Posted inଜାତୀୟ

ଅଓ୍ବନ୍ତିପୋରା ଏନ୍‌କାଉଣ୍ଟରରେ ୨ଆତଙ୍କବାଦୀ ନିହତ

ଶ୍ରୀନଗର,୨୧।୧: ଜମ୍ମୁ-କଶ୍ମୀର ଅଓ୍ବନ୍ତିପୋରାରେ ମଙ୍ଗଳବାର ଏନ୍‌କାଉଣ୍ଟର ହୋଇଛି। ଏହି ଏନ୍‌କାଉଣ୍ଟରରେ ୨ ଆତଙ୍କବାଦୀ ନିହତ ହୋଇଥିବା ବେଳେ ଜଣେ ଯବାନ ଶହୀଦ ଓ ୨ଯବାନ ଆହତ ହୋଇଛନ୍ତି। ସୂଚନାଯୋଗ୍ୟ, ଦକ୍ଷିଣ କଶ୍ମୀର ଅଓ୍ବନ୍ତିପୋରାରେ ଆତଙ୍କବାଦୀ ଲୁଚିରହିଥିବା ଖବର ବିଶ୍ୱସ୍ତ ସୂତ୍ରରୁ ପାଇବା ପରେ ସୁରକ୍ଷାକର୍ମୀମାନେ ମଙ୍ଗଳବାର ସକାଳେ ସର୍ଚ୍ଚ ଅପରେଶନ୍‌ କରିଥିଲେ। ସେହି ସମୟରେ ସୁରକ୍ଷାକର୍ମୀଙ୍କୁ ଦେଖି ଭୟଭୀତ ଅବସ୍ଥାରେ ଆତଙ୍କବାଦୀମାନେ ଆଖିବୁଜା ଗୁଳିଚାଳନା କରିଥିଲେ। ଏହାର ପାଲଟା ଜବାବରେ ସୁରକ୍ଷାକର୍ମୀ ମଧ୍ୟ ତାଙ୍କୁ ପ୍ରତି ଆକ୍ରମଣ କରିଥିଲେ। ଦୀର୍ଘ ସମୟ ଧରି ଚାଲିଥିବା ଏହି ଏନ୍‌କାଉଣ୍ଟରରେ ୨ଆତଙ୍କବାଦୀଙ୍କ ମୃତ୍ୟୁ ହୋଇଛି। ଏହି ଗୁଳିବିନିମୟରେ ଜମ୍ମୁ-କଶ୍ମୀରର ଏସ୍‌ପିଓ ଶହୀଦ ହୋଇଥିବା ବେଳେ ଏସ୍‌ଓଜିର ୨ଯବାନ ଆହତ ହୋଇଛନ୍ତି। ଆହତ ଯବାନଙ୍କୁ ଉଦ୍ଧାର କରାଯାଇ ତୁରନ୍ତ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ଅପରପକ୍ଷେ ଅନ୍ୟ ଆତଙ୍କବାଦୀଙ୍କ ସନ୍ଧାନରେ ସୁରକ୍ଷାକର୍ମୀଙ୍କ ପକ୍ଷରୁ ସ୍ଥାନୀୟ ଅଞ୍ଚଳକୁ ଘେରାବନ୍ଦୀ କରାଯାଇ ସର୍ଚ୍ଚ ଅପରେଶନ୍‌ ଜାରି ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ହେଉଥିଲେ ଚାଲାଣ: ଟ୍ରେନ୍‌ରୁ ୧୬୩ ନାବାଳକ ଉଦ୍ଧାର

ଭୋପାଳ,୧୨ା୪: ବିହାର ଏବଂ ମହାରାଷ୍ଟ୍ରରୁ ଚାଲାଣ ହେଉଥିବା ୧୬୩ଜଣ ନାବାଳକଙ୍କୁ ମଧ୍ୟପ୍ରଦେଶର କାଟ୍‌ନି ଜିଲାରେ ଏକ ଏକ୍ସପ୍ରେସ୍‌ ଟ୍ରେନ୍‌ରୁ ରେଲ୍‌ଓ୍ବେ ପୋଲିସ ଉଦ୍ଧାର କରିଛି। ପିଲାମାନଙ୍କ ବୟସ…

ହର୍ମୁଜକୁ ବନ୍ଦ କରିବ ଆମେରିକା! ଟ୍ରମ୍ପଙ୍କ ଘୋଷଣା ପରେ ବିଶ୍ବରେ ହଲଚଲ

ଓ୍ବାଶିଂଟନ,୧୨ା୪: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏକ ବଡ଼ ଘୋଷଣା କରିଛନ୍ତି । ବଢ଼ିପାରେ ତୈଳ ସଙ୍କଟ । ବିଶେଷକରି, ଟ୍ରମ୍ପ କହିଛନ୍ତି ଯେ ଆମେରିକା ନୌସେନା…

କିଏ ହେବେ ବିହାରର ନୂଆ ମୁଖ୍ୟମନ୍ତ୍ରୀ, ଦୌଡ଼ରେ ଏହି ପ୍ରମୁଖ ନେତା

ନୂଆଦିଲ୍ଲୀ,୧୨ା୪: ବିହାର ମୁଖ୍ୟମନ୍ତ୍ରୀ ନୀତୀଶ କୁମାର ରାଜ୍ୟ ସଭାକୁ ଯିବା ପରେ ପରବର୍ତ୍ତୀ ମୁଖ୍ୟମନ୍ତ୍ରୀ କିଏ ହେବେ, ତାହାକୁ ନେଇ କଳ୍ପନାଜଳ୍ପନା ବଢ଼ିବାରେ ଲାଗିଛି। ଅନ୍ୟପକ୍ଷେ ଭାଜପା…

ପୋଖରୀରୁ ମିଳିଲା ଯୁବକଙ୍କ ମୃତଦେହ

ଦାରିଙ୍ଗବାଡ଼ି,୧୨।୪(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଅଗ୍ନିଶମ କର୍ମଚାରୀ ରବିବାର ଏକ ପୋଖରୀରୁ ଜଣେ ଯୁବକଙ୍କ ମୃତହେଦ ଉଦ୍ଧାର କରିଛନ୍ତି। ମୃତକ ହେଲେ କୋଟଗଡ଼ ବ୍ଲକ ପକାରୀ…

ଇନଷ୍ଟାଗ୍ରାମରୁ ପ୍ରେମ; ବିବାହର ପ୍ରତିଶ୍ରୁତି ଦେଇ ବଳାତ୍କାର ପରେ ପ୍ରତାରଣା, ଅଭିଯୁକ୍ତଙ୍କୁ ବାନ୍ଧିଲା ଦିଗପହଣ୍ଡି ପୋଲିସ

ଦିଗପହଣ୍ଡି,୧୨ା୪(ଅଶେଷ ନାଥ ମିଶ୍ର): ଇନଷ୍ଟାରୁ ପ୍ରେମ ପରେ ବିବାହର ପ୍ରତିଶୃତି ଦେଇ ବଳାତ୍କାର । ଗଞ୍ଜାମ ଜିଲା ଦିଗପହଣ୍ଡି ସହରର ଅରୁଣ ଘଡ଼େଇ(୨୫) ନାମକ ଯୁବକ ବ୍ରହ୍ମପୁରର…

ଟଙ୍କା ଧରି ଘରକୁ ଫେରୁଥିଲେ ଗୁଡ଼ାରି ରେଞ୍ଜର, ରାସ୍ତାରେ ମାଡ଼ିବସିଲା ଭିଜିଲାନ୍ସ

ଗୁଡାରି,୧୨ା୪(ପ୍ରମୋଦ କୁମାର ପତି): ଧରାପଡ଼ିଲେ ଗୁଡ଼ାରି ରେଞ୍ଜର । ଗୁଡାରି ରେଞ୍ଜର ସୁକୁମାର ଦୁଖୁ ଓଡ଼ିଶା ଭିଜିଲାନ୍ସ ଦ୍ୱାରା ଅଟକ ରହିଛନ୍ତି । ତାଙ୍କ ନିକଟରୁ ୨…

ଜଙ୍ଗଲରେ ଲୁଚାଇ ରଖିଥିଲେ ଗଞ୍ଜେଇ, ମାଡ଼ି ବସିଲା ପୋଲିସ

ମୋହନା,୧୨।୪(ମନ୍ମଥ ମିଶ୍ର): ଘଞ୍ଚ ଜଙ୍ଗଲରେ ଲୁଚାଇ ରଖିଥିବା ବିପୁଳ ପରିମାଣର ଗଞ୍ଜେଇକୁ ଅଡ଼ବା ପୋଲିସ ରବିବାର ଜବତ କରିଛି । ଏକ ବିଶେଷ ସୂତ୍ରରୁ ଖବର ପାଇ…

ତାନ୍ତ୍ରିକର ଅମାନବୀୟ କାଣ୍ଡ, ଝଡା ଫୁଙ୍କା କରିବା ବାହାନରେ ମହିଳାଙ୍କୁ ବାରମ୍ବାର ବଳାତ୍କାର

ଲକ୍ଷ୍ନୌ,୧୨ା୪: ଉତ୍ତରପ୍ରଦେଶର ସୋନଭଦ୍ରା ଜିଲାରୁ ଏକ ଅତ୍ୟନ୍ତ ଚାଞ୍ଚଲ୍ୟକର ଘଟଣା ସାମ୍ନାକୁ ଆସିଛି । ଝଡାଫୁଙ୍କା ନାଁରେ ଜଣେ ତାନ୍ତ୍ରିକ ଜଣେ ମହିଳାଙ୍କୁ ବଳାତ୍କାର କରିଥିବା ନେଇ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri