Posted inଜାତୀୟ

ଅକ୍ଟୋବର ୨ରୁ ପ୍ଲାଷ୍ଟିକ୍‌ ବର୍ଜ୍ୟ ବିରୋଧରେ ଗଣଆନ୍ଦୋଳନ ଆହ୍ବାନ

ନୂଆଦିଲ୍ଲୀ,୨୬ା୮(ପି.ଟି.): ଚଳିତ ବର୍ଷ ମହାତ୍ମା ଗାନ୍ଧୀଙ୍କ ୧୫୦ତମ ଜନ୍ମବାର୍ଷିକୀ ପାଳନ କରାଯିବାକୁ ଥିବାବେଳେ ଏହିଦିନକୁ ସ୍ମରଣୀୟ କରିବା ପାଇଁ ଭାରତକୁ ପ୍ଲାଷ୍ଟିକ୍‌ ମୁକ୍ତ କରିବା ଲାଗି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆହ୍ବାନ ଦେଇଛନ୍ତି। ଦିଓ୍ବାଲି ପୂର୍ବରୁ ବିଭିନ୍ନ ସ୍ଥାନରେ ଜମା ହୋଇ ରହିଥିବା ପ୍ଲାଷ୍ଟିକ୍‌ ବର୍ଜ୍ୟକୁ ଏକତ୍ର କରିବାକୁ ରବିବାର ମୋଦି ତାଙ୍କର ପ୍ରିୟ ରେଡିଓ କାର୍ଯ୍ୟକ୍ରମ ‘ମନ କୀ ବାତ୍‌’ ଜରିଆରେ ମ୍ୟୁନିସିପାଲିଟି, ଜିଲା ପ୍ରଶାସନ, ଗ୍ରାମ ପଞ୍ଚାୟତ, ଏନ୍‌ଜିଓ, ସମସ୍ତ ସରକାରୀ ଓ ବେସରକାରୀ ଅନୁଷ୍ଠାନ, କର୍ପୋରେଟ ସେକ୍ଟରଗୁଡିକୁ ପରାମର୍ଶ ଦେଇଛନ୍ତି। ରିସାଇକ୍ଲିଂ ପ୍ରକ୍ରିୟାରେ ସେଗୁଡିକୁ ଇନ୍ଧନରେ ପରିଣତ କରାଯାଇପାରିବ। ତେଣୁ ନିରାପଦର ସହ ବର୍ଜ୍ୟ ପ୍ଲାଷ୍ଟିକ୍‌ରୁ ମୁକ୍ତ ହେବା ଲାଗି ପ୍ରଧାନମନ୍ତ୍ରୀ ପରାମର୍ଶ ଦେଇଛନ୍ତି।
ପରିବେଶର ସୁରକ୍ଷା ଲାଗି ଗୋଟିଏ ଥର ବ୍ୟବହୃତ ହେଉଥିବା ପ୍ଲାଷ୍ଟିକ୍‌ ବର୍ଜନ କରିବା ପାଇଁ ସ୍ବାଧୀନତା ଦିବସ ଅଭିଭାଷଣରେ ପ୍ରଧାନମନ୍ତ୍ରୀ ଜନସାଧାରଣଙ୍କୁ ଅନୁରୋଧ କରିଥିବାବେଳେ ରବିବାର ଏହା ବିରୋଧରେ ଗଣ ଆନ୍ଦୋଳନ ପାଇଁ ଡାକରା ଦେଇଛନ୍ତି। ସେପ୍ଟେମ୍ବର ୧୧ରୁ ଆରମ୍ଭ ହେବାକୁ ଥିବା ‘ସ୍ବଚ୍ଛତା ହିଁ ସେବା’ ଅଭିଯାନରେ ଜନସାଧାରଣଙ୍କୁ ସାମିଲ ହେବା ପାଇଁ ଏହି ଅବସରରେ ପ୍ରଧାନମନ୍ତ୍ରୀ ଆହ୍ବାନ ଦେଇଛନ୍ତି। ପ୍ରକୃତି ଓ ବନ୍ୟପ୍ରାଣୀ ସୁରକ୍ଷା ପାଇଁ ଉପଯୁକ୍ତ ପରିବେଶ ସୃଷ୍ଟି ନିମନ୍ତେ ପ୍ରଧାନମନ୍ତ୍ରୀ ପରାମର୍ଶ ଦେଇଛନ୍ତି। ଆସନ୍ତା ମାସରୁ ଆରମ୍ଭ ହେବାକୁ ଥିବା ପୋଷଣ ଅଭିଯାନ ସମ୍ପର୍କରେ କହିବା ସହ ଏଥିରେ ଜନସାଧାରଣଙ୍କ ଯୋଗଦାନ ପାଇଁ ମୋଦି ଆହ୍ବାନ ଦେଇଥିଲେ। ସେହିପରି ଅଗଷ୍ଟ ୨୯ ଜାତୀୟ କ୍ରୀଡ଼ା ଦିବସ ଅବସରରେ ‘ଫିଟ୍‌ ଇଣ୍ଡିଆ ଆନ୍ଦୋଳନ’ ଆରମ୍ଭ କରିବାକୁ ପ୍ରଧାନମନ୍ତ୍ରୀ କହିଛନ୍ତି।
ଭର୍ସେସ ଓ୍ବାଇଲ୍ଡ’ କାର୍ଯ୍ୟକ୍ରମରେ ବିଅର ଗ୍ରିଲ୍ସ ସହ ତାଙ୍କର କଥୋପକଥନ ଟେକ୍ନୋଲୋଜି ଯୋଗୁ ସମ୍ଭବ ହୋଇଥିବା ମୋଦି କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବାହୁଡ଼ା ଯାତ୍ରା ନେଇ ସମୀକ୍ଷା କଲେ ମୁଖ୍ୟମନ୍ତ୍ରୀ, ଭିଡ଼ ପରିଚାଳନା ନେଇ…

ଭୁବନେଶ୍ୱର,୨୨ା୭: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ବୁଧବାର ଲୋକସେବା ଭବନରେ ଆସନ୍ତା ୨୪ ତାରିଖରେ ମହାପ୍ରଭୁଙ୍କ ବାହୁଡ଼ା ଯାତ୍ରା ପ୍ରସ୍ତୁତି ସମ୍ପର୍କରେ ସମୀକ୍ଷା କରି ଭିଡ଼ ପରିଚାଳନା…

ହସ୍ପିଟାଲରୁ ସରକାରଙ୍କୁ ଚିଠି ଲେଖିଲେ ସୋନମ ୱାଙ୍ଗଚୁକ୍, ଅନଶନ ସମାପ୍ତ କରିବାକୁ ରଖିଲେ ଏହି ସର୍ତ୍ତ

ନୂଆଦିଲ୍ଲୀ,୨୨।୭: ହସ୍ପିଟାଲରୁ ସରକାରଙ୍କୁ ଚିଠି ଲେଖିଛନ୍ତି ସୋନମ ୱାଙ୍ଗଚୁକ୍ । ଅନଶନ ସମାପ୍ତ କରିବା ପାଇଁ କେତେକ ଦାବି ଉପସ୍ଥାପନ କରିଛନ୍ତି । ଆତ୍ମହତ୍ୟା ଦ୍ୱାରା ମୃତ୍ୟୁବରଣ…

ନକଲି ଅଦାଲତ ଆଦେଶ ଦେଖାଇ ୫୦ ହଜାର ଟଙ୍କା ଠକେଇ, ଏପରି ଧରିଲା ପୋଲିସ

ଅତାବିରା,୨୨।୭(ଯୁଧିଷ୍ଠିର ମହାପାତ୍ର): ନିଜକୁ ଆଇନଜୀବୀ ପରିଚୟ ଦେଇ ଠକେଇ ଅଭିଯୋଗରେ ଜଣେ ଗିରଫ । ନକଲି ଅଦାଲତ ଆଦେଶ ପ୍ରସ୍ତୁତ କରି ଜଣେ ମହିଳାଙ୍କ ପରିବାରଠାରୁ ୫୦…

ରାଜନୀତିରେ ହଲଚଲ୍! ସରକାରଙ୍କ ଆଗରେ ୩ ଦାବି ରଖିଲେ ରାହୁଲ, ଜାଣିଲେ….

ନୂଆଦିଲ୍ଲୀ,୨୨।୭: କଂଗ୍ରେସ ନେତା ରାହୁଲ ଗାନ୍ଧୀ ପେପର ଲିକ୍ ଏବଂ ଛାତ୍ରମାନଙ୍କ ଉପରେ ଲାଠିଚାର୍ଜ ସମ୍ପର୍କରେ ଦିଲ୍ଲୀର ଇନ୍ଦିରା ଭବନରେ ଏକ ସାମ୍ବାଦିକ ସମ୍ମିଳନୀ କରିଥିଲେ। ଏହି…

‘ମୋତେ ଘୋଷାଡି ନେଉଥିବା ପୋଲିସ କହିଲା, ଏ ସରକାରକୁ ହଟାନ୍ତୁ’, ରାହୁଲଙ୍କ ବିସ୍ଫୋରକ ବୟାନ

ନୂଆଦିଲ୍ଲୀ,୨୨।୭: ଲୋକ ସଭାର ବିରୋଧୀ ଦଳ ନେତା , କଂଗ୍ରେସ ସାଂସଦ ରାହୁଲ ଗାନ୍ଧୀ ନିଟ୍ (NEET) ପରୀକ୍ଷାରେ ପେପର୍ ଲିକ୍, ଛାତ୍ରଛାତ୍ରୀଙ୍କ ଆନ୍ଦୋଳନ ଏବଂ ଶିକ୍ଷା…

CJP ଆନ୍ଦୋଳନରେ ପେଲେଟ୍ ଗନ୍ ଫାୟାରିଂ? ସତ କହିଲା ଦିଲ୍ଲୀ ପୋଲିସ!

ନୂଆଦିଲ୍ଲୀ,୨୨।୭: କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ଇସ୍ତଫା ଦାବିରେ ଦିଲ୍ଲୀର ଜନ୍ତର-ମନ୍ତରରୁ ସଂସଦ ମାର୍ଚ୍ଚ ପାଇଁ ଆହ୍ୱାନ ଦିଆଯାଇଥିଲା। ଏହି ସମୟରେ ପୋଲିସ ଏବଂ ପ୍ରଦର୍ଶନକାରୀଙ୍କ…

ହାର୍ଡକୋର ମହିଳା ମାଓବାଦୀ ଅନିତା କିସ୍କୁଙ୍କ ଆତ୍ମସମର୍ପଣ

କୋଇଡ଼ା, ୨୨।୭: ମାଓବାଦୀ ସଂଗଠନ ପାଇଁ ଏକ ବଡ଼ ଝଟକା ସୃଷ୍ଟି କରି ହାର୍ଡକୋର ମହିଳା ମାଓବାଦୀ ଅନିତା କିସ୍କୁ ଝାଡ଼ଖଣ୍ଡରେ ସୁରକ୍ଷା ବାହିନୀ ନିକଟରେ ଆତ୍ମସମର୍ପଣ…

ବିସ୍ଥାପନ ପାଇଁ ଦ୍ୱିତୀୟ ଦିନରେ କୁମିଆପାଲିରେ ପହଞ୍ଚିଲା ପ୍ରଶାସନ: ତାତିଲେ ଆଦିବାସୀ, ଧନୁତୀର ଧରି…

ବଲାଙ୍ଗୀର,୨୨ା୭(ସୁନିଲ କୁମାର ମହାନ୍ତି): ବୁଧବାର ଦ୍ୱିତୀୟ ଦିନରେ ଲୋୟର ସୁକତେଲ ଡ୍ୟାମ ପ୍ରଭାବିତ କୁମିଆପାଲି ଗାଁରେ ବିସ୍ଥାପନ ପ୍ରକ୍ରିୟା ଆରମ୍ଭ କରିବାକୁ ଜିଲା ପ୍ରଶାସନର ଟିମ୍‌ ପହଞ୍ଚିଥିଲା।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri