ଅକ୍ଟୋବର ୧ରୁ ଲାଗୁ ହେବ ସଂଶୋଧିତ ପେନ୍‌ସନ ନିୟମ

ଭୁବନେଶ୍ୱର,୨୪।୯(ବ୍ୟୁରୋ): ଚାକିରିରେ ଯୋଗ ଦେବାର ୭ ବର୍ଷ ମଧ୍ୟରେ ଯଦି କୌଣସି ସରକାରୀ କର୍ମଚାରୀଙ୍କର ମୃତ୍ୟୁ ହୁଏ ତେବେ ତାଙ୍କର ନିକଟ ସମ୍ପର୍କୀୟଙ୍କୁ ଶେଷ ଦରମାର ବର୍ଦ୍ଧିତ ୫୦ ପ୍ରତିଶତ ହାରରେ ୧୦ ବର୍ଷ ପର୍ଯ୍ୟନ୍ତ ପାରିବାରିକ ପେନସନ ଆକାରରେ ପ୍ରଦାନ କରାଯିବ। ଏ ନେଇ କେନ୍ଦ୍ର ସରକାର କେନ୍ଦ୍ରୀୟ ପ୍ରଶାସନିକ ସେବା(ପେନସନ) ନିୟମାବଳୀ-୧୯୭୨ର ସେକ୍ସନ ୫୪ରେ ପରିବର୍ତ୍ତନ କରିଛନ୍ତି।
ପେନସନ ରୁଲ୍‌ ଅନୁଯାୟୀ କର୍ମଚାରୀ ୭ ବର୍ଷ ପୂରଣ କରିଥିଲେ ତାଙ୍କ ନିକଟ ସମ୍ପର୍କୀୟଙ୍କୁ ଶେଷ ଦରମାର ୫୦ ପ୍ରତିଶତ ୧୦ ବର୍ଷ ପର୍ଯ୍ୟନ୍ତ ଦିଆଯାଇଥାଏ। ଏହା ପରେ ୩୦ ପ୍ରତିଶତ ହାରରେ ପେନସନ ଦେବାର ବ୍ୟବସ୍ଥା ରହିଛି। ତେବେ ଚାକିରି କରିବାର ୭ ବର୍ଷ ମଧ୍ୟରେ ମୃତ୍ୟୁ ହେଲେ ଶେଷ ଦରମାର ୩୦ ପ୍ରତିଶତ ପାରିବାରିକ ପେନସନ ଆକାରରେ ମଳିଥାଏ। ଏହି ପରିପ୍ରେକ୍ଷୀରେ ମୃତ କର୍ମଚାରୀଙ୍କ ସମ୍ପର୍କୀୟ ବର୍ଦ୍ଧିତ ଶେଷ ଦରମାର ୫୦ ପ୍ରତିଶତ ହାରରେ ପେନସନ ପାଇବାକୁ ଯୋଗ୍ୟ ବିବେଚିତ ହୋଇ ନ ଥାଆନ୍ତି। କେନ୍ଦ୍ର ସରକାର ହୃଦ୍‌ବୋଧ କରିଛନ୍ତି ଯେ ଜଣେ ବ୍ୟକ୍ତି ଚାକିରି ଆରମ୍ଭରେ କମ୍‌ ଦରମା ପାଇଥାଆନ୍ତି। ସେଥିପାଇଁ ମୃତ କର୍ମଚାରୀଙ୍କ ପରିବାରକୁ ବର୍ଦ୍ଧିତ ଆକାରରେ ପାରିବାରିକ ପେନସନ ଦେବାର ଆବଶ୍ୟକତା ରହିଛି। ଏହି ନୂତନ ପେନସନ ବ୍ୟବସ୍ଥା ଆସନ୍ତା ଅକ୍ଟୋବର ୧ରୁ ଲାଗୁ କରାଯିବ। ଏହି ତାରିଖର ୧୦ ବର୍ଷ ପୂର୍ବରୁ ଚାକିରିକାଳ ୭ ବର୍ଷ ପୂରଣ କରି ପାରି ନ ଥିବା ମୃତ କର୍ମଚାରୀଙ୍କ ପରିବାରଙ୍କୁ ମଧ୍ୟ ୧୦ ବର୍ଷ ଲାଗି ବର୍ଦ୍ଧିତ ହାରରେ ପାରିବାରିକ ପେନସନ ମିଳିବ । ତେବେ ଏହି ସୁବିଧା ସମ୍ପୃକ୍ତ ପରିବାର ୨୦୧୯ ଅକ୍ଟୋବର ପହିଲାରୁ ପାଇ ପାରିବେ। ଚାକିରିରେ ଯୋଗ ଦେବାର ୭ ବର୍ଷ ମଧ୍ୟରେ ଦୁର୍ଭାଗ୍ୟଜନକ ଭାବେ ମୃତ୍ୟୁବରଣ କରୁଥିବା କେନ୍ଦ୍ରୀୟ ସଶସ୍ତ୍ର ଆରକ୍ଷୀ ବାହିନୀ(ସିଏପିଏଫ) କର୍ମଚାରୀଙ୍କ ସମେତ ସମସ୍ତ କର୍ମଚାରୀଙ୍କ ପରିବାର ଏହି ନୂତନ ସଂଶୋଧିତ ନିୟମ ଅନୁଯାୟୀ ପେନସନ ପାଇବେ।


Enter your email to get our daily news in your inbox.

All Right Reserved By Dharitri.Com

‘ଓଡ଼ିଶାରେ ଏତିକି ଲୋକ ସଭା ଆସନ ଜିତିବ ଭାଜପା’

ଭୁବନେଶ୍ୱର,୧୯।୪: ବିଧାନସଭା ନିର୍ବାଚନ ପାଇଁ ଭାଜପା ଦ୍ୱିତୀୟ ପର୍ଯ୍ୟାୟ ସୁଦ୍ଧା ୧୩୧ ପ୍ରାର୍ଥୀ ତାଲିକା ପ୍ରକାଶ କରିଛି। ତେବେ ଖୁବ୍‌ଶୀଘ୍ର ଭାଜପାର ଅବଶିଷ୍ଟ ବିଧାନସଭା ପ୍ରାର୍ଥୀ...

ବିଜେଡି ଛାଡ଼ି ପାରନ୍ତି ପୂର୍ବତନ ଏମପି ପ୍ରସନ୍ନ ପାଟ୍ଟଶାଣୀ!

ଭୁବନେଶ୍ୱର,୧୯।୪: ଓଡ଼ିଶା ରାଜନୀତିରେ ଏବେ କେବଳ ଦଳ ବଦଳ ଚାଲିଛି। ଦଳରେ ଅନେକ ଦିନରୁ ଥିବା ବରିଷ୍ଠ ନେତାମାନେ ମଧ୍ୟ ଟିକେଟ ନ ମିଳିବାରୁ ଓ...

ଚାଞ୍ଜଲ୍ୟକର ଖୁଲାସା କଲେ ଭାଜପା ପ୍ରଭାରୀ: ବିଜେଡି ଛାଡିବେ..

ଭୁବନେଶ୍ୱର,୧୯।୪: ଖୁବଶୀଘ୍ର ବିଜେଡି ଛାଡିବେ ଅନେକ ବଡ଼ ନେତା। ବିଜେଡି ଛାଡୁଥିବା ନେତାମାନେ ଭାଜପାରେ ଯୋଗ ଦେବେ। ରାଜ୍ୟ ନିର୍ବାଚନ ପ୍ରଭାରୀ ବିଜୟ ପାଲ ସିଂ...

ବିଳମ୍ବିତ ରାତିରେ ଖବରଦାତାଙ୍କୁ ଆକ୍ରମଣ

ଭୁବନେଶ୍ୱର,୧୯।୪(ସତ୍ୟଜିତ ରାଉତ):ବିଳମ୍ବିତ ରାତିରେ ଅସୁରକ୍ଷିତ ହୋଇପଡ଼ିଛି ରାଜଧାନୀ। ଅସାମାଜିକ ଯୁବକମାନେ ପଥଚାରୀଙ୍କୁ ଆକ୍ରମଣ କରିବାକୁ ପଛାଉ ନାହାନ୍ତି। ଗୁରୁବାର ରାତି ପ୍ରାୟ ୧୨ଟା ୫୫ ବେଳେ...

‘କ୍ରୁଜ୍‌’ କ୍ଷେପଣାସ୍ତ୍ରର ସଫଳ ପରୀକ୍ଷଣ

ବାଲେଶ୍ୱର, ୧୯।୪(ମାନସ ବିଶ୍ୱାଳ):ବାଲେଶ୍ୱର ଚାନ୍ଦିପୁରସ୍ଥିତ ପ୍ରତିରକ୍ଷା ଗବେଷଣା ଓ ବିକାଶ ସଙ୍ଗଠନ (ଡିଆରଡିଓ) ପକ୍ଷରୁ ଇଣ୍ଟିଗ୍ରେଟେଡ୍‌ ଟେଷ୍ଟ ରେଞ୍ଜ (ଆଇଟିଆର୍‌)ରୁ ସ୍ବଦେଶୀ ଜ୍ଞାନକୌଶଳରେ ନିର୍ମିତ ‘କ୍ରୁଜ୍‌’...

ନବୀନ ନିବାସରେ ବିଜେଡି ପ୍ରାର୍ଥୀଙ୍କ ଭିଡ଼

ଭୁବନେଶ୍ୱର,୧୯ା୪(ଅନିଲ ଦାସ):ପଞ୍ଚମ ପର୍ଯ୍ୟାୟ ବିଧାନସଭା ଟିକେଟ ଘୋଷଣା ପରେ ଗୁରୁବାର ନବୀନ ନିବାସରେ ବିଜେଡି ଲୋକ ସଭା ଓ ବିଧାନସଭା ପ୍ରାର୍ଥୀଙ୍କ ଭିଡ଼ ଦେଖିବାକୁ ମିଳିଛି।...

ରାଜ୍ୟବାସୀଙ୍କ ମତାମତ ଲୋଡ଼ିଲେ ପାଣ୍ଡିଆନ

ଭୁବନେଶ୍ୱର,୧୯ା୪(ଅନିଲ ଦାସ):୫-ଟି ଓ ନବୀନ ଓଡ଼ିଶା ଅଧ୍ୟକ୍ଷ କାର୍ତ୍ତିକ ପାଣ୍ଡିଆନ ବିଜେଡି ଇସ୍ତାହାର ପାଇଁ ରାଜ୍ୟବାସୀଙ୍କ ମତାମତ ଲୋଡ଼ିଛନ୍ତି। ଗୁରୁବାର ସାମାଜିକ ଗଣମାଧ୍ୟମ ଜରିଆରେ ସେ...

୪ ସଂସଦୀୟ କ୍ଷେତ୍ରରେ ମହିଳା ଭୋଟର ଅଧିକ

ଭୁବନେଶ୍ୱର,୧୯ା୪(ଅନିଲ ଦାସ):ଆସନ୍ତା ମେ’ ୧୩ ତାରିଖରେ ରାଜ୍ୟରେ ପ୍ରଥମ ପର୍ଯ୍ୟାୟ ଭୋଟ ଗ୍ରହଣ ହେବ। ଏହି ପର୍ଯ୍ୟାୟରେ କଳାହାଣ୍ଡି, ନବରଙ୍ଗପୁର, କୋରାପୁଟ ଏବଂ ବ୍ରହ୍ମପୁର ସଂସଦୀୟ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri