ ତାଙ୍କୁ ତୁରନ୍ତ ନିକଟସ୍ଥ ସ୍ବାସ୍ଥ୍ୟକେନ୍ଦ୍ରକୁ ନେଇଥିଲେ। ଚିକିତ୍ସାଧୀନ ଅବସ୍ଥାରେ ଖଲିଙ୍କର ମୃତ୍ୟୁ ଘଟିଥିବା ଡା. ସୁଧାକର ଦାସ କହିଛନ୍ତି। ଅଂଶୁଘାତରେ ତାଙ୍କର ମୃତ୍ୟୁ ଘଟିଥାଇପାରେ ବୋଲି ସେ ସୂଚନା ଦେଇଛନ୍ତି। ମୃତଦେହ ବ୍ୟବଚ୍ଛେଦ ନିମନ୍ତେ ଛତ୍ରପୁର ଉପଖଣ୍ଡ ଚିକିତ୍ସାଳୟକୁ ପଠାଯାଇଛି। ଗରିବ ଶ୍ରେଣୀର ଖଲିଙ୍କ ପରିବାରକୁ ସରକାରୀ ସହାୟତା ଯୋଗାଇ ଦେବା ପାଇଁ ପୂର୍ବତନ ଜିଲା ପରିଷଦ ସଭ୍ୟ ପି. ହରେକୃଷ୍ଣ ରେଡ୍ଡୀ ଏବଂ ପୂର୍ବତନ ସରପଞ୍ଚ ଅନ୍ତର୍ଯାମୀ ବେହେରା ଜିଲା ପ୍ରଶାସନ ନିକଟରେ ଦାବି କରିଛନ୍ତି।
ମହିଳାକୁ ହତ୍ୟା ଅଭିଯୋଗ, ପୋଲିସର ତନାଘନା
ଗୋପାଳପୁର,୩୦ା୧୨(ନବୀନ ରାଜ ଆଚାରୀ): ଗୋଳନ୍ଥରା ଥାନା ଅଞ୍ଚଳରେ ସୋମବାର ବିଳମ୍ବିତ ରାତିରେ ଜଣେ ମହିଳାଙ୍କୁ ତାଙ୍କ ସ୍ବାମୀ ହତ୍ୟା କରିଥିବା ଅଭିଯୋଗ ହୋଇଛି। ଫାସୀନୂଆପଡା ଗ୍ରାମରେ...
ପ୍ରଭାକର ସ୍ମାରକୀ ଭଲିବଲ ଟୁର୍ନାମେଣ୍ଟ ; ଦାରିଙ୍ଗିବାଡି ଭଲିବଲ ଟିମ୍ ବିଜୟୀ
ଦିଗପହଣ୍ଡି, ୩୦।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ମିନି ଷ୍ଟାଡିୟମରେ ସ୍ବର୍ଗତ ବି.ପ୍ରଭାକର ରେଡ୍ଡୀ ସ୍ମାରକୀ ଭଲିବଲ ଟୁର୍ନାମେଣ୍ଟ ର ତୃତୀୟ ଦିବସ ମଙ୍ଗଳବାର...
ଭଲିବଲ ଟୁର୍ନାମେଣ୍ଟ: ସେମିଫାଇନାଲରେ ଦାରିଙ୍ଗିବାଡ଼ି
ଦିଗପହଣ୍ଡି,୩୦।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ମିନି ଷ୍ଟାଡିୟମରେ ସ୍ବର୍ଗତ ବି.ପ୍ରଭାକର ରେଡ୍ଡୀ ସ୍ମାରକୀ ଭଲିବଲ ଟୁର୍ନାମେଣ୍ଟର ତୃତୀୟ ଦିବସ ମଙ୍ଗଳବାର କ୍ୱାର୍ଟର ଫାଇନାଲ...
ମୁଜାଗଡ଼ କ୍ରିକେଟ୍ ଟୁର୍ଣ୍ଣାମେଣ୍ଟ, ସାନକୋଦଣ୍ଡାକୁ ହରାଇ ବୋଇରାଣୀ ଚାମ୍ପିୟନ
ଭଞ୍ଜନଗର,୩୦।୧୨(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଭଞ୍ଜନଗର ବ୍ଲକ ମୁଜାଗଡ଼ରେ ଆଜକୁ ଏକ ସପ୍ତାହ ଧରି ଚାଲିଥିବା ମୁଜାଗଡ କ୍ରିକେଟ୍ ଟୁର୍ଣ୍ଣାମେଣ୍ଟର ଫାଇନାଲ ମ୍ୟାଚ୍ ମଙ୍ଗଳବାର ସାନକୋଦଣ୍ଡା ଓ...
ସାନଖେମୁଣ୍ଡି ତହସିଲ କାର୍ଯ୍ୟାଳୟ ଆଗରେ ଗର୍ଜିଲେ ଚାଷୀ, ମୁଖ୍ୟମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ…
ଦିଗପହଣ୍ଡି,୩୦।୧୨(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ସାନଖେମୁଣ୍ଡି ଉନ୍ନୟନ କ୍ରିୟାନୁଷ୍ଠାନ କମିଟି ପକ୍ଷରୁ ପୂର୍ବ ନିର୍ଦ୍ଧାରିତ କାର୍ଯ୍ୟସୂଚୀ ଅନୁଯାୟୀ ମଙ୍ଗଳବାର ସ୍ଥାନୀୟ ତହସିଲ କାର୍ଯ୍ୟାଳୟ ସମ୍ମୁଖରେ...
ତୃଣମୂଳ ସ୍ତରରେ ସଂଗଠନ ହେବ ସୁଦୃଢ଼: ଜିଲା ସଭାପତି ହେଉ ହେଉ ସାଙ୍ଗଠନିକ କମିଟି ଗଠନ କଲେ…
ଭଞ୍ଜନଗର,୩୦।୧୨(ବାବୁଲା ପ୍ରଧାନ): ଭାଜପା ଭଞ୍ଜନଗର ସାଙ୍ଗଠନିକ ଜିଲା ନୂତନ କମିଟି ଗଠିତ ହୋଇଛି। ଫଳରେ ନୂତନ କର୍ମକର୍ତ୍ତାଙ୍କୁ ନେଇ ତୃଣମୂଳ ସ୍ତରରେ ସଂଗଠନ ଆହୁରି ସୁଦୃଢ଼...
ରାଜ୍ୟସ୍ତରୀୟ ଚକରା ବିଷୋୟୀ ଜୟନ୍ତୀ: ଆମେ ଲୋକଙ୍କ ଡାକ ପିଅନ କହିଲେ…
ଭଞ୍ଜନଗର,୩୦।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ଲକ ବିଞ୍ଜିଗିରି ଠାରେ ବୀର ଚକରା ବିଷୋୟୀଙ୍କ ରାଜ୍ୟ ସ୍ତରୀୟ ୨୦୩ ତମ ଜୟନ୍ତୀ ପାଳିତ ହୋଇଯାଇଛି। ଏଥିରେ...
ପାହାଡ଼ ଉପରେ ପୂଜା ପାଉଛନ୍ତି ମା’ ବାଳକୁମାରୀ, ପର୍ଯ୍ୟଟକଙ୍କୁ ଆକୃଷ୍ଟ କରୁଛି ଏହି ସ୍ଥାନ
ଗଞ୍ଜାମ ,୩୦।୧୨(ବିଦ୍ୟାଧର ସାହୁ ): ଗଞ୍ଜାମ ଜିଲା ବ୍ରହ୍ମପୁର ଠାରୁ ୨୫ କି.ମି. ଚିକିଟିରୁ ୮ କିଲୋମିଟର ଗଲାପରେ ଧାନ ଘର ଛକ ଏବଂ ସେଠାରୁ...
Archives


