ଅଂଶୁଘାତ ମୁକାବିଲା ପାଇଁ ଜିଲାପାଳଙ୍କୁ ନିର୍ଦ୍ଦେଶ: ତୁରନ୍ତ ଅଚଳ ନଳକୂପ, ପାନୀୟ ଜଳ ପ୍ରକଳ୍ପ ମରାମତି କରିବାକୁ ପରାମର୍ଶ

ଭୁବନେଶ୍ୱର,୨୫।୫(ବ୍ୟୁରୋ): ରାଜ୍ୟରେ ପ୍ରଚଣ୍ଡ ଗ୍ରୀଷ୍ମ ପ୍ରବାହ ହେଲାଣି। ପ୍ରବଳ ତାତି ସାଙ୍ଗକୁ ଗୁଳୁଗୁଳି ଜନଜୀବନକୁ ଅସ୍ତବ୍ୟସ୍ତ କରୁଛି। ଆସନ୍ତା ୨୮ତାରିଖ ପର୍ଯ୍ୟନ୍ତ ଆଭ୍ୟନ୍ତରୀଣ, ପଶ୍ଚିମ ଏବଂ ଉପକୂଳ ଓଡ଼ିଶାର ୧୦ଟି ଜିଲାରେ ଗ୍ରୀଷ୍ମ ପ୍ରବାହ ଅଧିକ ରହିବ। ଏପିରି କି ପାରଦ ୪୭ଡିଗ୍ରୀ ସେଲସିୟସ ନିକଟକୁ ଚାଲିଯିବ ବୋଲି ପାଣିପାଗ ବିଭାଗ ପୂର୍ବାନୁମାନ କରିଛି। ଏନେଇ ବିଭାଗ ପକ୍ଷରୁ କେତେକ ଜିଲାରେ ୟେଲୋ ଏବଂ ଅରେଞ୍ଜ ୱାର୍ନିଂ ଜାରି କରାଯାଇଛି। ପ୍ରଚଣ୍ଡ ଗ୍ରୀଷ୍ମ ପ୍ରବାହକୁ ଦୃଷ୍ଟିରେ ରଖି ଅଂଶୁଘାତ ମୁକାବିଲା ପାଇଁ ଜିଲାପାଳଙ୍କୁ ନିର୍ଦ୍ଦେଶ ଦିଆଯାଇଛି। ସ୍ବତନ୍ତ୍ର ରିଲିଫ କମିଶନର ପ୍ରଦୀପ କୁମାର ଜେନା ଏନେଇ ରବିବାର ସମସ୍ତ ଜିଲାପାଳଙ୍କୁ ଚିଠି ଲେଖିଛନ୍ତି। ଗ୍ରୀଷ୍ମ ପ୍ରକୋପକୁ ଦେଖି ପରିସ୍ଥିତିର ସମୀକ୍ଷା କରିବା ସହ ଆବଶ୍ୟକ ପ୍ରତିଷେଧକ ବ୍ୟବସ୍ଥା ଗ୍ରହଣ କରିବାକୁ କୁହାଯାଇଛି। ପ୍ରବଳ ଗ୍ରୀଷ୍ମ ପ୍ରବାହ ଏବଂ ଜଳ ଯୋଗାଣ ଅଭାବକୁ ଦୃଷ୍ଟିରେ ରଖି ତୁରନ୍ତ ଅଚଳ ନଳକୂପ ଏବଂ ପାନୀୟ ଜଳ ପ୍ରକଳ୍ପଗୁଡିକୁ ମରାମତି କରିବାକୁ ନିର୍ଦ୍ଦେଶ ଦିଆଯାଇଛି। ଜଳ ସଙ୍କଟ ଥିବା ଅଞ୍ଚଳରେ ପାଣି ଟ୍ୟାଙ୍କର ଏବଂ ପାନୀୟ ଜଳ କେନ୍ଦ୍ର ସ୍ଥାପନ କରି ଜଳ ଯୋଗାଣ ବ୍ୟବସ୍ଥାକୁ ତ୍ୱରାନ୍ବିତ କରିବାକୁ ପରାମର୍ଶ ଦିଆଯାଇଛି। ଏଥିସହିତ ଅଂଶୁଘାତ ରୋଗୀଙ୍କୁ ଚିକିତ୍ସା କରିବା ପାଇଁ ପ୍ରାଥମିକ ଚିକିତ୍ସା କେନ୍ଦ୍ର ଓ ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରରେ ସ୍ବତନ୍ତ୍ର ଚିକିତ୍ସା ବ୍ୟବସ୍ଥା କରିବାକୁ ଜିଲାପାଳଙ୍କୁ ନିର୍ଦ୍ଦେଶ ଦିଆଯାଇଛି। ଏଥିସହିତ ଅଂଶୁଘାତ ପ୍ରସ୍ତୁତି ଓ ପରିସ୍ଥିତି ବିଷୟରେ ନିୟମିତ ଭାବେ ଜଣାଇବାକୁ କୁହାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

କଂଗ୍ରେସରେ ମିଶିବେ ମମତା? ମୁହଁ ଖୋଲିଲା TMC, ରାଜନୀତିରେ ଚହଳ

କୋଲକାତା,୧୦।୬: ତୃଣମୂଳ କଂଗ୍ରେସ (ଟିଏମସି) ମୁଖ୍ୟ ମମତା ବାନାର୍ଜୀଙ୍କ ପାଇଁ ସମସ୍ୟା ବଢ଼ିବାରେ ଲାଗିଛି। ଦଳର ବିଧାୟକମାନଙ୍କ ବିଦାୟ ପରେ, ଏମପିମାନେ ମଧ୍ୟ ଦଳ ଛାଡିବାକୁ ପ୍ରସ୍ତୁତ…

ମମତାଙ୍କ ଠୁ ୬ଗୁଣା ଅଧିକ ଧନୀ ସାୟନି ଘୋଷ, ଏତେ ଟଙ୍କାର ମାଲିକାଣୀ…

କୋଲକାତା,୧୦।୬: ପଶ୍ଚିମବଙ୍ଗ ବିଧାନସଭା ନିର୍ୱାଚନ ଫଳାଫଳ ଏବଂ ରାଜ୍ୟରେ ଭାଜପା ସରକାର ଗଠନ ପରେ, ୧୫ ବର୍ଷ ଧରି ବଙ୍ଗଳାରେ ଶାସନ କରିଥିବା ତୃଣମୂଳ କଂଗ୍ରେସ (ଟିଏମସି)…

ଫସର ଫାଟିଲା ପୂଜକ କନ୍ଧ ଶତପଥୀଙ୍କ ଘର ଭାଙ୍ଗିବା ପ୍ରୟାସ, ନିରାଶ ହୋଇ ଫେରିଲା ପ୍ରଶାସନ

ଗଞ୍ଜାମ,୧୦।୬(ବିଦ୍ୟାଧର ସାହୁ ): ଗଞ୍ଜାମ ସହର ତ୍ରିବେଣୀ ମଠ ଛକରେ ଦୀର୍ଘ ୭୦ ବର୍ଷ ହେବ ରହି ଆସୁଛନ୍ତି ପୂଜକ କନ୍ଧ ଶତପଥୀ ଓ ତାଙ୍କ ପରିବାର…

ଉଡ଼ାଣ ଭରିବା ସମୟରେ କ୍ରାଶ ହେଲା ହେଲିକପ୍ଟର, ୨୦ ଯବାନ ମୃତ!

ଇସଲାମବାଦ,୧୦।୬: ପାକିସ୍ତାନରୁ ଏକ ବଡ଼ ଖବର ସାମ୍ନାକୁ ଆସିଛି । ଏକ ପାକିସ୍ତାନ ସେନା ଆଭିଏସନ୍ Mi-17 ହେଲିକପ୍ଟର ଦୁର୍ଘଟଣାଗ୍ରସ୍ତ ହୋଇଛି । ଯାହା ଫଳରେ ଏଥିରେ…

ଧାନ ଚୋରି କରି ନେଇଯାଉଥିବା ବେଳେ ଦୁର୍ଘଟଣା ହେଲା ଟ୍ରକ, ଚାଳକ….

ଅତାବିରା,୧୦।୬(ଯୁଧିଷ୍ଠିର ମହାପାତ୍ର): ରାଜ୍ୟରେ ରବି ଧାନ କିଣାବିକା ଅବଧି ଯେତେ ବିତୁଛି, ସେତିକି ଚାଷୀ ସମସ୍ୟା ବଢ଼ିବାରେ ଲାଗିଛି । କେତେବେଳେ ଟୋକନ ତ ଆଉ କେତେବେଳେ…

ଧକ୍କା ଦେଇ ସ୍କୁଟିକୁ ଘୋଷାଡ଼ି ନେଲା ପିକ୍‌ଅପ୍‌, ଆଉ ତା’ ପରେ…

ବଲାଙ୍ଗୀର,୧୦ା୬(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ସହରର ଖଦାଲପଡ଼ା ସୁରୁଚି ମାର୍କେଟ ସମ୍ମୁଖ ରାସ୍ତାରେ ବୁଧବାର ଘଟିଛି ଏକ ସଡ଼କ ଦୁର୍ଘଟଣା। ଏକ ପିକ୍‌ଅପ୍‌ ଗାଡ଼ି ଜଣେ ଓକିଲଙ୍କ…

ପ୍ରଧାନମନ୍ତ୍ରୀ ଆବାସ ଯୋଜନାରେ ଗୃହ କାର୍ଯ୍ୟ ଶେଷ କରିବାକୁ ହିତାଧିକାରୀଙ୍କୁ ନିର୍ଦ୍ଦେଶ

କେସିଙ୍ଗା,୧୦ା୬(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ଏନ୍‌ଏସି ଅଧ୍ୟକ୍ଷ ନୃପରାଜ ଯାଦବଙ୍କ ସଭାପତିତ୍ୱରେ ପୌର ଅଞ୍ଚଳରେ ପ୍ରଧାନମନ୍ତ୍ରୀ ଆବାସ ଗୃହ ୧.୦ ମାଧ୍ୟମରେ କାର୍ଯ୍ୟ ସମ୍ପୂର୍ଣ୍ଣ କରୁ…

ଦୁର୍ଘଟଣାରେ ମା’-ଝିଅଙ୍କ ମୃତ୍ୟୁକୁ ନେଇ କାର୍ଯ୍ୟାନୁଷ୍ଠାନ ଦାବି କଲା ବିଜେଡି

ବଲାଙ୍ଗୀର,୧୦ା୬(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ସହର ଗାନ୍ଧୀନଗରପଡ଼ା ୨୬ ନମ୍ବର ଜାତୀୟ ରାଜପଥରେ ମଙ୍ଗଳବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟି ମା’ ଝିଅଙ୍କ ମୃତ୍ୟୁ ଘଟିଥିଲା।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri