ଅଂଶୁଘାତ ଆଶଙ୍କା, ଜିଲାପାଳଙ୍କୁ ସତର୍କ କଲେ ଏସ୍‌ଆର୍‌ସି

ଭୁବନେଶ୍ୱର,୩୦ା୩(ବ୍ୟୁରୋ): କରୋନା ମୁକାବିଲା ପାଇଁ ସରକାରଙ୍କଠାରୁ ଆରମ୍ଭ କରି ସାଧାରଣ ଜନତା ସମସ୍ତେ ଲଢ଼େଇ ଜାରି ରଖିଛନ୍ତି। ଏପରି ସ୍ଥିତିରେ ରାଜ୍ୟରେ ତାପମାତ୍ରା ବୃଦ୍ଧି ଚିନ୍ତା ବଢ଼ାଇ ଦେଇଛି। ଅଂଶୁଘାତ ଆଶଙ୍କା ଦେଖାଦେଇଥିବାରୁ ଆବଶ୍ୟକ ସତର୍କତାମୂଳକ ପଦକ୍ଷେପ ଗ୍ରହଣ କରିବାକୁ ରାଜ୍ୟ ସରକାର ନିର୍ଦ୍ଦେଶ ଦେଇଛନ୍ତି। ଏନେଇ ଅତିରିକ୍ତ ମୁଖ୍ୟ ଶାସନ ସଚିବ, ଓସ୍‌ଡମାର ପରିଚାଳନା ନିର୍ଦ୍ଦେଶକ ତଥା ସ୍ପେଶାଲ ରିଲିଫ୍‌ କମିଶନର (ଏସ୍‌ଆର୍‌ସି) ପ୍ରଦୀପ ଜେନା ସମସ୍ତ ଜିଲାପାଳଙ୍କୁ ପତ୍ର ଲେଖିଛନ୍ତି।
ପ୍ରତିବର୍ଷ ଗ୍ରୀଷ୍ମଋତୁରେ ସରକାରଙ୍କ ପକ୍ଷରୁ ସତର୍କତାମୂଳକ ପଦକ୍ଷେପ ଗ୍ରହଣ କରାଯାଉଛି। ତେବେ ଏଥର କରୋନା ଲଢ଼େଇ ସହ ଅଂଶୁଘାତ ମୁକାବିଲା ବଡ଼ ଚ୍ୟାଲେଞ୍ଜ ହେବ। ପୁଣି ଏବର୍ଷ ତାପମାତ୍ରା ଅଧିକ ରହିବ ବୋଲି ପୂର୍ବାନୁମାନ କରାଯାଇଥିବାରୁ ଏହାର ପ୍ରଭାବ କେବଳ ମଣିଷ ନୁହେଁ, ପଶୁପକ୍ଷୀଙ୍କ ଉପରେ ପଡ଼ିବ। ଗତ କିଛିଦିନ ହେଲା ଉପକୂଳ ଓ ଆଭ୍ୟନ୍ତରୀଣ ଓଡ଼ିଶାରେ ଦିନର ସର୍ବୋଚ୍ଚ ତାପମାତ୍ରା ଲଗାତର ବୃଦ୍ଧି ପାଇ ୪୦ ଡିଗ୍ରୀ ଡେଇଁଛି। ଏପରିସ୍ଥିତି ଲାଗି ରହିଲେ ଭାରତୀୟ ପାଣିପାଗ ବିଭାଗ ଏହାକୁ ଗ୍ରୀଷ୍ମପ୍ରବାହ ଭାବେ ଘୋଷଣା କରିପାରନ୍ତି। ଜିଲାପାଳମାନେ ଏହା ଉପରେ ସତର୍କ ଦୃଷ୍ଟି ରଖିବା ସହିତ ଏଥିସହ ଜଡ଼ିତ ବିଭାଗଗୁଡ଼ିକୁ ନେଇ ନିୟମିତ ଜିଲା, ସବ୍‌ଡିଭିଜନ ଓ ବ୍ଲକ ସ୍ତରରେ ପ୍ରସ୍ତୁତି ଆରମ୍ଭ କରିବାକୁ କୁହାଯାଇଛି। ଗ୍ରୀଷ୍ମ ପ୍ରବାହ ଯୋଜନା-୨୦୨୦ ପାଇଁ ଥିବା ଷ୍ଟାଣ୍ଡାର୍ଡ ଅପରେଟିଂ ପ୍ରୋସିଡିଓର(ଏସ୍‌ଓପି) ନେଇ ଆଲୋଚନା କରାଯିବା ଆବଶ୍ୟକ। ନଚେତ କରୋନା ମୁକାବିଲା ସମୟରେ ଗ୍ରୀଷ୍ମପ୍ରବାହ ଆମ ପାଇଁ ବଡ଼ ସମସ୍ୟା ସୃଷ୍ଟି କରିବ। ଓସ୍‌ଡମା ପକ୍ଷରୁ ପୂର୍ବରୁ ଜିଲାପାଳମାନଙ୍କୁ ଗ୍ରୀଷ୍ମପ୍ରବାହ ଯୋଜନା ସଂକ୍ରାନ୍ତରେ ଅବଗତ କରାଯାଇଛି। ବିଭିନ୍ନ ବିଭାଗ ସମନ୍ବୟ ରକ୍ଷା କରି କିଭଳି ପଦକ୍ଷେପ ଗ୍ରହଣ କରିବେ ତାହା ବିସ୍ତୃତ ଭାବେ ଉଲ୍ଲେଖ ରହିଛି। ଅଂଶୁଘାତ ମୁକାବିଲା କାର୍ଯ୍ୟରେ କୌଣସି ସମସ୍ୟା ଉପୁଜିଲେ ତୁରନ୍ତ ସେ ସଂକ୍ରାନ୍ତରେ ଉଚ୍ଚ କର୍ତ୍ତୃପକ୍ଷଙ୍କୁ ଜଣାଇବାକୁ କୁହାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

୫କେଜି LPG ସିଲିଣ୍ଡରକୁ ନେଇ ସରକାରଙ୍କ ବଡ଼ ଘୋଷଣା, ଲକ୍ଷ ଲକ୍ଷ ଲୋକଙ୍କୁ…

ନୂଆଦିଲ୍ଲୀ,୭।୪: ଇରାନରେ ଜାରି ରହିଥିବା ଯୁଦ୍ଧ କାରଣରୁ ସାରା ବିଶ୍ୱରେ LPG ଯୋଗାଣ ପ୍ରଭାବିତ ହୋଇଛି। ଏହାର ପ୍ରଭାବ ଭାରତର ପ୍ରବାସୀ ଶ୍ରମିକ ଓ ଦୁର୍ବଳ ଶ୍ରେଣୀର…

ଯେଉଁଠି ଅଛନ୍ତି ସେଇଠି ଥାନ୍ତୁ, ୪୮ ଘଣ୍ଟା ଯାଏ ଘରୁ ବାହାରନ୍ତୁ ନାହିଁ; ଭାରତୀୟଙ୍କ ପାଇଁ Advisory ଜାରି କଲା…

ତେହେରାନ,୭।୪: ପଶ୍ଚିମ ଏସିଆରେ ଯୁଦ୍ଧ ପରିସ୍ଥିତି ଭୟଙ୍କର ରୂପ ନେବାରେ ଲାଗିଛି। ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ବିନାଶକାରୀ ଧମକ ଏବଂ ଇସ୍ରାଏଲର ଆକ୍ରମଣ ମଧ୍ୟରେ ଇରାନରେ…

ଭଡ଼ାଘରେ ଚଲାଇଥିଲେ ଦେହ ବ୍ୟବସାୟ, ଦମ୍ପତିଙ୍କୁ ବାନ୍ଧିଲା ଟାଉନ ଥାନା ପୋଲିସ, ମିଳିଲା ଆପତ୍ତିଜନକ…

ବରଗଡ଼,୭।୪(ପ୍ରେମାନନ୍ଦ ଖମାରୀ)-ବରଗଡ଼ ସହର ଉପକଣ୍ଠ ଶ୍ରୀଧାମ ସୋସାଇଟି ନିକଟ ଏକ ଭଡ଼ାଘରେ ଦେହ ବ୍ୟବସାୟ ଚଲାଉଥିବା ଅଭିଯୋଗରେ ସ୍ଥାନୀୟ ଟାଉନ ଥାନା ପୋଲିସ ଜଣେ ଦମ୍ପତିଙ୍କୁ ଗିରଫ…

ଫସିଗଲେ ଡେଭିଡ୍‌ ଓ୍ବାର୍ନର, ମଦ ପିଇ ଗାଡ଼ି ଚଳାଇବା ଅଭିଯୋଗରେ ସିଡନୀରେ ଗିରଫ

ସିଡନୀ,୭।୪: ଅଷ୍ଟ୍ରେଲିଆର ବିସ୍ଫୋରକ ବ୍ୟାଟ୍ସମ୍ୟାନ ଡେଭିଡ ୱାର୍ନରଙ୍କ ପାଇଁ ଅଡୁଆ ବଢ଼ିଛି। ମଦ୍ୟପାନ କରି ଗାଡ଼ି ଚଲାଉଥିବା ବେଳେ (Drink-driving) ସିଡନୀ ପୋଲିସ ତାଙ୍କୁ ଗିରଫ କରିଛି।…

ସାମିଆପଲ୍ଲୀରୁ ବିପୁଳ ପରିମାଣରେ ଶାଗୁଆନ କାଠ ଜବତ

ଛତ୍ରପୁର,୭।୪ (ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲା ଛତ୍ରପୁର ନିକଟ ସାମିଆପଲ୍ଲୀ ଗ୍ରାମ ନିକଟରୁ ଭିଜିଲାନ୍ସ, ବନବିଭାଗ ମୋବାଇଲ ଟିମ, ଛତ୍ରପୁର ବନ ବିଭାଗ ବିପୁଳ ପରିମାଣର ଶାଗୁଆନ…

ରାଜ୍ୟସଭା କ୍ରସ୍‌ ଭୋଟିଂ ପରେ ପ୍ରଥମ ଥର ମୋହନା ଆସିଲେ ବିଧାୟକ

ମୋହନା, ୭ା୪(ମନ୍ମଥ ମିଶ୍ର): ରାଜ୍ୟସଭା ନିର୍ବାଚନ ପରେ ଗଜପତି ଜିଲା କଂଗ୍ରେସରେ ହଟଚମଟ ଦେଖିବାକୁ ମିଳିଥିଲା। ମୋହନା ବିଧାୟକ ଦାଶରଥି ଗମାଙ୍ଗ ନିଜ ଦଳର କଥା ଅବମାନନା…

ଆମେରିକା ରେଡ୍‌ ଲାଇନ୍‌ ପାର କଲେ, ଆମର କ୍ଷେପଣାସ୍ତ୍ର ଟ୍ରମ୍ପଙ୍କୁ ଭୟଙ୍କର ଜବାବ ଦେବ; ଇରାନ ଦେଲା ପାଲଟା ଚେତାବନୀ

ତେହେରାନ,୭।୪: ମଧ୍ୟପ୍ରାଚ୍ୟରେ ଉତ୍ତେଜନା ଚରମ ସୀମାରେ ପହଞ୍ଚିଛି। ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ଦ୍ୱାରା ଦିଆଯାଇଥିବା ଡେଡ୍‌ଲାଇନ୍‌ ଶେଷ ହେବା ପୂର୍ବରୁ ଇରାନର ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ‘ଖାର୍ଗ…

ଏକା ବେଳେ ଜଳିଲା ଗୋଟିଏ ପରିବାରର ୪ ଜୁଇ: କାନ୍ଦ ବୋବାଳିରେ ଫାଟି ପଡ଼ୁଛି ଗାଁ  

କୋରାପୁଟ,୭।୪(ଅମିତାଭ ବେହେରା):ଏକା ବେଳକେ ଜଳିଲା ଗୋଟିଏ ପରିବାରର ୪ ଜୁଇ। ଦୁର୍ଘଟଣାରେ ଗୋଟିଏ ପରିବାରର ୪ ଜଣଙ୍କ  ଘଟିଲା ମୃତ୍ୟୁ। କୋରପୁଟ ଶ୍ମଶାନରେ ଜଳିଲା ଜୁଇ। ନବରଙ୍ଗପୁର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri