Categories: ଜାତୀୟ

ଅଓ୍ବନ୍ତିପୋରାରେ ଏନ୍‌କାଉଣ୍ଟର: ସେନାର ଗୁଳିରେ ଟଳିପଡ଼ିଲେ ଆଉ ଜଣେ ଆତଙ୍କବାଦୀ

ଶ୍ରୀନଗର,୨୨।୧: ଜମ୍ମୁ-କଶ୍ମୀର ପୁଲଓ୍ବାମା ଜିଲାର ଅଓ୍ବନ୍ତିପୋରାରେ ବୁଧବାର ଏନକାଉଣ୍ଟର ହୋଇଛି। ଏହି ଏନ୍‌କାଉଣ୍ଟରରେ ଜଣେ ଆତଙ୍କବାଦୀ ନିହତ ହୋଇଥିବା ଜଣାପଡ଼ିଛି। ସ୍ଥାନୀୟ ଅଞ୍ଚଳରେ ଆତଙ୍କବାଦୀ ଲୁଚି ରହିଥିବା ଖବର ବିଶ୍ୱସ୍ତ ସୂତ୍ରରୁ ପାଇବା ପରେ ସୁରକ୍ଷାକର୍ମୀ ପକ୍ଷରୁ ସର୍ଚ୍ଚ ଅପରେଶନ୍‌ କରାଯାଇଥିଲା। ସୁରକ୍ଷାକର୍ମୀଙ୍କୁ ଦେଖି ଆତଙ୍କବାଦୀ ପ୍ରଥମେ ଆଖିବୁଜା ଗୁଳି ଚାଳନା କରିଥିଲେ। ଏହାର ପାଲଟା ଜବାବରେ ସୁରକ୍ଷାକର୍ମୀ ମଧ୍ୟ ଗୁଳି ଚଳାଇଥିଲେ। ଏହି ଗୁଳିବିନିମୟରେ ଜଣେ ଆତଙ୍କବାଦୀଙ୍କ ମୃତ୍ୟୁ ହୋଇଛି। ସୂଚନାଯୋଗ୍ୟ, ମଙ୍ଗଳବାର ଅଓ୍ବନ୍ତିପୋରାରେ ହୋଇଥିବା ଏନ୍‌କାଉଣ୍ଟରରେ ୨ ଆତଙ୍କବାଦୀ ନିହତ ହୋଇଥିବା ବେଳେ ଜଣେ ଯବାନ ଓ ଜମ୍ମୁ-କଶ୍ମୀର ପୋଲିସର ଜଣେ ଏସ୍‌ପିଓ ଶହୀଦ ହୋଇଛନ୍ତି।

Share